• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରଥଯାତ୍ରାରେ ଶୃଙ୍ଖଳିତ ପରିବହନ ସେବା ପାଇଁ ସମନ୍ୱୟ ବୈଠକ, ଅଧିକ ଭଡ଼ା ଆଦାୟ କଲେ କାର୍ଯ୍ୟାନୁଷ୍ଠାନ

FNN WEB by FNN WEB
June 19, 2024
in ଓଡ଼ିଶା, ମୁଖ୍ୟ ଖବର
0
ରଥଯାତ୍ରାରେ ଶୃଙ୍ଖଳିତ ପରିବହନ ସେବା ପାଇଁ ସମନ୍ୱୟ ବୈଠକ, ଅଧିକ ଭଡ଼ା ଆଦାୟ କଲେ କାର୍ଯ୍ୟାନୁଷ୍ଠାନ
0
SHARES
0
VIEWS

ଭୁବନେଶ୍ବର: ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ଶ୍ରୀକ୍ଷେତ୍ର ପୁରୀକୁ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିବ । ଶ୍ରଦ୍ଧାଳୁଙ୍କ ସୁଗମ ପରବହନକୁ ଆଖି ଆଗରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ଏକ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଛି । ପ୍ରାଧିକରଣର ମୁଖ୍ୟାଳୟରେ ରାଜ୍ୟ ପରିବହନ ଆୟୁକ୍ତ ଅମିତାଭ ଠାକୁରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜାତୀୟ ରାଜପଥ କର୍ତ୍ତୃପକ୍ଷ, ପୋଲିସ କର୍ତ୍ତୃପକ୍ଷ, ପୁରୀ, କଟକ ଓ ଭୁବନେଶ୍ବର ଆଞ୍ଚଳିକ ପରିବହନ ଅଧିକାରୀ ଏବଂ ବସ୍ ମାଲିକ ସଙ୍ଘ ପ୍ରତିନିଧିମାନେ ଉପସ୍ଥିତ ଥିଲେ । ଏତେ ସଂଖ୍ୟକ ଶ୍ରଦ୍ଧାଳୁ ଯେପରି ପୁରୀରେ ସୁବିଧାରେ ପହଞ୍ଚିବେ ଓ ଫେରିବେ ତାର ବିଭିନ୍ନ ଦିଗ ଉପରେ ଆଲୋଚନା କରାଯାଇ ସର୍ବସମ୍ମତିକ୍ରମେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗୁଡ଼ିକ ଗ୍ରହଣ କରାଯାଇଛି ।

