• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଚାନ୍ଦବାଲିରେ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ପ୍ରଚାର

FNN WEB by FNN WEB
May 30, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ଚାନ୍ଦବାଲିରେ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ପ୍ରଚାର
0
SHARES
2
VIEWS

ବିକାଶମୂଳକ କାର୍ଯ୍ୟ ପାଇଁ ବିଜେଡିକୁ ଭୋଟ୍ ଦେବାକୁ ଅପିଲ୍


ଭୁବନେଶ୍ୱର: ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାରର ଶେଷ ଦିନରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାନ୍ଦବାଲିରେ ବିଜେଡି ପାଇଁ ଭୋଟ୍ ମାଗିଛନ୍ତି। ଏକ ନିର୍ବାଚନୀ ସଭାକୁ ସମ୍ବୋଧନ କରିଥିଲେ ବିଜେଡି ସଭାପତି। ବିପୁଳ ଜନସମାବେଶକୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ । ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଯଥା ବି.ଏସ୍‍.କେ.ୱାଇ, ମିଶନଶକ୍ତି, ମମତା, ଲକ୍ଷ୍ମୀ ବସ୍‍, ୫-ଟି ସ୍କୁଲ ରୂପାନ୍ତରଣ, ପିଲାଙ୍କ ସ୍କଲାରସିପ୍‍, କାଳିଆ, ମଧୁବାବୁ ପେନ୍‍ସନ ଯୋଜନା, ଚାଉଳ କାର୍ଡ, ପୁରୀ ମନ୍ଦିରର କାମ ଆଦି କେମିତି ଲାଗୁଛି ବୋଲି ପ୍ରଶ୍ନ କରିଥିଲେ ମୁଖ୍ୟମନ୍ତ୍ରୀ । ସବୁ ପ୍ରଶ୍ନରେ ଉଚ୍ଛ୍ୱସିତ ସ୍ୱରରେ ଉପସ୍ଥିତ ଜନସାଧାରଣ କହିଥିଲେ ବହୁତ ଭଲ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜୁଲାଇରୁ ବିଜୁଳି ବିଲ୍ ଆସିବ ନାହିଁ । ବିଜେଡି ସରକାର ମାଗଣା ବିଜୁଳି ଦେବ, ସମସ୍ତଙ୍କୁ ବି.ଏସ୍‍.କେ.ୱାଇ କାର୍ଡ ମିଳିବ, ମିଶନଶକ୍ତି ମା’ମାନଙ୍କୁ ପେନ୍‍ସନ ମିଳିବ, ଆପଣମାନେ ଖୁସି ତ ବୋଲି ମୁଖ୍ୟମନ୍ତ୍ରୀ ପଚାରିବା ପରେ ଆନନ୍ଦ ଉଲ୍ଲାସର ଓ କରତାଳି ସହିତ ‘ହଁ’ ଧ୍ୱନିରେ ପ୍ରକମ୍ପିତ ହୋଇଥିଲା ସଭାସ୍ଥଳ ।

