• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସବୁ ସଚିବ ମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ବୈଠକ: ଲୋକମାନଙ୍କ ପାଖରେ ସରକାର ୨୪ ଘଣ୍ଟା ଉତ୍ତରଦାୟୀ: ମୁଖ୍ୟମନ୍ତ୍ରୀ

FNN WEB by FNN WEB
July 5, 2024
in ଓଡ଼ିଶା, ମୁଖ୍ୟ ଖବର
0
ସବୁ ସଚିବ ମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ବୈଠକ: ଲୋକମାନଙ୍କ ପାଖରେ ସରକାର ୨୪ ଘଣ୍ଟା ଉତ୍ତରଦାୟୀ: ମୁଖ୍ୟମନ୍ତ୍ରୀ
0
SHARES
1
VIEWS

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ନରେ ଖାରବେଳ ଭବନ ଠାରେ ସବୁ ସଚିବ ମାନଙ୍କ ବୈଠକରେ ଯୋଗ ଦେଇ ନୂଆ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ କରିବା ସହିତ ନିର୍ବାଚନ ପ୍ରତିଶୃତି ପାଳନ ପାଇଁ ବିଧିବଦ୍ଧ କାର୍ଯ୍ୟକ୍ରମ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଲୋକଙ୍କ ଆଶା ଆକାଂକ୍ଷା ପୂରଣ କରିବା ଦିଗରେ ସରକାରଙ୍କ ଲକ୍ଷ୍ୟ ହାସଲ ଦିଗରେ ପ୍ରଶାସନିକ କଳର ସହଯୋଗ ସେ କାମନା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ସରକାର ଲୋକମାନଙ୍କ ପାଖରେ ୨୪ ଘଣ୍ଟା ଉତ୍ତରଦାୟୀ । ଜନପ୍ରତିନିଧି ଭାବରେ ଏବଂ ସରକାର ଭାବରେ ଆମେ ଲୋକଙ୍କ ଭିତରେ ରହିବାର ପ୍ରତିବଦ୍ଧତା ନେଇ କାମ କରୁଛୁ । ତେଣୁ ୨୧ଟି ପ୍ରମୁଖ ନିର୍ବାଚନ ପ୍ରତିଶୃତି ଗୁଡିକ କିପରି ଠିକ୍‌ ଭାବେ କାର୍ଯ୍ୟକାରୀ ହେବ, ତାହା ଆପଣମାନଙ୍କର ଗୁରୁଦାୟିତ୍ବ। ତେଣୁ ସେ ଦିଗରେ କାମ ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଉ ୧୨ ବର୍ଷ ମଧ୍ୟରେ ସ୍ବତନ୍ତ୍ର ଓଡିଶାର ୧୦୦ ବର୍ଷ ପୂରଣ ହେବାକୁ ଯାଉଛି । ୨୦୪୭ରେ ମଧ୍ୟ ଦେଶର ସ୍ବାଧୀନତାର ୧୦୦ ବର୍ଷ ପୂରଣ ହେବ। ତେଣୁ ଉଭୟ ଭିଜନକୁ ଦୃଷ୍ଟିରେ ରଖି ଆମକୁ ଓଡିଶା ପାଇଁ ଏକ ଭିଜନ-୨୦୩୬ ପ୍ରସ୍ତୁତ କରିବାକୁ ହେବ । ଗତ ୨୪ ବର୍ଷ ମଧ୍ୟରେ ଯାହା ହୋଇପାରି ନାହିଁ, ତାକୁ ଏହି ୫ ବର୍ଷରେ କରିବାକୁ ପଡିବ। ଏହାର ସଫଳତା ପାଇଁ ଆମକୁ ଏହି ୫ ବର୍ଷରେ କଠିନ ପରିଶ୍ରମ କରି ଆମର ସବୁ ଲକ୍ଷ୍ୟକୁ ହାସଲ କରିବାକୁ ପଡିବ। ଏହାଦ୍ବାରା ବିକଶିତ ଭାରତରେ ଓଡିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ସୁନାମ ହାସଲ କରିପାରିବ ବୋଲି ସେ କହିଥିଲେ ।

