• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସୁନାବେଶରେ ଦର୍ଶନ ଦେଉଛନ୍ତି ରଥାରୂଢ଼ ତିନି ଠାକୁର

FNN WEB by FNN WEB
July 17, 2024
in ଓଡ଼ିଶା, ମୁଖ୍ୟ ଖବର
0
ସୁନାବେଶରେ ଦର୍ଶନ ଦେଉଛନ୍ତି ରଥାରୂଢ଼ ତିନି ଠାକୁର
0
SHARES
4
VIEWS

ପୁରୀ: ରଥ ଉପରେ ଅପୂର୍ବ ଦୃଶ୍ୟ । ମହଣ ମହଣ ସୁନାରେ ସଜେଇ ହୋଇଛନ୍ତି ବଡ଼ ଠାକୁର ବଳଭଦ୍ର, ଦେବୀ ସୁଭଦ୍ରା ଏବଂ ମହାପ୍ରଭୁ ଜଗନ୍ନାଥ । ମଥାରେ ସୁନାର କିରିଟ ସାଙ୍ଗକୁ କାନରେ ସୁନାର କୁଣ୍ଡଳ। କମରରେ ସୁନାର କମରପଟି, ପାଦରେ ଶ୍ରୀପୟର। ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ହସ୍ତରେ ସୁବର୍ଣ୍ଣର ହଳମୁଷଳ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ହସ୍ତରେ ସୁବର୍ଣ୍ଣର ଚକ୍ର ଓ ରୁପାର ଶଙ୍ଖ। ମା’ ସୁଭଦ୍ରାଙ୍କ ସୁବର୍ଣ୍ଣର ତଡ଼ଗି(କର୍ଣ୍ଣାଳଙ୍କାର)। ସାଙ୍ଗକୁ ରତ୍ନଖଚିତ ଘାଗଡ଼ା ମାଳି, ବାହାଡ଼ା ମାଳି, ତାବିଜ ମାଳି, ହରିଡ଼ା କଦମ୍ୱ ମାଳି, ବାଘନଖୀ ମାଳି, ସେବତୀ ମାଳି, ତିଳକ, ଆଡ଼କାନି, ଚନ୍ଦ୍ର-ସୂର୍ଯ୍ୟ, ଅଳକା, ଓଡ଼ିଆଣୀ, ଚନ୍ଦ୍ରିକା ଆଦି ଆଭୂଷଣ। ଧରାପୃଷ୍ଠରେ ଆଜି ଏଭଳି ମାନବୀୟ ଲୀଳା ଖେଳିଛନ୍ତି କୋଟି କୈବଲ୍ୟନାଥ ବ୍ରହ୍ମାଣ୍ଡ ଠାକୁର। ପାଦରୁ ମସ୍ତକ ମହଣ ମହଣ ସୁବର୍ଣ୍ଣ ଅଳଙ୍କାରରେ ଆଭୂଷିତ ହୋଇ ଅଗଣିତ ଭକ୍ତଙ୍କୁ ରଥ ଉପରୁ ଦେଇଛନ୍ତି ଦର୍ଶନ। ରଥାରୂଢ଼ ତିନି ଠାକୁରଙ୍କ ଦୁର୍ଲଭ ସୁନାବେଶ ଦର୍ଶନ ଦର୍ଶନ କଲେ କୋଟି ଜନ୍ମର ପୂଣ୍ୟ ମିଳିଥାଏ । ମହାବାହୁଙ୍କୁ ମନଭରି ଦେଖିବାପାଇଁ ଆତୁର ଭକ୍ତ ବି ଏହି ଅପୂର୍ବ ରୂପ ଦର୍ଶନ କରି ଅଭିଭୂତ ହୋଇଛନ୍ତି। ଏଥିପାଇଁ ବଡ଼ଦାଣ୍ଡ ଲୋକାରଣ୍ୟ ହୋଇଛି। ଲକ୍ଷାଧିକ ଶ୍ରଦ୍ଧାଳୁ ଚତୁର୍ଦ୍ଧା ବିଗ୍ରହଙ୍କ ସୁନାବେଶର ଦର୍ଶନ ପାଇ କୃତାର୍ଥ ମଣିଛନ୍ତି। ସକାଳୁ ଶ୍ରୀକ୍ଷେତ୍ରକୁ ଭକ୍ତଙ୍କ ସୁଅ ଛୁଟିଛି। ସନ୍ଧ୍ୟା ହୋଇଯାଇଥିବାରୁ ବଡ଼ଦାଣ୍ଡ ଜନସମୁଦ୍ର ପାଲଟିଛି।

ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ସୁନାବେଶ ଦର୍ଶନ ପାଇଁ ବଡ଼ଦାଣ୍ଡରେ ଓ୍ବାନ୍ ଓ୍ବେ ବ୍ୟବସ୍ଥା କରାଯାଇଛି । ଶ୍ରଦ୍ଧାଳୁ ଗୋଟିଏ ରାସ୍ତାରେ ଆସି ପ୍ରଥମେ ମହାପ୍ରଭୁ ଜଗନ୍ନାଥଙ୍କ ସୁନାବେଷ ଦର୍ଶନ କରୁଛନ୍ତି । ଏହାପରେ ଆଗକୁ ବଢ଼ି ଦେବୀ ସୁଭଦ୍ରା ଏବଂ ପରେ ବଡ଼ ଠାକୁର ବଳଭଦ୍ରଙ୍କ ଦର୍ଶନ କରି ସେହି ପଡ଼ ଦେଇ ଫେରୁଛନ୍ତି । ଶ୍ରୀଜିଉଙ୍କ ସୁନାବେଶ ଦର୍ଶନ ପାଇଁ ପ୍ରାୟ ୧୫ ଲକ୍ଷ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି । ଯଥାରୀତି ନୀତିକାନ୍ତି ଶେଷ ହେବା ପରେ ଶ୍ରୀଜିଉମାନେ ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେଉଛନ୍ତି ।

ରଥ ଉପରେ ତିନି ଠାକରୁଙ୍କ ନୀତିକାନ୍ତି ସରିବା ପରେ ଆରମ୍ଭ ହୋଇଥିଲା ସୁନାବେଶ ପ୍ରକ୍ରିୟା । ରତ୍ନଭଣ୍ଡାର ଖୋଲା ଯାଇଥିବାରୁ ମନ୍ଦିର ପରିସରରେ ହୋଇଥିବା ଅସ୍ଥାୟୀ ଷ୍ଟ୍ରଙ୍ଗରୁମରେ ରଖାଯାଇଛି । ଚଳିତବର୍ଷ ସେହିଠାରୁ ସୁନାବେଶ ପାଇଁ ଶ୍ରୀଜିଉଙ୍କ ସ୍ବର୍ଣ୍ଣ ଅଳଙ୍କାର ଅଣାଯାଇଥିଲା । ସେବାୟତ ମାନେ ବାଇଶ ପାହାଚ ଦେଇ ତିନି ଠାକୁରଙ୍କ ସ୍ବର୍ଣ୍ଣ ଅଳଙ୍କାର ବୋହି ଆଣିଥିଲେ । ଏହାପରେ ରଥ ଉପରେ ଆରମ୍ଭ ହୋଇଥିଲା ତିନିଠାକୁରଙ୍କ ସୁନାବେଶ ।

