• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଶାରେ ବିଜେପି ସରକାର ଆସିଲେ, ୪ ମାସ ଭିତରେ ଭଦ୍ରକରେ ମେଡିକାଲ୍ କଲେଜ୍ ପ୍ରତିଷ୍ଠା ହେବ: ଅମିତ ଶାହ

FNN WEB by FNN WEB
May 28, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ଓଡ଼ିଶାରେ ବିଜେପି ସରକାର ଆସିଲେ, ୪ ମାସ ଭିତରେ ଭଦ୍ରକରେ ମେଡିକାଲ୍ କଲେଜ୍ ପ୍ରତିଷ୍ଠା ହେବ: ଅମିତ ଶାହ
0
SHARES
6
VIEWS

ଚାନ୍ଦବାଲି: ଭଦ୍ରକ ଜିଲ୍ଲା ଚାନ୍ଦବାଲିରେ ଆୟୋଜିତ ସାଧାରଣ ସଭାରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ସେ କହିଛନ୍ତି, ଓଡ଼ିଶା ପ୍ରାକୃତିକ ସଂପଦରେ ଭରପୂର, ଏଠି ପ୍ରଚୁର ପାଣି ବି ରହିଛି। କିନ୍ତୁ ଓଡ଼ିଶା ଏବେ ବି ଗରିବ। ଓଡ଼ିଶାର ଯୁବବର୍ଗ ପେଟ ପୋଷିବାକୁ ବାହାରକୁ ଯାଉଛନ୍ତି। ଓଡ଼ିଶାର ଗରିବୀ ପାଇଁ ଏଠାକାର ମୁଖ୍ୟମନ୍ତ୍ରୀ ନବୀନ ବାବୁ ଦାୟୀ। କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ବିଜେପିକୁ ଭୋଟ୍ ଦିଅନ୍ତୁ ଓ ଓଡ଼ିଶାକୁ ସମୃଦ୍ଧ କରନ୍ତୁ। ଓଡ଼ିଶାର ମୁଖ୍ୟମନ୍ତ୍ରୀ ଜଗନ୍ନାଥଙ୍କ ଭକ୍ତ ହିଁ ହେବ। ୨୫ ବର୍ଷ ପରେ ଓଡ଼ିଶାକୁ ଓଡ଼ିଆରେ ଲେଖି ପାରୁଥିବା ଓ ଓଡ଼ିଆ ପଢ଼ିପାରୁଥିବା ଜଣେ ମୁଖ୍ୟମନ୍ତ୍ରୀ ମିଳିବ। ଓଡ଼ିଶାକୁ ତାମିଲ ବାବୁ ନା ମୁଖ୍ୟମନ୍ତ୍ରୀ ପରିଚାଳନା କରିବେ? ଏ ନିର୍ବାଚନ ଓଡ଼ିଆ ଅସ୍ମିତା, ଭାଷା, କଳା, ସ୍ୱାଭିମାନର ନିର୍ବାଚନ। ଓଡ଼ିଶାରେ ବି ମୋଦୀଙ୍କ ସରକାର ବନାଇବାକୁ ପଡ଼ିବ। ୭୫ରୁ ଅଧିକ ସିଟ୍ ଜିତି ଡବଲ ଇଂଜିନ ସରକାର କରିବ ବିଜେପି। ୪ ଜୁନରେ ନିର୍ବାଚନର ଫଳ ଆସିବ, ନବୀନ ବାବୁ ପୂର୍ବ ମୁଖ୍ୟମନ୍ତ୍ରୀ ବନିଯିବେ। ଓଡ଼ିଶାରେ ବିଜେପି ସରକାର ଆସିଲେ ୪ ମାସ ଭିତରେ ଭଦ୍ରକରେ ମେଡିକାଲ୍ କଲେଜ୍ ହେବ ଓ ୬ ମାସରେ ଭଦ୍ରକ କଲେଜକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ଦିଆଯିବ।

