• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୨୫ ବର୍ଷ ପରେ ଓଡ଼ିଶାକୁ ମିଳିଲା ଉପ-ମୁଖ୍ୟମନ୍ତ୍ରୀ

FNN WEB by FNN WEB
June 11, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
୨୫ ବର୍ଷ ପରେ ଓଡ଼ିଶାକୁ ମିଳିଲା ଉପ-ମୁଖ୍ୟମନ୍ତ୍ରୀ
0
SHARES
7
VIEWS

କେଭି ସିଂହଦେଓ, ପ୍ରଭାତୀ ପରିଡ଼ା ହେବେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଓଡ଼ିଶାରେ ପ୍ରଥମ ଥର ଶାସନ କ୍ଷମତା ହାସଲ କରିଥିବା ଭାରତୀୟ ଜନତା ପାର୍ଟି ଆସନ୍ତାକାଲି ନୂଆ ସରକାର ଗଠନ କରିବ। ବୁଧବାର ଜନତା ମଇଦାନରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟ ମନ୍ତ୍ରୀ ମଣ୍ଡଳର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ତେବେ ଏହା ପୂର୍ବରୁ ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ବିଧାୟକ ଦଳର ବୈଠକରେ କେନ୍ଦୁଝରର ବିଧାୟକ ମୋହନ ମାଝୀଙ୍କ ନାଁ ମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରାଯାଇଛି। ଏଥି ସହିତ ଦୁଇ ଜଣ ଉପମୁଖ୍ୟମନ୍ତ୍ରୀ ମଧ୍ୟ ରହିବେ। ପାଟଣାଗଡ ବିଧାୟକ କେଭି ସିଂହଦେଓ ଏବଂ ନିମାପଡା ବିଧାୟିକା ପ୍ରଭାତୀ ପରିଡା ଉପ-ମୁଖ୍ୟମନ୍ତ୍ରୀ ରହିବା ନେଇ ବିଜେପି ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ହୋଇଛି। ଫଳରେ ୨୫ ବର୍ଷ ପରେ ଓଡିଶା ପୁଣି ଉପ-ମୁଖ୍ୟମନ୍ତ୍ରୀ ପାଇଛି।

ଓଡିଶାରେ ଶେଷଥର ପାଇଁ ୧୯୯୯ ମସିହାରେ ବସନ୍ତ ବିଶ୍ୱାଳ ଉପ-ମୁଖ୍ୟମନ୍ତ୍ରୀ ହୋଇଥିଲେ। ସେ ଓଡିଶାର ଶେଷ ଉପ-ମୁଖ୍ୟମନ୍ତ୍ରୀ ଥିଲେ । ଓଡିଶା ଇତିହାସରେ ୩ ଉପ-ମୁଖ୍ୟମନ୍ତ୍ରୀ ରହିଛନ୍ତି। ନନ୍ଦିନୀ ଶତପଥୀ ମୁଖ୍ୟମନ୍ତ୍ରୀ ଥିବା ବେଳେ ନୀଳମଣୀ ରାଉତରାୟ ଉପ-ମୁଖ୍ୟମନ୍ତ୍ରୀ ରହିଥିଲେ। ସେହିପରି ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସରକାରଙ୍କ ସମୟରେ ହେମାନନ୍ଦ ବିଶ୍ୱାଳ ଓ ବସନ୍ତ ବିଶ୍ୱାଳ ଉପ-ମୁଖ୍ୟମନ୍ତ୍ରୀ ରହିଥିଲେ । ତେବେ ୨୫ ବର୍ଷ ପରେ ଏବେ ପୁଣି ଓଡ଼ିଶାକୁ ଉପ-ମୁଖ୍ୟମନ୍ତ୍ରୀ ମିଳିଛନ୍ତି। ଏବେ ପ୍ରଭାତୀ ପରିଡା ଓ କେଭି ସିଂ ଦେଓଙ୍କୁ ବିଜେପି ପକ୍ଷରୁ ଓଡିଶାର ଉପ-ମୁଖ୍ୟମନ୍ତ୍ରୀ କରାଯାଇଛି ।

