• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ, ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କଲେ

FNN WEB by FNN WEB
July 28, 2026
in ଓଡ଼ିଶା
0
ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ, ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କଲେ
0
SHARES
0
VIEWS

ଭୁବନେଶ୍ୱର: ସୋନି ଟିଭିରେ ପ୍ରସାରିତ ହେଉଥିବା ବହୁ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିୟଲଟି ଶୋ ଇଣ୍ଡିଆନ ଆଇଡଲ-୧୬ ଟ୍ରଫି ଜିତି ରାଜ୍ୟ ପାଇଁ ଗୌରବ ଆଣିଛନ୍ତି ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକ। ତାଙ୍କ ପାଖକୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୂଅ ଛୁଟିବାରେ ଲାଗିଛି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚଳିତ ବର୍ଷର ଇଣ୍ଡିଆନ୍ ଆଇଡଲ୍- ସିଜିନ୍ ୧୬ର ବିଜେତା ଜ୍ୟୋତିର୍ମୟୀ ନାୟକଙ୍କୁ ଆଜି ତାଙ୍କ ସରକାରୀ ବାସଭବନରେ ସମ୍ବର୍ଦ୍ଧିତ କରିଛନ୍ତି। ଏଥି ସହିତ ଜ୍ୟୋତିର୍ମୟୀଙ୍କ ଅସାଧାରଣ କୃତିତ୍ୱ ପାଇଁ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛନ୍ତି।

ଜ୍ୟୋତିର୍ମୟୀ ଆଜି ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ସରକାରୀ ବାସଭବନରେ ଭେଟି ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ପ୍ରଦର୍ଶନ କରିବା ସହିତ ଇଣ୍ଡିଆନ୍ ଆଇଡଲ୍‌’ର ସଫଳତା ପଛରେ ଥିବା ତାଙ୍କ କଠିନ ପରିଶ୍ରମ ଓ ଅଧ୍ୟବସାୟ ବିଷୟରେ ବର୍ଣ୍ଣନା କରିଥିଲେ। ମୁଖ୍ୟମନ୍ତ୍ରୀ ଜ୍ୟୋତିର୍ମୟୀଙ୍କ ଏହି ସଫଳତା ପାଇଁ ଅଭିନନ୍ଦନ ଜଣାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ନିଜର ଅସାଧାରଣ ପ୍ରତିଭା ଓ କଠିନ ସାଧନା ବଳରେ ଜାତୀୟ ସ୍ତରରେ ବିଜେତା ହୋଇ ରାଜ୍ୟ ପାଇଁ ସେ ଗୌରବ ଆଣିଛନ୍ତି ବୋଲି କହିଥିଲେ। ନୂଆ ପିଢିର କଣ୍ଠଶିଳ୍ପୀଙ୍କ ପାଇଁ ଜ୍ୟୋତିର୍ମୟୀ ଏକ ପ୍ରେରଣା ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ।

ସୂଚନାଯୋଗ୍ୟ ଯେ, ଜ୍ୟୋତିର୍ମୟୀ ତାଙ୍କର ସଙ୍ଗୀତ ପ୍ରତିଭାକୁ ଚିକିତ୍ସା କ୍ଷେତ୍ରରେ ମଧ୍ୟ ଉପଯୋଗ କରୁଛନ୍ତି। ରାଜ୍ୟର ଅନେକ କ୍ୟାନ୍‌ସର ହସ୍ପିଟାଲରେ ମ୍ୟୁଜିକ୍ ଥେରାପି ପ୍ରୟୋଗ କରି ସେମାନଙ୍କ କଷ୍ଟ ଲାଘବ କରିବାରେ ସହାୟତା କରିଛନ୍ତି।

ତାଙ୍କର ଏହି ବିରଳ ପ୍ରତିଭା ଓ ସେବା ମନୋଭାବର ଉଚ୍ଚ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସେ ସାରା ରାଜ୍ୟ ତଥା ଦେଶର ଏକ ‘ଯୁବ ଆଇକନ୍’। ସଙ୍ଗୀତକୁ ରୋଗୀଙ୍କ ସେବା କ୍ଷେତ୍ରରେ ବ୍ୟବହାର କରିବାର ଏହି ଉଦ୍ୟମ ଆଗାମୀ ଦିନରେ ଏକ ନୂଆ ଟ୍ରେଣ୍ଡ୍ ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ। ଜ୍ୟୋତିର୍ମୟୀଙ୍କ ଭଳି ଯୁବ ପ୍ରତିଭାଙ୍କ ନିଷ୍ଠା ଓ ଉଦ୍ୟମ ସମୃଦ୍ଧ ଓଡିଶା ଓ ବିକଶିତ ଭାରତ ଗଠନର ସ୍ୱପ୍ନକୁ ସାର୍ଥକ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଜ୍ୟୋତିର୍ମୟୀଙ୍କ ଏହି ଯାତ୍ରାରେ ରାଜ୍ୟବାସୀ ବିପୁଳ ଉତ୍ସାହର ସହ ସମର୍ଥନ କରିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହି ଜାତୀୟ ସ୍ତରର କୃତିତ୍ୱ ସମଗ୍ର ରାଜ୍ୟବାସୀଙ୍କ ପାଇଁ ଏକ ସ୍ମରଣୀୟ ଅଧ୍ୟାୟ ଏବଂ ଏହା ଓଡିଶାର କଳା ପ୍ରତିଭାକୁ ଜାତୀୟ ସ୍ତରରେ ଆହୁରି ଉଜ୍ଜ୍ୱଳ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଅବସରରେ ଜ୍ୟୋତିର୍ମୟୀଙ୍କ ପିତା ଚକ୍ରଧର ନାୟକ ଓ ମାତା ଗୌରୀ ନାୟକ ଉପସ୍ଥିତ ଥିଲେ।

