• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଜାତୀୟ

୧୩୦ ଟପିଲା ସତ୍‌ସଙ୍ଗ ଦଳାଚକଟା ମୃତ୍ୟୁ ସଂଖ୍ୟା

FNN WEB by FNN WEB
July 2, 2024
in ଜାତୀୟ, ମୁଖ୍ୟ ଖବର
0
୧୩୦ ଟପିଲା ସତ୍‌ସଙ୍ଗ ଦଳାଚକଟା ମୃତ୍ୟୁ ସଂଖ୍ୟା
0
SHARES
2
VIEWS

ପ୍ରଧାନମନ୍ତ୍ରୀ-ଖଡ୍‌ଗେଙ୍କ ଶୋକ ପ୍ରକାଶ
ମୃତକଙ୍କ ପରିବାରକୁ ୨ ଲକ୍ଷ ଅନୁକମ୍ପାମୂଳକ ସହାୟତା

ଲକ୍ଷ୍ନୌ: ଉତ୍ତରପ୍ରଦେଶର ହାଥରସରେ ମଙ୍ଗଳବାର ଏକ ବଡ଼ ଦୁର୍ଘଟଣା ଘଟିଛି। ରତିଭାନପୁର ଗ୍ରାମରେ ଭୋଲେ ବାବାଙ୍କ ସତ୍‌ସଙ୍ଗର ଉଦ୍‌ଯାପନୀ ସମାରୋହରେ ଶ୍ରଦ୍ଧାଳୁଙ୍କ ମଧ୍ୟରେ ହଠାତ୍ ଦଳାଚକଟା ଆରମ୍ଭ ହୋଇଥିଲା। ଏହି ଦୁର୍ଘଟଣାରେ ୧୩୦ରୁ ଅଧିକ ଜଣଙ୍କର ମୃତ୍ୟୁ ହୋଇଥିବା ଏଟା ସିଏମଓ ଉମେଶ ତ୍ରିପାଠୀ ନିଶ୍ଚିତ କରିଛନ୍ତି। ତେବେ ବେସରକାରୀ ଭାବେ ମୃତ୍ୟୁ ସଂଖ୍ୟା ଅଧିକ ବୋଲି କୁହାଯାଉଛି। ସେହିପରି ଆହତ ସଂଖ୍ୟା ମଧ୍ୟ ସରକାରୀ ରିପୋର୍ଟଠାରୁ ଅଧିକ ହୋଇଥିବା କୁହାଯାଉଛି। ଏପର୍ଯ୍ୟନ୍ତ ୧୦୦ ମୃତଦେହ ବ୍ୟବଚ୍ଛେଦ ପାଇଁ ହସ୍ପିଟାଲରେ ପହଞ୍ଚିଥିବା କୁହାଯାଉଛି।

ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ୟୁପିର ହାଥରସରେ ଘଟିଥିବା ଦଳାଚକଟାରେ ଅନେକ ଲୋକଙ୍କ ମୃତ୍ୟୁ ଖବର ଆସୁଛି। ଯେଉଁମାନେ ଜୀବନ ହରାଇଛନ୍ତି ମୁଁ ସେମାନଙ୍କ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି। ମୁଁ ସମସ୍ତ ଆହତଙ୍କର ଶୀଘ୍ର ଆରୋଗ୍ୟ କାମନା କରୁଛି। କେନ୍ଦ୍ର ରାଜ୍ୟ ସରକାରଙ୍କ ସହ ନିରନ୍ତର ଯୋଗାଯୋଗରେ ଅଛନ୍ତି। ମୁଁ ନିଶ୍ଚିତ କରୁଛି ଯେ ପୀଡିତମାନଙ୍କୁ ସମସ୍ତ ପ୍ରକାରରେ ସାହାଯ୍ୟ କରାଯିବ।

ଏହି ଘଟଣାରେ କଂଗ୍ରେସ ରାଷ୍ଟ୍ରୀୟ ସଭାପତି ମଲ୍ଲିକାର୍ଜୁନ ଖଡଗେ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି। ‌ସେ କହିଛନ୍ତି ଯେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଖବର ଅତ୍ୟନ୍ତ ଯନ୍ତ୍ରଣାଦାୟକ। ଦୁର୍ଘଟଣାର ଦୃଶ୍ୟ ଅତ୍ୟନ୍ତ ହୃଦୟ ବିଦାରକ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଆମେ ଗଭୀର ସମବେଦନା ଜଣାଉଛୁ। କଂଗ୍ରେସ ସଭାପତି ଆହୁରି ମଧ୍ୟ କହିଛନ୍ତି ଯେ ଆହତଙ୍କ ଚିକିତ୍ସାରେ ସମସ୍ତ ପଦକ୍ଷେପ ଗ୍ରହଣ କରିବାକୁ ଆମେ ସରକାର ଏବଂ ପ୍ରଶାସନକୁ ଅନୁରୋଧ କରୁଛୁ। ପୀଡିତଙ୍କୁ ତୁରନ୍ତ କ୍ଷତିପୂରଣ ପ୍ରଦାନ କରାଯିବା ଉଚିତ୍। ଖଡଗେ ମଧ୍ୟ ବିରୋଧୀ ଦଳର କର୍ମୀଙ୍କୁ ଅନୁରୋଧ କରିଛନ୍ତି ଯେ ଦୁର୍ଘଟଣାର ଶିକାର ହୋଇଥିବା ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇଦେବାରେ କୌଣସି ତ୍ରୁଟି ନ କରନ୍ତୁ।

