• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରଥଯାତ୍ରା ଦେଖିବାକୁ ପୁରୀ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

FNN WEB by FNN WEB
June 26, 2024
in ଓଡ଼ିଶା, ମୁଖ୍ୟ ଖବର
0
ରଥଯାତ୍ରା ଦେଖିବାକୁ ପୁରୀ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
0
SHARES
1
VIEWS

ପୁରୀ: ପୁରୀରେ ରଥଯାତ୍ରା ଦେଖିବେ ମହାମହିମ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏଥର ଶ୍ରୀଗୁଣ୍ଡିଚା ଯାତ୍ରାରେ ସାମିଲ ହେବେ। ଜୁଲାଇ ୬ରୁ ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି। ୯ ତାରିଖ ଯାଏ ରହିବେ। ୬ ତାରିଖ ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେହିଦିନ ଉତ୍କଳମଣିଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ଯୋଗ ଦେବେ। ୭ ତାରିଖରେ ଯିବେ ପୁରୀ ।

ରଥଯାତ୍ରା ଦେଖିବା ପରେ ରାଷ୍ଟ୍ରପତି ୮ ତାରିଖରେ ଖଣ୍ଡଗିରି, ଉଦୟଗିରି ପରିଦର୍ଶନ କରିବେ । ସେଦିନ ଅପରାହ୍ନରେ ଡିଭାଇନ୍ ରିଟ୍ରିଟ୍ ସେଣ୍ଟର ଉଦଘାଟନ କରିବେ। ୯ ତାରିଖ ପୂର୍ବାହ୍ନରେ ନାଇଜର୍ କାର୍ଯ୍ୟକ୍ରମରେ ଯୋଗବାର କାର୍ଯ୍ୟକ୍ରମ ରହିଛି। ସେହିଦିନ ଅପରାହ୍ଣରେ ରାଷ୍ଟ୍ରପତି ଦିଲ୍ଲୀ ଫେରିଯିବେ । ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ବ୍ଲୁ ବୁକ୍ ଅନୁସାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବ। ରୁଟ୍ ଲାଇନ ଉପରେ ଅଧିକ ଗୁରୁତ୍ବ ଦିଆଯିବ ବୋଲି ପୋଲିସ କମିଶନର କହିଛନ୍ତି।

ତେବେ ଆସନ୍ତା ୭ ତାରିଖରେ ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘୋଷଯାତ୍ରାକୁ ଶୃଙ୍ଖଳିତ, ସୁରକ୍ଷିତ ଓ ବ୍ୟବସ୍ଥିତ କରିବା ପାଇଁ ପୁରୀରେ ରଥଯାତ୍ରା ଦ୍ୱିତୀୟ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ପୁରୀ ଟାଉନ୍ ହଲ ପରିସରରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବୈଠକରେ ବିଭିନ୍ନ ଦିଗକୁ ନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଛି।

ପୁରୀରେ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ କମିଟି ବୈଠକ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଶେଷ ହୋଇଛି । ଏହି ବୈଠକରେ ବିଭିନ୍ନ ବିଭାଗର ମନ୍ତ୍ରୀ, ସଚିବ ଉପସ୍ଥିତ ଥିଲେ । ରଥଯାତ୍ରା ସୁପରିଚାଳନା, ରଥ ପ୍ରସ୍ତୁତି, ନୀତି ନିର୍ଘଣ୍ଟ ନେଇ ଆଲୋଚନା ମଧ୍ୟ କରାଯାଇଛି । ବିଶେଷ କରି ରଥଯାତ୍ରା ସୁପରିଚାଳନା, ରଥ ପ୍ରସ୍ତୁତି, ନୀତି ନିର୍ଘଣ୍ଟ, ଆଇନ ଶୃଙ୍ଖଳା, ଟ୍ରାଫିକ ନିୟନ୍ତ୍ରଣ, ସ୍ୱାସ୍ଥ୍ୟ ବିଭାଗର ପ୍ରସ୍ତୁତି, ପରିମଳ ବ୍ୟବସ୍ଥା, ରାସ୍ତାଘାଟ, ରେଳ ଚଳାଚଳ, ପରିବହନ ବ୍ୟବସ୍ଥା ଦିଗ ଉପରେ ଆଲୋଚନା ହୋଇଛି।

ବୈଠକରେ ବିଭିନ୍ନ ବିଭାଗର ମନ୍ତ୍ରୀ, ପୁରୀ ଜିଲ୍ଲାର ବିଧାୟକ, ବିଭିନ୍ନ ବିଭାଗର ସଚିବଙ୍କ ସମେତ ବରିଷ୍ଠ ପୋଲିସ ଓ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ। ତେବେ ଜୁଲାଇ ୭ ଓ ୮ ଦୁଇ ଦିନ ଧରି ରଥଯାତ୍ରା ଚାଲିବାକୁ ଥିବାରୁ ଉଭୟ ପୋଲିସ ପ୍ରଶାସନ ଓ ନୂଆ ରାଜ୍ୟ ସରକାରଙ୍କ ପାଇଁ ଏହା ବଡ଼ ଚ୍ୟାଲେଞ୍ଜ ପାଲଟିଛି।

Previous Post

ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା, ଓଡ଼ିଆ ଖେଳାଳି ଅମିତ ରୋହିଦାସଙ୍କୁ ମିଳିଲା ସୁଯୋଗ

Next Post

ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସହ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସହ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସହ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.