• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଲୋକଙ୍କ ସମସ୍ୟା ଶୁଣିଲେ ଲୋକଙ୍କ ସରକାର

FNN WEB by FNN WEB
July 1, 2024
in ଓଡ଼ିଶା, ମୁଖ୍ୟ ଖବର
0
ଲୋକଙ୍କ ସମସ୍ୟା ଶୁଣିଲେ ଲୋକଙ୍କ ସରକାର
0
SHARES
2
VIEWS


ଜନତା ଓ ସରକାର ମଧ୍ୟରେ ଥିବା ପ୍ରାଚୀର ଦୂର ହୋଇଛି: ମୁଖ୍ୟମନ୍ତ୍ରୀ
୧୫୪୦ ଅଭିଯୋଗ ପଞ୍ଜୀକୃତ, ୫୦୦୦ ରୁ ଅଧିକ ଲୋକଙ୍କୁ ଶୁଣିଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ବର: ଯେଉଁଠି ସରକାର ଲୋକଙ୍କ ସହିତ ଥାଆନ୍ତି, ଲୋକଙ୍କ ସୁଖ ଦୁଃଖ ଶୁଣନ୍ତି, ସେଇଠି ହିଁ ପ୍ରକୃତ ଗଣତନ୍ତ୍ର ଦେଖିବାକୁ ମିଳିଥାଏ। ପୂର୍ବ ସରକାରଙ୍କ ସମୟରେ ଜନତା ଓ ସରକାରଙ୍କ ମଧ୍ୟରେ ଏକ ଲୌହ ପ୍ରାଚୀର ଥିଲା। ସେ ପ୍ରାଚୀର ଆଜି ଦୂର ହୋଇଛି। ଲୋକ ଓ ସରକାରଙ୍କ ମଧ୍ୟରେ ସିଧା ସଳଖ ସମ୍ପର୍କ ପ୍ରତିଷ୍ଠା ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସାଧାରଣ ଜନତାଙ୍କ ଗୁହାରି ଶୁଣିବା ଅବସରରେ ଏହା କହିଛନ୍ତି

ମୁଖ୍ୟମନ୍ତ୍ରୀ ପୁଣି କହିଛନ୍ତି ଯେ ଗଣତନ୍ତ୍ରରେ ଲୋକଙ୍କ କଥା ଶୁଣିବା ଓ ସମାଧାନ ପାଇଁ ଚେଷ୍ଟା କରିବା ଏକ ପ୍ରାଥମିକତା। ଏଇ କଥାକୁ ଗୁରୁତ୍ବ ଦେଇ ଆଜି ଠାରୁ ଜିଲ୍ଲା ସ୍ତରରେ ମଧ୍ୟ ଶୁଣାଣୀ ଆରମ୍ଭ ହୋଇଛି। ଏହି ପ୍ରକ୍ରିୟାକୁ ଆଗକୁ ଆହୁରି ସୁଦୃଢ଼ କରାଯିବ। ମୋ ସହିତ ଉପ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ମଧ୍ୟ ଏଥିରେ ସହଯୋଗ କରିଛନ୍ତି। ଏହା ଜାରି ରହିଲେ ଜିଲ୍ଲା ସ୍ତରରେ ଅଧିକାରୀମାନେ ଗୁରୁତ୍ଵ ଦେଇ ଲୋକଙ୍କ ସମସ୍ୟାର ସମାଧାନ କରିବେ। ଜିଲ୍ଲା ସ୍ତରରେ ଲୋକଙ୍କ ସମସ୍ୟାର ସମାଧାନ ହୋଇ ପାରିଲେ ରାଜ୍ୟ ସ୍ତରରେ ଅଭିଯୋଗ କମ ରହିବ ବୋଲି ସେ ଆଶା ପ୍ରକାଶ କରିଥିଲେ। ଆଜିର ଶୁଣାଣିରେ ପ୍ରାୟ ୯୯ ପ୍ରତିଶତ ଅଭିଯୋଗର ସମାଧାନ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

