• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ ଶପଥ କଥା ଶୁଣି ବିରୋଧୀଙ୍କ ନିଦ ଭାଙ୍ଗିଯାଇଛି : କାର୍ତ୍ତିକ ପାଣ୍ଡିଆନ

FNN WEB by FNN WEB
May 28, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ମୁଖ୍ୟମନ୍ତ୍ରୀଙ୍କ ଶପଥ କଥା ଶୁଣି ବିରୋଧୀଙ୍କ ନିଦ ଭାଙ୍ଗିଯାଇଛି : କାର୍ତ୍ତିକ ପାଣ୍ଡିଆନ
0
SHARES
1
VIEWS


ଭୁବନେଶ୍ବର : ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଆଜି ବାଲେଶ୍ବର ଲୋକସଭା ନିର୍ବାଚନ ମଣ୍ଡଳୀର ବିଭିନ୍ନ ବିଧାନ ସଭା କ୍ଷେତ୍ରରେ ଧୂଅଁଧାର ପ୍ରଚାର କରିଛନ୍ତି । ଏହି ପ୍ରଚାର ସମୟରେ ସେ ବିଜେପିକୁ ତୀବ୍ର ଆକ୍ରମଣ କରିବା ସହିତ ଗତ ୧୦ ବର୍ଷରେ ବିଭିନ୍ନ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ଅପାରଗତା ବିଷୟରେ ଜନତାଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ଶ୍ରୀ ପାଣ୍ଡିଆନ କହିଥିଲେ ଯେ ବିଜୁ ଜନତା ଦଳ ଏବଂ ଆମର ପ୍ରିୟ ମୁଖ୍ୟମନ୍ତ୍ରୀ କଥାରେ ନୁହେଁ, କାମରେ ବିଶ୍ବାସ କରନ୍ତି । ମୁଖ୍ୟମନ୍ତ୍ରୀ ମୋତେ କାମର ହିସାବ ଦେବା ପାଇଁ ଆପଣଙ୍କ ପାଖକୁ ପଠାଇଛନ୍ତି । ପଞ୍ଚଲିଙ୍ଗେଶ୍ବର ମନ୍ଦିରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ୧୬ କୋଟି ଟଙ୍କା ମଞ୍ଜୁର କରିଥିବା ବେଳେ, ନୀଳଗିରି ଜଗନ୍ନାଥ ମନ୍ଦିର ପାଇଁ ୧ କୋଟି, ଶାଳନ୍ଦୀ ବାମପାର୍ଶ୍ବ କେନାଲ ପାଇଁ ୨୭୦ କୋଟି ଟଙ୍କା ମଞ୍ଜୁର କରି ନୀଳଗିରି ଅଞ୍ଚଳର ବିକାଶକୁ ଆହୁରି ଆଗକୁ ନେଇଛନ୍ତି । ଜୁନ ୯ ତାରିଖରେ ଆମର ପ୍ରିୟ ମୁଖ୍ୟମନ୍ତ୍ରୀଙ୍କର ଶପଥ ଗ୍ରହଣ କଥା ଶୁଣି ବିରୋଧୀଙ୍କର ନିଦ ଭାଙ୍ଗିଯାଇଛି । ସେମାନେ ଆମର ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କୁ ଅସମ୍ମାନ କରୁଛନ୍ତି, ଆଶାଳୀନ ଭାଷାରେ ଗାଳିଗୁଲଜ କରୁଛନ୍ତି । ଆପଣମାନେ ସେମାନଙ୍କ ଏହି ଔଦ୍ଧତ୍ୟର ଉଚିତ ଜବାବ ଦେବେ ବୋଲି ଶ୍ରୀ ପାଣ୍ଡିଆନ ଆଶାବ୍ୟକ୍ତ କରିଥିଲେ।

