• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପିତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

FNN WEB by FNN WEB
July 25, 2024
in ଓଡ଼ିଶା, ମୁଖ୍ୟ ଖବର
0
୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପିତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
0
SHARES
7
VIEWS


୨ ଲକ୍ଷ ୬୫ ହଜାର କୋଟିର ବ୍ୟୟ ବରାଦ
ବଦଳିଲା ଏକାଧିକ ଯୋଜନାର ନାଁ
ବିଏସ୍‌କେୱାଇ ହେଲା ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା
କାଳିଆ ଯୋଜନାର ନାଁ ବଦଳାଇ ‘ସିଏମ-କିଷାନ’ ଯୋଜନା
କୃଷି ଓ କୃଷକଙ୍କ ପାଇଁ ୩୩ ହଜାର ୯୧୯ କୋଟିର ବରାଦ

ଭୁବନେଶ୍ବର: ରାଜ୍ୟରେ କ୍ଷମତାସୀନ ବିଜେପି ସରକାର ଆଜି ନିଜର ପ୍ରଥମ ବାର୍ଷିକ ବଜେଟ୍ ଉପସ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅର୍ଥମନ୍ତ୍ରୀ ଭାବେ ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ୨ଲକ୍ଷ ୬୫ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି । ଏହି ବଜେଟରେ ୨୪ବର୍ଷର ବିଜେଡି ସରକାରର ବିଭିନ୍ନ ଯୋଜନା ପାଇଁ ବ୍ୟୟବରାଦ କରିଥିବା ମୋହନ ସରକାର ସେଗୁଡ଼ିକର ନାଁ ପରିବର୍ତ୍ତନ କରିଛନ୍ତି । ଏହାସହିତ ପ୍ରାୟ ଡଜନେ ନୂଆ ଯୋଜନାକୁ ମଧ୍ୟ ବିଜେପି ସରକାର କାର୍ଯ୍ୟକାରୀ କରିବା ପାଇଁ ଅର୍ଥବରାଦ କରିଛନ୍ତି । ବିଜେପି ଯେଉଁସବୁ ନିର୍ବାଚନୀ ପ୍ରତିଶ୍ରୁତି ଦେଇଥିଲା ତାକୁ ପୂରଣ ପାଇଁ ମଧ୍ୟ ଏହି ବଜେଟରେ ବ୍ୟୟବରାଦ ହୋଇଛି । ଏହାସହିତ ବିଜେପି ସରକାର ମୋଟ ବଜେଟର ୧୬.୦୪% ଋଣ ଆଣି ନିଜର ନିର୍ବାଚନୀ ପ୍ରତିଶ୍ରୁତିକୁ ପୂରଣ କରିବେ ବୋଲି ଜଣାପଡ଼ିଛି ।

ଆଜି ଗୃହରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ, ୨୦୨୩-୨୪ ଆର୍ଥିକ ବର୍ଷ ତୁଳନାରେ ଚଳିତବର୍ଷର ବଜେଟ୍ ଆକାରରେ ୧୫.୨% ବୃଦ୍ଧି ହୋଇଛି । ମୋହନ ସରକାର ଚଳିତ ଆର୍ଥିକ ବର୍ଷରେ ନିଜସ୍ୱ ଟିକସ ଓ ଅଣଟିକସ ବାବଦରେ ୧.୧୮ଲକ୍ଷ କୋଟି ଟଙ୍କା, କେନ୍ଦ୍ରୀୟ ଟିକସରୁ ରାଜ୍ୟଅଂଶ ଓ କେନ୍ଦ୍ରୀୟ ଅନୁଦାନକୁ ମିଶାଇ ମୋଟ ୯୩ହଜାର କୋଟି ଟଙ୍କା, ଋଣ ଓ ଅଗ୍ରୀମର ପୁନଃଭରଣା ବାବଦରେ ୫୦୫କୋଟି ଟଙ୍କା ପାଇବେ ଅଟକଳ କରିଛନ୍ତି । ଏହାସହିତ ମୋଟ ବଜେଟ ଅଟକଳର ୧୬.୦୪% ଅର୍ଥାତ୍ ୪୩୪୯୫କୋଟି ଟଙ୍କା ଋଣ ଆଣିବାକୁ ମଧ୍ୟ ଲକ୍ଷ୍ୟ ରଖିଛନ୍ତି ।

