• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର କାର୍ଯ୍ୟ ସମୀକ୍ଷା

FNN WEB by FNN WEB
July 16, 2024
in ଓଡ଼ିଶା, ମୁଖ୍ୟ ଖବର
0
ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର କାର୍ଯ୍ୟ ସମୀକ୍ଷା
0
SHARES
6
VIEWS


ଦୟା ୱେଷ୍ଟ କେନାଲର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ


ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରି ଯୋଜନା ଗୁଡିକୁ ତ୍ୱରାନ୍ୱିତ କରି ସହର ଗୁଡିକରେ ଲୋକଙ୍କ ପାଇଁ ଆଧୁନିକ ସୁବିଧାର ବିକାଶ ପାଇଁ ପରାମର୍ଶ ଦେଇଛନ୍ତି। ବିଭିନ୍ନ ଯୋଜନା ଗୁଡିକର ସୁବିଧା ପାଉଥିବା ହିତାଧିକାରୀ ଚୟନ କ୍ଷେତ୍ରରେ ତଥା କର୍ମସଂସ୍ଥାନ ପ୍ରଦାନ କ୍ଷେତ୍ରରେ ଓଡିଶାର ଯୋଗ୍ୟ ବ୍ୟକ୍ତିମାନଙ୍କୁ ପ୍ରାଥମିକତା ଦେବାକୁ ସେ ପରାମର୍ଶ ଦେଇଛନ୍ତି। ସହର ଗୁଡିକର ପାରିପାର୍ଶ୍ୱିକ ଅଞ୍ଚଳର ବିକାଶ ଉପରେ ପ୍ରାଥମିକତା ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏହା ଦ୍ୱାରା ସହରର ଗରିବ ଲୋକଙ୍କ ପାଇଁ ଭିତ୍ତିଭୂମି ଓ ଆନୁସଙ୍ଗିକ ସୁବିଧାର ବିକାଶ କରାଯାଇ ପାରିବ। ସେମାନେ ସୁବିଧାରେ ରହି ସହରରେ ସେବା ଯୋଗାଇ ଦେବା ସହ ଜୀବିକ ଅର୍ଜନ ମଧ୍ୟ କରିପାରିବେ।

ସେହିପରି ଭୁବନେଶ୍ୱରର ଦୟା ୱେଷ୍ଟ କେନାଲର ସମସ୍ୟା ସମ୍ପର୍କରେ ବୌଠକରେ ଆଲୋଚନା କରାଯାଇଥିଲା। ୩୪ କି.ମି ଦୀର୍ଘ ଏହି କେନାଲର ୧୬ କି.ମି.ରୁ ଅଧିକ ଅଂଶ ଭୁବନେଶ୍ୱର ସହର ଭତରେ ରହିଛି। ଏହାର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ପାଇଁ ଏକ ଉନ୍ନତ ଯୋଜନା ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଭୁବନେଶ୍ୱର ଓ ତା’ର ପାରିପାର୍ଶ୍ୱିକ ଅଞ୍ଚଳର ବିକାଶ କରିବା ବର୍ତ୍ତମାନ ସମୟର ଏକ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସ୍ୱଚ୍ଛତା କାର୍ଯ୍ୟକ୍ରମ ଉପରେ ଗୁରୁତ୍ୱ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟର ସବୁ ସହରରେ ବାୟୋ-ମାଇନିଂ ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଉ। ସ୍ୱଚ୍ଛତା କ୍ଷେତ୍ରରେ ଭୁବନେଶ୍ୱର ଯେପରି ଦେଶର ଏକ ମଡେଲ୍ ସହର ହୋଇପାରିବ ସେଥିପାଇଁ ଉପଯୁକ୍ତ କାର୍ଯ୍ୟକ୍ରମ ଗ୍ରହଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ।

ବୈଠକରେ ବିଭାଗ ପକ୍ଷରୁ ୧୦୦ ଦିନର ଆକ୍ସନ ପ୍ଲାନ ସମ୍ପର୍କରେ ତଥ୍ୟ ଉପସ୍ଥାପନା କରାଯାଇଥିଲା। ଏହା ସହିତ ମେଟ୍ରୋ ରେଲ୍ ପ୍ରକଳ୍ପର ଅଗ୍ରଗତି, ଜାଗା ମିଶନ, CRUT ପରିବହନ ବ୍ୟବସ୍ଥା, ସ୍ୱଚ୍ଛତା ଓ ସୌନ୍ଦର୍ଯ୍ୟକରଣ ଉପରେ ବୈଠକରେ ଆଲୋଚନା କରାଯାଇଥିଲା। ଏହି ବୈଠକରେ ବିଭାଗୀୟ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ମୁଖ୍ୟ ଶାସନ ସଚିବ ଶ୍ରୀ ମନେଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ, CRUTର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଅରୁଣ ବୋଥ୍ରା ଏବଂ ଅନ୍ୟ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ।

Previous Post

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବ ସ୍ତରୀୟ ବୈଠକ ଅନୁଷ୍ଠିତ

Next Post

ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ କାର୍ଯ୍ୟକ୍ରମର ସମୀକ୍ଷା

FNN WEB

FNN WEB

Next Post
ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ କାର୍ଯ୍ୟକ୍ରମର ସମୀକ୍ଷା

ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ କାର୍ଯ୍ୟକ୍ରମର ସମୀକ୍ଷା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.