ସୁନାବେଶ ପାଇଁ ମୁତୟନ ହୋଇଛନ୍ତି ୧୯୦ ପ୍ଲାଟୁନ୍‌‌ ଫୋର୍ସ
ମହାପ୍ରଭୁଙ୍କର ଏହି ଦୁର୍ଲ୍ଲଭ ସୁନାବେଶ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଛି। ଏହାକୁ ଦୃଷ୍ଟିରେ ରଖି ପୁଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ରଥଯାତ୍ରା ଅପେକ୍ଷା ସୁନାବେଶରେ ଅଧିକ ଭିଡ଼ ହେଉଥିବାରୁ ଜନଗହଳି ନିୟନ୍ତ୍ରଣ ପାଇଁ ପୁଲିସ ପକ୍ଷରୁ ମାର୍କେଟ ଛକଠାରୁ ବ୍ୟାରିକେଡ୍‌‌ ବ୍ୟବସ୍ଥା କରାଯାଇଛି। ଭକ୍ତମାନେ ମାର୍କେଟ ଛକଠାରୁ ବ୍ୟାରିକେଡ୍‌‌ ଭିତରେ ପ୍ରବେଶ କରି ଏକମୁଖୀ ହୋଇ ଗୋଏଙ୍କା ଧର୍ମଶାଳା, ମରିଚିକୋଟ ଛକ ଏବଂ ରାଧାବଲ୍ଲଭ ମଠ ସମ୍ମୁଖ ଦେଇ ସିଂହଦ୍ୱାର ଆଡ଼କୁ ଯାଉଛନ୍ତି। ସମସ୍ତ ଭକ୍ତ ନନ୍ଦିଘୋଷ ରଥ ପାର୍ଶ୍ୱରେ ଡାହାଣ ପଟେ ଯାଇ ତିନିରଥ ସମ୍ମୁଖରୁ ଶ୍ରୀବିଗ୍ରହମାନଙ୍କୁ ଦର୍ଶନ କରୁଛନ୍ତି। ଦର୍ଶନ ସାରି ବଡ଼ଦାଣ୍ଡର ଅପର ପାର୍ଶ୍ୱ ଅର୍ଥାତ୍‌‌ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖ ଦେଇ ପ୍ରସ୍ଥାନ କରିବେ। ଦୋଳମଣ୍ଡପ ସାହି, ଜହ୍ନି ମୁଣ୍ଡିଆ ଛକ, ଦୋଳବେଦୀ କୋଣ ଆଦି ସ୍ଥାନରେ ପ୍ରେସର ପଏଣ୍ଟ ଚିହ୍ନଟ କରାଯାଇଛି। ସେଇସବୁ ସ୍ଥାନରୁ ଗହଳିର ସ୍ଥିତିକୁ ଦେଖି ନିୟନ୍ତ୍ରିତ କରି ଭକ୍ତଙ୍କୁ ଛଡ଼ାଯାଉଛି। ସୁନାବେଶ ପାଇଁ ୧୯୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ରହିବେ। ବରିଷ୍ଠ ପୁଲିସ ଅଧିକାରୀ ନିୟୋଜିତ ହୋଇଛନ୍ତି। ସମସ୍ତ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ବରିଷ୍ଠ ଅଧିକାରୀ ମୁତୟନ ରହିଛନ୍ତି। ସେହିପରି ପୁରୀ ପୁଲିସ ପକ୍ଷରୁ ୨୪ ଘଣ୍ଟିଆ ହେଲ୍ପ ଲାଇନ ନମ୍ବର ଜାରି କରାଯାଇଛି। ୧୧୨, ୬୩୭୦୯୬୭୧୦୦, ୬୩୭୦୯୭୨୧୦୦ ନମ୍ବର୍‌‌ରେ କଲ୍‌‌ କରି ଜରୁରୀକାଳୀନ ପରିସ୍ଥିତିରେ ଶ୍ରଦ୍ଧାଳୁମାନେ ପୁଲିସର ସାହାଯ୍ୟ ନେଇପାରିବେ ।

Previous Post

ଭାଙ୍ଗିଲା ରାଜ୍ୟ ଯୋଜନା ବୋର୍ଡ: ଯୋଜନା ବୋର୍ଡ ଭଙ୍ଗ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

Next Post

ଜୁଲାଇ ୨୦ରେ ବସିବ ବିଜେଡି ବିଧାୟକ ଦଳ ବୈଠକ

FNN WEB

FNN WEB

Next Post
ଜୁଲାଇ ୨୦ରେ ବସିବ ବିଜେଡି ବିଧାୟକ ଦଳ ବୈଠକ

ଜୁଲାଇ ୨୦ରେ ବସିବ ବିଜେଡି ବିଧାୟକ ଦଳ ବୈଠକ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.