ଶ୍ରୀ ଶାହ ଆହୁରି ପ୍ରଶ୍ନ କରିଛନ୍ତି, ପ୍ରଭୁ ଜଗନ୍ନାଥଙ୍କ ସମ୍ମାନ ସହ ଖେଳକୁ ବରଦାସ୍ତ କରିବା ଉଚିତ କି? ନବୀନ ବାବୁଙ୍କୁ ପଚାରୁଛି, ରତ୍ନଭଣ୍ଡାର ଚାବି କୁଆଡ଼େ ଗଲା। ଡୁପ୍ଲିକେଟ ଚାବି ହୋଇଛି କି ନାହିଁ ନବୀନ ବାବୁଙ୍କୁ ପଚାରୁଛି। ଯାଞ୍ଚ ରିପୋର୍ଟ କାହିଁକି ଚାପିଛନ୍ତି, ବିଜେଡି କାହାକୁ ବଞ୍ଚାଇବାକୁ ଚାହୁଁଛି? ବିଜେପି ସରକାର ଆସିଲେ ମାସକରେ ଯାଞ୍ଚ ରିପୋର୍ଟ ସାର୍ବଜନୀନ ହେବ। ସେ ଆହୁରି କହିଛନ୍ତି, ନବୀନ ବାବୁ ଓଡ଼ିଶା ଉପରେ ଏକ ତାମିଲ ମୁଖ୍ୟମନ୍ତ୍ରୀ ଥୋପିବାକୁ ବସିଛନ୍ତି। ଓଡ଼ିଆ ଲୋକ ଆପଣଙ୍କୁ ସହିଗଲେ, ଏ ତାମିଲ ବାବୁକୁ ସହିବେନି। ଓଡ଼ିଶା ଲୋକ ଏଥର ନିଜ ମାଟିର ସନ୍ତାନକୁ ମୁଖ୍ୟମନ୍ତ୍ରୀ କରିବେ।

ଓଡ଼ିଶାର ବିକାଶ ପାଇଁ ମୋଦି ୭ ଲକ୍ଷ କୋଟି ଦେଇଛନ୍ତି, କିନ୍ତୁ ନବୀନ ବାବୁଙ୍କ ବାବୁଭାୟା ୭ ଲକ୍ଷ କୋଟି ଖାଇଗଲେ।ମୋଦୀ ସରକାର ଚାଉଳ ସରକାର, ନବୀନ ଅଖା ସରକାର। ମୋଦୀ ଚାଉଳ ଦେଉଛନ୍ତି, ନବୀନ ଖାଲି ଅଖା ଦେଉଛନ୍ତି। ଖାଲି ଅଖାରେ ପେଟ ପୁରିବନି, ୫ କେଜି ଚାଉଳ ଦିଅନ୍ତୁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଦେଉଛନ୍ତି, କିନ୍ତୁ ଏଠିକାର ସରକାର ତା ନାଁ ବଦଳାଇ ବିଜୁ ଆବାସ କରୁଛନ୍ତି। ୧୮ ମାସ ମଧ୍ୟରେ ଚିଟ୍‌ଫଣ୍ଡ ଘୋଟାଲାକାରୀଙ୍କୁ ଜେଲ୍‌ରେ ପୂରାଇବୁ ବୋଲି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଦମ୍ଭୋକ୍ତି କରିଛନ୍ତି। ସେ କହିଛନ୍ତି, ଓଡ଼ିଶାରେ ବିଜେପି ସରକାର ଆସିଲେ ଚାଷୀଙ୍କ ଧାନ ୩୧ଶହରେ କିଣାଯିବ, ୪୮ ଘଣ୍ଟାରେ ଟଙ୍କା ମିଳିବ। ୨୫ ଲକ୍ଷ ଓଡ଼ିଆ ଲକ୍ଷପତି ଦିଦି ବନାଯିବ।

Previous Post

ଭୋଟରମାନଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟ ନିର୍ବାଚନ ଅଧିକାରୀ

Next Post

୨୯ରେ ମଲ୍ଲିକାର୍ଜୁନ, ୩୦ରେ ରାହୁଲ ଗାନ୍ଧୀ ଓଡ଼ିଶା ଆସି ନିର୍ବାଚନ ପ୍ରଚାର କରିବେ: ପିସିସି ସଭାପତି

FNN WEB

FNN WEB

Next Post
୨୯ରେ ମଲ୍ଲିକାର୍ଜୁନ, ୩୦ରେ ରାହୁଲ ଗାନ୍ଧୀ ଓଡ଼ିଶା ଆସି ନିର୍ବାଚନ ପ୍ରଚାର କରିବେ: ପିସିସି ସଭାପତି

୨୯ରେ ମଲ୍ଲିକାର୍ଜୁନ, ୩୦ରେ ରାହୁଲ ଗାନ୍ଧୀ ଓଡ଼ିଶା ଆସି ନିର୍ବାଚନ ପ୍ରଚାର କରିବେ: ପିସିସି ସଭାପତି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ

ଆଜି ମହିଳା ଦିବସରେ ମିଳିବ ‘ସୁଭଦ୍ରା’ ଚତୁର୍ଥ କିସ୍ତି

March 7, 2026
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.