• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ-୨୦୨୪

FNN WEB by FNN WEB
July 4, 2024
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ-୨୦୨୪
0
SHARES
0
VIEWS

ବିଏମ୍‌ସି ଅଞ୍ଚଳରେ ବନ୍ୟା ପରିଚାଳନା ପାଇଁ ୨୦୦ କୋଟି ଟଙ୍କାର ପ୍ରସ୍ତାବ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଓଡ୍ରାଫର ୨୦ ଟି ୟୁନିଟକୁ ବୃଦ୍ଧି କରାଯାଇ ୩୦ ଟି ୟୁନିଟ୍ କରାଯିବ
୩୯୪ କୋଟି ଟଙ୍କାରେ ଅଗ୍ନିଶମ ବିଭାଗର ଦକ୍ଷତା ବୃଦ୍ଧି କରା ଯାଉଛି
ଦୁର୍ବଳ ନଦୀବନ୍ଧ ଓ ପୂର୍ବରୁ ଥିବା ଘାଇକୁ ତୁରନ୍ତ ମରାମତି ପାଇଁ ନିର୍ଦ୍ଦେଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ-୨୦୨୪ରେ ଅଧ୍ୟକ୍ଷତା କରି ଅନେକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି । ବୈଠକରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ସ୍ବାସ୍ଥ୍ୟମନ୍ତ୍ରୀ ଶ୍ରୀ ମୁକେଶ ମହାଲିଙ୍ଗ, ଆଇନ ମନ୍ତ୍ରୀ ଶ୍ରୀ ପୃଥୀରାଜ ହରିଚନ୍ଦନ ଓ ଅନ୍ୟ ମନ୍ତ୍ରୀଗଣ, ସାଂସଦ ଓ ବିଧାୟକମାନେ ଉପସ୍ଥିତ ଥିଲେ । ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ । ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ସ୍ବାଗତ ଭାଷଣ ଦେଇଥିଲେ ।

କମିଟିର ସଦସ୍ୟ ମାନଙ୍କ ମତାମତ ଶୁଣିବା ପରେ ମୁଖ୍ୟମନ୍ତ୍ରୀ ରାଜ୍ୟରେ ଥିବା ଦୁର୍ବଳ ଥିବା ନଦୀବନ୍ଧ ଏବଂ ଅତୀତରେ ସୃଷ୍ଟି ହୋଇଥିବା ଘାଇକୁ ତୁରନ୍ତ ମରାମତି ପାଇଁ ଜଳସେଚନ ବିଭାଗ ଯୁଦ୍ଧକାଳୀନ ଭିତ୍ତିରେ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ପ୍ରବଳ ବର୍ଷା ଯୋଗୁଁ ସହରାଞ୍ଚଳରେ ବନ୍ୟା ସୃଷ୍ଟି ହୋଇଥିବାରୁ ନଗର ଉନ୍ନୟନ ବିଭାଗ ପୌରାଞ୍ଚଳରେ ଥିବା ଡ୍ରେନ୍ ଗୁଡିକର ପଙ୍କ ଉଦ୍ଧାର କାର୍ଯ୍ୟ ଏବଂ ଜଳ ନିଷ୍କାସନ ବ୍ୟବସ୍ଥା କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଭୁବନେଶ୍ୱର ମହାନଗର ନିଗମ ସହରାଞ୍ଚଳ ବନ୍ୟା ପରିଚାଳନା ନିମନ୍ତେ ୨୦୦ କୋଟି ଟଙ୍କାର ଏକ ପ୍ରସ୍ତାବ ପ୍ରସ୍ତୁତ କରି ଯଥାଶୀଘ୍ର ପ୍ରଦାନ କରିବେ । ଏହାସହିତ କଟକ, ଭୁବନେଶ୍ୱର ଓ ଅନ୍ୟ ସହରାଞ୍ଚଳରେ ବନ୍ୟା ପରିଚାଳନା ନିମନ୍ତେ IIT ଦିଲ୍ଲୀର ବୈଷୟିକ ସହାୟତାରେ ଏକ ଦୀର୍ଘସୂତ୍ରୀ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯିବ ବୋଲି ସେ କହିଛନ୍ତି।