ଏହି ଘଟଣାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୋକ ପ୍ରକାଶ କରି କହିଛନ୍ତି ଉତ୍ତରପ୍ରଦେଶର ହାଥରସରେ ସତସଙ୍ଗ ସମୟରେ ଦଳାଚକଟା ଯୋଗୁ ଅନେକ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଖବର ଅତ୍ୟନ୍ତ ଯନ୍ତ୍ରଣାଦାୟକ ଅଟେ। ସମସ୍ତ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ଗଭୀର ସମବେଦନା ଜଣାଇ ମୁଁ ଆହତଙ୍କ ଶୀଘ୍ର ଆରୋଗ୍ୟ ପାଇଁ କାମନା କରୁଛି। ଆହତମାନଙ୍କୁ ସମସ୍ତ ସମ୍ଭାବ୍ୟ ଚିକିତ୍ସା ଏବଂ ପ୍ରଭାବିତ ପରିବାରକୁ ରିଲିଫ ଯୋଗାଇବାକୁ ସରକାର ଏବଂ ପ୍ରଶାସନକୁ ଅନୁରୋଧ କରୁଛି। ଇଣ୍ଡିଆର ସମସ୍ତ କର୍ମଚାରୀଙ୍କୁ ଉଦ୍ଧାର କାର୍ଯ୍ୟରେ ସହଯୋଗ କରିବାକୁ ଅନୁରୋଧ କରୁଛି ।

ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି। ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ରିଲିଫ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ମଧ୍ୟ କାମନା କରିଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାରକୁ ପ୍ରତ୍ୟେକଙ୍କୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦ ହଜାର ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଦୁର୍ଘଟଣାର ନେଇ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏଡିଜି ଆଗ୍ରା ଏବଂ ଆଲିଗଡର କମିଶନରଙ୍କ ଅଧ୍ୟକ୍ଷତାରେ ଏକ ଅନୁସନ୍ଧାନକାରୀ ଦଳ ଗଠନ କରାଯାଇଛି। ମୃତକଙ୍କ ମଧ୍ୟରେ ଅଧିକ ମହିଳା ଅଛନ୍ତି ବୋଲି କୁହାଯାଉଛି। ଅନେକ ଲୋକ ଆହତ ହୋଇ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।

ଅତ୍ୟଧିକ ଉତ୍ତାପ ଯୋଗୁ ଦଳାଚକଟା ହୋଇଥିବା ଆଶଙ୍କା କରାଯାଉଛି। ସୂଚନାନୁସାରେ, ପୋଲିସ ଦଳ ଏବଂ ପ୍ରଶାସନିକ ଅଧିକାରୀମାନେ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି। ଆହତ ମହିଳା, ଶିଶୁ ଏବଂ ପୁରୁଷଙ୍କୁ ଚେତାଶୂନ୍ୟ ଅବସ୍ଥାରେ ଏଟା, ଆଲିଗଡ, ସିକନ୍ଦରାରାଉ ଡାକ୍ତରଖାନାକୁ ନିଆଯାଇଛି। ପେଣ୍ଡାଲରେ ଅତ୍ୟଧିକ ଉତ୍ତାପ ଏବଂ ଆର୍ଦ୍ରତା ଯୋଗୁ ଏଭଳି ଘଟିଥିବା କୁହାଯାଉଛି।

Previous Post

ପୁରୀ ରଥଯାତ୍ରା ପାଇଁ ମୋହନ ସରକାରଙ୍କ ବ୍ୟାପକ ବ୍ୟବସ୍ଥା

Next Post

ଚାମ୍ପିଅନ୍ ଟିମ୍ ଇଣ୍ଡିଆକୁ ଭବ୍ୟ ସ୍ବାଗତ

FNN WEB

FNN WEB

Next Post
ଚାମ୍ପିଅନ୍ ଟିମ୍ ଇଣ୍ଡିଆକୁ ଭବ୍ୟ ସ୍ବାଗତ

ଚାମ୍ପିଅନ୍ ଟିମ୍ ଇଣ୍ଡିଆକୁ ଭବ୍ୟ ସ୍ବାଗତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.