ପ୍ରତିବର୍ଷ ଭଳି ଚଳିତ ଥର ମଧ୍ୟ ରଥଯାତ୍ରା, ବାହୁଡ଼ା ଯାତ୍ରା ଓ ସୁନାବେଶ ନିମନ୍ତେ ଅନ୍ୟରୁଟ୍ ଗାଡ଼ିଗୁଡ଼ିକୁ ପୁରୀ ନିମନ୍ତେ ସ୍ୱତନ୍ତ୍ର ପରମିଟ୍ ପ୍ରଦାନ କରାଯିବ । ଆଗ୍ରହୀ ବସ୍ ମାଲିକମାନେ ଏଥିନିମନ୍ତେ ଆବେଦନ କରିବେ ଏବଂ ଏସଟିଏ ମୁଖ୍ୟାଳୟରେ ସିଙ୍ଗଲ ଓ୍ୱିଣ୍ଡୋ ବ୍ୟବସ୍ଥାରେ ଏହାକୁ ଅନୁମୋଦନ ମିଳିବ । ବିଶେଷକରି, କଟକ-ଭୁବନେଶ୍ୱରରୁ ଅଧିକ ସଂଖ୍ୟକ ବସ୍ ପୁରୀ ଚଳାଚଳ କରିବା ଉପରେ ଗୁରୁତ୍ୱ ଦିଆଯିବ । ସେହିଭଳି ନିର୍ଦ୍ଧାରିତ ବସ୍ ଭଡ଼ାଠାରୁ କୌଣସି ବସ୍ ଯାତ୍ରୀଙ୍କଠାରୁ ଅଧିକ ଭଡ଼ା ଦାବି କରିବାର ଅଭିଯୋଗ ଯେଭଳି ନ ଆସେ ସେ ଦିଗରେ ବସ ମାଲିକ ସଙ୍ଘ ଧ୍ୟାନ ଦେବାକୁ କହିଛନ୍ତି ପରିବହନ ଆୟୁକ୍ତ । ଅଧିକ ଭଡ଼ା ଆଦାୟ କଲେ ଆଇନ ଅନୁଯାୟୀ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ । କେବଳ ବସ୍ ନୁହେଁ, ମାଳତୀପାଟପୁର କିମ୍ବା ତାଳବଣିଆରୁ ବଡ଼ଦାଣ୍ଡକୁ ଯାଉଥିବା ଅଟୋ କିମ୍ବା ଅନ୍ୟାନ୍ୟ ଗାଡ଼ି ଯେପରି ମନଇଚ୍ଛା ଭଡ଼ା ଦାବି ଏ କରିବେ ସେ ଦିଗରେ ପୁରୀ ପୋଲିସ ଓ ପୁରୀ ଆରଟିଓ ବିଶେଷ ଧ୍ୟାନ ଦେବାକୁ ନିଷ୍ପତ୍ତି ହୋଇଛି । ବସ୍ ରହଣି ସ୍ଥାନରେ ଅସ୍ଥାୟୀ ବିଶ୍ରାମାଗାର ସହ ପ୍ରଶାସନ ତରଫରୁ ଖାଦ୍ୟ, ପାନୀୟ ବଣ୍ଟନର ବ୍ୟବସ୍ଥା କରାଯିବ । ରାସ୍ତାଘାଟ ଆଲୋକୀକରଣକୁ ସୁନିଶ୍ଚିତ କରାଯିବ। ବସଗୁଡିକରେ ଫାଷ୍ଟଏଡ୍ କିଟ୍ ଓ ପର୍ୟ୍ୟାପ୍ତ ପରିମାଣର ଓଆରଏସ ମହଜୁଦ୍ ରହିବ ଓ ତାହା ଏସଟିଏ ପକ୍ଷରୁ ଯୋଗାଇ ଦିଆଯିବ । ଏହାସହ ରଥଯାତ୍ରା ସମୟରେ ସ୍ପେଶାଲ ପରମିଟ ପାଇଥିବା ବସଗୁଡିକୁ ଟୋଲଗେଟରେ ଫି ଛାଡ଼ ନେଇ ବସ୍ ମାଲିକମାନଙ୍କ ଦୀର୍ଘଦିନର ଏକ ଦାବିକୁ ମଧ୍ୟ ଆଜି ଏସଟିଏ ଗ୍ରହଣ କରିଛି । ଏସଂକ୍ରାନ୍ତରେ ବୈଠକରେ ଉପସ୍ଥିତ ଏନଏଚଆଇ କର୍ତ୍ତୃପକ୍ଷଙ୍କୁ ଦିଗରେ ପଦକ୍ଷେପ ନେବାକୁ କୁହାଯାଇଛି ।

ବସ୍ ଷ୍ଟପ୍ ଗୁଡିକରେ ଯାତ୍ରୀମାନଙ୍କୁ ଯେଉଁ ଭଳି କେହି ହଇରାଣ ନ କରନ୍ତି ସେ ଦିଗରେ ପୋଲିସର ସହାୟତା ଲୋଡ଼ାଯାଇଛି। ଅସାମାଜିକମାନଙ୍କ ଉପରେ କଡ଼ା ନଜର ରଖାଯାଇ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ । ସ୍ୱତନ୍ତ୍ର ଟିମ୍ ଗଠନ କରି ଯାତ୍ରୀଙ୍କ ସୁବିଧାକୁ ପୁରୀ, ଭୁବନେଶ୍ୱର, କଟକ ସମେତ ଅନ୍ୟାନ୍ୟ ସହରର ବସଷ୍ଟାଣ୍ଡରେ ତଦାରଖ କରାଯିବ । ଏହା ସହ ପୁରୀର ତାଳବଣିଆରେ ସିସିଟିଭି ମଧ୍ୟ ଲାଗିବ । ରାଜ୍ୟ ବାହାର ଯାତ୍ରୀବାହୀ ଗାଡିଗୁଡିକ ମାଳତୀପାଟପୁରରେ ରହିବେ।