ରାଜ୍ୟ, ଜିଲ୍ଲା ଏବଂ ଅନ୍ୟାନ୍ୟ କାର୍ଯ୍ୟାଳୟରେ ୨୪ ଘଣ୍ଟା କଣ୍ଟ୍ରୋଲ ରୁମ୍ କାର୍ଯ୍ୟ କରିବ । ସାଧାରଣତଃ ବର୍ଷା ଦିନେ ସାପକାମୁଡାର ଅଧିକ ସମ୍ଭାବନା ରହିଥିବା ହେତୁ ସମସ୍ତ ସ୍ୱାସ୍ଥ୍ୟ କେନ୍ଦ୍ରରେ ସାପ କାମୁଡା ଇଞ୍ଜେକ୍ସନ (ଆଣ୍ଟି ସ୍ନେକ୍ ଭେନମ୍) ଗଚ୍ଛିତ ରଖିବା ପାଇଁ ସ୍ୱାସ୍ଥ୍ୟ ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ସତର୍କ ମୋବାଇଲ୍ ଆପ୍ ମାଧ୍ୟମରେ ଯେପରି ଭାବରେ ଜନସାଧାରଣଙ୍କୁ ବିଭିନ୍ନ ବିପର୍ଯ୍ୟୟ ବିଷୟରେ ଆଗୁଆ ସୂଚନା ଦିଆଯାଇପାରିବ ସେଥିପାଇଁ ପଦକ୍ଷେପ ନିଆଯିବ ଏବଂ ଜନସାଧାରଣଙ୍କ ମଧ୍ୟରେ ଏହି ଆପ୍ ସମ୍ପର୍କରେ ସଚେତନତା ସୃଷ୍ଟି କରାଯିବ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମଗ୍ର ଦେଶରେ ଓଡ୍ରାଫ୍ ହେଉଛି ପ୍ରଥମ ରାଜ୍ୟସ୍ତରୀୟ Disaster Response Force ଏବଂ ଏହା ସର୍ବ ଭାରତୀୟ ସ୍ତରରେ ମଧ୍ୟ ଶ୍ରେଷ୍ଠ । ରାଜ୍ୟ ଭିତରେ ଏବଂ ରାଜ୍ୟ ବାହାରେ ବିଭିନ୍ନ ବିପର୍ଯ୍ୟୟ ସମୟରେ search and rescue କାର୍ଯ୍ୟ ପାଇଁ ଓଡ୍ରାଫ୍ ଓଡିଶାକୁ ସୁନାମ ଆଣିଛି । ବର୍ତ୍ତମାନ ଏହା ୨୦ ଟି ୟୁନିଟ୍ ଥିବାବେଳେ ଏହାକୁ ୩୦ ଟି ୟୁନିଟ୍ କରିବା ସହ ଏକ Dedicated force କରିବା ନିମନ୍ତେ ଗୃହ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯିବ ବୋଲି ସେ କହିଥିଲେ।

ସେହିପରି ଅଗ୍ନିଶମ ବିଭାଗ ଜିଲ୍ଲା ସ୍ତରରେ ଯେକୌଣସି ବିପର୍ଯ୍ୟୟ ହେଲେ ପ୍ରଥମେ ଅଂଶଗ୍ରହଣ କରନ୍ତି । ବିପର୍ଯ୍ୟୟ ସହାୟତା ପାଣ୍ଠି (SDRF) ରୁ ୩୯୪ କୋଟି ଟଙ୍କା ଖର୍ଚ୍ଚ କରାଯାଇ ଅଗ୍ନିଶମ ବିଭାଗର ଦକ୍ଷତା ବୃଦ୍ଧି କରାଯାଉଛି । ଏଥିପାଇଁ ଆଉ ୨୦୦ କୋଟି ଟଙ୍କାର ବ୍ୟବସ୍ଥା କରାଯିବ। ବାହାନଗାର ଟ୍ରେନ୍ ଦୁର୍ଘଟଣା ଭଳି ବିଭିନ୍ନ ଆକସ୍ମିକ ବିପର୍ଯ୍ୟୟକୁ ଦୃଷ୍ଟିରେ ରଖି ୫ ଟି Regional Fire Service Hub ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ବ୍ୟବସ୍ଥା କରାଯିବ ବୋଲି ସେ କହିଥିଲେ। ଏହାସହିତ ଏ ବର୍ଷ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ୍ କମିଶନର ସମସ୍ତ ବିଭାଗ ସହ ସମନ୍ୱୟ ରକ୍ଷା କରିବେ ଏବଂ ବିପର୍ଯ୍ୟୟ ଜନିତ କ୍ଷୟକ୍ଷତି କିପରି ହ୍ରାସ କରାଯିବ ସେଥିପ୍ରତି ସମସ୍ତ ବିଭାଗ ଯତ୍ନବାନ ହେବାକୁ ସେ ପରାମର୍ଶ ଦେଇଥିଲେ।