Previous Post

ମହାନଦୀରେ ବଢ଼ୁଛି ବନ୍ୟାଜଳ, ଜାରି ହେଲା ସତର୍କତା

Next Post

ଫାଇଲ ଚୋରି ମାମଲାରେ ପଶିଲା କ୍ରାଇମବ୍ରାଞ୍ଚ,ହାଜର ହୋଇ ନଥିବା ବାବୁଙ୍କୁ ପୁଣି ହୋଇପାରେ ନୋଟିସ

FNN WEB

FNN WEB

Next Post
ଫାଇଲ ଚୋରି ମାମଲାରେ ପଶିଲା କ୍ରାଇମବ୍ରାଞ୍ଚ,ହାଜର ହୋଇ ନଥିବା ବାବୁଙ୍କୁ ପୁଣି ହୋଇପାରେ ନୋଟିସ

ଫାଇଲ ଚୋରି ମାମଲାରେ ପଶିଲା କ୍ରାଇମବ୍ରାଞ୍ଚ,ହାଜର ହୋଇ ନଥିବା ବାବୁଙ୍କୁ ପୁଣି ହୋଇପାରେ ନୋଟିସ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଭୁବନେଶ୍ୱର ବିମାନବନ୍ଦରରେ ଧର୍ମେନ୍ଦ୍ର ପ୍ରଧାନ , ସ୍ୱାଗତ ସମାରୋହରେ ବିଜେପି କର୍ମୀଙ୍କ ପ୍ରବଳ ଭିଡ଼

ଭୁବନେଶ୍ୱର ବିମାନବନ୍ଦରରେ ଧର୍ମେନ୍ଦ୍ର ପ୍ରଧାନ , ସ୍ୱାଗତ ସମାରୋହରେ ବିଜେପି କର୍ମୀଙ୍କ ପ୍ରବଳ ଭିଡ଼

July 28, 2026
କେନ୍ଦୁଝରରେ ବର୍ଷାର ତାଣ୍ଡବ ; ସମାକୋଇ ନଦୀରେ ବନ୍ୟା ସ୍ଥିତି

କେନ୍ଦୁଝରରେ ବର୍ଷାର ତାଣ୍ଡବ ; ସମାକୋଇ ନଦୀରେ ବନ୍ୟା ସ୍ଥିତି

July 28, 2026
ଫାଇଲ ଚୋରି ମାମଲାରେ ପଶିଲା କ୍ରାଇମବ୍ରାଞ୍ଚ,ହାଜର ହୋଇ ନଥିବା ବାବୁଙ୍କୁ ପୁଣି ହୋଇପାରେ ନୋଟିସ

ଫାଇଲ ଚୋରି ମାମଲାରେ ପଶିଲା କ୍ରାଇମବ୍ରାଞ୍ଚ,ହାଜର ହୋଇ ନଥିବା ବାବୁଙ୍କୁ ପୁଣି ହୋଇପାରେ ନୋଟିସ

July 28, 2026
ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ, ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କଲେ

ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ, ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କଲେ

July 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଭୁବନେଶ୍ୱର ବିମାନବନ୍ଦରରେ ଧର୍ମେନ୍ଦ୍ର ପ୍ରଧାନ , ସ୍ୱାଗତ ସମାରୋହରେ ବିଜେପି କର୍ମୀଙ୍କ ପ୍ରବଳ ଭିଡ଼

ଭୁବନେଶ୍ୱର ବିମାନବନ୍ଦରରେ ଧର୍ମେନ୍ଦ୍ର ପ୍ରଧାନ , ସ୍ୱାଗତ ସମାରୋହରେ ବିଜେପି କର୍ମୀଙ୍କ ପ୍ରବଳ ଭିଡ଼

July 28, 2026
କେନ୍ଦୁଝରରେ ବର୍ଷାର ତାଣ୍ଡବ ; ସମାକୋଇ ନଦୀରେ ବନ୍ୟା ସ୍ଥିତି

କେନ୍ଦୁଝରରେ ବର୍ଷାର ତାଣ୍ଡବ ; ସମାକୋଇ ନଦୀରେ ବନ୍ୟା ସ୍ଥିତି

July 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.