• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୧୨ ତାରିଖ ଅପରାହ୍ଣ ୪ଟା ୪୫ ମିନିଟରେ ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ

FNN WEB by FNN WEB
June 10, 2024
in ଓଡ଼ିଶା, ମୁଖ୍ୟ ଖବର
0
୧୨ ତାରିଖ ଅପରାହ୍ଣ ୪ଟା ୪୫ ମିନିଟରେ ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ
0
SHARES
7
VIEWS


ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ


ଭୁବନେଶ୍ବର: ବୁଧବାର (ଜୁନ୍ ୧୨ ତାରିଖ) ଅପରାହ୍ଣ ୪ଟା ୪୫ ମିନିଟ ସମୟରେ ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେବେ। ଏନେଇ ପୁଲିସ କମିସନର ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି।

ତାଙ୍କ ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅପରାହ୍ଣ ୨ଟା ୧୦ ମିନିଟ୍ ସମୟରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସେଠାରୁ ସିଧାସଳଖ ରାଜଭବନକୁ ଯିବେ। ସେଠାରୁ ସେ ଜନତା ମଇଦାନରେ ଆୟୋଜିତ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

୧୨ ତାରିଖରେ ମୋଦୀଙ୍କ ଓଡ଼ିଶା ଗସ୍ତକୁ ନେଇ କମିସନରେଟ୍ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇସାରିଛି। ପୁଲିସ କମିସନରଙ୍କ ଅଧ୍ୟକ୍ଷତାରେ କଟକ ଓ ଭୁବନେଶ୍ୱର ଟ୍ରାଫିକ ଅଧିକାରୀଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ବ୍ରହ୍ମପୁର ଓ ଅନୁଗୁଳ ଏସପିଙ୍କୁ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ସମୟରେ ସୁରକ୍ଷା ପାଇଁ ନିୟୋଜିତ କରାଯାଇଛି। ଜୟଦେବ ବିହାର ଛକରୁ ଜନତା ମୈଦାନ ପର୍ଯ୍ୟନ୍ତ ରୋଡ଼ ସୋ କରିବେ ମୋଦୀ। ଆସନ୍ତା ୧୨ ତାରିଖରେ ମୋଦୀଙ୍କ ସମେତ ଜନତା ମୈଦାନରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଶପଥ ପାଠ ଉତ୍ସବରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିମଧ୍ୟରେ କେନ୍ଦ୍ର ମନ୍ତ୍ରୀ ଅମିତ ଶାହ, ଅଶ୍ବିନୀ ବୈଷ୍ଣବ, ଧର୍ମେନ୍ଦ୍ର ପ୍ରଧାନ ଓଜୁଏଲ୍ ଓରାମଙ୍କ ସମେତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଯୋଗ ଦେବେ ବୋଲି ଜଣାଯାଇଛି।

ଶପଥପାଠ ସମାରୋହରେ ଯୋଗଦେବେ ପାଖାପାଖି ୩୫ ହଜାର ଜନତା। ଏଥିପାଇଁ ଜନତା ମୈଦାନ ସୁରକ୍ଷାର ପ୍ରତିଟି ଦିଗ ଉପରେ କମିସନରେଟ୍‌ ନଜର ରଖିଛି। ସମ୍ପୂର୍ଣ୍ଣ ଜନତା ମୈଦାନକୁ ସିସିଟିଭି ନଜରରେ ରଖାଯାଇଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଭିଭିଆଇପିଙ୍କ ବିମାନବନ୍ଦରରେ ପହଞ୍ଚିବା ଠାରୁ ହୋଟେଲରେ ରହିବା, ଉତ୍ସବସ୍ଥଳକୁ ଯିବା ଏବଂ ବିମାନବନ୍ଦରକୁ ଫେରିବା ପର୍ୟ୍ୟନ୍ତ ସବୁଠି ପୁଲିସ ଛାଉଣୀ କରାଯିବ। ଟ୍ରାଫିକରେ ସମସ୍ୟା ଦେଖାନଦେବା ପାଇଁ ମଧ୍ୟ ସ୍ବତନ୍ତ୍ର ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି। ଖୋଦ ପୁଲିସ କମିସନର ସଞ୍ଜୀବ ପଣ୍ଡା ଓ ଡିସିପି ପ୍ରତୀକ ସିଂହ ପ୍ରତିଦିନ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ନେଇ ଘନ ଘନ ବୈଠକ କରିବା ସହ ସୁରକ୍ଷା ଦିଗ ଉପରେ ଆଲୋଚନା କରୁଛନ୍ତି।