ଶ୍ରୀ ପାଣ୍ଡିଆନ କହିଥିଲେ ଯେ ନୀଳଗିରି ଅଞ୍ଚଳରେ ଆମର ଜନଜାତି ଭାଇଭଉଣୀ ମାନେ ବହୁ ସଂଖ୍ୟାରେ ବାସ କରନ୍ତି । ଆପଣମାନଙ୍କର କଳା, ସଂସ୍କୃତି, ଭାଷା, ପୂଜାସ୍ଥଳୀ, ଜାହିରା ଆଦିର ବିକାଶ ପାଇଁ ଆମର ପ୍ରିୟ ମୁଖ୍ୟମନ୍ତ୍ରୀ ପଦକ୍ଷେପ ନେଇଛନ୍ତି। ଆଜି ପର୍ୟ୍ୟନ୍ତ କେହି ଏ ବିଷୟରେ ଚିନ୍ତା କରୁ ନଥିବା ବେଳେ, ଜନଜାତି ଭାଇଭଉଣୀ ମାନଙ୍କ ପାଇଁ ପ୍ରିୟ ମୁଖ୍ୟମନ୍ତ୍ରୀ ଏହି ଅଭିନବ ପଦକ୍ଷେପ ନେଇଛନ୍ତି । ଝକ୍ଟ୍ରରସମବକ୍ଷ ଊରଙ୍ଖରକ୍ଷକ୍ଟକ୍ଟ୍ରଜ୍ଞରଦ୍ଭଗ୍ଧ ଉକ୍ଟଙ୍କଦ୍ଭମସକ୍ଷ ଅନ୍ୟ କୌଣସି ରାଜ୍ୟରେ ଏଭଳି ବ୍ୟବସ୍ଥା କରାଯାଇନାହିଁ, ଯାହା ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ଜନଜାତି ଭାଇଭଉଣୀମାନଙ୍କ ପାଇଁ ଓଡିଶାରେ କରିଛନ୍ତି ।
ରାଜ୍ୟ ସରକାରଙ୍କର ଲାଭ ଯୋଜନା ସଂପର୍କରେ ଆଲୋଚନା କରି ଶ୍ରୀ ପାଣ୍ଡିଆନ କହିଥିଲେ ଯେ ଜଙ୍ଗଲ ଉପରେ ନିର୍ଭର କରୁଥିବା ଲୋକଙ୍କ ପାଇଁ ଆମର ପ୍ରିୟ ମୁଖ୍ୟମନ୍ତ୍ରୀ ଲାଭ ଯୋଜନା ଆରମ୍ଭ କରିଛନ୍ତି । ଏହାଦ୍ବାରା ଆପଣମାନେ ଠିକ୍‌ ଦାମ୍‌ ପାଇବେ, ଆପଣଙ୍କୁ କେହି ଠକି ପାରିବେ ନାହିଁ । କାରଣ ଏହା ନବୀନ ସରକାର। ଦରଦାମ ପରିସ୍ଥିତି ଉପରେ ଆଲୋକପାତ କରି ଶ୍ରୀ ପାଣ୍ଡିଆନ କହିଥିଲେ ଯେ ଦରଦାମ ନିୟନ୍ତ୍ରଣ କେନ୍ଦ୍ର ସରକାରଙ୍କର ସବୁଠାରୁ ବଡ ଦାୟିତ୍ବ। ଡାଲି ଦର କମିଲା କି ? ତେଲ ଦର କମିଲା କି ? ଖଚଏ ଦର କମିଲା କି ବୋଲି ଶ୍ରୀ ପାଣ୍ଡିଆନ ଜନତାଙ୍କୁ ପ୍ରଶ୍ନ କରିଥିଲେ । ସେ କହିଥିଲେ ଯେ କେନ୍ଦ୍ର ସରକାର ଦରଦାମ ନିୟନ୍ତ୍ରଣରେ ସଂପୂର୍ଣ୍ଣ ଫେଲ୍‌ ମାରିଛି ।

ବେକାରୀ ସମସ୍ୟା ଉପରେ ଆଲୋକପାତ କରି ସେ କହିଲେ ଯେ କେନ୍ଦ୍ର ସରକାର କହିଥିଲେ ପ୍ରତିବର୍ଷ ଦୁଇ କୋଟି ଚାକିରୀ ଦେବେ । ଦଶ ବର୍ଷରେ କୋଡିଏ କୋଟି । ଓଡିଶା ଭାଗ ପଡିଥାନ୍ତା ୮୦ ଲକ୍ଷ । ବାଲେଶ୍ବର ଭାଗ ପଡିଥାନ୍ତା ୬ ଲକ୍ଷ । ନୀଳଗିରି ଭାଗ ପଡିଥାନ୍ତା ୧ ଲକ୍ଷ । କେନ୍ଦ୍ର ସରକାରଙ୍କ ଚାକିରୀ ନୀଳଗିରିରୁ କିଏ ପାଇଲେ କି ବୋଲି ଶ୍ରୀ ପାଣ୍ଡିଆନ ପ୍ରଶ୍ନ କରିଥିଲେ । ଯଦି ହଜାର ଲୋକ ନୀଳଗିରିରୁ ପାଇଥିବେ, ତେବେ ମୁଁ ଚାକିରୀ ଛାଡିଦେବି ବୋଲି ସେ କହିଥିଲେ । ବୁଢାବୁଢୀଙ୍କ ଭତ୍ତା ବିଷୟରେ ଆଲୋଚନା କରି ଶ୍ରୀ ପାଣ୍ଡିଆନ କହିଥିଲେ ଯେ କେନ୍ଦ୍ର ୩୦୦ ଟଙ୍କା ଦେଉଥିବା ବେଳେ, ରାଜ୍ୟ ଦେଉଛି ୧୦୦୦ ଟଙ୍କା । ଏହା ହେଉଛି ନବୀନ ଇଞ୍ଜିନ ।

