• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବଜେଟ୍‌ ପୂର୍ବରୁ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପିତ

FNN WEB by FNN WEB
July 24, 2024
in ଓଡ଼ିଶା, ମୁଖ୍ୟ ଖବର
0
ବଜେଟ୍‌ ପୂର୍ବରୁ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପିତ
0
SHARES
5
VIEWS

ଓଡ଼ିଶାରେ ମୁଣ୍ଡପିଛା ଆୟ ୧, ୬୪, ୪୩୭ ଟଙ୍କା
ଓଡ଼ିଶାରେ ଆୟୁଷ ହାର ପୂର୍ବ ତୁଳନାରେ ବଢ଼ିଛି ୧୦ ବର୍ଷ
ଭୁବନେଶ୍ବର: ଓଡ଼ିଶାରେ ଭାରତୀୟ ଜନତା ପାର୍ଟି (ବିଜେପି) ନେତୃତ୍ବ ସରକାରଙ୍କ ବଜେଟ୍‌ ଆସନ୍ତାକାଲି (ଗୁରୁବାର) ଆସିବ। ମୋହନ ଚରଣ ମାଝୀଙ୍କ ସରକାରରେ ଏହା ପ୍ରଥମ ବଜେଟ୍‌ ହେବ। ୨୪ ବର୍ଷ ପରେ ସରକାର ପରିବର୍ତ୍ତନ ହୋଇଥିବାରୁ ରାଜ୍ୟବାସୀ ଏକ ଭଲ ବଜେଟ୍‌ ଆଶା କରୁଥିବା ବେଳେ ବୁଧବାର ଅପରାହ୍‌ଣରେ ଅର୍ଥନୈତିକ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଆର୍ଥିକ ବର୍ଷ ୨୦୨୩-୨୪ ପାଇଁ ଓଡିଶାର ଅର୍ଥନୀତି ୮.୫ ପ୍ରତିଶତ ଅଭିବୃଦ୍ଧି ହାସଲ କରିବ ବୋଲି ଆକଳନ କରାଯାଇଛି। ଗତ ଥର ଅର୍ଥାତ ଆର୍ଥିକ ବର୍ଷ ୨୦୨୨-୨୩ରେ ୭.୯ ପ୍ରତିଶତ ଥିଲା। ଅର୍ଥନୈତିକ ସର୍ଭେ ରିପୋର୍ଟରେ କୁହାଯାଇଛି ଯେ, ଓଡ଼ିଶାର ମୁଣ୍ଡପିଛା ଆୟ ୧,୬୧,୪୩୬ ଟଙ୍କା ରହିଛି। ଏହା ଭାରତର ମୁଣ୍ଡପିଛା ଆୟଠାରୁ ୧୨.୪% କମ୍‌। ତେବେ ଶିଳ୍ପ ଓ ସେବା କ୍ଷେତ୍ରରେ ଉଚ୍ଚ ଅଭିବୃଦ୍ଧି ଯୋଗୁଁ ଏହା ସମ୍ଭବ ହେଇପାରିଛି ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି।

ସେହିପରି ଆର୍ଥିକ ବର୍ଷ ୨୦୧୫-୧୬ ପରଠାରୁ ଓଡିଶାର ମୁଣ୍ଡପିଛା ଆୟ ୧୨.୧ ପ୍ରତିଶତ ସିଏଜିଆରରେ ବୃଦ୍ଧି ପାଇଥିବାବେଳେ, ୧୭ଟି ପ୍ରମୁଖ ରାଜ୍ୟ ତାଲିକାରେ ଓଡିଶା ୨୦୨୨-୨୩ରେ ୧୧ ତମ ସ୍ଥାନରେ ରହିଛି। ନୀତି ଆୟୋଗ ଅନୁଯାୟୀ ବହୁବିଧ ଦାରିଦ୍ର୍ୟ ଅନୁପାତ ୨୦୧୫-୧୬ରେ ୨୯.୩ ପ୍ରତିଶତ ଥିବାବେଳେ ୨୦୧୯-୨୧ ବେଳକୁ ଏହା ୧୫.୭ ପ୍ରତିଶତକୁ ହ୍ରାସ ପାଇଛି। ଏହି ବର୍ଷ ଭିତରେ ରାଜ୍ୟର ପ୍ରାୟ ୬୨ ଲକ୍ଷରୁ ଅଧିକ ଲୋକ ଦାରିଦ୍ର୍ୟରୁ ମୁକ୍ତ ହେଇଛନ୍ତି ବୋଲି ଅର୍ଥନୈତିକ ସର୍ଭେ ରିପୋର୍ଟରେ କୁହାଯାଇଛି। ତେବେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରର ଅଭିବୃଦ୍ଧି ୩.୫ ପ୍ରତିଶତ ରହିବ ବୋଲି ଆକଳନ କରାଯାଇଛି। ଶିଳ୍ପକ୍ଷେତ୍ରର ଅଭିବୃଦ୍ଧି ହାର ୮.୭ ପ୍ରତିଶତ, ସେବା କ୍ଷେତ୍ରର ଅଭିବୃଦ୍ଧି ହାର ୯.୨ ପ୍ରତିଶତ ରହିବ ବୋଲି ଆକଳନ କରାଯାଇଛି।