ସେହିପରି ଲୋକଙ୍କ ଅଭିଯୋଗ ଶୁଣାଣି ପ୍ରକ୍ରିୟାକୁ ଅଧିକ ଦକ୍ଷ ଓ ପ୍ରଭାବଶାଳୀ କରିବା ପାଇଁ ସେ ପରାମର୍ଶ ଦେଇଥିଲେ । ଲୋକଙ୍କ ସହିତ ମିଶି ଆଲୋଚନା କରିବା ଦ୍ବାରା ସରକାରଙ୍କ ପ୍ରତି ଲୋକଙ୍କ ଭରସା ସୃଷ୍ଟି ହୁଏ । ଲୋକଙ୍କ ସରକାର ଭାବେ ମୋ ସରକାର କାମ କରିବା ମଧ୍ୟ ଆରମ୍ଭ କରିଦେଇଛି । ଲୋକ ଓ ସରକାରଙ୍କ ମଧ୍ୟରେ କୌଣସି ପ୍ରାଚୀର ରହିବା ଉଚିତ ନୁହେଁ । ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ଯେଉଁ ଭରସା ସୃଷ୍ଟି ହୋଇଛି, ସେ ଭରସା ଅତୁଟ ରହିବା ଦରକାର । ଲୋକମାନେ ଯେଉଁ ସମସ୍ୟା ନେଇ ଆମ ପାଖକୁ ଆସୁଛନ୍ତି, ତାହାର ସମାଧାନ ହେବା ଅତି ଜରୁରୀ । ଏଥିପାଇଁ ଟେକ୍‌ନୋଲୋଜି ସହିତ ଉପଯୁକ୍ତ ତଦାରଖ ବ୍ୟବସ୍ଥା (Monitoring) ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ ।

ଓଡିଆ ଅସ୍ମିତା ପ୍ରସଙ୍ଗ ଉଠାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରତ୍ୟେକ ବିଭାଗର କାର୍ଯ୍ୟକ୍ରମ ଯେପରି ଓଡିଆ ଭାଷାରେ ହୋଇପାରିବ, ସେଥିପାଇଁ ଆପଣମାନେ ପଦକ୍ଷେପ ନିଅନ୍ତୁ । କେନ୍ଦ୍ର ସରକାରଙ୍କ ଏକାଧିକ ଲୋକପ୍ରିୟ ଯୋଜନା ଓ ରାଜ୍ୟ ସରକାରଙ୍କ ସମସ୍ତ ଯୋଜନାର ସଫଳ ରୂପାୟନ ଉପରେ ସେ ଗୁରୁତ୍ବାରୋପ କରିଥିଲେ । ଏହିସବୁ ଯୋଜନାକୁ ତୃଟିଶୂନ୍ୟ ଓ ପ୍ରଭାବୀ ଢଙ୍ଗରେ ଆଗେଇ ନେବା ପାଇଁ ସମର୍ପିତ ଓ ସକ୍ରିୟ ହୋଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିକଶିତ ଓଡିଶା ନିର୍ମାଣ ପାଇଁ କାମ କରିବାର ସଂପୂର୍ଣ୍ଣ ସ୍ବାଧୀନତା ଆପଣମାନଙ୍କର ଅଛି। କିନ୍ତୁ ଆପଣମାନଙ୍କୁ ସ୍ବଚ୍ଛତା ଓ ଉତ୍ତରଦାୟିତ୍ବର ସୀମା ଭିତରେ କାମ କରିବାକୁ ହେବ। ପ୍ରତିଶୃତିକୁ ପାଳନ କରିବା ପାଇଁ ବଜେଟ ପରିମାଣ ଉପରେ ବିଚାର ବିମର୍ଶ କରନ୍ତୁ ଏବଂ ସେ ସବୁ ପ୍ରସଙ୍ଗରେ ଆଜିର ଦିନରେ କଣ ସ୍ଥିତି ଅଛି, ତା ଉପରେ ରିପୋର୍ଟ ପ୍ରସ୍ତୁତ କରିବାକୁ ସେ ପରାମର୍ଶ ଦେଇଥିଲେ ।

