ସୁନାବେଶ ଓ ଅଧରପଣା ପାଇଁ ପୁରୀକୁ ଚାଲିବ ସ୍ୱତନ୍ତ୍ର ଟ୍ରେନ୍ । ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅବସରରେ ଶ୍ରଦ୍ଧାଳୁ ମାନଙ୍କ ପାଇଁ ଆରାମଦାୟକ ଓ ନିର୍ବିଘ୍ନ ଯାତ୍ରା କରିବା ସହିତ ବର୍ଦ୍ଧିତ ଯାତ୍ରୀ ଭିଡ଼କୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରାଯାଉଛି । ଆସନ୍ତାକାଲି ସୁନାବେଶ ଅବସରରେ ପୁରୀକୁ ଲକ୍ଷ ଲକ୍ଷ ଭକ୍ତ ଆସିବେ ।
ସେଥିପାଇଁ ପାରାଦୀପ, ଅନୁଗୁଳ, ଭଦ୍ରକ, ତାଳଚେର, କେନ୍ଦ୍ରାପଡ଼ା ରୋଡ, ଢେଙ୍କାନାଳ, ବାଲେଶ୍ୱର, ବ୍ରହ୍ମପୁର, କେନ୍ଦୁଝରଗଡ଼, ଖୋର୍ଦ୍ଧା ରୋଡ ଏବଂ ଦଶପଲ୍ଲାରୁ ପୁରୀ ଅଭିମୁଖେ ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରି ବ। ସେହିପରି, ପୁରୀରୁ ତାଳଚେର, ବାଦାମପାହାଡ଼, ଢେଙ୍କାନାଳ, ବାଙ୍ଗିରିପୋଷି, ରାୟଗଡ଼ା, ଭଦ୍ରକ, ଅନୁଗୁଳ, ଗୁଣୁପୁର, ରାଉରକେଲା, ଦଶପଲ୍ଲା, ସମ୍ବଲପୁର, ପଲାସା, ବିଶାଖାପାଟଣା ଏବଂ ଶାଲିମାର ଅଭିମୁଖେ ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରିବ। ଅଧରପଣା ଅବସରରେ ମଧ୍ୟ ଅନେକ ସ୍ବତନ୍ତ୍ର ଟ୍ରେନ ପୁରୀକୁ ଚାଲିବ । ଟ୍ରେନ ଚଳାଚଳକୁ ତଦାରଖ କରିବା ପାଇଁ ୨୪ ଘଣ୍ଟିଆ କଣ୍ଟ୍ରୋଲ୍ ରୁମ୍ ସ୍ଥାପନ କରାଯାଇଛି ।














