• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମହାନଦୀ ପ୍ରସଙ୍ଗରେ ରାଜସ୍ୱ ମନ୍ତ୍ରୀଙ୍କ ବକ୍ତବ୍ୟ ଦୁର୍ଭାଗ୍ୟଜନକ ଓ ବିଭ୍ରାନ୍ତିକର: ବିଜେଡି

FNN WEB by FNN WEB
June 27, 2024
in ଓଡ଼ିଶା, ମୁଖ୍ୟ ଖବର
0
ମହାନଦୀ ପ୍ରସଙ୍ଗରେ ରାଜସ୍ୱ ମନ୍ତ୍ରୀଙ୍କ ବକ୍ତବ୍ୟ ଦୁର୍ଭାଗ୍ୟଜନକ ଓ ବିଭ୍ରାନ୍ତିକର: ବିଜେଡି
0
SHARES
1
VIEWS

ଟ୍ରିପଲ ଇଞ୍ଜିନ୍‌ ସରକାରରେ ବାହାନା ଖୋଜିବା ବଦଳରେ ମହାନଦୀ ସମସ୍ୟାର ସମାଧାନ କରୁ ବିଜେପି ସରକାର


ଭୁବନେଶ୍ୱର: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ମାନ୍ୟବର ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଦେଇଥିବା ବକ୍ତବ୍ୟକୁ ବିଭ୍ରାନ୍ତିକର ଓ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ତଥା ପୂର୍ବତନ ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର। ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ମିଶ୍ର କହିଛନ୍ତି ଯେ, ମହାନଦୀ ଓଡିଶାର ୧୬ ଜିଲ୍ଲାର ଲୋକଙ୍କ ଜୀବନଧାରା। ହେଲେ ଏହା ଉପରେ ଛତିଶଗଡ ମନମାନି କରିଆସୁଛି। ହୀରାକୁଦର ଉପମୁଣ୍ଡରେ ଛତିଶଗଡ ସରକାର ଓ ତଳମୁଣ୍ଡରେ ଓଡିଶା କେତେ ପାଣି ବ୍ୟବହାର କରିବ, ଏନେଇ ଉଲ୍ଲେଖ ରହିଛି। ତଥାପି ଛତିଶଗଡ ମହାନଦୀ ଉପରେ ଏକଚାଟିଆ ଅଧିକାର ସାବ୍ୟସ୍ତ କରି ବେଆଇନ ଭାବେ କାର୍ଯ୍ୟ କରିଚାଲିଛି।

ଶ୍ରୀ ମିଶ୍ର ଆହୁରି ମଧ୍ୟ କହିଛନ୍ତି ଯେ, ଛତିଶଗଡର ବେଆଇନ କାମ ବିରୋଧରେ କେନ୍ଦ୍ର ସରକାର, ପ୍ରଧାନମନ୍ତ୍ରୀ ଓ ସିଡବ୍ଲ୍ୟୁସିଙ୍କ ନିକଟରେ ବାରମ୍ବାର ଓଡିଶା ସରକାର ଓ ନବୀନ ପଟ୍ଟନାୟକ ଦୃଷ୍ଟି ଆକର୍ଷଣ କରିଥିଲେ। ଏପରିକି ତକ୍ରାଳୀନ ଜଳସଂପଦ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୨୦୧୬ରେ ଦିଲ୍ଲୀରେ ବସିଥିବା ବୈଠକରେ ଛତିଶଗଡର ବେଆଇନ କାମକୁ ଅଟକାଇବା ପାଇଁ ନବୀନ ପଟ୍ଟନାୟକ ସ୍ପଷ୍ଟ ଭାବେ ଦାବି ରଖିବା ସତ୍ତେ୍ୱ ମଧ୍ୟ କୈଣସି ନିର୍ଦ୍ଦେଶ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇନଥିଲା। ସେତେବେଳେ ଓଡିଶାର ସ୍ୱାର୍ଥକୁ ସଂପୂର୍ଣ୍ଣ ଅଣଦେଖା କରିଥିଲେ କେନ୍ଦ୍ର ସରକାର।