୨୦୨୩-୨୪ରେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ଅଭିବୃଦ୍ଧି ୩.୫% ଆକଳନ କରଯାଇଛି। ୨୦୧୯-୨୦ରେ ବିତ୍ତୀୟ ନିଅଣ୍ଟ ୩.୫% ଥିଲା । ୨୩-୨୪ରେ ୩.୧%କୁ ହ୍ରାସ ପାଇଛି। ୨୦୨୨-୨୩ରେ ଧାନ ଉତ୍ପାଦନ ୧୪୧.୪ ଲକ୍ଷ ମେଟ୍ରିକ ଟନ୍‌କୁ ବୃଦ୍ଧି ହୋଇଛି। ୨୦୨୧-୨୨ରେ ଓଡ଼ିଶା ଦେଶର ପଞ୍ଚମ ବୃହତ୍ତ ଧାନ ଉତ୍ପାଦନକାରୀ ରାଜ୍ୟ ହୋଇଛି। ମହିଳା ସାକ୍ଷରତା କ୍ଷେତ୍ରରେ ଓଡ଼ିଶାର ଅଗ୍ରଗତି ଘଟିଛି। ୭ ବର୍ଷ ବୟସରୁ ଉର୍ଦ୍ଧ୍ବ ମହିଳା ସାକ୍ଷରତା ହାର ୨୦୦୧ (ଜନଗଣନା)ରେ ୫୦.୫ ପ୍ରତିଶତଥିବା ବେଳେ ୨୦୨୨-୨୩ରେ ଏହା ୭୩.୬ ପ୍ରତିଶତକୁ ବୃଦ୍ଧି ପାଇଛି।

ସେହିପରି ଏହି ସର୍ଭେ ରିପୋର୍ଟରେ ଆୟୁଷହାର ମଧ୍ୟ ପ୍ରକାଶ ପାଇଛି। ଓଡ଼ିଶାରେ ଆୟୁଷ ହାର ପୂର୍ବ ତୁଳନାରେ ବଢ଼ିଛି ୧୦ ବର୍ଷ। ଆୟୁଷ ବୃଦ୍ଧି ନେଇ ଅର୍ଥନୈତିକ ସର୍ଭେ ରିପୋର୍ଟରେ ତଥ୍ୟ ପ୍ରକାଶ ପାଇଛି। ୨୦୦୦-୨୦୦୪ରେ ଓଡ଼ିଶାରେ ହାରାହାରି ଆୟୁଷ ଥିଲା ୬୦.୪ ବର୍ଷ । ୨୦୧୬-୨୦୨୦ରେ ହାରାହାରି ଆୟୁଷ ବୃଦ୍ଧି ପାଇ ୭୦.୩ ବର୍ଷ ରହିଛି । ତେବେ ୧୭ ପ୍ରମୁଖ ରାଜ୍ୟ ମଧ୍ୟରେ ଓଡ଼ିଶା ଉପରେ ରହିଛନ୍ତି ୭ ରାଜ୍ୟ ।

ବିରୋଧୀ ଦଳର ଉପନେତା ପ୍ରସନ୍ନ ଆଚାର୍ଯ୍ୟ ଗଣମାଧ୍ୟମକୁ କହିଛନ୍ତି, ପୂର୍ବ ସରକାରଙ୍କ ଯୋଜନା, ନୀତି, ନୀତିକୁ ପ୍ରଣୟନ କରିବାର ଦକ୍ଷତା ଯୋଗୁଁ ଓଡ଼ିଶାର ଅଭିବୃଦ୍ଧି ଘଟିଛି। ଆମେ ବିଗତ ୨୪ ବର୍ଷ ମଧ୍ୟରେ ଓଡ଼ିଶାକୁ ଏକ ବିକଶିତ ରାଜ୍ୟରେ ପରିଣତ କରିବା ପାଇଁ କାମ କରିଛୁ।

Previous Post

ଓଡିଶାବାସୀଙ୍କ ଆଶୀର୍ବାଦରେ ସରକାର ଗଢିଲେ, ବଜେଟରେ ପ୍ରତାରଣା କଲେ: ବିଜେଡି

Next Post

ଉପବାଚସ୍ପତି ହେଲେ ଭବାନୀ ଶଙ୍କର ଭୋଇ

FNN WEB

FNN WEB

Next Post
ଉପବାଚସ୍ପତି ହେଲେ ଭବାନୀ ଶଙ୍କର ଭୋଇ

ଉପବାଚସ୍ପତି ହେଲେ ଭବାନୀ ଶଙ୍କର ଭୋଇ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.