• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ କାର୍ଯ୍ୟକ୍ରମର ସମୀକ୍ଷା

FNN WEB by FNN WEB
July 16, 2024
in ଓଡ଼ିଶା, ମୁଖ୍ୟ ଖବର
0
ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ କାର୍ଯ୍ୟକ୍ରମର ସମୀକ୍ଷା
0
SHARES
5
VIEWS

ପିଲାଙ୍କ ଖାଦ୍ୟର ମାନ ବୃଦ୍ଧି, ସ୍ଵାସ୍ଥ୍ୟ, ସୁରକ୍ଷା ଓ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ଵ


ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର କାର୍ଯ୍ୟକ୍ରମର ସମୀକ୍ଷା କରି ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ପିଲାମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ କେତେକ ଗୁରୁତ୍ବପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି । ବିଭାଗ ଦ୍ବାରା ପରିଚାଳିତ ହେଉଥିବା ହଷ୍ଟେଲ ଗୁଡ଼ିକରେ ପିଲା ମାନଙ୍କ ଖାଦ୍ୟର ମାନ ବୃଦ୍ଧି ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ। ଏହାସହିତ ସ୍ଵାସ୍ଥ୍ୟ, ସୁରକ୍ଷା ଓ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ଵ ପ୍ରଦାନ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ଦେଇଥିଲେ। ମନ୍ତ୍ରୀ ଓ ସଚିବ ମାନେ ନିୟମିତ ଭାବେ ବିଦ୍ୟାଳୟ ଓ ହଷ୍ଟେଲ ଗୁଡିକ ପରିଦର୍ଶନ କରି ଏହାର ପରିଚାଳନା ପଦ୍ଧତି ଯାଞ୍ଚ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ବୈଠକର ଆଲୋଚନାରୁ ଜଣାଯାଇଥିଲା ଯେ ରାଜ୍ୟରେ ବିଭାଗ ଅଧିନରେ ଥିବା ୧୪ଟି ହାଇସ୍କୁଲକୁ ହାୟର ସେକେଣ୍ଡାରୀ ସ୍କୁଲରେ ପରିଣତ କରିବା ପାଇଁ ଅନୁମତି ମିଳିଛି । ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇ କହିଥିଲେ ଯେ ଚଳିତ ବର୍ଷ ଅତି କମ୍‌ରେ ୧୦ଟି ଉଚ୍ଚ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପରିଣତ କରାଯିବା ଆବଶ୍ୟକ। ଆଗକୁ ମଧ୍ୟ, ଅଧାରୁ ପାଠ ଛାଡ ହାର କମାଇବା ପାଇଁ ଅଧିକ ଉଚ୍ଚ ବିଦ୍ୟାଳୟକୁ ଉନ୍ନୀତ କରାଇବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେହିପରି ରାଜ୍ୟର ବିଭିନ୍ନ ପ୍ରାଥମିକ ସ୍କୁଲର ହଷ୍ଟେଲ ଗୁଡିକ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଦ୍ବାରା ପରିଚାଳିତ ହେଉଛି। ଆଦିବାସୀ ବହୁଳ ଜିଲ୍ଲା ଗୁଡିକରେ ଏହା ବିଶେଷ ଭାବରେ କାର୍ଯ୍ୟକାରୀ ହେଉଛି। ତେବେ ଏହାର ହଷ୍ଟେଲ ଗୁଡିକର ଅବସ୍ଥା ଭଲ ନ ଥିବାରୁ ଏଗୁଡିକର ଉନ୍ନତିକରଣ କରାଯାଇ ନୂଆ ହଷ୍ଟେଲ ନିର୍ମାଣ କରାଯାଉଛି। ଅଭିଭକ୍ତ କୋରାପୁଟ ଜିଲ୍ଲାରେ ପ୍ରଥମ ପର୍ଯ୍ୟାୟରେ ୩୦୧ଟି ହଷ୍ଟେଲର ଉନ୍ନତିକରଣ ପାଇଁ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ବୋଲି ବୈଠକରେ ସୂଚନା ଦିଆଯାଇଥିଲା। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସବୁ ଆଦିବାସୀ ଅଞ୍ଚଳ ଗୁଡିକରେ ଥିବା ହଷ୍ଟେଲ ଗୁଡିକର ଉନ୍ନତିକରଣର ଆବଶ୍ୟକତା ରହିଛି । ଏହି କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ପାଇଁ ସେ ପରାମର୍ଶ ଦେଇଥିଲେ। ଆବଶ୍ୟକତା ଅନୁଯାୟୀ କେତେକ ହଷ୍ଟେଲକୁ ୧୦୦ ଆସନ ବିଶିଷ୍ଟ କରିବା ପାଇଁ ମଧ୍ୟ ସେ ନିର୍ଦ୍ଦେଶ ଦେଇଥିଲେ ।

ବୈଠକରେ ଏକଲବ୍ୟ ମଡେଲ ସ୍କୁଲ ପ୍ରତିଷ୍ଠା ସଂପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା । ଓଡିଶା ପାଇଁ ୧୧୪ଟି ସ୍କୁଲ ପାଇଁ ଅନୁମୋଦନ ଥିବାବେଳେ ବର୍ତ୍ତମାନ ସୁଦ୍ଧା ୩୨ଟି ସ୍କୁଲ କାର୍ଯ୍ୟକାରୀ କରୁଛି ଏବଂ ଏ ବର୍ଷ ଆଉ ୧୫ଟି ସ୍କୁଲ ଖୋଲିବାର କାର୍ଯ୍ୟକ୍ରମ ରହିଛି। ବିଭିନ୍ନ ବିଦ୍ୟାଳୟ ପାଇଁ ଯାହାସବୁ ଅନୁମୋଦନ ଆବଶ୍ୟକ, ବିଶେଷ କରି ଜଙ୍ଗଲ ଜମି ଅନୁମୋଦନ ପ୍ରକ୍ରିୟାକୁ ତ୍ବରାନ୍ବିତ କରି ଏହି ସ୍କୁଲ ଗୁଡିକୁ ଶୀଘ୍ର ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହାସହିତ ବୈଠକରେ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ ସଂପର୍କରେ ମଧ୍ୟ ଆଲୋଚନା ହୋଇଥିଲା । ପିଲାଙ୍କ ଡ୍ରପ୍ ଆଉଟ୍‌ ରୋକିବା ପାଇଁ ମାଧୋ ସିଂ ହାତଖର୍ଚ୍ଚ ଯୋଜନା, ଜଙ୍ଗଲ ଜମି ଅଧିକାର ଯୋଜନା, ଅନ୍ବେଷା, ପି.ଏମ୍‌ ଜନମନ୍, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଆଦି ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଆଲୋଚନା କରାଯାଇଥିଲା ।

ବୈଠକରେ ବିଭାଗୀୟ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ,ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ରାଜସ୍ବ ଏବଂ ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର ସଚିବ ଶ୍ରୀମତୀ ରୂପାରୋଷନ ସାହୁ ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Previous Post

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର କାର୍ଯ୍ୟ ସମୀକ୍ଷା

Next Post

ଗୁରୁବାର ଖୋଲିବ ଭିତର ରତ୍ନଭଣ୍ଡାର

FNN WEB

FNN WEB

Next Post
ତାଲା ଭାଙ୍ଗି ଖୋଲାଗଲା ଭିତର ରତ୍ନଭଣ୍ଡାର

ଗୁରୁବାର ଖୋଲିବ ଭିତର ରତ୍ନଭଣ୍ଡାର

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.