• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟ ଓ ମିଶନଶକ୍ତି ପରିସରଭୁକ୍ତ କରାଯିବା

FNN WEB by FNN WEB
June 27, 2024
in ଓଡ଼ିଶା, ମୁଖ୍ୟ ଖବର
0
ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟ ଓ ମିଶନଶକ୍ତି ପରିସରଭୁକ୍ତ କରାଯିବା
0
SHARES
1
VIEWS

ଭୁବନେଶ୍ୱର : ଜୁଲାଇ ୧୫ ତାରିଖରେ “ବିଶ୍ୱ ଯୁବ ଦକ୍ଷତା ଦିବସ’’ ଅବସରରେ କୌଶଳ ରଥ ଦୁଇଗୋଟି ବସ୍‌ ଦ୍ୱାରା ୩୦ଟି ଜିଲ୍ଲାକୁ ଅତିକ୍ରମ କରିବ। ବିଭିନ୍ନ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଓ ଯୋଜନା ସମ୍ପର୍କରେ ଯୁବପିଢ଼ିଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ କୌଶଳରଥ ଆରମ୍ଭ କରିବାକୁ ପ୍ରସ୍ତାବଅଛି ଯେଉଁଥିରେ ହାଇସ୍କୁଲ, ଆଶ୍ରମ ବିଦ୍ୟାଳୟ, ଶିଶୁ ଯତ୍ନ ଅନୁଷ୍ଠାନ, ପିଭିଟିଜି(ପ୍ରାଚୀନଜନଜାତି) ଅଞ୍ଚଳରେ (ବଣ୍ଡା ଓ ମାଙ୍କଡ଼ିଆ ଇତ୍ୟାଦି) ଏବଂ ଆଇଟିଆଇ ଓ ପଲିଟେକ୍‌ନିକ୍‌ ଉଚ୍ଚ ଶିକ୍ଷାଅନୁଷ୍ଠାନ ଉପରେ ଗୁରୁତ୍ୱ ଦିଆଯିବ ।

ସେହିଭଳି ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ନିର୍ଦ୍ଦିଷ୍ଟ କେତେକ ଟ୍ରେନି ଛାତ୍ରଛାତ୍ରୀ ମଧ୍ୟରେ ସୀମିତ ନରଖି ଏହାକୁୁ ଶିଳ୍ପାନୁଷ୍ଠାନ, ମହାବିଦ୍ୟାଳୟ ଓ ମିଶନଶକ୍ତି ପରିସରଭୁକ୍ତ କରାଯିବା ଉପରେ ଦକ୍ଷତା ବିକାଶ ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଗୁରୁତ୍ୱାରୋପ କରିଛନ୍ତି ।

ଆଜି ପୂର୍ବାହ୍ନରେ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ସମ୍ବନ୍ଧରେ ପୁଂଖାନୁପୁଂଖ ସମୀକ୍ଷା କରିବା ଅବସରରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଥିଲେ ବିଭିନ୍ନ ଶିଳ୍ପାନୁଷ୍ଠାନ ଓ କମ୍ପାନୀ ଗୁଡ଼ିକରେ ଓଡ଼ିଆ ଛାତ୍ରଛାତ୍ରୀଙ୍କ ଯୋଗଦାନ ପୂର୍ବରୁ ସେମାନଙ୍କୁ ସୁଦକ୍ଷ କରିବା ଆବଶ୍ୟକ। କମ୍ପାନୀ ଓ ଶିଳ୍ପାନୁଷ୍ଠାନ ବୁଝାମଣାପତ୍ରରେ ଓଡ଼ିଆ ଯୁବକ ଯୁବତୀଙ୍କୁ ସେମାନଙ୍କ ଅନୁଷ୍ଠାନଗୁଡ଼ିକରେ ନିଯୁକ୍ତି ସୁଯୋଗ ପାଇଁ ଚୁକ୍ତିବଦ୍ଧ ହେଉଥିବାବେଳେ ଯୋଗ୍ୟ ପ୍ରାର୍ଥୀମାନେ କୁଶଳୀ ହେବା ନିହାତି ଜରୁରୀ।

