ଭୁବନେଶ୍ୱର ,ତା.୧୩/୦୮/୨୬ ରିଖ- ଧଉଳି ପାଦଦେଶରେ ଅବସ୍ଥିତ ଧଉଳି ଚାରୁକଳା ମହାବିଦ୍ୟାଳୟରେ ନୂତନ ବର୍ଷର ଛାତ୍ରଛାତ୍ରୀମାନଙ୍କର ସ୍ୱାଗତିକା ଉତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ରୂପେ ରାଷ୍ଟ୍ରୀୟ ଲଳିତ କଳା ଏକାଡେମୀର କ୍ଷେତ୍ରୀୟ ସଚିବ ରାମକୃଷ୍ଣ ବେଦାଲା,ମହାବିଦ୍ୟାଳୟର ବରିଷ୍ଠ ସଦସ୍ୟ କମଳିନୀ ରଥ,ସୁଶାନ୍ତ କୁମାର ସାହୁ, ମହାବିଦ୍ୟାଳୟର ଅଧ୍ୟକ୍ଷ ଚିତ୍ରଶିଳ୍ପୀ ଡ. ପଞ୍ଚାନନ ସାମଲ ,ଉପାଧ୍ୟକ୍ଷ ଚନ୍ଦନ କୁମାର ସାମଲ ଏବଂ ଅଧ୍ୟାପକ ଭୂପତି ଭୂଷଣ ପଣ୍ଡା ଯୋଗଦେଇ କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଉଦଘାଟନ କରିଥିଲେ।ଛାତ୍ରଛାତ୍ରୀମାନେ ପ୍ରାରମ୍ଭିକ ପର୍ଯ୍ୟାୟର କଳା ଶିକ୍ଷାକୁ ନିରବଚ୍ଛିନ୍ନ ଅଭ୍ୟାସ ଏବଂ ନୂତନତାର ଅନୁସନ୍ଧାନ ଦ୍ଵାରା କଳା କ୍ଷେତ୍ରରେ ଶୀର୍ଷ ସ୍ଥାନରେ ପହଞ୍ଚି ପାରିବେ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲ।ପାରମ୍ପରିକ ରୀତିରେ ପ୍ରଥମ ବର୍ଷର ଛାତ୍ରଛାତ୍ରୀମାନଙ୍କୁ ସ୍ବାଗତ କରିବା ସହିତ ସେମାନଙ୍କର କଳା ଅଭ୍ୟାସ ଓ ଲକ୍ଷ୍ୟ ସମ୍ପର୍କରେ ଛାତ୍ରଛାତ୍ରୀମାନେ ଆଲୋଚନା କରିଥିଲେ।ଏହାପରେ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା। ଏହି ଅବସରରେ ଅଧ୍ୟାପକ ସୁଭାଷ ଚନ୍ଦ୍ର ମୁଦୁଲି ,ସମ୍ବିତ କୁମାର ସାହୁ ଓ ଲକ୍ଷ୍ମୀଧର ସ୍ୱାଇଁ ପ୍ରମୁଖ ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିବା ସହିତ ସେମାନଙ୍କର କଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ।














