• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିଭିନ୍ନ ଜଳଭଣ୍ଡାର ଓ ନଦୀରେ ଜଳପ୍ରବାହ ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟ ଶାସନ ସଚିବ

FNN WEB by FNN WEB
July 30, 2024
in ଓଡ଼ିଶା, ମୁଖ୍ୟ ଖବର
0
ବିଭିନ୍ନ ଜଳଭଣ୍ଡାର ଓ ନଦୀରେ ଜଳପ୍ରବାହ ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟ ଶାସନ ସଚିବ
0
SHARES
6
VIEWS

ଭୁବନେଶ୍ୱର : ରାଜ୍ୟରେ ଲଘୁଚାପଜନିତ ଲଗାଣ ବର୍ଷାଫଳରେ ହୀରାକୁଦ ସମେତ ବିଭିନ୍ନ ନଦୀ ଅବବାହିକାରେ ଥିବା ଜଳଭଣ୍ଡାରଗୁଡିକର ଜଳସ୍ତର, ବିଭିନ୍ନ ନଦୀରେ ଜଳପ୍ରବାହ ସ୍ଥିତି ଓ ଏଥି ପାଇଁ ଜଳସଂପଦ ବିଭାଗ ସମେତ ସଂପୃକ୍ତ ବିଭିନ୍ନ ବିଭାଗ ଏବଂ ଜିଲ୍ଲାର ଜିଲ୍ଲାପାଳମାନଙ୍କର ପ୍ରସ୍ତୁତି ଓ ସତର୍କତାମୂଳକ ପଦକ୍ଷେପ ସମ୍ପର୍କରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଆଜି ଅପରାହ୍ଣରେ ଲୋକସେବା ଭବନରେ ଏକ ବୈଠକରେ ସ୍ଥିତି ସମୀକ୍ଷା କରିଥିଲେ ।

ଏହି ବୈଠକରେ ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ରାଜସ୍ୱ, ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବତଥା ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ, ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ଶାସନ ସଚିବ ଶାଳିନୀ ପଣ୍ଡିତ, ଜଳ ସଂପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତରଂଜନ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ । ସୁବର୍ଣ୍ଣପୁର, ବାଲେଶ୍ୱର, ମୟୂରଭଞ୍ଜ, ଯାଜପୁର, ଜଗତସିଂହପୁର, ନୟାଗଡ଼, ପୁରୀ, କଟକ ଆଦିଜିଲ୍ଲାର ଜିଲ୍ଲାପାଳମାନେ ଆଭାସୀ ବ୍ୟବସ୍ଥା ମାଧ୍ୟମରେ ବୈଠକରେ ଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।

ବୈଠକରେ ହୀରାକୁଦ ଓ ରେଙ୍ଗାଲି ଜଳଭଣ୍ଡାର ସମେତ ଅନ୍ୟ ବିଭିନ୍ନ ବୃହତ୍ଓ ମଧ୍ୟମ ଜଳ ଭଣ୍ଡାରଗୁଡ଼ିକର ଜଳଧାରଣ କ୍ଷମତା ଓ ବର୍ତ୍ତମାନର ଜଳସ୍ତର ସ୍ଥିତି ସଂପର୍କରେ ଅନୁଧ୍ୟାନ କରାଯାଇଥିଲା । ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଗର୍ଗ କହିଥିଲେ ଯେ, ବର୍ଷା ଋତୁରେ ବିଭିନ୍ନ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇଲେ ବିଭାଗ ଦ୍ୱାରା ଅନୁସରଣ କରାଯାଉଥିବା ରୁଲ୍ କର୍ଭ, ବିଭିନ୍ନ ନଦୀ ଅବବାହିକାର ଉପର ମୁଣ୍ଡରେ ଜଳ ପ୍ରବେଶର ସୂଚନାଏବଂ ବିଭିନ୍ନ ନଦୀରେ ଜଳ ପ୍ରବାହର କ୍ଷମତା ଆଧାରରେ ନଦୀରେ ଜଳ ଛଡା ଯାଇଥାଏ ।

