• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଶାରେ ଆରମ୍ଭ ହେଲା ମୋହନ ସରକାର

FNN WEB by FNN WEB
June 12, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ଓଡ଼ିଶାରେ ଆରମ୍ଭ ହେଲା ମୋହନ ସରକାର
0
SHARES
11
VIEWS

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀଙ୍କ ଏହି ପଦ ଓ ଗୋପନୀୟତାର ଶପଥ ପାଠ ସହ ରାଜ୍ୟରେ ଆରମ୍ଭ ହୋଇଛି ବିଜେପି ସରକାର । ଲେଖା ହୋଇଛି ନୂଆ ଇତିହାସ, ଆରମ୍ଭ ହୋଇଛି ରାଜ୍ୟ ରାଜନୀତିର ନୂଆ ଅଧ୍ୟାୟ । ଐତିହ୍ୟ, ସଂସ୍କୃତି ଓ ପରମ୍ପରାର ରାଜ୍ୟ ଓଡ଼ିଶାର ପଂଚଦଶ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେଇଛନ୍ତି କେନ୍ଦୁଝରର ଲୋକପ୍ରିୟ ଆଦିବାସୀ ଚେହେରା । ରାଜନୀତିରେ ଅଭିଜ୍ଞ ଓ ଅନୁଭବୀ ନେତା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହଙ୍କ ଉପସ୍ଥିତିରେ ଓଡ଼ିଶାର ମଙ୍ଗ ଧରିଛନ୍ତି ମୋହନ । ଓଡ଼ିଶା ସରକାରରେ ମୋହନଙ୍କ ସାଥୀ ଭାବେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡା ବି ନେଇଛନ୍ତି ପଦ ଓ ଗୋପନୀୟତାର ଶପଥ ।

ବଦଳିଛି ୨୫ ବର୍ଷର ସରକାର । ନୂଆ ଦଳ, ନୂଆ ମୁଖ୍ୟମନ୍ତ୍ରୀ । ପ୍ରଥମଥର ପାଇଁ ନିଜ ଦମ୍ଭରେ ଓଡ଼ିଶାରେ ଏକାକୀ ସରକାର ଗଢିଛି ବିଜେପି । ନିର୍ବାଚନରେ ପ୍ରଚଣ୍ଡ ଜନମତ ସହ ନିରଙ୍କୁଶ ସଂଖ୍ୟା ଗରିଷ୍ଠତା ହାସଲ ପରେ ସରକାର ଗଠନର ଏଭଳି ଭବ୍ୟ ଆୟୋଜନ ନା କେବେ ଓଡ଼ିଶା ଦେଖିଥିଲା ନା କିଏ ଭାବିଥିଲା । ଏହି ଐତିହାସିକ ମୁହୂର୍ତ୍ତର ମୁକସାକ୍ଷୀ ବନିଥିଲେ ୯ଟି ରାଜ୍ୟର ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀମଣ୍ଡଳର ଅନେକ ସଦସ୍ୟ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ରାଜନୀତି, କ୍ରୀଡା, ବ୍ୟବସାୟ ଓ ମନୋରଂଜନ କ୍ଷେତ୍ରରେ ପ୍ରତିଷ୍ଠିତ ଏକାଧିକ ବିଶିଷ୍ଟ ବ୍ୟକ୍ତିତ୍ୱ । ରାଜ୍ୟ ତଥା ରାଜ୍ୟ ବାହାରର ବହୁ ସାଧୁସନ୍ଥ ବି ପହଁଚିଥିଲେ ନୂଆ ସରକାରକୁ ଆଶୀର୍ବାଦ କରିବାକୁ । ନେତା, କର୍ମୀ, ସମର୍ଥକ ଓ ଶୁଭେଚ୍ଛୁଙ୍କ ସହ ହଜାର ହଜାର ସାଧାରଣ ଜନତାଙ୍କ ମଧ୍ୟରେ ଉତ୍ସାହର ତ ସୀମା ନଥିଲା ।

