• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଅପରିବର୍ତ୍ତିତ ରହିଲା ଅଶ୍ୱିନୀ, ଧର୍ମେନ୍ଦ୍ର ଓ ଜୁଏଲଙ୍କ ମନ୍ତ୍ରାଳୟ

FNN WEB by FNN WEB
June 10, 2024
in ଓଡ଼ିଶା, ମୁଖ୍ୟ ଖବର
0
ଅପରିବର୍ତ୍ତିତ ରହିଲା ଅଶ୍ୱିନୀ, ଧର୍ମେନ୍ଦ୍ର ଓ ଜୁଏଲଙ୍କ ମନ୍ତ୍ରାଳୟ
0
SHARES
7
VIEWS

ଭୁବନେଶ୍ୱର: ଗତକାଲି ଶପଥ ଗ୍ରହଣ ପରେ, ଆଜି ମୋଦୀ ମନ୍ତ୍ରିମଣ୍ଡଳର ହୋଇଛି ବିଭାଗ ବଣ୍ଟନ । କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଶିକ୍ଷା ମନ୍ତ୍ରାଳୟ, ଅଶ୍ୱିନୀ ବୈଷ୍ଣବଙ୍କୁ ରେଳ ମନ୍ତ୍ରାଳୟ ଓ ଜୁଏଲ ଓରାମଙ୍କୁ ଆଦିବାସୀ ବ୍ୟାପାର ମନ୍ତ୍ରାଳୟ ମିଳିଛି | ପୂର୍ବ ସରକାରରେ ବି ଏହି ତିନିଜଣ ଏହି ମନ୍ତ୍ରାଳୟର ମନ୍ତ୍ରୀ ଥିଲେ | ଜୁଏଲ ତୃତୀୟ ଥର ପାଇଁ ଏହି ମନ୍ତ୍ରାଳୟର ମନ୍ତ୍ରୀ ହୋଇଛନ୍ତି | ଅଟଳ ବିହାରୀ ବାଜପେୟୀଙ୍କ ସରକାର ଓ ନରେନ୍ଦ୍ର ମୋଦୀଙ୍କ ସରକାରର ପ୍ରଥମ ପାଳିରେ ସେ ମନ୍ତ୍ରୀ ହୋଇଥିଲେ। ଦୁଇ ଥର ଯାକ ତାଙ୍କୁ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ହିଁ ମିଳିଥିଲା। ସେହିପରି ଧର୍ମେନ୍ଦ୍ର ପ୍ରଧାନଙ୍କ ଉପରେ ପ୍ରଧାନମନ୍ତ୍ରୀ ଲଗାତାର ୧୦ ବର୍ଷ ହେଲା ଭରସା କରିଆସୁଛନ୍ତି। ୨୦୧୪ ମସିହାରୁ ସେ ମୋଦୀଙ୍କ ମନ୍ତ୍ରିମଣ୍ଡଳରେ ପେଟ୍ରୋଲିୟମ ମନ୍ତ୍ରାଳୟ ପାଇଥିବାବେଳେ ଗତ ପାଳିରେ ଶିକ୍ଷା ମନ୍ତ୍ରାଳୟ ପାଇଥିଲେ | ଦେଶର ସବୁଠୁ ଦୀର୍ଘ କାଳ କାର୍ଯ୍ୟ କରିଥିବା ପେଟ୍ରୋଲିୟମ ଓ ଗ୍ୟାସ ମନ୍ତ୍ରୀ ହେବାର ରେକର୍ଡ ମଧ୍ୟ ଧର୍ମେନ୍ଦ୍ରଙ୍କ ନାଁରେ ଅଛି।

ଏହାବାଦ୍ ସେ ଇସ୍ପାତ, ଶିକ୍ଷା, ଦକ୍ଷତାବିକାଶ ମନ୍ତ୍ରୀ ଭାବେ କାର୍ଯ୍ୟ କରି ନିଜର ଦକ୍ଷତା ଦେଖାଇଥିଲେ। ତେଣୁ ଏଥର ବି ଧର୍ମେନ୍ଦ୍ରଙ୍କୁ ଶିକ୍ଷା ମନ୍ତ୍ରାଳୟ ମିଳିଛି | ସେହିପରି ଅଶ୍ବିନୀ ବୈଷ୍ଣବ ୨୦୧୯ରେ ଓଡ଼ିଶାରୁ ରାଜ୍ୟସଭା ସାଂସଦ ଭାବେ ନିର୍ବାଚିତ ହେଲା ପରେ ୨୦୨୧ରେ ତାଙ୍କୁ ମନ୍ତ୍ରିମଣ୍ଡଳରେ ସ୍ଥାନ ଦିଆଯାଇଥିଲା। ୫-ଜି ସ୍ପେକ୍ଟ୍ରମ ନିଲାମ , ଡାକଘରର ଉନ୍ନତୀକରଣ ଦିଗରେ ସେ ବହୁତ ଆଖିଦୃଶିଆ ପଦକ୍ଷେପ ନେଇଥିଲେ । ବାହାନଗା ରେଳ ‌ଦୁର୍ଘଟଣା, ଭାରତ ଇତିହାସର ଅନ୍ୟତମ ମର୍ମନ୍ତୁଦ ରେଳ ଦୁର୍ଘଟଣା ଜୁନ୍, ୨୦୨୩ରେ ହୋଇଥିଲା। ହେଲେ ଶ୍ରୀ ବୈଷ୍ଣବ ଯେପରି ଘଟଣାସ୍ଥଳରେ ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟ ତଦାରଖ କଲେ, ରେଳ ଧାରଣା ପୁନରୁଦ୍ଧାର କାର୍ଯ୍ୟ ତଦାରଖ କଲେ ତାହା ପ୍ରଶଂସନୀୟ ଥିଲା।ଆଉ ସେଥିପାଇଁ ଏବେ ବି ତାଙ୍କୁ ରେଳ ମନ୍ତ୍ରାଳୟ ମିଳିଛି |

Previous Post

ମୋଦୀଙ୍କ କ୍ୟାବିନେଟ୍ ୩.୦: କାହାକୁ ମିଳିଲା କେଉଁ ମନ୍ତ୍ରଣାଳୟ

Next Post

ମୋଦୀ ସରକାର ୩.୦: ପ୍ରଧାନମନ୍ତ୍ରୀଙ୍କ ଆଗରେ ୫ ବଡ ଆହ୍ବାନ, ନୂଆ ସେନାଧ୍ୟକ୍ଷ-ଆଇବି ମୁଖ୍ୟଙ୍କ ହେବ ଚୟନ

FNN WEB

FNN WEB

Next Post
ମୋଦୀ ସରକାର ୩.୦: ପ୍ରଧାନମନ୍ତ୍ରୀଙ୍କ ଆଗରେ ୫ ବଡ ଆହ୍ବାନ, ନୂଆ ସେନାଧ୍ୟକ୍ଷ-ଆଇବି ମୁଖ୍ୟଙ୍କ ହେବ ଚୟନ

ମୋଦୀ ସରକାର ୩.୦: ପ୍ରଧାନମନ୍ତ୍ରୀଙ୍କ ଆଗରେ ୫ ବଡ ଆହ୍ବାନ, ନୂଆ ସେନାଧ୍ୟକ୍ଷ-ଆଇବି ମୁଖ୍ୟଙ୍କ ହେବ ଚୟନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.