କନକ ବର୍ଦ୍ଧନ ସିଂଦେଓ:
କନକ ବର୍ଦ୍ଧନ ସିଂଦେଓଙ୍କୁ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରାଯାଇଛି । ଦୀର୍ଘ ୨୫ ବର୍ଷ ପରେ ଓଡ଼ିଶା ବର୍ତ୍ତମାନ ନିଜର ଉପମୁଖ୍ୟମନ୍ତ୍ରୀଙ୍କୁ ପାଇଛି । ବିଜେଡି ସରକାର ଥିବା ସମୟରେ କେହି ମଧ୍ୟ ଉପମୁଖ୍ୟମନ୍ତ୍ରୀ ନଥିଲେ । ବର୍ତ୍ତମାନ ବିଜେପି ନିଜର ମୁଖ୍ୟମନ୍ତ୍ରୀଙ୍କ ସମେତ ଉପମୁଖ୍ୟମନ୍ତ୍ରୀଙ୍କ ନାଁ ମଧ୍ୟ ଘୋଷଣା କରିଛି । କନକ ବର୍ଦ୍ଧନ ସିଂଦେଓ ବିଧାନ ସଭାରେ ବିଧାୟକ ଭାବରେ ପାଞ୍ଚ ଥର କାର୍ଯ୍ୟ କରିଛନ୍ତି । ସେ ପାଟଣାଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପାଞ୍ଚଥର ନିର୍ବାଚିତ ହୋଇଛନ୍ତି । ତେବେ ଆସନ୍ତୁ ଜାଣିବା କ’ଣ ରହିଛି ତାଙ୍କର ରାଜନୈତିକ କ୍ୟାରିୟର୍ । କେମିତି ଥିଲା ତାଙ୍କର ଉପମୁଖ୍ୟମନ୍ତ୍ରୀ ପଦକୁ ଯାତ୍ରା …

ଜନ୍ମ ଓ ଶିକ୍ଷା:
କନକ ବର୍ଦ୍ଧନ ସିଂଦେଓ ୧୯୫୬ ମସିହା ଜୁନ ୧୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରାଜ ରାଜ ସିଂଦେଓ । ତାଙ୍କର ପତ୍ନୀ ସଙ୍ଗୀତା କୁମାରୀ ସିଂଦେଓ ମଧ୍ୟ ଜଣେ ରାଜନେତ୍ରୀ । ସେ ଭାରତୀୟ ସଂସଦର ଲୋକ ସଭାରେ ସାଂସଦ ଭାବରେ କାର୍ଯ୍ୟ କରୁଛନ୍ତି ।

ରାଜନୈତିକ ଜୀବନ:
କନକ ବର୍ଦ୍ଧନ ସିଂଦେଓ ଓଡ଼ିଶା ରାଜନୀତିରେ ଜଣେ ସକ୍ରିୟ କାର୍ଯ୍ୟକର୍ତ୍ତା । ସେ ଭାରତୀୟ ଜନତା ପାର୍ଟିର ଜଣେ କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନସଭାରେ ଜଣେ ବିଧାୟକ ଭାବରେ ପାଞ୍ଚ ଥର କାର୍ଯ୍ୟ କରିଛନ୍ତି । ସେ ୨୦୦୦ ମସିହାରୁ ୨୦୦୯ ମସିହା ପର୍ଯ୍ୟନ୍ତ ଓଡ଼ିଶା ବିଧାନ ସଭାରେ ଜଣେ ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି । ବର୍ତ୍ତମାନ ସର୍ବ ସହମତି କ୍ରମେ ତାଙ୍କୁ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ଭାବେ ନିର୍ବାଚିତ କରାଯାଇଛି ।