ଏବେ ହୀରାକୁଦ ଜଳଭଣ୍ଡାରରେ ୯୮ ଟି ଗେଟ୍‌ ମଧ୍ୟରୁ ୨୦ ଟି ଗେଟ୍‌ ଖୋଲାରହିଛି । ବୈଠକର ଆଲୋଚନାରୁ ଜଣାପଡିଛି ଯେ, ହୀରାକୁଦ ଜଳଭଣ୍ଡାର ଜଳଧାରଣ କ୍ଷମତା ପୂର୍ଣ୍ଣ ସ୍ଥିତି ୬୩୦.୦୦ ଫୁଟ ଥିବା ବେଳେ ଏବେ ଜଳସ୍ତର ୬୧୪.୦୮ଫୁଟ ରହିଛି । ସେହିପରି ରେଙ୍ଗାଲିରେ ଜଳଧାରଣ କ୍ଷମତା ୧୨୩.୫୦ ମିଟର ଥିବା ବେଳେ ଏବେ ଜଳସ୍ତର ୧୧୧.୩୨ ମିଟର ରହିଛି । ଜଳ ସଂପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ବିଭିନ୍ନ ଜଳଭଣ୍ଡାରର ଜଳସ୍ତର ସ୍ଥିତି, ନଦୀରେ ଜଳ ପ୍ରବାହ ସ୍ଥିତି ସଂପର୍କରେ ଉପସ୍ଥାପନ କରିଥିଲେ । ସମସ୍ତ ବୃହତ ଓ ମଧ୍ୟମ ଜଳଭଣ୍ଡାର ଓ ନଦୀରେ ଜଳ ପ୍ରବାହର ସ୍ଥିତି ଉପରେ ସତର୍କତା ମୂଳକ ପଦକ୍ଷେପ ସ୍ୱରୂପ ନଜର ରଖାଯାଇଛି । ଜଳକା ନଦୀରେ ଗତକାଲି ଅଧିକ ଜଳ ପ୍ରବାହିତ ହେଉଥିବା ବେଳେ ଏବେ ବିପଦ ସଂକୁଳ ସ୍ତର ତଳେ ଜଳ ପ୍ରବାହିତ ହେଉଛି । ମହାନଦୀର ମୁଣ୍ଡଳି ଠାରେ ଅଦ୍ୟାବଧି ପ୍ରାୟ ୪.୪୨ ଲକ୍ଷ କ୍ୟୁସେକ୍ ଜଳ ପ୍ରବାହିତ ହେଉଛି । ହୀରାକୁଦ ଓ ରେଙ୍ଗାଲୀ ଜଳଭଣ୍ଡାରକୁ ଜଳ ପ୍ରବେଶ ମାତ୍ରା କମ୍ ରହିଛି । ତେବେ ଲଗାଣ ବର୍ଷା ଯୋଗୁଁ ଅନ୍ୟ ଜଳ ଭଣ୍ଡାରଗୁଡ଼ିକରେ ଜଳସ୍ତର ବୃଦ୍ଧି ପାଇଛି ।

ସ୍ୱତନ୍ତ୍ର ରିଲିଫ କମିଶନର କହିଛନ୍ତି ଯେ, ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ପୂର୍ବରୁ ସମ୍ଭାବ୍ୟ ବନ୍ୟା, ବାତ୍ୟା ଭଳି ପ୍ରାକୃତିକ ବିପର୍ୟ୍ୟୟ ପାଇଁ ରାଜ୍ୟସ୍ତରରେ ଓ ଜିଳ୍ଲାସ୍ତରରେ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ କରାଯାଇଛି । ଏଥି ପାଇଁ ମାନକସଂଚାଳନ ପଦ୍ଧତି (ଏସ୍‌ଓପି) ରହିଛି, ଯାହାକୁ ଆଧାର କରି ରାଜ୍ୟ ତଥା ଜିଲ୍ଲାସ୍ତରରେ ସମ୍ଭାବ୍ୟ ବନ୍ୟା, ବାତ୍ୟା, ମରୁଡି ଆଦିର ପରିଚାଳନା କରାଯାଉଛି । ଏବେ ବିଭିନ୍ନ ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଛି ।

