• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କେନ୍ଦୁଝରରେ ହେବ ମେଗା ଷ୍ଟିଲ ପ୍ଲାଣ୍ଟ: ମୁଖ୍ୟମନ୍ତ୍ରୀ

FNN WEB by FNN WEB
August 3, 2024
in ଓଡ଼ିଶା, ମୁଖ୍ୟ ଖବର
0
କେନ୍ଦୁଝରରେ ହେବ ମେଗା ଷ୍ଟିଲ ପ୍ଲାଣ୍ଟ: ମୁଖ୍ୟମନ୍ତ୍ରୀ
0
SHARES
12
VIEWS

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ରାଜ୍ୟର ଶିଳ୍ପ କ୍ଷେତ୍ରରେ ଅଗ୍ରଗତି ସମୀକ୍ଷା କରି ଅଧିକ ନିଯୁକ୍ତି ପ୍ରଦାନକାରୀ କ୍ଷେତ୍ର ଗୁଡିକ ଉପରେ ଗୁରୁତ୍ୱପ୍ରଦାନ କରିବାକୁ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ୫ ବର୍ଷରେ ରାଜ୍ୟରେ ୩.୫ ଲକ୍ଷ ନିଯୁକ୍ତି ସମ୍ଭାବନା ସୃଷ୍ଟି କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ଟେକ୍ସଟାଇଲ, ଖାଦ୍ୟ ପ୍ରକ୍ରିୟାକରଣ ପରି କ୍ଷେତ୍ରଗୁଡିକରେ ଅଧିକ ନିଯୁକ୍ତି ସମ୍ଭାବନା ରହିଛି। ତେଣୁ ଏ ସବୁ କ୍ଷେତ୍ରରେ କିପରି ଅଧିକ ଶିଳ୍ପ ପ୍ରତିଷ୍ଠା ହୋଇପାରିବ ସେଥି ପ୍ରତି ଧ୍ୟାନ ଦେବାକୁ ସେ ପରାମର୍ଶ ଦେଇଥିଲେ। ଏ ସବୁ କ୍ଷେତ୍ରରେ ଓଡିଆ ଉଦ୍ୟୋଗୀମାନଙ୍କୁ ଶିଳ୍ପ ସ୍ଥାପନ ପାଇଁ ଉତ୍ସାହିତ କରିବାକୁ ମଧ୍ୟ ସେ ପରାମର୍ଶ ଦେଇଥିଲେ।

ସମୀକ୍ଷା ସମୟରେ ମୁଖ୍ୟମନ୍ତ୍ରୀ କହିଥିଲେ କେନ୍ଦୁଝର ପରି ଖଣିଜ ସମ୍ପଦ ସମୃଦ୍ଧ ଜିଲ୍ଲାରେ ଏ ପର୍ଯ୍ୟନ୍ତ ମେଗା ଷ୍ଟିଲ ପ୍ଲାଣ୍ଟ ସ୍ଥାପିତ ହୋଇପାରି ନାହିଁ। ଜିଲ୍ଲାରେ ଖଣିଜ ସମ୍ପଦ ସହ ଜମି, ଜଳ, ବିଦ୍ୟୁତ, ଯୋଗାଯୋଗର ସୁବିଧା ଆଦି ସବୁ ଆନୁଷଙ୍ଗିକ ଭିତ୍ତିଭୂମିର ସୁବିଧା ମଧ୍ୟ ରହିଛି। ତେଣୁ ସେଠାରେ ମେଗା ଷ୍ଟିଲ ପ୍ଲାଣ୍ଟ ସ୍ଥାପନ କରିବା ପାଇଁ ଉଦ୍ୟମ ତ୍ୱରାନ୍ୱିତ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ଆଲୋଚନା ପରେ ନିଷ୍ପତ୍ତି ହୋଇଥିଲା ଯେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଟାସ୍କ ଫୋର୍ସ ଗଠନ କରାଯାଇ କେନ୍ଦୁଝରରେ ମେଗା ଷ୍ଟିଲ ପ୍ଲାଣ୍ଟ ସ୍ଥାପନ ପାଇଁ ବିଭିନ୍ନ ଆଗ୍ରହୀ ଶିଳ୍ପ ସଂସ୍ଥା ସହିତ ଆଲୋଚନା କରାଯାଇ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରାଯିବ।