ଏହି ଶପଥ ଗ୍ରହଣ ଉତ୍ସବରେ ୩୫ ହଜାର ଲୋକ ଯୋଗଦେବାର କାର୍ୟ୍ୟକ୍ରମ ରହିଥିବା ବେଳେ ଏଥିପାଇଁ ମାରାଥନ ମିଟିଂ ପୁଲିସ ସେବା ଭବନରେ ଚାଲିଛି । ଏତେ ବଡ଼ ଆୟୋଜନ ପାଇଁ ସ୍ବତନ୍ତ୍ର ପାର୍କିଂ ବ୍ୟବସ୍ଥା ମଧ୍ୟ କରାଯାଇଛି। ଯେକୌଣସି ପରିସ୍ଥିତିର ସାମ୍ନା କରିବା ପାଇଁ ଅଗ୍ନିଶମ ବିଭାଗ ମଧ୍ୟ ସଜାଗ ରହିଛି। ଟ୍ରାଫିକ ପରିଚାଳନା ପାଇଁ ସ୍ୱତନ୍ତ୍ର ଟିମ୍‌ ଗଠନ କରାଯାଇଛି। ହୋଟେଲଗୁଡ଼ିକରେ ଯାଞ୍ଚ ପ୍ରକ୍ରିୟାକୁ ଜୋରଦାର କରାଯାଇଛି। ସେହିପରି ରାଜଧାନୀରେ ରାତ୍ରିକାଳୀନ ପାଟ୍ରୋଲିଂ ସହ ଚେକିଂ ଓ ବ୍ଲକିଂକୁ କଡ଼ାକଡ଼ି କରାଯାଇଛି। ଜନତା ମୈଦାନରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ଶପଥ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଏହାଛଡ଼ା ବହୁ ଭିଭିଆଇପି, ବିଶିଷ୍ଟ ବ୍ୟକ୍ତି, ଶିଳ୍ପପତି ଯୋଗଦେବେ। ଶପଥ ଗ୍ରହଣ ଉତ୍ସବ ପୂର୍ବରୁ ହୋଟେଲ୍‌ଗୁଡ଼ିକରେ ଭିଭିଆଇପିଙ୍କ ରହଣି ବ୍ୟବସ୍ଥା ମଧ୍ୟ ହୋଇଛି। ଶପଥ ଗ୍ରହଣ ଉତ୍ସବକୁ ଶାନ୍ତିଶୃଙ୍ଖଳାର ସହ ସମାପନ ପାଇଁ କମିସନରେଟ୍‌ ପୁଲିସ ଅଣ୍ଟା ଭିଡ଼ିଛି। ପୂର୍ବରୁ ଏସପିଜି ଟିମ୍‌, ଡିଜିପି ଅରୁଣ ଷଡ଼ଙ୍ଗୀ, ପୋଲିସ କମିସନର ସଞ୍ଜୀବ ପଣ୍ଡା, ଗୁଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ ଓ ଡିସିପି ପ୍ରତୀକ ସିଂହ ଜନତା ମୈଦାନର ସ୍ଥିତି ସମୀକ୍ଷା ମଧ୍ୟ କରିଛନ୍ତି।

Previous Post

ମୋଦୀଙ୍କ ନୂତନ କ୍ୟାବିନେଟର ପ୍ରଥମ ବୈଠକ

Next Post

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଓଡ଼ିଶାର ୩ କେନ୍ଦ୍ରମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

FNN WEB

FNN WEB

Next Post
ମୁଁ ସମ୍ପୂର୍ଣ୍ଣ ସୁସ୍ଥ, ମୋ ସ୍ବାସ୍ଥ୍ୟ ନୁହେଁ ପ୍ରଧାନମନ୍ତ୍ରୀଙ୍କୁ ଭୋଟ ଚିନ୍ତା: ନବୀନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଓଡ଼ିଶାର ୩ କେନ୍ଦ୍ରମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.