ଚଳିତ ବଜେଟରେ ବିଜେଡି ସରକାରର ବହୁଚର୍ଚ୍ଚିତ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ନାଁ ପରିବର୍ତ୍ତନ ହୋଇ ‘ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା’ ହୋଇଛି । ସେହିପରି ବିଜୁ ସେତୁର ନାଁ ବଦଳାଇ ‘ସେତୁ ବନ୍ଧନ’ ଯୋଜନା, ମୋ ସ୍କୁଲର ନାଁ ବଦଳାଇ ‘ପଂଚସଖା ଶିକ୍ଷା ସେତୁ ଯୋଜନା’, ଲକ୍ଷ୍ମୀ ଯୋଜନାର ନାଁ ‘ଗ୍ରାମାଂଚଳ ପରିବହନ’ ଯୋଜନା, ଆମ ଓଡ଼ିଶା ନବୀନ ଓଡ଼ିଶାର ନାଁ ବଦଳାଇ ‘ବିକଶିତ ଗାଁ ବିକଶିତ ଓଡ଼ିଶା’, କାଳିଆ ଯୋଜନାର ନାଁ ବଦଳାଇ ‘ସିଏମ-କିଷାନ’ ଯୋଜନା, ବିଜୁ ପକ୍କାଘର ଯୋଜନା ପରିବର୍ତ୍ତେ ‘ଅନ୍ତ୍ୟୋଦୟ ଗୃହ ଯୋଜନା’ ଘୋଷଣା କରିଛନ୍ତି ।

ସେହିପରି ବିଜେପି ସରକାର ନିଜର ପ୍ରତିଶ୍ରୁତି ମୁତାବକ ନୂଆ ଯୋଜନା ‘ସମୃଦ୍ଧ କୃଷକ ଯୋଜନା’ରେ ଧାନର ସର୍ବନିମ୍ନ ମୂଲ୍ୟ ୩୧୦୦ଟଙ୍କା ଦେବା ପାଇଁ ଅତିରିକ୍ତ ୫ହଜାର କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି । ସେହିପରି ସୁଭଦ୍ରା ଯୋଜନାରେ ୧୦ହଜାର କୋଟି ଟଙ୍କାର ଅର୍ଥ ବରାଦ କରି ମହିଳାମାନଙ୍କୁ ୫୦ହଜାର ଟଙ୍କାର ଭାଉଚର ଦେବା ପାଇଁ ବଜେଟରେ ବ୍ୟବସ୍ଥା ହୋଇଛି । ସେହିପରି ‘ମାଧେ ସିଂହ ହାତ ଖର୍ଚ୍ଚ’ ନାଁରେ ନୂଆ ଯୋଜନାରେ ୧୫୬କୋଟି ଟଙ୍କା ବ୍ୟୟବରାଦ ହୋଇଛି । ଅନୁସୂଚିତ ଜନଜାତି ବର୍ଗର ଅଷ୍ଟମ ଓ ଦ୍ୱାଦଶ ଶ୍ରେଣୀ ପାସ୍ କରୁଥିବା ଓ ନବମ ଓ ଏକାଦଶରେ ନାମ ଲେଖାଉଥିବା ପିଲାଙ୍କୁ ବାର୍ଷିକ ୫ହଜାର ଟଙ୍କାର ସହାୟତା ମିଳିବ । ସେହିପରି ମୁଖ୍ୟମନ୍ତ୍ରୀ ଶକ୍ତି ବିକାଶ ଯୋଜନା, ଅକ୍ଷୟ ଶକ୍ତି ବିକାଶ ଯୋଜନା, ଯୁବଶକ୍ତି ଯୋଜନା, ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ସ୍କୁଲ ଯୋଜନା, ଓଡ଼ିଶା ବଳଭଦ୍ର ଜୈବିକ ଚାଷ ମିଶନ, ସବୁ ଆଦିମ ଜନଜାତିଙ୍କ ବସ୍ତିକୁ ସବୁଦିନିଆ ରାସ୍ତା ପାଇଁ ପିଏମ ଜନମନ ଯୋଜନା, ଅତିରିକ୍ତ ସୌରଶକ୍ତି ପ୍ରୋତ୍ସାହନ ଯୋଜନା ଘୋଷଣା କରିଛନ୍ତି । ଏହାସହିତ ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଓ ପିଏମ ସୂର୍ଯ୍ୟଘର ଯୋଜନା ଲାଗୁ ହେବ ବୋଲି ଘୋଷଣା କରିଛନ୍ତି। ନିର୍ବାଚନି ପ୍ରତିଶୃତି ମୁତାବକ ମଧୁବାବୁ ପେନସନ ଯୋଜନା ଓ ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ଅଧୀନରେ ବାଦ୍ଧକ୍ୟ, ଭିନ୍ନକ୍ଷମ ଆଜି ମାସିକ ଭତ୍ତା ପରିମାଣ ୩ହଜାର ୫ଟଙ୍କା ଦେବା ପାଇ ବଜେଟରେ ରଖିଛନ୍ତି।