ଜୁଲାଇ ମାସର ପ୍ରଥମ ଦିନ, ପ୍ରଥମ ସୋମବାରରେ ଭୁବନେଶ୍ୱର ୟୁନିଟ ୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ, ମନ୍ତ୍ରୀ ପ୍ରଦୀପ ବଳସାମନ୍ତ, ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ପ୍ରମୁଖ ଲୋକଙ୍କ ଅଭିଯୋଗ ଶୁଣି ସମାଧାନର ରାସ୍ତା ଖୋଲିଛନ୍ତି। ଲୋକଙ୍କ ଅଭିଯୋଗ ମୁଖ୍ୟମନ୍ତ୍ରୀ ଶୁଣୁ ଥାଆନ୍ତି, ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଉଥାନ୍ତି ଓ ତୁରନ୍ତ ହେଉଥାଏ ସମାଧାନ। ସମସ୍ତେ ଖୁସିରେ ଫେରୁଥାନ୍ତି। ସମସ୍ତଙ୍କ ଆଖିରେ ଥିଲା ସରକାରଙ୍କ ଉପରେ ବିଶ୍ୱାସ ଓ ଭରସାର ଝଲକ୍। ସେଇ ବିଶ୍ବାସ ଓ ଭରସାର ରୂପ ହେଉଛି ଗଣତନ୍ତ୍ର।

ପ୍ରାୟ ଏକ ହଜାରରୁ ଅଧିକ ଲୋକ ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସି ମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀମାନଙ୍କୁ ସେମାନଙ୍କ ସମସ୍ୟା କହିଥିଲେ। ଗଭୀର ମନଯୋଗରେ ସମସ୍ତଙ୍କ ସମସ୍ୟା ଶୁଣି ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଦେଉଥାନ୍ତି। ସେମାନଙ୍କ ମଧ୍ୟରେ ଥାଆନ୍ତି ଜଣେ ବୟୋବୃଦ୍ଧା ମହିଳା ସରସ୍ୱତୀ ତ୍ରିପାଠୀ। ତାଙ୍କର ପିଲାମାନେ ସମ୍ପତ୍ତି ହଡ଼ପ କରି ମା’ଙ୍କୁ ଘରୁ ବାହାର କରିଦେଇଛନ୍ତି। ମୁଖ୍ୟମନ୍ତ୍ରୀ ତୁରନ୍ତ ପୁଲିସ ବିଭାଗକୁ ନିର୍ଦ୍ଦେଶ ଦେଇ ଶୀଘ୍ର ନ୍ୟାୟ ପ୍ରଦାନ କରିବାକୁ ପରାମର୍ଶ ଦେଲେ।

