• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମୋହନ ମାଝୀଙ୍କ ପୂରା ରାଜନୈତିକ କ୍ୟାରିୟର୍

FNN WEB by FNN WEB
June 11, 2024
in ଓଡ଼ିଶା, ମୁଖ୍ୟ ଖବର
0
ମୋହନ ମାଝୀଙ୍କ ପୂରା ରାଜନୈତିକ କ୍ୟାରିୟର୍
0
SHARES
6
VIEWS

ଭୁବନେଶ୍ବର: ସବୁ ଅପେକ୍ଷାର ଅନ୍ତ ଘଟିଛି। ଓଡ଼ିଶାକୁ ମିଳିଛି ନୂଆ ମୁଖ୍ୟମନ୍ତ୍ରୀ। କିଛି ଦିନ ଧରି ଥିବା ସସପେନ୍ସର ଅନ୍ତ ହୋଇ ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାମରେ ମୋହର ବାଜିଛି। କେନ୍ଦୁଝର ମାଟିର‍ ଆଦିବାସୀ ପୁଅ ଓଡ଼ିଶାର ମଙ୍ଗ ଧରିଛନ୍ତି। ସେ ହେଲେ ବିଜେପି ଦଳର ଟାଣୁଆ ନେତା ମୋହନ ଚରଣ ମାଝୀ।
ହୁଏତ ଆପଣମାନଙ୍କ ମନରେ ପ୍ରଶ୍ନ ଆସୁଥିବ କିଏ ଏହି ମୋହନ। ସେ କାହିଁକି ଓଡିଶା ମାଟିରେ ବିଜେପି ଦଳରୁ ହେଲେ ପ୍ରଥମ ମୁଖ୍ୟମନ୍ତ୍ରୀ। କ’ଣ ରହିଛି ତାଙ୍କର ରାଜନୈତିକ କ୍ୟାରିୟର୍। ଆସନ୍ତୁ ପୂରା ଖବର ଜାଣିବା।

ଜନ୍ମ ଓ ଶିକ୍ଷା:
ମୋହନ ଚରଣ ମାଝୀ ୧୯୭୨ ମସିହା ଜାନୁଆରୀ ମାସ ୬ ତାରିଖରେ କେନ୍ଦୁଝର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ବାପାଙ୍କ ନାମ ଗୁନାରାମ ମାଝୀ। ମୋହନଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା କଳାରେ ସ୍ନାତକ। ତାଙ୍କ ପତ୍ନୀଙ୍କ ନାମ ପ୍ରିୟଙ୍କା ମାର୍ଣ୍ଡି।

ରାଜନୀତିର ମୂଳଦୁଆ:
ମୋହନ ମାଝୀଙ୍କ ବିଷୟରେ ପତ୍ନୀ ପ୍ରିୟଙ୍କା ବଡ଼ ସୂଚନା ଦେଇଛନ୍ତି। ସେ ପ୍ରଥମେ ସରସ୍ୱତୀ ଶିଶୁ ମନ୍ଦିରରେ ଶିକ୍ଷକ ଭାବେ କାମ କରିଥିଲେ। ଶିଶୁ ମନ୍ଦିର ଗୁରୁଜୀରୁ ତାଙ୍କ କ୍ୟାରିୟର ଆରମ୍ଭ ହୋଇଥିଲା। ପରେ ସରପଞ୍ଚ ପାଇଁ ଲଢିଥିଲେ ଆଉ ବିଜୟୀ ମଧ୍ୟ ହୋଇଥିଲେ। ଏଇଠି ପଡିଥିଲା ତାଙ୍କ ରାଜନୀତିର ମୂଳଦୁଆ।

୨୦୦୦:
୨୦୦୦ ମସିହାରେ ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ। ଏହି ନିର୍ବାଚନରେ ସେ ସମୁଦାୟ ୫୧,୪୪୯ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଜଗଦିଶ ନାଏକଙ୍କୁ ୨୨,୧୬୩ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ। ଏହି ବିଧାନ ସଭାରେ ସେ ୨୦୦୦ ମସିହାରୁ ୨୦୦୪ ମସିହାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳ ଭାଙ୍ଗିବାଯାଏଁ କାର୍ଯ୍ୟ କରିଥିଲେ।