ଅନ୍ୟପଟେ ଓଡ଼ିଶାରେ ଆସିବ ରାଜ୍ୟ ସମବାୟ ନୀତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ମହାନଦୀ ନବୀକରଣ ପାଇଁ ବୈଷୟିକ କମିଟି ଗଠନ କରାଯିବ । ଡ୍ୟାମ ସୁରକ୍ଷା ଉନ୍ନତୀକରଣ ଯୋଜନା ପାଇଁ ୨ଶହ କୋଟି ଖର୍ଚ୍ଚ ହେବ । ସେହିଭଳି ଓଡ଼ିଶାରେ ୨୫ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରାଯିବାକୁ ଲକ୍ଷ୍ୟ ରଖାଯାଇଛି । ୨୦୨୭ ସୁଦ୍ଧା ରାଜ୍ୟରେ ସୃଷ୍ଟି ହେବେ ୨୫ ଲକ୍ଷ ଲକ୍ଷପତି ଦିଦି । ମହିଳା ଓ ଶିଶୁ ବିକାଶ ପାଇଁ ବଜେଟରେ ୧୭, ୯୪୨ କୋଟି ବ୍ୟୟବରାଦ କରାଯାଇଥିବା ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଓଡ଼ିଶାରେ ଚାଷୀମାନଙ୍କ ପାଇଁ ଆସିଲା ନୂଆ ଯୋଜନା ସିଏମ୍‌ କିଷାନ । ଏହି ଯୋଜନା ପାଇଁ ବଜେଟ୍‌ରେ ୧୯୩୫ କୋଟି ବ୍ୟୟବରାଦ କରାଯାଇଛି। ବଜେଟରେ ଚାଷୀଙ୍କ ପାଇଁ ସମୃଦ୍ଧ କୃଷକ ଯୋଜନା ମଧ୍ୟ ଘୋଷଣା କରାଯାଇଛି । ସମୃଦ୍ଧ କୃଷକ ଯୋଜନା ପାଇଁ ୫ ହଜାର କୋଟି ବ୍ୟୟବରାଦ ହୋଇଛି । ସେହିପରି ଶ୍ରୀଅନ୍ନ ଅଭିଯାନ ପାଇଁ ୬୪୯ କୋଟି ବ୍ୟୟବରାଦ କରାଯାଇଛି ।

