• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଜାତୀୟ

ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କଲେ ଧର୍ମେନ୍ଦ୍ର

FNN WEB by FNN WEB
June 13, 2024
in ଜାତୀୟ, ମୁଖ୍ୟ ଖବର
0
ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କଲେ ଧର୍ମେନ୍ଦ୍ର
0
SHARES
11
VIEWS

ନୂଆଦିଲ୍ଲୀ : ଓଡ଼ିଶା ସମେତ ଭାରତବର୍ଷରେ ଜାତୀୟ ଶିକ୍ଷା ନୀତିର କ୍ରିୟାନ୍ୱୟକୁ ଗତି ଦିଆଯିବ । ବିଶେଷ ଭାବରେ ଓଡ଼ିଶାରେ ନବଗଠିତ ବିଜେପି ସରକାର ସହଯୋଗରେ ଓଡ଼ିଶାରେ ପିଏମ୍ ଶ୍ରୀସ୍କୁଲ ଓ ପିଏମ ଉଷାକୁ କାର୍ଯ୍ୟକାରୀ କରାଯିବା ସହ ଶିକ୍ଷା ଭିତ୍ତିଭୂମିକୁ ସୁଦୃଢ଼ କରାଯିବ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମୋଦୀ ସରକାରଙ୍କ ତୃତୀୟ ପାଳିରେ ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ନେବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଶ୍ରୀ ପ୍ରଧାନ ଏହା କହିଛନ୍ତି ।

ଶ୍ରୀ ପ୍ରଧାନ କହିଛନ୍ତି ଯେ ମୋ ଉପରେ ନିରନ୍ତର ବିଶ୍ୱାସ ଓ ଭରସା ରଖି ଶିକ୍ଷା ବିଭାଗ ଭଳି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ । ଶିକ୍ଷାର ପ୍ରମୁଖ ଏଜେଣ୍ଡାରେ ମୂଳତଃ ଜାତୀୟ ଶିକ୍ଷା ନୀତିକୁ ଅଧିକରୁ ଅଧିକ କ୍ରିୟାନ୍ୱୟନ ଉପରେ ଗୁରୁତ୍ୱ ଦିଆଯିବ । ମୁଁ ଏବଂ ମୋର ଟିମ୍ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱ ଏବଂ ମାର୍ଗଦର୍ଶନରେ ଜାତୀୟ ଶିକ୍ଷା ନୀତିକୁ କାର୍ଯ୍ୟକାରୀ କରିବା ପାଇଁ ନୂଆ ନୂଆ ମାର୍ଗ ପ୍ରସ୍ତୁତ କରାଯିବ ।

ଭାରତବର୍ଷର ନୂଆପିଢିଙ୍କୁ ବୈଶ୍ୱିକ ସ୍ତରରେ ପହଞ୍ଚାଇବା ପାଇଁ ଶିକ୍ଷା ବିଭାଗର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ବାଲବାଟିକାରୁ ଆରମ୍ଭ କରି ଗବେଷଣା ସହ ସବୁ କାମକୁ ତ୍ୱରାନ୍ୱିତ କରାଯିବ । ଜାତୀୟ ଶିକ୍ଷା ନୀତି ରୂପକ ଦାର୍ଶନିକ ଦସ୍ତାବିଜ୍ ଆହୁରି ରୁଟେଡ୍ ହେବ । ଶିକ୍ଷା ଦୃଶ୍ୟପଟ୍ଟକୁ ଭବିଷ୍ୟତଗାମୀ କରାଯିବ । ଲୋକଙ୍କୁ ସଶକ୍ତ କରିବା ସହ ଭାରତକୁ ଏକବିଂଶ ଶତାବ୍ଦୀର ଜ୍ଞାନ ଅର୍ଥନୀତି ଭାବରେ ପ୍ରତିଷ୍ଠିତ କରିବା ଆମର ଲକ୍ଷ୍ୟ ରହିଛି ।

