• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଜ୍ୟରେ ବିଜେପି ସରକାର: ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ

FNN WEB by FNN WEB
June 12, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ରାଜ୍ୟରେ ବିଜେପି ସରକାର: ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ
0
SHARES
18
VIEWS

ଶପଥ ଗ୍ରହଣ କଲେ ୨ ଉପମୁଖ୍ୟମନ୍ତ୍ରୀଙ୍କ ସହ ୧୩ ମନ୍ତ୍ରୀ

ଭୁବନେଶ୍ବର: ‘ଦୁଇ ଥର ପଦ୍ମ, ଦୁଇ ଗୁଣା ବିକାଶ। ଓଡ଼ିଶାରେ ହେବ ବିଜେପି ସରକାର।’ ସାଧାରଣ ନିର୍ବାଚନ-୨୦୨୪ର ପ୍ରଚାର ସମୟରେ ଭାରତୀୟ ଜନତା ପାର୍ଟି (ବିଜେପି) ଏହି ଶ୍ଲୋଗାନକୁ ବ୍ୟବହାର କରିଥିଲା। ଏହି ଶ୍ଲୋଗାନକୁ ଓଡ଼ିଶାବାସୀ ବିପୁଳ ସମର୍ଥନ ଦେଇଛନ୍ତି। ବିଜେପିକୁ ସରକାର ଗଢ଼ିବାକୁ ସୁଯୋଗ ଦେଇଛନ୍ତି। ଏଥି ସହିତ ଓଡ଼ିଶାରେ ଆଜି(୨୦୨୪ ଜୁନ୍‌ ୧୨)ଠାରୁ ବିଜେପି ସରକାର ଆରମ୍ଭ ହୋଇଛି। ସ୍ଥାନୀୟ ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦୁଝର ବିଧାନସଭା ଆସନରୁ ୪ ଥର ନିର୍ବାଚିତ ମୋହନ ଚରଣ ମାଝୀ ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପରେ ଦୁଇ ଜଣ ଉପମୁଖ୍ୟମନ୍ତ୍ରୀ ଭାବେ କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ଶପଥ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ ରାଜ୍ୟପାଳ ରଘୁବର ଦାସଙ୍କ ଠାରୁ ଶ୍ରୀ ମାଝୀ, ଶ୍ରୀ ସିଂହଦେଓ ଓ ଶ୍ରୀମତୀ ପରିଡ଼ା ପଦ ଓ ଗୋପନୀୟତାର ସହିତ ଶପଥ ଗ୍ରହଣ କରିଛନ୍ତି।

ସେହିପରି ମୋହନ ମାଝୀଙ୍କର ୮ ଜଣ କ୍ୟାବିନେଟ୍‌ ମନ୍ତ୍ରୀ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀ ମଧ୍ୟ ଶପଥ ଗ୍ରହଣ କରିଛନ୍ତି। ଏମାନେ ହେଲେ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ସୁରେଶ ପୂଜାରୀ, ରବି ନାରାୟଣ ନାଏକ, ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ପାତ୍ର, ପୃଥ୍ବୀରାଜ ହରିଚନ୍ଦନ, ଡ. ମୁକେଶ ମହାଲିଙ୍ଗ, ବିଭୂତି ଜେନା, ଡ. କୃ‌ଷ୍ଣଚନ୍ଦ୍ର ମହାପାତ୍ର, ରାଷ୍ଟ୍ରମନ୍ତ୍ରୀ ଭାବେ ଗଣେଶ ରାମସିଂ ଖୁଣ୍ଟିଆ, ସୂର୍ଯ୍ୟବଂଶୀ ସୂରଜ, ପ୍ରଦୀପ ବଳସାମନ୍ତ, ଗୋକୁଳାନନ୍ଦ ମଲ୍ଲିକ ଓ ସଂପଦ ଚନ୍ଦ୍ର ସ୍ବାଇଁ।

ସୂଚନା ଅନୁସାରେ ଏହି ଭବ୍ୟ ଶପଥ ଗ୍ରହଣ ସମାରୋହରେ ବହୁ ମାନ୍ୟଗଣ୍ୟ ଅତିଥି ସାମିଲ ହୋଇଥିଲେ । ୨୦୨୪ ନିର୍ବାଚନରେ ପ୍ରଚଣ୍ଡ ଜନମତ ସହ ନିରଙ୍କୁଶ ସଂଖ୍ୟା ଗରିଷ୍ଠତା ହାସଲ କରିବା ପରେ ଏକାକୀ ସରକାର ଗଢୁଥିବା ବିଜେପିର ଏହି ଐତିହାସିକ ମୁହୂର୍ତ୍ତର ସାକ୍ଷୀ ହୋଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନେକ ସଦସ୍ୟ, ଏନଡିଏ ଓ ବିଜେପି ଶାସିତ ରାଜ୍ୟର କିଛି ମୁଖ୍ୟମନ୍ତ୍ରୀ, ରାଜ୍ୟ ଓ ରାଜ୍ୟ ବାହାରର ବହୁ ସାଧୁସନ୍ଥ ଏବଂ ରାଜନୀତି, କ୍ରୀଡ଼ା, ବ୍ୟବସାୟ ଓ ମନୋରଞ୍ଜନ ଆଦି କ୍ଷେତ୍ରରେ ପ୍ରତିଷ୍ଠିତ ଦେଶର କିଛି ବିଶିଷ୍ଟ ବ୍ୟକ୍ତି ମଧ୍ୟ ଶପଥ ଗ୍ରହଣ ଉତ୍ସବରେ ସାମିଲ ହୋଇଥିଲେ । ତେବେ ପ୍ରାୟ ୩୦ ହଜାରରୁ ଅଧିକ ଲୋକ ଏହି ଐତିହାସିକ ମୁହୂର୍ତ୍ତର ସାକ୍ଷୀ ହୋଇଥିଲେ । ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ରମନ୍ତ୍ରୀ ଅମିତ ଶାହ, ରାଜନାଥ ସିଂହ, ଜଗତ ପ୍ରକାଶ ନଡ୍ଡା, ନିତିନ ଗଡ଼କରୀ, ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ଅଶ୍ବିନୀ ବୈଷ୍ଣବ, ଓଡ଼ିଶାରୁ ନବନିର୍ବାଚିତ ସାଂସଦ ଏବଂ ବିଧାୟକ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାୟ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ଉପସ୍ଥିତ ଥିଲେ।