ସେପଟେ କୃଷି ପାଇଁ ପୂର୍ବ ବର୍ଷ ତୁଳନାରେ ବଜେଟ ଆକାର ବଢ଼ିଲା । ଗତବର୍ଷ କୃଷି ବଜେଟ ଥିଲା ୨୪, ୮୨୯ କୋଟି । ଚଳିତ ବର୍ଷ କୃଷି ବଜେଟ ପରିମାଣ ୩୩, ୯୧୯ କୋଟି କରିଛନ୍ତି ମୋହନ ସରକାର । ସେପଟେ ଧାନ କୁଇଣ୍ଟାଲ ପିଛା ୩୧ଶହ ଟଙ୍କାରେ କିଣାଯିବ । ବଜେଟ ଉପସ୍ଥାପନ ବେଳେ ମୁଖ୍ୟମନ୍ତ୍ରୀ ଏଭଳି ସୂଚନା ଦେଇଛନ୍ତି। ଧାର୍ଯ୍ୟ MSPଠାରୁ ୮ଶହ ଟଙ୍କା ଅଧିକ ଦିଆଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଅନ୍ୟପଟେ ସୁଭଦ୍ରା ଯୋଜନା ପାଇଁ ମଧ୍ୟ ବଜେଟରେ ୧୦ ହଜାର କୋଟିର ବ୍ୟୟବରାଦ କରାଯାଇଛି । ସୂଚନାଯୋଗ୍ୟ, ନିର୍ବାଚନ ଇସ୍ତାହାରରେ ସୁଭଦ୍ରା ଯୋଜନା ବାବଦରେ ଘୋଷଣା ହୋଇଥିଲା ।

ଅନାଥ ଶିଶୁଙ୍କ ପାଇଁ ବଜେଟରେ ନୂଆ ଯୋଜନା ‘ଯଶୋଦା’। ଏହାଦ୍ୱାରା ଅନାଥ ଶିଶୁଙ୍କୁ ଆର୍ଥିକ ସହାୟତା ଯୋଗାଇବାକୁ ପ୍ରୟାସ କରାଯିବ । ଏଥିପାଇଁ ବଜେଟରେ ୮୩ କୋଟିର ପ୍ରାବଧାନ । ସେହିଭଳି ସାମାଜିକ ସୁରକ୍ଷା ଭତ୍ତା ୩ ହଜାର ୫ଶହ ଟଙ୍କା ହେବ । ପ୍ରଥମ ପର୍ଯ୍ୟାୟରେ ୮୦ ବର୍ଷରୁ ଅଧିକ ବୟସ୍କଙ୍କୁ ମିଳିବ ବର୍ଦ୍ଧିତ ଭତ୍ତା । ୮୦ ପ୍ରତିଶତରୁ କମ୍‌ ହୋଇନଥିବା ଭିନ୍ନକ୍ଷମ ପାଇବେ ବର୍ଦ୍ଧିତ ଭତ୍ତା ।

ଭୁବନେଶ୍ୱରରେ ନୂଆ ଷ୍ଟାଡିୟମ ନିର୍ମାଣ ପାଇଁ ବଜେଟରେ ଘୋଷଣା କରାଯାଇଛି । ବିଶ୍ୱସ୍ତରୀୟ କ୍ରୀଡ଼ା ଭିତ୍ତିଭୂମି ଓ ନୂଆ ଷ୍ଟାଡିୟମ ପାଇଁ ୯୫୨ କୋଟି ବ୍ୟୟବରାଦ କରାଯାଇଛି । ସେପଟେ ନିମ୍ନ ଆୟକାରୀ ପରିବାରକୁ ଘର ଯୋଗାଇବାକୁ ଅନ୍ତ୍ୟୋଦୟ ଗୃହ ଯୋଜନା । ପିଏମ୍‌ ଆବାସ ପାଉନଥିବା ହିତାଧିକାରୀ ପାଇବେ ଅନ୍ତ୍ୟୋଦୟ ଗୃହ ଯୋଜନାରେ ଘର । ସେହିଭଳି ଗ୍ରାମାଞ୍ଚଳରେ ସହାରାଞ୍ଚଳ ସୁବିଧା ଯୋଗାଇବାକୁ ମଧ୍ୟ ନୂଆ ଯୋଜନା କରାଯାଇଛି । ବିକଶିତ ଗାଁ ବିକଶିତ ଓଡ଼ିଶା ନାଁରେ ନୂଆ ଯୋଜନା ଆରମ୍ଭ କରାଯିବ । ବିକଶିତ ଗାଁ ବିକଶିତ ଓଡ଼ିଶା ପାଇଁ ବଜେଟରେ ୧ ହଜାର କୋଟି ବ୍ୟୟବରାଦ ହୋଇଛି ।