ବୈଠକରେ ଶିଳ୍ପ ବିଭାଗର ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା ବିଭିନ୍ନ କ୍ଷେତ୍ରର ଶିଳ୍ପ ପ୍ରତିଷ୍ଠାରେ ହୋଇଥିବା ଅଗ୍ରଗତି ସମ୍ପର୍କରେ ଉପସ୍ଥାପନା କରିଥିଲେ। ସେ କହିଥିଲେ ଯେ ରାଜ୍ୟରେ ୨୦୧୬ ଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ୯୮୯ଟି ଶିଳ୍ପ ପ୍ରତିଷ୍ଠା ପାଇଁ ଆବେଦନ ଆସିଥିବା ବେଳେ ୬୭୪ଟି ପ୍ରକଳ୍ପ ସିଙ୍ଗିଲ ୱିଣ୍ଡୋ ଅଥରିଟି ଦ୍ୱାରା ଅନୁମୋଦନ ପାଇଛି। ସେଥି ମଧ୍ୟରୁ ୩୫୨ଟି ପ୍ରକଳ୍ପକୁ ଜମି ହସ୍ତାନ୍ତର କରାଯାଇଛି। ଏତଦ୍‌ ବ୍ୟତିତ ୧୮୩ଟି ପ୍ରକଳ୍ପ ଶିଳ୍ପ ସ୍ଥାପନ ପାଇଁ କାମ ଆରମ୍ଭ ହୋଇଛି। ୭୪ଟି ଶିଳ୍ପ କାର୍ଯ୍ୟକ୍ଷମ ହୋଇସାରିଛି। ସେହିପରି ରାଜ୍ୟରେ ୧୨ଟି ବୈଦେଶିକ ପୁଞ୍ଜି ବିନିଯୋଗ ପ୍ରସ୍ତାବ ରହିଛି । ୪୧ଟି ଗୁରୁତ୍ୱପୂର୍ଣ୍ଣ ପୁଞ୍ଜି ନିବେଶ ପ୍ରସ୍ତାବକୁ କାର୍ଯ୍ୟକାରୀ କରିବା ପାଇଁ ଶିଳ୍ପ ବିଭାଗ ପକ୍ଷରୁ ଉଦ୍ୟମ ଜାରି ରହିଛି ବୋଲି ଶ୍ରୀ ଶର୍ମା ପ୍ରକାଶ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟରେ ଶିଳ୍ପ ପ୍ରତିଷ୍ଠା ପାଇଁ ବିପୁଳ ସୁଯୋଗ ରହିଛି। ଏ ଦିଗରେ ସମସ୍ତ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରି ସରକାରୀ ସ୍ତରରେ ଶିଳ୍ପ ସଂସ୍ଥାମାନଙ୍କୁ ଉପଯୁକ୍ତ ସୁଯୋଗ ଯୋଗାଇଦେବା ସହିତ ସେମାନଙ୍କ ସମସ୍ତ ଆବଶ୍ୟକତା ପୂରଣ ଦିଗରେ ସରକାରଙ୍କ ସମସ୍ତ ସଂପୃକ୍ତ ବିଭାଗ ସହଯୋଗ ଯୋଗାଇଦେବା ଜରୁରୀ ବୋଲି ସେ ମତ ଦେଇଥିଲେ। ବୈଠକରେ ଶିଳ୍ପ ମନ୍ତ୍ରୀ ଶ୍ରୀ ସମ୍ପଦ ଚରଣ ସ୍ୱାଇଁ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ଇପିକଲ୍‌ର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଭୁପିନ୍ଦର ସିଂ ପୁନିଆ ଓ ଶିଳ୍ପ ବିଭାଗର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ।

Previous Post

କୃଷକର ସମସ୍ୟା ଦୂର କରିବା ପାଇଁ ଆମେ ପ୍ରତିକରବଦ୍ଧ: ଉପମୁଖ୍ୟମନ୍ତ୍ରୀ

Next Post

ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହେବ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ

FNN WEB

FNN WEB

Next Post
ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହେବ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ

ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହେବ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.