ନବୀନ ପଟ୍ଟନାୟକ ଭଲ କି ବୋଲି ମୁଖ୍ୟମନ୍ତ୍ରୀଙ୍କ ପ୍ରଶ୍ନରେ ଭାବବିହ୍ୱଳ ହୋଇ ଉଚ୍ଚସ୍ୱରରେ ବହୁତ ଭଲ ବୋଲି କହିଥିଲେ ଜନତା । ବିରୋଧୀ ଦଳକୁ ଆକ୍ରମଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବିରୋଧୀ ଦଳର ନେତା ମିଛ କଥା କହୁଛନ୍ତି । କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ବିଜୁ ଜନତା ଦଳ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ଆଶୀର୍ବାଦ କରି ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ଆହ୍ୱାନ ଦେଇଥିଲେ ମୁଖ୍ୟମନ୍ତ୍ରୀ। ଏହି ଅବସରରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ କହିଥିଲେ ଯେ, ଓଡ଼ିଶାବାସୀଙ୍କ ସ୍ନେହ ତଥା ମୁଖ୍ୟମନ୍ତ୍ରୀଙ୍କ କଠିନ ପରିଶ୍ରମକୁ ସମ୍ମାନ ଦେଇ ସେ ରାଜନୀତିକୁ ଆସିଲେ ।ସେ ଏବେ ମଧ୍ୟ ରାଜନୀତି ଶିଖିନାହାନ୍ତି । କିନ୍ତୁ ଲୋକଙ୍କ ଭଲପାଇବା ପାଇଛି ବୋଲି ପାଣ୍ଡିଆନ କହିଥିଲେ। ଆପଣମାନଙ୍କ ଆଶୀର୍ବାଦ, ମହାପ୍ରଭୁଙ୍କ ଆଶୀର୍ବାଦ ଓ ବାବା ଆଖଣ୍ଡଳମଣିଙ୍କ ଆଶୀର୍ବାଦରେ ନବୀନ ପଟ୍ଟନାୟକ ପୁଣିଥରେ ଜୁନ ୯ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ।

ଶପଥ ନେବା ପରେ ପ୍ରଥମ ଦସ୍ତଖତରେ ସମସ୍ତଙ୍କୁ ବିଜୁଳି ବିଲ୍‍ରୁ ମୁକ୍ତ କରିବେ । ଦ୍ୱିତୀୟ ଦସ୍ତଖତରେ ବି.ଏସ୍‍.କେ.ୱାଇ କାର୍ଡ ସମସ୍ତେ ପାଇବେ । ତୃତୀୟ ଦସ୍ତଖତରେ ୬୦ ବର୍ଷ ପରେ ମିଶନ ଶକ୍ତି ସଦସ୍ୟାମାନଙ୍କ ପାଇଁ ପେନ୍‍ସନ ବ୍ୟବସ୍ଥା କରିବେ । ତା’ପରେ ଯୁବପିଢ଼ିଙ୍କ ପାଳି । କଲେଜ ପିଲାମାନଙ୍କ ନୂଆ-ଓ ସ୍କଲାରସିପ୍‍କୁ ମଧ୍ୟ ବୃଦ୍ଧି କରିବେ, ପୁଅ ପିଲା ୯ ହଜାର ପରିବର୍ତ୍ତେ ପାଇବେ ୧୨ ହଜାର, ଝିଅ ପିଲା ୧୦ ହଜାର ପରିବର୍ତ୍ତେ ପାଇବେ ୧୪ ହଜାର ଟଙ୍କା ପାଇବେ ବୋଲି ପାଣ୍ଡିଆନ କହିଥିଲେ।

ସମସ୍ତଙ୍କୁ ସ୍ୱାସ୍ଥ୍ୟ ସୁରକ୍ଷା, ମାଗଣା ବିଜୁଳି, ଲକ୍ଷ୍ମୀ ବସରେ ୫ ଟଙ୍କାରେ ଯିବା ଆସିବା, ସ୍କଲାରସିପ୍‍, ମଧ୍ୟମ ବର୍ଗଙ୍କ ପାଇଁ କମ୍‍ ସୁଧରେ ଶିକ୍ଷାଋଣ ଇତ୍ୟାଦି ଆପଣମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ କାହିଁକି କରୁଛନ୍ତି ବୋଲି ପ୍ରଶ୍ନ କରି ଏହାର ଜବାବ ମଧ୍ୟ ରଖିଥିଲେ ପାଣ୍ଡିଆନ । କାରଣ ସାଢ଼େ ୪ କୋଟି ଓଡ଼ିଆ ହେଉଛନ୍ତି ମୁଖ୍ୟମନ୍ତ୍ରୀଙ୍କ ପରିବାର, ସେ ହେଉଛନ୍ତି ପରିବାରର ମୁଖିଆ, ଆପଣମାନଙ୍କୁ ଖୁସିରେ ରଖିବା ପାଇଁ ଓ ମୁଣ୍ଡ ଉପରୁ ବୋଝ ହାଲ୍‍କା କରିବା ପାଇଁ ମୁଖ୍ୟମନ୍ତ୍ରୀ ଏ ସବୁ କରୁଛନ୍ତି ବୋଲି ପାଣ୍ଡିଆନ କହିଥିଲେ।