ବୈଠକର ପ୍ରାରମ୍ଭରେ ନିଜର ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ ଯେ ଆମ ରାଜ୍ୟ ଓଡିଶା ଏକ ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ ଅଟେ । ଭୌଗୋଳିକ ଅବସ୍ଥିତି ଦୃଷ୍ଟିରୁ ରାଜ୍ୟରେ ବନ୍ୟା ଓ ବାତ୍ୟାର ଆଶଙ୍କା ଅଧିକ ରହିଥିଲେ ମଧ୍ୟ ବଜ୍ରପାତ, ଅଂଶୁଘାତ, ଘୁର୍ଣ୍ଣିଝଡ, ପାଣିରେ ବୁଡି ମୃତ୍ୟୁ, ଅଗ୍ନିକାଣ୍ଡ ଆଦି ଅନ୍ୟାନ୍ୟ ବିପର୍ଯ୍ୟୟମାନ ବର୍ଷ ତମାମ ଲାଗିରହିଥାଏ ।

ବାହାନଗାରେ ରେଳ ଦୁର୍ଘଟଣାରେ ଆହତମାନଙ୍କ ଉଦ୍ଧାର କାର୍ଯ୍ୟ ଏବଂ ଉପଯୁକ୍ତ ଚିକିତ୍ସା ଆଦିରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପଦକ୍ଷେପ ପ୍ରଶଂସନୀୟ ଏବଂ ଉଦ୍ଧାର କାର୍ଯ୍ୟରେ ସ୍ଥାନୀୟ ଜନସାଧାରଣଙ୍କର ଅବଦାନ ମଧ୍ୟ ଅତୁଳନୀୟ ବୋଲି ସେ ପ୍ରଶଂସା କରିଥିଲେ। ଏହା ସହିତ ନିକଟ ଅତୀତରେ ଝାରସୁଗୁଡା ଜିଲ୍ଲାରେ ଘଟିଯାଇଥିବା ମହାନଦୀ ଡଙ୍ଗାବୁଡି, ପୁରୀର ଅଗ୍ନିକାଣ୍ଡ ଏବଂ ପଶ୍ଚିମ ଓଡିଶାର ଅଂଶୁଘାତ ଜନିତ ମୃତ୍ୟୁ ନିମନ୍ତେ ସେ ଉଦବେଗ ପ୍ରକାଶ କରିଥିଲେ ।

ସେ କହିଥିଲେ ଯେ ଆମ ସରକାର ହେଉଛି ଲୋକଙ୍କ ସରକାର । ଲୋକଙ୍କ ସମସ୍ୟା ପ୍ରତି ଆମେ ସବୁବେଳେ ସ୍ୱତନ୍ତ୍ର ଗୁରୁତ୍ୱ ଦେଇ ଆସିଛୁ । ପ୍ରାକୃତିକ ବିପର୍ଯ୍ୟୟରେ ମଧ୍ୟ ଯେପରି କୌଣସି ଜୀବନ ହାନୀ ନ ହୁଏ ସେଥି ପ୍ରତି ଗୁରୁତ୍ୱ ଦେଇ ପ୍ରଚଳିତ ବ୍ୟବସ୍ଥାକୁ ଆମକୁ ସୁଦୃଢ କରିବାକୁ ହେବ । ସେଥି ପାଇଁ ଏ ସବୁର ସଫଳ ମୁକାବିଲା ନିମନ୍ତେ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ମଧ୍ୟ ନିଆଯିବ ବୋଲି ସେ ଦୃଢୋକ୍ତି ପ୍ରକାଶ କରିଥିଲେ । ସାରା ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଆଗମନ ହୋଇଗଲାଣି ଏବେଠାରୁ ଆସନ୍ତା ଅକ୍ଟୋବର ମାସ ପର୍ଯ୍ୟନ୍ତ ଆମ ରାଜ୍ୟ ପାଇଁ ପ୍ରଚୁର ବୃଷ୍ଟିପାତ, ବନ୍ୟା, ବାତ୍ୟା ଆଦି ବିପର୍ଯ୍ୟୟର ସମ୍ଭାବନା ରହିଛି । ତେଣୁ ଏହି ସମୟ ଆମ ସମସ୍ତଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଅଟେ ।