ସେପଟେ ୨୦୨୭ ସୁଦ୍ଧା ଭୁବନେଶ୍ୱର ତ୍ରିଶୁଳିଆ ମେଟ୍ରୋ ରେଳ କାର୍ଯ୍ୟକ୍ଷମ କରିବାକୁ ଲକ୍ଷ ରଖାଯାଇଛି । ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ଏୟାରପୋର୍ଟରୁ ତ୍ରିଶୁଳିଆ ଯାଏ ଚାଲିବ । ଏହି ପ୍ରକଳ୍ପ ପାଇଁ ୬୨୫୬ କୋଟିର ବ୍ୟୟବରାଦ କରାଯାଇଛି । ମେଟ୍ରୋ ପ୍ରକଳ୍ପ ପାଇଁ ଚଳିତ ବଜେଟରେ ୧ ହଜାର କୋଟି ଅନୁଦାନ ରହିଛି । ତେବେ ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନାରେ ମାଗଣା ବିଜୁଳି ପାଇଁ ମଧ୍ୟ ସହାୟତା ଘୋଷଣା କରାଯାଇଛି । ଏକ କିଲୋୱାଟ ପ୍ରକଳ୍ପ ପାଇଁ କେନ୍ଦ୍ର ଦେବ ୩୦ ହଜାର ଟଙ୍କାର ରିହାତି । ୨ କିଲୋୱାଟ ପାଇଁ ୬୦ ହଜାର, ୩ କିଲୋୱାଟ ପାଇଁ ୭୮ ହଜାର ରିହାତି ଦେବେ ସରକାର । ଏଥିରେ ଅତିରିକ୍ତ ସହାୟତା ଦେବାକୁ ରାଜ୍ୟର ସୌରଶକ୍ତି ପ୍ରୋତ୍ସାହନ ଯୋଜନା କରାଯାଇଛି ।

ଅନ୍ୟପଟେ ମେକ୍‌ ଇନ୍‌ ଓଡ଼ିଶା ନାଁ ବଦଳାଇ ଉତ୍କର୍ଷ ଉତ୍କଳ କରାଯାଇଛି । ଉତ୍କର୍ଷ ଉତ୍କଳ ସମ୍ମିଳନୀ ମାଧ୍ୟମରେ ପୁଞ୍ଜି ଯୋଗାଡ଼ କରିବାକୁ ଲକ୍ଷ୍ୟ ରଖାଯାଇଛି । ୨୦୨୯ ସୁଦ୍ଧା ରାଜ୍ୟକୁ ଅଢ଼େଇ ଲକ୍ଷ କୋଟି ଘରୋଇ ପୁଞ୍ଜି ଆଣିବା ପାଇଁ ଯୋଜନା କରାଯାଇଛି । ଏଥିରେ ୨ ବିଲିୟନ ଡଲାରରୁ ଅଧିକ ବିଦେଶୀ ପୁଞ୍ଜି ନିବେଶ ପାଇଁ ବି ଲକ୍ଷ୍ୟ ରଖାଯାଇଛି ।

Previous Post

ଓଡ଼ିଶାର ରେଳ ବିକାଶ ପାଇଁ ୧୦, ୫୮୬ କୋଟି: ଅଶ୍ବିନୀ ବୈଷ୍ଣବ

Next Post

ରାଜ୍ୟ ବଜେଟ୍ ୨୦୨୪-୨୫: କୃଷି ପାଇଁ ୩୩ ହଜାର ୯୧୯ କୋଟି

FNN WEB

FNN WEB

Next Post
ରାଜ୍ୟ ବଜେଟ୍ ୨୦୨୪-୨୫: କୃଷି ପାଇଁ ୩୩ ହଜାର ୯୧୯ କୋଟି

ରାଜ୍ୟ ବଜେଟ୍ ୨୦୨୪-୨୫: କୃଷି ପାଇଁ ୩୩ ହଜାର ୯୧୯ କୋଟି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.