ସେ କହିଥିଲେ ଯେ ମୋ ସରକାରର ରାଜନୈତିକ ଇଚ୍ଛା ଶକ୍ତି ଦୃଢ ଅଛି । ଦୁଇ ଉପ-ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀମଣ୍ଡଳର ସବୁ ସଦସ୍ୟ ସରକାରଙ୍କ କେନ୍ଦ୍ରବିନ୍ଦୁ । ନିର୍ଣ୍ଣୟ ପ୍ରକ୍ରିୟାରେ ସମସ୍ତଙ୍କ ଭାଗିଦାରୀ ଆମର ପ୍ରାଥମିକତା । ସବୁ ବିଭାଗର ମନ୍ତ୍ରୀ ଓ ପ୍ରଶାସନିକ ଅଧିକାରୀ ମାନଙ୍କ ସହିତ ତଳସ୍ତରର କର୍ମଚାରୀଟିଏ ମଧ୍ୟ ସରକାରଙ୍କ ସଫଳତା ପାଇଁ ଖୁବ ଗୁରୁତ୍ବପୂର୍ଣ୍ଣ । ଆମ ଦଳର ମତାମତ ସହିତ ବିରୋଧୀ ଦଳର ମତାମତକୁ ମଧ୍ୟ ଆମକୁ ଗୁରୁତ୍ବର ସହ ନେବାକୁ ପଡିବ। ତୃଣମୂଳସ୍ତରରେ ଜନପ୍ରତିନିଧି ମାନଙ୍କ ମତାମତ ମଧ୍ୟ ଗୁରୁତ୍ବପୂର୍ଣ୍ଣ । ସମସ୍ତେ ଏକ ଟିମ୍‌ ହୋଇ ଓଡିଶାର ବିକାଶର ଲକ୍ଷ୍ୟ ହାସଲ କରିବା ପାଇଁ କାମ କରିବାକୁ ପଡିବ ବୋଲି ସେ କହିଥିଲେ ।

ଓଡିଶା ଏବେ ଦେଶର ଏକ ପ୍ରମୁଖ ବିକାଶଶୀଳ ରାଜ୍ୟ ଭାବେ ମୁଣ୍ଡ ଟେକିଛି । ରାଜ୍ୟକୁ ବିକାଶର ଶିଖରରେ ପହଞ୍ଚାଇବା ଲକ୍ଷ୍ୟରେ ଆମେ କାମ ଆରମ୍ଭ କରିଛୁ । ଶିକ୍ଷା, ସ୍ବାସ୍ଥ୍ୟ, ଦୁର୍ନୀତି ବିରୋଧୀ ପରିବେଶ, ସାମାଜିକ ନ୍ୟାୟ, ଆର୍ଥିକ ପ୍ରଗତି, ଜନଜାତି କଲ୍ୟାଣ ଓ ଉତ୍ତରଦାୟୀ ପ୍ରଶାସନ ଯୋଗାଇ ଦେବା ପାଇଁ ଆମେ ବଦ୍ଧ ପରିକର। ପରିଶେଷରେ ସେ କହିଥିଲେ ଯେ ପ୍ରଶାସନିକ ସଂସ୍କାର ଓ ବିଶ୍ବସନୀୟ ସେବା ପ୍ରଦାନ ଦିଗରେ ଆପଣମାନଙ୍କ ନିଷ୍ଠା ଓ କାର୍ଯ୍ୟଦକ୍ଷତା ଆମକୁ ସଫଳତାର ଶୀର୍ଷରେ ପହଞ୍ଚାଇବ, ଏ ବିଶ୍ବାସ ମୋର ରହିଛି । ଆପଣମାନଙ୍କ ସହଯୋଗରେ ଏକ ବିକଶିତ ଓଡିଶା ଗଠନର ଲକ୍ଷ୍ୟ ହାସଲ ହେବ ବୋଲି ସେ ଆଶା ଓ ବିଶ୍ବାସ ପ୍ରକଟ କରିଥିଲେ ।

ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ। ସବୁ ବିଭାଗର ସଚିବ ମାନେ ସେମାନଙ୍କ ବିଭାଗର କାର୍ଯ୍ୟକ୍ରମ ବିଷୟରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ସରକାରଙ୍କ ଆଭିମୁଖ୍ୟକୁ ନେଇ ସେମାନେ କିପରି ନୂଆ ଯୋଜନା ଓ କାର୍ଯ୍ୟକ୍ରମ ପ୍ରସ୍ତୁତ କରୁଛନ୍ତି, ସେ ବିଷୟରେ ମଧ୍ୟ ସୂଚନା ଦେଇଥିଲେ ।

Previous Post

ଏ ବର୍ଷ ରାଜ୍ୟରେ ଲାଗିବ ୫ କୋଟି ଗଛ: ମୁଖ୍ୟମନ୍ତ୍ରୀ

Next Post

ଓଡିଶା ଗସ୍ତରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

FNN WEB

FNN WEB

Next Post
ଓଡିଶା ଗସ୍ତରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡିଶା ଗସ୍ତରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.