ତେଣୁ ନିର୍ବାଚନ ହେଲେ ଆସୁଛନ୍ତି, ମିଛ କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ନିର୍ବାଚନ ଆସିଲେ ସେମାନଙ୍କର ଅଭିନୟ ଆରମ୍ଭ ହୋଇଥାଏ । ସେମାନେ କଥା କଥାରେ କାନ୍ଦି ପକାଇବେ । କିନ୍ତୁ ନିର୍ବାଚନ ସରିଲେ ଆଉ ସେମାନଙ୍କର ଦେଖା ମିଳିବ ନାହିଁ। ବାଲେଶ୍ବର ସାଂସଦଙ୍କ କାର୍ଯ୍ୟଶୈଳୀ ସଂପର୍କରେ ଉଲ୍ଲେଖ କରି ସେ କହିଥିଲେ ଯେ ବାଲେଶ୍ବର ସାଂସଦ ୧୦ ବର୍ଷ ସାଂସଦ ରହିଲେ, କେନ୍ଦ୍ରମନ୍ତ୍ରୀ ରହିଲେ। କିନ୍ତୁ ଏ ଅଞ୍ଚଳ ପାଇଁ କିଛି କଲେ ନାହିଁ। Central University ହେଉ, ବା ଜବାହର ନବୋଦୟ ବିଦ୍ୟାଳୟ ହେଉ, କିଛି କଲେ ନାହିଁ । ମୋବାଇଲ ଯୋଗାଯୋଗ ବ୍ୟବସ୍ଥାରେ ଉନ୍ନତି ପାଇଁ ମଧ୍ୟ କିଛି କଲେ ନାହିଁ । ସେ ଲୋକଙ୍କର ସୁଖଦୁଃଖ ଠାରୁ ଦୂରରେ ଥିଲେ । କିନ୍ତୁ ବର୍ତ୍ତମାନ ବିଜୁ ଜନତା ଦଳର ନୀଳଗିରି ବିଧାନସଭା ପ୍ରାର୍ଥୀ ସୁକାନ୍ତ ବାବୁ ବିଜେପି ଦଳରେ ଥାଇ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଦପ୍ତରକୁ ଆସି ଏ ଅଞ୍ଚଳର ଲୋକଙ୍କ ପାଇଁ କାମ କରନ୍ତି । ଶେଷରେ ଶ୍ରୀ ପାଣ୍ଡିଆନ ଜୁନ ପହିଲା ଦିନ ବହୁ ସଂଖ୍ୟାରେ ଭୋଟ କେନ୍ଦ୍ରକୁ ଆସି ବିଜୁ ଜନତା ଦଳର ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ଶଙ୍ଖ ଚିହ୍ନରେ ଆଶୀର୍ବାଦ କରିବା ପାଇଁ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ।

Previous Post

ମିଶନ ଶକ୍ତିର ମା’ମାନେ ସବୁବେଳେ ମୁଖ୍ୟମନ୍ତ୍ରୀଙ୍କ ସହିତ ରହିଛନ୍ତି : ବିଜେଡି

Next Post

୯ଟି ପ୍ରସଙ୍ଗରେ ବିଜେପିକୁ ଟାର୍ଗେଟ କଲେ ବିଜେଡି ନେତା ପାଣ୍ଡିଆନ

FNN WEB

FNN WEB

Next Post
ଭର୍ତ୍ତୁହରିଙ୍କ ମୁଖା ଖୋଲିଲେ ପାଣ୍ଡିଆନ

୯ଟି ପ୍ରସଙ୍ଗରେ ବିଜେପିକୁ ଟାର୍ଗେଟ କଲେ ବିଜେଡି ନେତା ପାଣ୍ଡିଆନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ

ଆଜି ମହିଳା ଦିବସରେ ମିଳିବ ‘ସୁଭଦ୍ରା’ ଚତୁର୍ଥ କିସ୍ତି

March 7, 2026
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026

Recent News

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ

ଆଜି ମହିଳା ଦିବସରେ ମିଳିବ ‘ସୁଭଦ୍ରା’ ଚତୁର୍ଥ କିସ୍ତି

March 7, 2026
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.