ସେଥିପାଇଁ ସେହି ପ୍ରାର୍ଥୀମାନଙ୍କୁ ଦକ୍ଷତା ବିକାଶ ପ୍ରଶିକ୍ଷଣ ଦିଆଯିବା ଆବଶ୍ୟକ। ସ୍ଥଳବିଶେଷରେ କମ୍ପାନୀ ଓ ଶିଳ୍ପାନୁଷ୍ଠାନଗୁଡ଼ିକୁ ମଧ୍ୟ ଉପଯୁକ୍ତ ଟ୍ରେନର ଓ ଭିତ୍ତିିଭୂମି ଯୋଗାଇ ଦେବା ପାଇଁ ଚୁକ୍ତି କରାଯାଇପାରିବ । ଯେଉଁ ଅଞ୍ଚଳରେ ଦକ୍ଷତା ବିକାଶ ଯେତେ ଉନ୍ନତ ସେ ଅଞ୍ଚଳର ଶିଳ୍ପାନୁଷ୍ଠାନ ଓ କମ୍ପାନୀଗୁଡ଼ିକ ସେତିକି ଦକ୍ଷ। ଏଥିପାଇଁ ଭିଏତ୍‌ନାମ, ସୁଇଜରଲାଣ୍ଡ ଓ ସିଙ୍ଗାପୁର ଇତ୍ୟାଦି ଅଞ୍ଚଳରେ ଉତ୍ପାଦିକତା ମଧ୍ୟ ତୁଳନାତ୍ମକ ଭାବେ ଅଗ୍ରଣୀ ଭୂମିକା ନେଇପାରିଛି।

ତେଣୁ ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ବ୍ୟାପକ କରି ଶିଳ୍ପାନୁଷ୍ଠାନ, ମହାବିଦ୍ୟାଳୟ ଓ ମିଶନଶକ୍ତି ସହ ଯୋଡ଼ିବା ଆବଶ୍ୟକ। ମହାବିଦ୍ୟାଳୟ ସ୍ତରରେ ମଧ୍ୟମହାବିଦ୍ୟାଳୟଗୁଡ଼ିକରେ ପାଠପଢ଼ା ସମୟରେ ଏହାର ଛାତ୍ରଛାତ୍ରୀ ଓ ପାଠପଢ଼ା ସମୟ ବାହାରେ ଯୁବକ ଯୁବତୀଙ୍କୁ ଦକ୍ଷତା ବିକାଶ କାର୍ଯ୍ୟକ୍ରମରେ ସାମିଲ କରାଯାଇପାରିବ । ସେହିପରି ମିଶନଶକ୍ତି ଓ ଆପ୍ରେଣ୍ଟିସିପ୍‌ ସହ ଦକ୍ଷତା ବିକାଶ ଟ୍ରେନିଂକୁ ଯୋଡ଼ିବାର ଢେର ଆବଶ୍ୟକତା ଅଛି ବୋଲି ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ କହିଛନ୍ତି।

ସମୀକ୍ଷା ମୁତାବକ ୩୦ ଗୋଟି ଜିଲ୍ଲାର ଉଚ୍ଚ ଶିକ୍ଷାଅନୁଷ୍ଠାନରେ ୩୦ ଗୋଟି ସ୍କିଲ୍‌-ହବ ପରିଚାଳନା କରାଯିବ ।ଏଥିରେ ଉଚ୍ଚଶିକ୍ଷା ଅନୁଷ୍ଠାନର ଛାତ୍ରଛାତ୍ରୀଙ୍କୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ସମ୍ପର୍କରେ ସଚେତନତା କରାଯିବା ସହ ପ୍ରଶିକ୍ଷଣ ଦିଆଯିବ ।

୭ ଗୋଟି ଦକ୍ଷତା ଉପରେ ସଚେତନତା ପାଇଁ ସରକାରଙ୍କ ବିଭିନ୍ନ ବିବରଣୀ, ରୋଲ ମଡେଲ୍‌ ଓ ଉଚ୍ଚଶିକ୍ଷା ସ୍କିମ୍‌ଏହି କୌଶଳ ଅନ୍‌ ହୁଇଲ୍‌ରେ ଫୋକସ୍‌ ହେବ। ସ୍ଥାନୀୟ ଜନ ପ୍ରତିନିଧି, ଅଭିଭାବକ, ଛାତ୍ରଛାତ୍ର, ପୂର୍ବତନ ଛାତ୍ରଛାତ୍ରୀଙ୍କୁ ଏଥିରେ ସାମିଲ ହେବା ପାଇଁ ନିମନ୍ତ୍ରଣ କରାଯିବ । ଏହା ବ୍ୟତୀତ ସ୍ୱଳ୍ପ ଅବଧି ଭିତ୍ତିକ ଦକ୍ଷତା କାର୍ଯ୍ୟକ୍ରମ, ଆଇ.ଟି.ଆଇଏବଂ ପଲିଟେକ୍‌ନିକ୍‌, ବିଶ୍ୱ ଦକ୍ଷତା କେନ୍ଦ୍ର ଓ ଉଚ୍ଚତର ବୈଷୟିକ ଶିକ୍ଷାସଂସ୍ଥାନ ଗୁଡ଼ିକରେ ଦିଆଯାଉଥିବା କାର୍ଯ୍ୟକ୍ରମ ମାନ ଦୃଶ୍ୟ-ଶ୍ରାବ୍ୟ ଯନ୍ତ୍ର ମାଧ୍ୟମରେ ପ୍ରଚାର କରାଯିବ ।

