• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କେନ୍ଦ୍ର ଉପରେ ବର୍ଷିଲା ବିଜେଡି, କେନ୍ଦୁପତ୍ର ଉପରୁ ଉଚ୍ଛେଦ କର ଜିଏସଟି

FNN WEB by FNN WEB
August 5, 2024
in ଓଡ଼ିଶା, ମୁଖ୍ୟ ଖବର
0
କେନ୍ଦ୍ର ଉପରେ ବର୍ଷିଲା ବିଜେଡି, କେନ୍ଦୁପତ୍ର ଉପରୁ ଉଚ୍ଛେଦ କର ଜିଏସଟି
0
SHARES
2
VIEWS

ଭୁବନେଶ୍ୱର: ଆଜି ଶଙ୍ଖ ଭବନ ଠାରେ ଅନୁଷ୍ଠିତ ସାମ୍ୱାଦିକ ସମ୍ମିଳନୀରେ ବିଜେଡ଼ିର ପୂର୍ବତନ ରାଜ୍ୟ ସମ୍ପାଦକ ତଥା ପୂର୍ବତନ କେନ୍ଦୁପତ୍ର ୱେଲଫେୟାର ବୋଡର଼୍ର ଉପଦେଷ୍ଟା ଶ୍ରୀ ସଞ୍ଜିତ ମହାନ୍ତି କେନ୍ଦୁପତ୍ର ଉପରୁ ୧୮% ଜିଏସ୍‌ଟିକୁ ଉଚ୍ଛେଦ କରିବା ଦାବିକୁ କେନ୍ଦ୍ର ସରକାରଙ୍କର ଟାଳଟୁଳ ନୀତିକୁ ଭତ୍ସନା କରିଥିଲେ। ସେ କହିଥିଲେ, କେନ୍ଦୁପତ୍ର ଉପରେ ୧୮% ଜିଏସଟି ଲାଗୁ କରିବା ନିଷ୍ପତ୍ତିକୁ ବିଜୁ ଜନତା ଦଳ ଓ ନବୀନ ସରକାର ପ୍ରଥମ ଦିନରୁ ବିରୋଧ କରିଆସୁଛନ୍ତି। ରାଜ୍ୟର ପ୍ରାୟ ପନ୍ଦର ଲକ୍ଷ୍ୟ କେନ୍ଦୁପତ୍ର ତୋଳାଳି, ଯାହା ମଧ୍ୟରୁ ନବେ ପ୍ରତିଶତ ମହିଳା ନିଜର ଜୀବନ ଜୀବିକା ପାଇଁ ଏହା ଉପରେ ନିର୍ଭର କରିଥାନ୍ତି। ନିକଟରେ କେନ୍ଦ୍ର ବଜେଟରେ ବିଭିନ୍ନ ଜିନିଷ ଉପରେ ଜିଏସ୍‌ଟି ଦର ହ୍ରାସ କରିଥିବା ବେଳେ କେନ୍ଦୁପତ୍ର ଉପରେ ପୂର୍ବପରି ୧୮% ଦର ଅପରିବର୍ତ୍ତିତ ରହିଛି। ଉଲ୍ଲେଖଯୋଗ୍ୟ, ବିଜେପି ଏହାର ୨୦୧୯ ନିର୍ବାଚନ ଇସ୍ତାହାରରେ କ୍ଷମତାକୁ ଆସିଲେ କେନ୍ଦୁପତ୍ର ଉପରୁ ଜିଏସଟିକୁ ସମ୍ପୂର୍ଣରୂପେ ଉଠାଇ ଦେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ବିଜେପିର ବରିଷ୍ଠ ନେତା ତଥା କେନ୍ଦ୍ର ଗୃହମନ୍ତ୍ରୀ ଓଡ଼ିଶାର ତିନୋଟି ନିର୍ବାଚନୀ ସଭାରେ ଏହି ପ୍ରତିଶ୍ରୁତିକୁ ଦୃଢ଼ ଭାବେ ଉପସ୍ଥାପନ କରିଥିଲେ। କିନ୍ତୁ, ନିର୍ବାଚନରେ ଯଦିଓ ବିଜେପି କ୍ଷମତା ହାସଲ କରିଥିଲା, ଏହି ପ୍ରତିଶ୍ରୁତି ପ୍ରତି ଦୃଷ୍ଟି ଦେଇନଥିଲା। ପ୍ରତିଶ୍ରୁତି ଦେଇ ଭୋଟ୍‌ ହାସଲ କରିବା ପରେ ପ୍ରତିଶ୍ରୁତି ପାଳନ ନ କରିବା ବିଜେପିର ପୁରୁଣା ଅଭ୍ୟାସ ବୋଲି ଶ୍ରୀ ମହାନ୍ତି କହିଥିଲେ।