ସମସ୍ତଙ୍କର ନିଜ ପିଲାଙ୍କୁ ଡାକ୍ତର, ଇଞ୍ଜିନିୟର, ଶିକ୍ଷକ, ଆଇ.ଏ.ଏସ୍‍. କରିବାର ଗୋଟେ ସ୍ୱପ୍ନ ଥାଏ, ପିଲାଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ଏହା ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଆପଣମାନଙ୍କୁ ଆତ୍ମବିଶ୍ୱାସ ଦେଉଛନ୍ତି । ଆପଣମାନଙ୍କ ପାଖରେ ଟଙ୍କା ଟିକେ ବଞ୍ଚିଲେ ପିଲାମାନଙ୍କ ପାଠପଢ଼ାରେ ଖର୍ଚ୍ଚ ହୋଇପାରିବ, ପିଲାମାନେ ଭଲ ପାଠ ପଢ଼ି ପାରିବେ, ପିଲାଙ୍କ ଭବିଷ୍ୟତ ଉଜ୍ୱଳ ହେବା ସହିତ ଓଡ଼ିଶାର ଭବିଷ୍ୟତ ଉଜ୍ୱଳ ହେବ, ଏହା ହେଉଛି ପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ମହାନ୍‍ ଚିନ୍ତାଧାରା ବୋଲି ପାଣ୍ଡିଆନ କହିଥିଲେ।

ବିଜେପି ୧୦ ବର୍ଷ ଆଗରୁ କହିଥିଲା ଯେ, ତେଲ ଦର କମାଇବୁ, କମିଲା କି ? ଏଲ୍‍.ପି.ଜି. କମାଇବୁ, କମିଲା କି ? ରୋଜଗାର ମିଳିବ ବୋଲି, ମିଳିଲା କି ବୋଲି ସେ ପ୍ରଶ୍ନ କରିଥିଲେ। ବରଂ ଆପଣଙ୍କ ମୁଣ୍ଡ ଉପର ବୋଝକୁ ଅଧିକରୁ ଅଧିକ କରିଦେଲେ ବିଜେପି ସରକାର । ଆମେ ତାଙ୍କୁ ଛାଡ଼ିବା କି ? ଭୋଟରେ ଜବାବ ଦେବା । ଏବେ ନିଷ୍ପତ୍ତି ଆପଣଙ୍କର ।ଆପଣଙ୍କ କେଉଁ ସରକାର ଦରକାର ? ନବୀନ ସରକାର ? ନା ଡବଲ ଇଞ୍ଜିନ ସରକାର ? ଆନ୍ତରିକତାର ସହ ରାଜନୀତିରେ ସେବା ମନୋଭାବକୁ ନେଇ ଆସିଛନ୍ତି ମୁଖ୍ୟମନ୍ତ୍ରୀ, ଅନ୍ୟପଟେ ବିଜେପି ନେତା କ୍ଷମତା ପାଇଁ ରାଜନୀତି କରୁଛନ୍ତି ବୋଲି ପାଣ୍ଡିଆନ କହିଥିଲେ। ଆରପଟରେ ବାହାରୁ ଆସୁଥିବା ନେତାମାନେ ଜନପ୍ରିୟ ମୁଖ୍ୟମନ୍ତ୍ରୀଙ୍କୁ ଅଭଦ୍ର ଅଶାଳୀନ ଭାଷାରେ ଗାଳି ଦେଉଛନ୍ତି, ଅସମ୍ମାନିତ କରୁଛନ୍ତି, ଆମେ ତାକୁ ସହିବା କି ? ୧ ତାରିଖ ଭୋଟରେ ତା’ର ଜବାବ ଆପଣମାନେ ଦେବେ କି ବୋଲି ଲୋକଙ୍କୁ ପଚାରିଥିଲେ। ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇ ପାଣ୍ଡିଆନ କହିଥିଲେ ଯେ, ସେ ତାଙ୍କୁ ରାଜ୍ୟର ୧୪୭ ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ଯାଇ ଲୋକଙ୍କ ଆଶୀର୍ବାଦ ଆଣିବା ପାଇଁ ସୁଯୋଗ ଦେଲେ । ସେଥିପାଇଁ ସେ ଚିର ଋଣୀ ବୋଲି ପାଣ୍ଡିଆନ କହିଥିଲେ।