ନିମନ୍ତ୍ରଣ ପତ୍ରରୁ ଶପଥ ସମାରୋହ ସ୍ଥଳ, ସବୁଠି ଓଡ଼ିଆ ଅସ୍ମିତାର ଛାପ । ତୋରଣରେ ଶୁଦ୍ଧ ଓଡ଼ିଆ ଲେଖା ସହ ମୁଖ୍ୟ ଫାଟକରେ ଶୋଭା ପାଇଥିଲା କୋଣାର୍କ ଘୋଡା ଓ ଧଉଳି ହାତୀ । ଭିଆଇପି ଗେଟରେ ପୁରୀ ସାହିଯାତର ଝଲକ, ସଭାସ୍ଥଳକୁ ଯିବାର ଦୁଇ ପାର୍ଶ୍ବରେ ରହିଥିଲା ଓଡ଼ିଶାର ବରପୁତ୍ର ମାନଙ୍କ ଫଟୋଚିତ୍ର ଓ ପ୍ରତିମୂର୍ତ୍ତି । ଭିତରେ ମଂଚ ତଳେ ଐତିହ୍ୟ କୋଣାର୍କ ଆକୃତିର ସାଜସଜ୍ଜା, ଓଡ଼ିଆ ଅସ୍ମିତାର ପ୍ରତୀକ ଭାଗବତ ଟୁଙ୍ଗି ଓ ମାଣବସା ଗୁରୁବାରର ମହକ ସହ ପ୍ରତିଫଳିତ ହେଉଥଲା ଓଡ଼ିଆ ସଂସ୍କୃତି ଓ ପରମ୍ପରା । ନୂଆ ସରକାରକୁ ସ୍ବାଗତ ଜଣାଇ କେଉଁଠି ଘୋଡା ନାଚ ହେଉଥିଲା ତ ଆଉ କେଉଁଠି ସମ୍ବଲପୁରୀ, ଢେମସା ଓ ଛଉ ନୃତ୍ୟ ଦୁଲୁକୁଥିଲା ସାରା ଭୁବନେଶ୍ବର ।

ଏପ୍ରିଲ ୨୦ ତାରିଖ । ବ୍ରହ୍ମପୁରର କନିଷି ନିର୍ବାଚନୀ ସଭାରେ ପ୍ରଥମଥର ପାଇଁ ରାଜ୍ୟରେ ବିଜେପି ସରକାର ଗଠନ ନେଇ ଦମ୍ଭ ଦେଖାଇଥିଲେ ପ୍ରଧାନମନ୍ତ୍ରୀ ମୋଦି । ଜଣେ ଓଡ଼ିଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହକୁ ଆସିବା ନେଇ ଦେଇଥିଲେ ପ୍ରତିଶ୍ରୁତି । ଆଉ ସେହି ପ୍ରତିଶ୍ରୁତି ପୂରଣ କରି ଓଥ୍ ଟେକିଂ ସେରିମୋନିର ୨ ଘଣ୍ଟା ପୂର୍ବରୁ ଭୁବନେଶ୍ବରରେ ପହଁଚିଯାଇଥିଲେ ପ୍ରଧାନମନ୍ତ୍ରୀ । ସାକ୍ଷୀ ବନିଥିଲେ ଓଡ଼ିଶାରେ ଐତିହାସିକ ସରକାରର ଶପଥ ଗ୍ରହଣ ସମାରୋହର ।

ଦୁଇ ଉପମୁଖ୍ୟମନ୍ତ୍ରୀ ଓ ୮ କ୍ୟାବିନେଟ୍ ମନ୍ତ୍ରୀଙ୍କ ସମେତ ୧୬ ଜଣିଆ ମନ୍ତ୍ରିମଣ୍ଡଳର ଶପଥ ସହ ଓଡ଼ିଶାରେ ଆଜିଠୁ ଆରମ୍ଭ ହୋଇଛି ମୋହନ ସରକାର

Previous Post

ରାଜ୍ୟରେ ବିଜେପି ସରକାର: ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ

Next Post

ମୋହନ ସରକାରଙ୍କ ପ୍ରଥମ ନିଷ୍ପତ୍ତି, ଆସନ୍ତାକାଲି ଖୋଲିବ ଶ୍ରୀମନ୍ଦିର ୪ ଦ୍ୱାର

FNN WEB

FNN WEB

Next Post
ମୋହନ ସରକାରଙ୍କ ପ୍ରଥମ ନିଷ୍ପତ୍ତି, ଆସନ୍ତାକାଲି ଖୋଲିବ ଶ୍ରୀମନ୍ଦିର ୪ ଦ୍ୱାର

ମୋହନ ସରକାରଙ୍କ ପ୍ରଥମ ନିଷ୍ପତ୍ତି, ଆସନ୍ତାକାଲି ଖୋଲିବ ଶ୍ରୀମନ୍ଦିର ୪ ଦ୍ୱାର

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.