ଆମକୁ ବନ୍ୟା-ବାତ୍ୟା ମୁକାବିଲା ନିମନ୍ତେ ବିପର୍ଯ୍ୟୟ ପ୍ରସ୍ତୁତିର ଉପଯୁକ୍ତ ସମୀକ୍ଷା କରିବାକୁ ହେବ ବୋଲି ସେ କହିଥିଲେ। ଏପରିକି କ୍ଷେତ୍ରୀୟ ସ୍ତର ପର୍ଯ୍ୟନ୍ତ ପ୍ରଶାସନକୁ ପରିସ୍ଥିତର ସାମନା କରିବା ପାଇଁ ସଜାଗ ରହିବାକୁ ପଡିବ । ଆଗୁଆ ସତର୍କ ସୂଚନା, ରିଲିଫ୍ ଓ ଉଦ୍ଧାର କାର୍ଯ୍ୟ, ପାନୀୟଜଳ ଯୋଗାଣ, ସ୍ୱାସ୍ଥ୍ୟ ବ୍ୟବସ୍ଥା, ପ୍ରାଣୀ ଚିକିତ୍ସା ଆଦି କ୍ଷେତ୍ରରେ ଉପଯୁକ୍ତ ପଦକ୍ଷେପମାନ ନିଆଯିବାର ଆବଶ୍ୟକତା ରହିଛି । ଓଡ୍ରାଫ ଏବଂ ଅଗ୍ନିଶମ ବାହିନୀ ମାନଙ୍କୁ ତ୍ୱରିତ ପଦକ୍ଷେପ ନିମନ୍ତେ ସର୍ବଦା ସଜାଗ ରହିବାକୁ ହେବ । ଅପହଞ୍ଚ ଇଲାକାରେ ପର୍ଯ୍ୟାପ୍ତ ଖାଦ୍ୟ ଏବଂ ଗୋଖାଦ୍ୟ ମହଜୁଦ ରହିବା ଆବଶ୍ୟକ। ସମସ୍ତ ଆଶ୍ରୟସ୍ଥଳୀ ମାନଙ୍କରେ ମଧ୍ୟ ପର୍ଯ୍ୟାପ୍ତ ଶୁଖିଲା ଖାଦ୍ୟ ଏବଂ ଯୋଗାଣ ସାମଗ୍ରୀ ଗଚ୍ଛିତ ରହିବା ଆବଶ୍ୟକ । ଏପରିକି ଗର୍ଭବତୀ ମାଆ, ଶିଶୁ ଏବଂ ରୋଗୀ/ ବୃଦ୍ଧ ମାନଙ୍କର ସ୍ୱତନ୍ତ୍ର ଧ୍ୟାନ ଦିଆଯିବ । ବିଭିନ୍ନ ବିଭାଗ, ଜିଲ୍ଲା ଏବଂ ବ୍ଲକ ମାନଙ୍କରେ ନିୟନ୍ତ୍ରଣ କକ୍ଷ ୨୪ ଘଣ୍ଟା ସକ୍ରିୟ ଭାବେ କାର୍ଯ୍ୟ କରିବ ବୋଲି ସେ କହିଥିଲେ।

ରିଲିଫ୍ ଓ ଉଦ୍ଧାର କାର୍ଯ୍ୟରେ ତ୍ୱରିତ ପଦକ୍ଷେପ ନିଆଯିବ । ଆହତ ମାନଙ୍କୁ ଆଶୁଚିକିତ୍ସା ସହିତ ଉପଯୁକ୍ତ ଡାକ୍ତରୀ ଚିକିତ୍ସାର ମଧ୍ୟ ବ୍ୟବସ୍ଥା କରାଯିବ । ବିପର୍ଯ୍ୟୟ ପରେ କ୍ଷତିଗ୍ରସ୍ତ ଲୋକମାଙ୍କ କ୍ଷୟକ୍ଷତିର ଆକଳନ କରାଯାଇ ତୁରନ୍ତ ସହାୟତା ପ୍ରଦାନ କରାଯିବ ବୋଲି ସେ କହିଥିଲେ। ଆମ ରାଜ୍ୟର ସମସ୍ତ ଜନତା ସେମାନଙ୍କ ଅଞ୍ଚଳର ସମ୍ଭାବ୍ୟ ବିପର୍ଯ୍ୟୟ ସମ୍ବନ୍ଧରେ ସଚେତନ ହେବା ସହ ଗ୍ରାମ ପଞ୍ଚାୟତ ସ୍ତରରେ ମଧ୍ୟ ବିପର୍ଯ୍ୟୟ ମୁକାବିଲା ନିମନ୍ତେ ସଜାଗ ରହିବାକୁ ସେ ପରାମର୍ଶ ଦେଇଥିଲେ । ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ସାଂସଦ, ବିଧାୟକ ଓ ଅନ୍ୟ ସଦସ୍ୟମାନେ ବୈଠକରେ ସୁଚିନ୍ତିତ ମତାମତ ଦେଇଥିଲେ ।

Previous Post

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଟି-ଟ୍ୱେଣ୍ଟି ବିଶ୍ୱକପ୍ ବିଜେତା ଭାରତୀୟ କ୍ରିକେଟ ଟିମ

Next Post

ଲୋକସେବା ଭବନରେ କାର୍ଯ୍ୟ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ଲୋକସେବା ଭବନରେ କାର୍ଯ୍ୟ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଲୋକସେବା ଭବନରେ କାର୍ଯ୍ୟ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.