୨୦୦୪:
୨୦୦୪ ମସିହାରେ ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ। ଏହି ନିର୍ବାଚନରେ ସେ ସମୁଦାୟ ୪୬,୧୪୬ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ମାଧବ ସରଦାରଙ୍କୁ ୧୧,୦୦୨ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ। ଏହି ବିଧାନ ସଭାରେ ସେ ୨୦୦୪ ମସିହାରୁ ୨୦୦୫ ମସିହା ଯାଏଁ କାର୍ଯ୍ୟ କରିଥିଲେ।

୨୦୦୯:
୨୦୦୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ। ଏହି ନିର୍ବାଚନରେ ସେ ସମୁଦାୟ ୨୯,୨୦୨ ଖଣ୍ଡ ଭୋଟ ପାଇ ୨ୟ ସ୍ଥାନରେ ରହି ପରାଜିତ ହୋଇଥିଲେ। ବିଜୁ ଜନତା ଦଳର ପ୍ରାର୍ଥୀ ଶୁଭମ ନାଏକ ତାଙ୍କୁ ୭,୨୬୯ ଖଣ୍ଡ ଭୋଟରେ ପରାସ୍ତ କରି ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ।

୨୦୧୪:
୨୦୧୪ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ। ଏହି ନିର୍ବାଚନରେ ସେ ସମୁଦାୟ ୪୭,୨୮୩ ଖଣ୍ଡ ଭୋଟ ପାଇ ୨ୟ ସ୍ଥାନରେ ରହି ପରାଜିତ ହୋଇଥିଲେ। ବିଜୁ ଜନତା ଦଳର ପ୍ରାର୍ଥୀ ଅଭିରାମ ନାଏକ ତାଙ୍କୁ ୮,୬୭୬ ଖଣ୍ଡ ଭୋଟରେ ପରାସ୍ତ କରି ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ।

୨୦୧୯:
୨୦୧୯ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ। ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ।

୨୦୨୪:
ସେହିପରି ୨୦୨୪ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ବିଜେପି ପ୍ରାର୍ଥୀ ଭାବରେ ପୁନର୍ବାର କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଲଢ଼ିଥିଲେ। ଏହି ନିର୍ବାଚନରେ ସେ ଦମଦାର ବିଜୟ ଲାଭ କରିଥିଲେ। ଏହି ନିର୍ବାଚନରେ ମୋହନ ୮୭୮୧୫ ଭୋଟ୍ ପାଇ ବିଜୟୀ ହୋଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡି ପ୍ରାର୍ଥୀ ମୀନା ମାଝୀଙ୍କୁ ୧୧,୫୭୭ ଭୋଟ୍‌ରେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ।

ତେବେ ଦୀର୍ଘ ଦିନର ସଫଳ ରାଜନୈତିକ କ୍ୟାରିୟର୍ ଆଉ ଦଳ ପ୍ରତି ସମର୍ପିତ ଭାବକୁ ଦେଖି ତାଙ୍କୁ ଦଳର ମୁଖିଆ ଭାବେ ଚୟନ କରାଯାଇଥିବା ଅନୁମାନ କରାଯାଏ। ଆଶା କରାଯାଏ ଆଗାମୀ ୫ ବର୍ଷ ଭିତରେ ସେ ଓଡ଼ିଶାବାସୀଙ୍କ ପାଇଁ କିଛି ନୂଆ କରି ଦେଖେଇବେ।

Previous Post

୨୫ ବର୍ଷ ପରେ ଓଡ଼ିଶାକୁ ମିଳିଲା ଉପ-ମୁଖ୍ୟମନ୍ତ୍ରୀ

Next Post

ମୋହନ ମାଝୀ ହେବେ ଓଡ଼ିଶାର ନୂଆଁ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ମୋହନ ମାଝୀ ହେବେ ଓଡ଼ିଶାର ନୂଆଁ ମୁଖ୍ୟମନ୍ତ୍ରୀ

ମୋହନ ମାଝୀ ହେବେ ଓଡ଼ିଶାର ନୂଆଁ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.