ସ୍କିଲ୍‌-ଅନ୍‌-ହ୍ୱିଲ୍‌ ବା କୌଶଳ ରଥରେ ବିଭିନ୍ନ ପ୍ରକାର ପରିଯୋଜନା ଯଥା ବାଳିକାମାନଙ୍କ ପାଇଁ ସୁଦକ୍ଷା, ଅନାଥ ପିଲାଙ୍କ ପାଇଗ୍ରୀନ୍‌-ପ୍ୟାସେଜ୍‌ସ୍କିମ୍‌ ଓ ନୂଆ-ଓ ଏବଂ ପିଏଲ୍‌ଟିପି ଯୋଜନା ସଂପର୍କରେ ସୂଚନା ଦିଆଯିବ । ଏହି କୌଶଳରଥ ଅଭିଯାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଠାରୁ ସ୍ୱୀକୃତି ଅଣାଯିବ । ଏତଦ୍‌ବ୍ୟତୀତ ଯୁବକମାନଙ୍କୁ ଆତିଥେୟତା ପ୍ରଶିକ୍ଷଣ ପାଇଁ ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ପ୍ରଥମ ପର୍ଯ୍ୟାୟରେ ପ୍ରଥମ କୌଶଳ ଭବନନିର୍ମାଣ କରାଯାଉଛି । ନିର୍ମାଣ ହେବାକୁ ଥିବା ୧୦ ଗୋଟି କୌଶଳ ଭବନମଧ୍ୟରୁ ପ୍ରଥମେ ଗୋଟିଏନିର୍ମାଣ ହେବ ।

ଏହି ଭବନରେ ଯୁବକମାନଙ୍କୁ ଆତିଥ୍ୟ ପ୍ରଶିକ୍ଷଣ ଦେବା ପାଇଁ ଭୁବନେଶ୍ୱର ସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ପରିସରରେ ପ୍ରଥମ କୌଶଳ ଭବନ ନିର୍ମାଣ କରାଯାଉଛି । ଏହି ଭବନରେ ରୋଷେଇ ବିଜ୍ଞାନ, ଖାଦ୍ୟ ଓ ପାନୀୟ, ଗୃହରକ୍ଷୀ ସେବା ଏବଂ ଫ୍ରଣ୍ଟ ଅଫିସ୍‌ ଆସୋସିଏଟ୍‌ ପାଠ୍ୟକ୍ରମରେ ପ୍ରଶିକ୍ଷଣ ପାଇଁ ସୁବିଧା ରହିବ।ଏହି ଭବନରେ ବାର୍ଷିକ ୪୦୫ ଜଣ ଯୁବକଙ୍କୁ ଦକ୍ଷ କରିବାର କ୍ଷମତା ରହିଛି।

ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀ ଦକ୍ଷତା ବିକାଶ ଫେଲୋସିପ୍‌ କାର୍ଯ୍ୟକ୍ରମ ଓ ପ୍ରତିଷ୍ଠାନଗୁଡ଼ିକୁ ରାକିଂ ପାଇଁ ଜାତୀୟ ଶୈକ୍ଷିକ ରାଙ୍କିଂ ଫ୍ରେମ୍‌ୱାର୍କ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା ।

ସମୀକ୍ଷା ବୈଠକରେ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀ ଉପସ୍ଥିତ ରହି ଏ ସମସ୍ତ ତଥ୍ୟ ସମ୍ପର୍କରେ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଭାଗର ନିର୍ଦ୍ଦେଶିକା ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Previous Post

ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସହ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

Next Post

ମହାନଦୀ ପ୍ରସଙ୍ଗରେ ରାଜସ୍ୱ ମନ୍ତ୍ରୀଙ୍କ ବକ୍ତବ୍ୟ ଦୁର୍ଭାଗ୍ୟଜନକ ଓ ବିଭ୍ରାନ୍ତିକର: ବିଜେଡି

FNN WEB

FNN WEB

Next Post
ମହାନଦୀ ପ୍ରସଙ୍ଗରେ ରାଜସ୍ୱ ମନ୍ତ୍ରୀଙ୍କ ବକ୍ତବ୍ୟ ଦୁର୍ଭାଗ୍ୟଜନକ ଓ ବିଭ୍ରାନ୍ତିକର: ବିଜେଡି

ମହାନଦୀ ପ୍ରସଙ୍ଗରେ ରାଜସ୍ୱ ମନ୍ତ୍ରୀଙ୍କ ବକ୍ତବ୍ୟ ଦୁର୍ଭାଗ୍ୟଜନକ ଓ ବିଭ୍ରାନ୍ତିକର: ବିଜେଡି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.