ପ୍ରଭାତୀ ପରିଡ଼ା:
ସେହିପରି ଅନ୍ୟଜଣେ ଉପମୁଖ୍ୟମନ୍ତ୍ରୀ ହେଲେ ପ୍ରଭାତୀ ପରିଡ଼ା । ଚଳିତ ବର୍ଷ ପ୍ରଥମ ଥର ସେ ବିଧାୟିକା ଭାବେ ଲଢ଼ିଥିଲେ । ବିଜେପି ତରଫରୁ ନିମାପଡ଼ା ଆସନରୁ ଲଢ଼ି ସେ ବିଜୟୀ ହୋଇଥିଲେ । ଦଳ ତାଙ୍କୁ ମଧ୍ୟ ଉପମୁଖ୍ୟମନ୍ତ୍ରୀ ଭାବେ ମାନ୍ୟତା ଦେଇଛି । ଆସନ୍ତୁ ଜାଣିବା କେମିତି ଥିଲା ତାଙ୍କର ଯାତ୍ରା …

ବ୍ୟକ୍ତିଗତ ଜୀବନ:
ପ୍ରଭାତୀ ପରିଡ଼ା ୧୯୯୫ ମସିହାରେ ଉତ୍କଳ ୟୁନିଭରସିଟିରୁ ଏଲ୍‌ଏଲ୍‌ବି ପାସ୍ କରିଥିଲେ । ପରେ ସେହି ବର୍ଷ ସେ ଓଡ଼ିଶା ହାଇକୋର୍ଟରେ ନିଯୁକ୍ତି ପାଇଥିଲେ । ପରେ ୨୦୦୫ ମସିହାରେ ସେ ପୁଣି ସେହି ଉତ୍କଳ ବିଶ୍ୱବିଦ୍ୟାଳୟରେ ପବ୍ଲିକ୍ ଆଡ୍‌ମିନିଷ୍ଟ୍ରେସନ୍‌ରେ ଏମ୍‌ଏ କରିଥିଲେ । ସେ ଶ୍ୟାମ ସୁନ୍ଦର ପରିଡ଼ାଙ୍କୁ ବିବାହ କରିଛନ୍ତି । ଶ୍ୟାମ ସୁନ୍ଦର ପୂର୍ବରୁ ଜଣେ ସରକାରୀ କର୍ମଚାରୀ ଥିଲେ । ତାଙ୍କର ବ୍ୟବସାୟ ମଧ୍ୟ ରହିଛି ।

ରାଜନୈତିକ ଜୀବନ:
ପ୍ରଭାତୀ ପରିଡ଼ା, ପ୍ରଥମ ଥର ଏମଏଲଏରୁ ସିଧା ଉପମୁଖ୍ୟମନ୍ତ୍ରୀ ହୋଇଛନ୍ତି । ୨୦୨୪ ନିର୍ବାଚନରେ ପ୍ରଥମ ଥର ପାଇଁ ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି । ନିମାପଡା ଆସନରୁ ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ । ଚଳିତ ନିର୍ବାଚନରେ ବିଜେଡି ପ୍ରାର୍ଥୀ ଦିଲ୍ଲୀପ ନାଏକଙ୍କୁ ୪ ହଜାର ୫୮୮ ଭୋଟରେ ସେ ହରାଇଥିଲେ । ପୂର୍ବରୁ ନିମାପଡ଼ା ବିଧାନସଭା ଆସନରୁ ୩ ଥର ଲଢ଼ି ପରାଜିତ ହୋଇଥିଲେ । ସମାଜ ମଙ୍ଗଳ ବୋର୍ଡ ଅଧ୍ୟକ୍ଷା ଥିଲେ ପ୍ରଭାତୀ ପରିଡା । ସେ ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ମଧ୍ୟ ଥିଲେ ।

Previous Post

୩୦ ଜୁନ୍‌ ଯାଏଁ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ

Next Post

ମୋହନ ମାଝୀଙ୍କ ପୂରା ରାଜନୈତିକ କ୍ୟାରିୟର୍

FNN WEB

FNN WEB

Next Post
ମୋହନ ମାଝୀଙ୍କ ପୂରା ରାଜନୈତିକ କ୍ୟାରିୟର୍

ମୋହନ ମାଝୀଙ୍କ ପୂରା ରାଜନୈତିକ କ୍ୟାରିୟର୍

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.