ଛତିଶଗଡର ଅନଧିକାର ବ୍ୟାରେଜ୍‌ ନିର୍ମାଣ ବିରୋଧରେ ସମସ୍ତ ଫୋରମରେ ଆଲୋଚନା ପରେ ଯେତେବେଳେ ସୁଫଳ ମିଳିଲାନି, ସେତେବେଳେ ରାଜ୍ୟ ସରକାର ସମାଧାନ ପାଇଁ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହେଲେ। ଟ୍ରିବ୍ୟୁନାଲ ଗଠନରେ ମଧ୍ୟ କେନ୍ଦ୍ର ସରକାରଙ୍କ ଟାଳଟୁଳ ନୀତି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ଶେଷରେ ମହାନଦୀ ଟ୍ରିବ୍ୟୁନାଲ ଗଠନ ହେଲା। ଏଥିରେ ଓଡିଶା ପକ୍ଷରୁ ସମସ୍ତ ଦଲିଲ୍‌ ଉପସ୍ଥାପନ କରାଯାଇ ପକ୍ଷ ରଖାଯାଇଛି। ଟ୍ରିବ୍ୟୁନାଲର ଅବଧି ଏବେ ୨୦୨୬ ଏପ୍ରିଲ ପର୍ଯ୍ୟନ୍ତ ବଢାଯାଇଛି।

ମହାନଦୀ ପାଇଁ ଓଡିଶା ନ୍ୟାୟିକ ଲଢେଇ ଲଢିଛି, ରାଜରାସ୍ତାରେ ସଂଗ୍ରାମ କରିଛି, ଆଲୋଚନା ମଧ୍ୟରେ ସମାଧାନ ପାଇଁ ଉଦ୍ୟମ କରିଛି। ହେଲେ କେନ୍ଦ୍ର ନୀରବଦ୍ରଷ୍ଟା ସାଜି ସେତେବେଳେ ଛତିଶଗଡରେ ଥିବା ବିଜେପି ସରକାରକୁ ସୁହାଇଲା ଭଳି କାର୍ଯ୍ୟ କରିଥିଲା। ତେଣୁ ମହାନଦୀକୁ ନେଇ ଓଡିଶା ସରକାର କିଛି କରିନଥିଲେ। ଏଭଳି ବିଭ୍ରାନ୍ତିକର ତଥ୍ୟ ଉପସ୍ଥାପନ କରିବା ବଦଳରେ ସମସ୍ୟାର ସମାଧାନ ପାଇଁ ବିଜେପି ସରକାର ଉଦ୍ୟମ କରିବା ଦରକାର। ମହାନଦୀ ପ୍ରସଙ୍ଗରେ ବିଜେଡି ସଂପୂର୍ଣ୍ଣ ସଚେତନ ରହିଛି। ଆଉ ମହାନଦୀ ଅବବାହିକା ଅଧିବାସୀଙ୍କ ସ୍ୱାର୍ଥ ହାସଲ ପାଇଁ ବିଜେଡି ସଂପୂର୍ଣ୍ଣ ସଜାଗ ରହିଛି ବୋଲି ଶ୍ରୀ ମିଶ୍ର କହିଛନ୍ତି।

ସାମ୍ବାଦିକ ସମ୍ମିଳନୀରେ ଆଳିର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ପ୍ରତାପ କେଶରୀ ଦେବ କହିଥିଲେ, ମହାନଦୀ ପ୍ରସଙ୍ଗରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବକ୍ତବ୍ୟ ଦୁର୍ଭାଗ୍ୟଜନକ। ଡବଲ ଇଂଜିନ ସରକାରରେ ପ୍ରଗତି ଦୁଇଗୁଣ ହେବ ବୋଲି ନିର୍ବାଚନ ସମୟରେ ବିଜେପି ନେତା କହିଥିଲେ। ଏବେ ମହାନଦୀ ପ୍ରସଙ୍ଗରେ ଟ୍ରିପଲ ଇଂଜିନ୍‌ ସରକାର ରହିଛି। କେନ୍ଦ୍ରରେ, ଛତିଶଗଡରେ, ଓଡିଶାରେ ସବୁଠି ବିଜେପିର ସରକାର। ଏବେ ଆଉ ବାହାନା ଖୋଜିବା ବଦଳରେ ମହାନଦୀ ସମସ୍ୟାର ସମାଧାନ କରାଯାଉ। ରାଜସ୍ୱମନ୍ତ୍ରୀଙ୍କୁ ମଧ୍ୟ ନିଜ ନିର୍ବାଚନ ମଣ୍ଡଳୀ ଲୋକଙ୍କୁ ଉତ୍ତର ଦେବାକୁ ପଡିବ, କାରଣ ମହାନଦୀରେ ପାଣି ନଆସିବା ଦ୍ୱାରା ସେମାନେ ବି ପ୍ରଭାବିତ ହେଉଛନ୍ତି।

Previous Post

ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟ ଓ ମିଶନଶକ୍ତି ପରିସରଭୁକ୍ତ କରାଯିବା

Next Post

ରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ-ଉପମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ-ଉପମୁଖ୍ୟମନ୍ତ୍ରୀ

ରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ-ଉପମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.