ଶ୍ରୀ ପ୍ରଧାନ ଆହୁରି କହିଛନ୍ତି ଯେ ଓଡ଼ିଶାରେ ଶିକ୍ଷା କ୍ଷେତ୍ରରେ ଅନେକ ବିଷୟରେ ସ୍ଥାନୀୟ ସରକାରର ଅସହଯୋଗ କାରଣରୁ ହୋଇପାରୁନଥିଲା । ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ (ପିଏମ-ଉଷା) ସମେତ ସରକାରୀ ସ୍କୁଲ ଗୁଡିକରେ ପିଏମ ଶ୍ରୀସ୍କୁଲକୁ ପୂର୍ଣ୍ଣ ରୂପେ କାର୍ଯ୍ୟକାରୀ କରାଯାଇପାରୁନଥିଲା । ପିଏମ ଶ୍ରୀ ଯୋଜନାରେ ପ୍ରାୟ ୮୦୦ଟି ସରକାରୀ ସ୍କୁଲ ପିଏମ ଶ୍ରୀ ସ୍କୁଲରେ ବିକଶିତ ହେବା ସହ ୫ ବର୍ଷରେ ୧୬୦୦ କୋଟିରୁ ଅଧିକ ଟଙ୍କା ଆସିବ । ଓଡ଼ିଶାରେ ମାଟ୍ରିକ ପରୀକ୍ଷାରେ ଫର୍ମ ପୂରଣ କରି ପ୍ରାୟ ୫୦ ପ୍ରତିଶତ ପିଲାମାନେ ପରୀକ୍ଷା ଦେଉନଥିବା ବେଳେ ସେ ଉପରେ ଦୃଷ୍ଟି ଦିଆଯିବ । ଓଡ଼ିଶାରେ ନବଗଠିତ ରାଜ୍ୟ ଏବଂ କେନ୍ଦ୍ର ସରକାରର ମିଳିତ ଉଦ୍ୟମରେ ଶିକ୍ଷାକୁ ଅଗ୍ରାଧିକାର ଦିଆଯିବ ।

ଓଡ଼ିଆ ଅସ୍ମିତାର ମୂଳ ବିଷୟ ହେଲା ଓଡ଼ିଶାର ବୌଦ୍ଧିକ କ୍ଷମତା । ରାଜ୍ୟର ଶିକ୍ଷା ବ୍ୟବସ୍ଥା ବହୁତ ଗଭୀର । ୧୯୩୬ ସୁଦ୍ଧା ଓଡ଼ିଶା ଭାଷାଭିତ୍ତିରେ ସ୍ୱତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ପୂରଣ ହେବ । ୨୦୪୭ ସୁଦ୍ଧା ଦେଶ ସ୍ୱାଧୀନତାର ୧୦୦ ବର୍ଷ ପୂରିବ । ଏହି ସମୟ ସୀମା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଭିଜନରେ ଗୁଣାତ୍ମକ ଶିକ୍ଷା ଆଧାରରେ ବିକଶିତ ଓଡ଼ିଶା ଏବଂ ବିକଶିତ ଭାରତର ସ୍ୱପ୍ନ ପୂରଣ ହେବ । ବୈଷୟିକ ଶିକ୍ଷା, ମେଡିକାଲ ଶିକ୍ଷା ଏବଂ ସ୍କିଲ୍ ଶିକ୍ଷା ଉପରେ ଯୋର୍ ଦିଆଯିବ ।

କେନ୍ଦ୍ରମନ୍ତ୍ରୀଙ୍କ ସହ ଶିକ୍ଷା ରାଷ୍ଟ୍ର ମନ୍ତ୍ରୀ ଭାବରେ ଜୟନ୍ତ ସିଂହ ଏବଂ ଡା. ସୁକାନ୍ତ ମଜୁମଦାର୍ ମଧ୍ୟ ଦାୟିତ୍ୱ ଗ୍ରହଣ କରିଛନ୍ତି ।

Previous Post

ରଜକୁ ଫିକା କରିବ ଗୁଳୁଗୁଳି, ନାହିଁ ବର୍ଷାର ସମ୍ଭାବନା

Next Post

ଜୁଲାଇ ୧ରୁ ଦେଶରେ ଲାଗୁ ହେବ ନୂଆ ପୁଲିସ ଆଇନ: ହଟିବ ଆଇପିସି, ସିଆରପିସି

FNN WEB

FNN WEB

Next Post
ଜୁଲାଇ ୧ରୁ ଦେଶରେ ଲାଗୁ ହେବ ନୂଆ ପୁଲିସ ଆଇନ: ହଟିବ ଆଇପିସି, ସିଆରପିସି

ଜୁଲାଇ ୧ରୁ ଦେଶରେ ଲାଗୁ ହେବ ନୂଆ ପୁଲିସ ଆଇନ: ହଟିବ ଆଇପିସି, ସିଆରପିସି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.