ଯାତ୍ରୀ ଓ ଯାତ୍ରୀବାହୀ ଗାଡ଼ିମାନଙ୍କ ସୁବିଧା ନିମନ୍ତେ ରଥଯାତ୍ରା ସମୟରେ ପୁରୀରେ RTOଙ୍କ ପକ୍ଷରୁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲାଯିବ । ଏହାସହ ଗାଡ଼ି ମରାମତି ନିମନ୍ତେ ବିଭିନ୍ନ କମ୍ପାନୀଙ୍କ ସହଯୋଗ, କ୍ରେନ୍ ଓ ଆମ୍ବୁଲାନ୍ସ ସୁବିଧା ମଧ୍ୟ କରାଯିବ । ଶୃଙ୍ଖଳିତ ଟ୍ରାଫିକ ବ୍ୟବସ୍ଥା ଉପରେ ବିଶେଷ ଧ୍ୟାନ ଦିଆଯିବ । ଜାତୀୟ ରାଜପଥରେ ଗହଳି ଆଶଙ୍କା ଥିବା ସ୍ଥାନ ବିଶେଷକରି ପଳାଶୁଣି, ହଂସପାଳ ଭଳି ପଏଣ୍ଟ ଗୁଡ଼ିକରେ ସ୍ଵତନ୍ତ୍ର ଟିମ୍ ଦାୟିତ୍ୱରେ ରହିବେ । ସମସ୍ତ ବିଭାଗ, ଗାଡ଼ି ମାଲିକ ଓ କର୍ମଚାରୀଙ୍କ ସହଯୋଗରେ ଜନସାଧାରଣଙ୍କୁ ଉତ୍ତମ ସେବା ପ୍ରଦାନ ପାଇଁ ସମସ୍ତ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି ପରିବହନ ଆୟୁକ୍ତ । ଏହାସହ ରଥଯାତ୍ରା ସମୟରେ ବେପରୁଆ ଗାଡ଼ି ଚାଳନାକୁ ରୋକିବାକୁ ଭୁବନେଶ୍ୱରରୁ ପୁରୀ ମଧ୍ୟରେ ଇଣ୍ଟେଲିଜେଣ୍ଟ ଏନଫୋର୍ସ ସିଷ୍ଟମ କାର୍ଯ୍ୟକାରୀ ହେବ । ସମନ୍ୱୟ ବୈଠକକୁ ଅତିରିକ୍ତ ପରିବହନ କମିଶନର ଲାଲମୋହନ ସେଠୀ ପରିଚାଳନା କରିଥିବାବେଳେ ଯୁଗ୍ମ ପରିବହନ କମିଶନର ପ୍ରଦୀପ କୁମାର ମହାନ୍ତି ଧନ୍ୟବାଦ ଦେଇଥିଲେ।

Previous Post

କ୍ୟାବିନେଟର ବଡ଼ ନିଷ୍ପତ୍ତି: ଧାନ କ୍ବିଣ୍ଟାଲ ପିଛା ୨,୩୦୦ ଟଙ୍କା

Next Post

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨୨ ଓଏଏସ୍ ଅଧିକାରୀ ଅପସାରିତ

FNN WEB

FNN WEB

Next Post
୩୦ ଜୁନ୍‌ ଯାଏଁ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨୨ ଓଏଏସ୍ ଅଧିକାରୀ ଅପସାରିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.