ବିଭିନ୍ନ ନଦୀରେ ଜଳ ପ୍ରବାହ ହେଉଥିବା ଯୋଗୁଁ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ବିଶେଷ କରି ନଦୀରେ ପାଣି ପ୍ରବାହ ଦେଖିବାକୁ ଯାଉଥିବା ବ୍ୟକ୍ତିମାନଙ୍କୁ ସାଥିରେ ଛୋଟପିଲା ମାନଙ୍କୁ ନଦୀ କୂଳକୁ ନ ଛାଡିବା, ଗାଈ ଗୋରୁମାନଙ୍କୁ ନଦୀକୁ ନଛାଡିବା, ବିପଜ୍ଜନକ ଭାବେ ସେଲଫି୍‌ ନେବାରୁ ନିବୃତ୍ତ ରହିବାକୁସଚେତନତା ପାଇଁ ଏସଆରସି ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଥିଲେ । ଆହୁରି ମଧ୍ୟ ଚିଲିକାରେ ଡଙ୍ଗା ବା ଲଞ୍ଚ ଚଳାଚଳ ବେଳେ ସଂଖ୍ୟାଧିକ ଯାତ୍ରୀ ପରିବହନ ଉପରେ ଏସଆରସି ପୁରୀ ଜିଲ୍ଲାପାଳଙ୍କୁ ସତର୍କ ଦୃଷ୍ଟି ରଖିବା ସହ ଆବଶ୍ୟକ କାର୍ୟ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ସମ୍ଭାବ୍ୟ ଲଗାଣ ବର୍ଷା ଜନିତ ପ୍ରଭାବର ମୁକାବିଲା ସ୍ଥିତିରେ ସଂପୃକ୍ତ ଜିଲ୍ଲାମାନଙ୍କରେ ଅଧିକାରୀ ଓ କର୍ମଚାରୀମାନଙ୍କୁ ଛୁଟି ନ ନେବାକୁ ପରାମର୍ଶ ଦିଆଯାଇଛି ।

Previous Post

ଅଗ୍ନିଶମ ଏବଂ ହୋମଗାର୍ଡ ଡିଆଇଜି ରାଜେଶ ପଣ୍ଡିତ ନିଲମ୍ବିତ

Next Post

କେରଳରେ ନିଖୋଜ ଥିବା ଓଡ଼ିଆ ଡାକ୍ତର ବିଷ୍ଣୁ ପ୍ରସାଦଙ୍କ ମୃତଦେହ ଉଦ୍ଧାର, ଏବେ ବି ଆଉ ଜଣେ ଡାକ୍ତର ନିଖୋଜ

FNN WEB

FNN WEB

Next Post
କେରଳରେ ନିଖୋଜ ଥିବା ଓଡ଼ିଆ ଡାକ୍ତର ବିଷ୍ଣୁ ପ୍ରସାଦଙ୍କ ମୃତଦେହ ଉଦ୍ଧାର, ଏବେ ବି ଆଉ ଜଣେ ଡାକ୍ତର ନିଖୋଜ

କେରଳରେ ନିଖୋଜ ଥିବା ଓଡ଼ିଆ ଡାକ୍ତର ବିଷ୍ଣୁ ପ୍ରସାଦଙ୍କ ମୃତଦେହ ଉଦ୍ଧାର, ଏବେ ବି ଆଉ ଜଣେ ଡାକ୍ତର ନିଖୋଜ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.