ସେପଟେ ଶପଥ ଗ୍ରହଣ ସମାରୋହ ଲାଗି କଡ଼ା ସୁରକ୍ଷା ବଳୟ ଭିତରେ ରହିଥିଲା ରାଜଧାନୀ ଭୁବନେଶ୍ୱର । ଉତ୍ସବ ଲାଗି ୬୭ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଥିଲେ । ତମାମ କାର୍ଯ୍ୟକ୍ରମ ପରିଚାଳନା ଲାଗି ଜଣେ ଆଇଜି ଓ ୨ ଡିଆଇଜିଙ୍କୁ ଦାୟିତ୍ୱ ମିଳିଥିଲା । କେବଳ ଜନତା ମଇଦାନ ସୁରକ୍ଷାର ତଦାରଖ କରିଥିଲେ ଆଇଜି ପ୍ରବୀଣ କୁମାର । ସେହିଭଳି ଡିଆଇଜି ସାର୍ଥକ ଷଡ଼ଙ୍ଗୀ ଏୟାରପୋର୍ଟ ଏବଂ ଉମାଶଙ୍କର ଦାସ ଟ୍ରାଫିକ ପରିଚାଳନା କଥା ବୁଝିଥିଲେ । ମୋଟ ୧୩ ଡିସିପି, ୧୮ ଏଡିସିପି ରାଙ୍କ ଅଧିକାରୀ ଅନ୍ୟାନ୍ୟ ସୁରକ୍ଷା ଓ ଶାନ୍ତିଶୃଙ୍ଖଳା ଦାୟିତ୍ୱରେ ରହିଥିଲେ ।

ମୋହନ ମାଝୀ ମୁଖ୍ୟମନ୍ତ୍ରୀ ପଦବିର ଶପଥ ନେବା ପୂର୍ବରୁ ସମାରୋହରେ ପହଞ୍ଚି ଥିବା ଜନସାଧାରଣଙ୍କ ସହିତ କଥା ହୋଇଥିଲେ। ସାଧାରଣ ଜନତା ମଧ୍ୟ ଉତ୍ସାହିତ ଥିଲେ। ସେମାନେ ମୋହନ ମାଝୀଙ୍କ ସହିତ ‌ମୋବାଇଲ୍‌ରେ ସେ୍‌ଲଫି ନେଇଥିଲେ। ସେହିପରି ମୋହନ ମାଝୀ ଆଜି ଭୁବନେଶ୍ବରର ବିଭିନ୍ନ ସ୍ଥାନରେ ଥିବା ଓଡ଼ିଶାର ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଏହି ଅବରରେ ତାଙ୍କ ସହ ଦୁଇ ଭାବୀ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତି ପରିଡ଼ା ମଧ୍ୟ ଉପସ୍ଥିତ ଥିଲେ। ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବାକୁ ଯାଉଥିବା ବେଳେ ରାସ୍ତାରେ ଠିଆ ହୋଇଥିବା କିଛି ସାଧାରଣ ଲୋକଙ୍କ ସହ କଥା ହୋଇଥିଲେ। ଜଣେ ଗରିବ ମହିଳାଙ୍କ ଦୁଃଖ ଶୁଣିଥିଲେ। ଖାଲି ସେତିକି ନୁହେଁ କେତେକ ଅଟୋ ଚାଳକଙ୍କ ସହ ମଧ୍ୟ ସେମାନଙ୍କର ସମସ୍ୟା ନେଇ ଆଲୋଚନା କରିଥିଲେ। ଏଣେ ସେ ପରିବହନ ବିଭାଗର ଜଣେ କର୍ମଚରୀଙ୍କ ଅସୁବିଧା ଶୁଣିଥିଲେ। ସେହିପରି ମୋହନ ମାଝୀ ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିବାସକୁ ଯାଇ ସମାରୋହକୁ ଆସିବା ପାଇଁ ନିମନ୍ତ୍ରଣ ଦେବା ସହିତ ଆଶୀର୍ବାଦ ମାଗିଥିଲେ।

Previous Post

ସୁରମା ପାଢ଼ୀ ହେବେ ଓଡ଼ିଶାର ନୂଆ ବାଚସ୍ପତି

Next Post

ଓଡ଼ିଶାରେ ଆରମ୍ଭ ହେଲା ମୋହନ ସରକାର

FNN WEB

FNN WEB

Next Post
ଓଡ଼ିଶାରେ ଆରମ୍ଭ ହେଲା ମୋହନ ସରକାର

ଓଡ଼ିଶାରେ ଆରମ୍ଭ ହେଲା ମୋହନ ସରକାର

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.