ସେହିପରି କେନ୍ଦୁଝରର ଗୋଟିଏ ସ୍କୁଲରେ କାମ କରୁଥିବା ଜଣେ ମହିଳା ଅନେକ ଦିନ ଧରି ଦରମା ପାଉନାହାନ୍ତି। ମୁଖ୍ୟମନ୍ତ୍ରୀ ତୁରନ୍ତ ତାଙ୍କର ସମସ୍ୟାର ସମାଧାନ ପାଇଁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ଥାଲାସେମିଆରେ ପୀଡିତ ଗୋଟିଏ ଛୋଟ ଝିଅର ବାପା ଯାଜପୁରର ସତ୍ୟଜିତ୍ ଆସିଥିଲେ ଚିକିତ୍ସା ସହାୟତା ପାଇଁ। ତାଙ୍କ ଝିଅର ହେବ ବୋନ୍ ମ୍ୟାରୋ ଟ୍ରାନ୍ସପ୍ଲାନ୍ଟେସନ୍। ସେଥିପାଇଁ ଯେତେ ଶୀଘ୍ର ସମ୍ଭବ ତାଙ୍କ ଚିକିତ୍ସାର ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଦେଇଥିଲେ ନିର୍ଦ୍ଦେଶ। ଆବଶ୍ୟକସ୍ଥଳେ ତାଙ୍କୁ ଆର୍ଥିକ ସହାୟତା ଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ। ଏମିତି ଅନେକ ପୀଡିତ, ଦିବ୍ୟାଙ୍ଗ, ବୟୋବୃଦ୍ଧମାନେ ଆସି ମୁଖ୍ୟମନ୍ତ୍ରୀଙ୍କୁ ଦେଖାକରି, ତାଙ୍କ ସମସ୍ୟା ଶୁଣାଉଥାନ୍ତି ଓ ସମାଧାନର ଭରଷା ନେଇ ଯାଉଥାନ୍ତି। ରାଜ୍ୟର ମୁଖ୍ୟଙ୍କଠାରୁ ଭରଷାର ବାଣୀ ଶୁଣି ସେମାନେ ଅତ୍ୟନ୍ତ ଖୁସି ହୋଇ ଫେରୁଥାନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ପ୍ରଥମ ଦିନରୁ ହିଁ ଲୋକଙ୍କ ସହିତ ଖୋଲା ମନରେ ମିଶୁଛନ୍ତି। ଲୋକଙ୍କ ସମସ୍ୟା ଜାଣିବାକୁ ଚେଷ୍ଟା କରୁଛନ୍ତି। ଭୁବନେଶ୍ୱରର ରାଜ୍ୟ ଅତିଥି ଭବନର କାର୍ଯ୍ୟାଳୟ ହେଉ ବା ବରଗଡ ଓ କେନ୍ଦୁଝର ଗସ୍ତ ପରି ବିଭିନ୍ନ ଜିଲ୍ଲା ଗସ୍ତ ହେଉ, ସବୁ ସମୟରେ ସେ ସାଧାରଣ ଲୋକଙ୍କ ସହିତ ହୃଦୟ ଖୋଲି ମିଶୁଛନ୍ତି ଓ ଆଲୋଚନା କରୁଛନ୍ତି ଓ ସମସ୍ୟାର ସମାଧାନ ପାଇଁ ବ୍ୟବସ୍ଥା କରୁଛନ୍ତି। ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ତାଙ୍କ ପରିଚୟ ଦିନ କୁ ଦିନ ହେଉଛି ଉଜ୍ଜ୍ୱଳ। ଆଜି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଶୁଣାଣି ହୋଇଥିଲା। ଏଥିପାଇଁ ସାଧାରଣ ପ୍ରଶାସନ ବିଭାଗ ଏବଂ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ପ୍ରତି ସୋମବାର ଏହି ପରି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଜାରି ରହିବ ବୋଲି ଜଣାଯାଇଛି। ଆଜି ସମୁଦାୟ ୧୫୪୦ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିବା ବେଳେ ପ୍ରାୟ ୫୦୦୦ ରୁ ଅଧିକ ଲୋକ ଆସିଥିଲେ।

Previous Post

ରଥଯାତ୍ରା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ, ଆଇନ ମନ୍ତ୍ରୀ ଓ ଗଜପତିଙ୍କ ଆଲୋଚନା

Next Post

ନବୀନଙ୍କ ସ୍ୱାସ୍ଥ୍ୟବସ୍ଥାକୁ ନେଇ କାହିଁକି ମିଛ ପ୍ରଚାର କରୁଥିଲେ ପ୍ରଧାନମନ୍ତ୍ରୀ, ରାଜ୍ୟସଭାରେ ପ୍ରଶ୍ନ କଲେ ସୁଲତା…

FNN WEB

FNN WEB

Next Post
ନବୀନଙ୍କ ସ୍ୱାସ୍ଥ୍ୟବସ୍ଥାକୁ ନେଇ କାହିଁକି ମିଛ ପ୍ରଚାର କରୁଥିଲେ ପ୍ରଧାନମନ୍ତ୍ରୀ, ରାଜ୍ୟସଭାରେ ପ୍ରଶ୍ନ କଲେ ସୁଲତା…

ନବୀନଙ୍କ ସ୍ୱାସ୍ଥ୍ୟବସ୍ଥାକୁ ନେଇ କାହିଁକି ମିଛ ପ୍ରଚାର କରୁଥିଲେ ପ୍ରଧାନମନ୍ତ୍ରୀ, ରାଜ୍ୟସଭାରେ ପ୍ରଶ୍ନ କଲେ ସୁଲତା…

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.