ବିଜୁ ପରିବାରକୁ ସେ ଧନ୍ୟବାଦ୍ ଦେଇ କହିଥିଲେ ଯେ, ବିଜୁ ପରିବାର ଗୋଟେ ସଶକ୍ତ ପରିବାର ନୂଆ ଓଡ଼ିଶା ଗଠନ କରିବା ପାଇଁ ଏକ ସମର୍ପିତ ପରିବାର । ମାଲକାନ୍‍ଗିରି ରୁ, ମୟୂରଭଞ୍ଜ ଓ ଝାରସୁଗୁଡ଼ାରୁ ଜଗତସିଂହପୁର ପର୍ଯ୍ୟନ୍ତ ସବୁ ବିଜେଡି କର୍ମୀ ଓ ନେତା ବହୁତ ପରିଶ୍ରମ କରିଛନ୍ତି, ଖରା ବର୍ଷାରେ ଏମିତି ବିରାଟ କାର୍ଯ୍ୟକ୍ରମ କରିଛନ୍ତି, ସେମାନଙ୍କ ପାଖରେ ସେ ଋଣୀ । ଖରା ବର୍ଷାରେ ଆପଣମାନେ ଏତେ ସଂଖ୍ୟାରେ ଆସିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ସଭାରେ ବହୁସଂଖ୍ୟାରେ ସମର୍ଥନ ଦେଇଛନ୍ତି । ମତେ ମଧ୍ୟ ବହୁତ ଭଲପାଇବା ଦେଇଛନ୍ତି, ସେଥିପାଇଁ ଆପଣମାନଙ୍କୁ ସମସ୍ତଙ୍କୁ ଧନ୍ୟବାଦ ଦେଉଛି ବୋଲି ପାଣ୍ଡିଆନ କହିଥିଲେ।

Previous Post

ବାଲେଶ୍ୱର ଓ ଭଦ୍ରକ ଲୋକସଭା କ୍ଷେତ୍ରରେ କାର୍ତ୍ତିକ ପାଣ୍ଡିଆନଙ୍କ ଜୋର୍‌ଦାର ପ୍ରଚାର

Next Post

ପୁରୀ ବାଣ ବିସ୍ଫୋରଣ ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ସହାୟତା

FNN WEB

FNN WEB

Next Post
ପୁରୀ ବାଣ ବିସ୍ଫୋରଣ ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ସହାୟତା

ପୁରୀ ବାଣ ବିସ୍ଫୋରଣ ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ସହାୟତା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ

ଆଜି ମହିଳା ଦିବସରେ ମିଳିବ ‘ସୁଭଦ୍ରା’ ଚତୁର୍ଥ କିସ୍ତି

March 7, 2026
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026

Recent News

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ

ଆଜି ମହିଳା ଦିବସରେ ମିଳିବ ‘ସୁଭଦ୍ରା’ ଚତୁର୍ଥ କିସ୍ତି

March 7, 2026
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.