ସେ ଆହୁରି କହିଥିଲେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦୁପତ୍ର ଉପରୁ ଜିଏସଟି ଉଛେଦ କରିବା ପାଇଁ ଚାରି ଥର ପତ୍ର ଲେଖି ରାଜ୍ୟ ସରକାରଙ୍କ ତରଫରୁ ଦାବି ଜଣାଇଥିଲେ। ଉଲ୍ଲେଖଯୋଗ୍ୟ, ରାଜ୍ୟରେ କାର୍ଯ୍ୟରତ ପ୍ରାୟ ପନ୍ଦର ଲକ୍ଷ୍ୟ କେନ୍ଦୁପତ୍ର ତୋଳାଳିଙ୍କ ସାମାଜିକ ସୁରକ୍ଷା ପାଇଁ ନବୀନ ସରକାର ଅନେକ ପଦକ୍ଷେପ ନେଇଥିଲେ। କେନ୍ଦୁପତ୍ର ତୋଳାଳିଙ୍କ ମୃତ୍ୟୁ ହେଲେ ତାଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କା ପ୍ରଦାନ କରାଯିବାର ବ୍ୟବସ୍ଥା କରାଯାଇଥିଲା। ସେହିପରି କେନ୍ଦୁପତ୍ର ତୋଳାଳିଙ୍କ ଝିଅ ବାହାଘର ପାଇଁ ପଚିଶ ହଜାର ଟଙ୍କା ପ୍ରଦାନ କରିବା ପାଇଁ ବ୍ୟବସ୍ଥା କରାଯାଇଥିଲା। କେନ୍ଦୁପତ୍ର ଉପରୁ ଜିଏସଟି ପ୍ରତ୍ୟାହାର ଦାବିକୁ କେନ୍ଦ୍ର ସରକାର କର୍ଣ୍ଣପାତ ନ କରିବାରୁ, ରାଜ୍ୟ ସରକାରଙ୍କ ନିଜ ଅଂଶ (୯%) ପରିମାଣକୁ କେନ୍ଦୁପତ୍ର ସଂସ୍ଥାକୁ ଫେରାଇ ଦେବାର ନିଷ୍ପତ୍ତି ନେଇଥିଲେ।

ରାଜ୍ୟର ପନ୍ଦର ଲକ୍ଷ କେନ୍ଦୁପତ୍ର ତୋଳାଳିଙ୍କ ସ୍ୱାର୍ଥ ଦୃଷ୍ଟିରୁ ବିଜୁ ଜନତା ଦଳ କେନ୍ଦୁପତ୍ର ଉପରୁ ୧୮% ଜିଏସଟିକୁ ତୁରନ୍ତ ପ୍ରତ୍ୟାହାର କରନ୍ତୁ ବୋଲି ଆମେ ଦାବି କରୁଛୁ। ସେପରି ରାଜ୍ୟର ବିଜେପି ସରକାର ମଧ୍ୟ ଏହି ଦାବିକୁ କେନ୍ଦ୍ର ନିକଟରେ ଉପସ୍ଥାପନ କରନ୍ତୁ। ଉଲ୍ଲେଖଯୋଗ୍ୟ, ସୁନା ହୀରା ଭଳି ଦାମୀ ଜିନିଷ ଉପରେ ମାତ୍ର ତିନି ପ୍ରତିଶତ ଜିଏସଟି ରହିଥିବା ବେଳେ ବିମାନ ଯାତ୍ରା ଉପରେ ୫ ପ୍ରତିଶତ ଜିଏସଟି ରଖାଯାଇଛି, ଅପର ପକ୍ଷରେ କେନ୍ଦୁପତ୍ର ଉପରେ ୧୮% ଜିଏସଟି ରହିଛି ଯାହା ଆଦୌ ଯୁକ୍ତିଯୁକ୍ତ ନୁହେଁ। ଏହି ସାମ୍ବାଦିକ ସମ୍ମିଳନୀରେ ବିଜୁ ଜନତା ଦଳର ମିଡ଼ିଆ ସଂଯୋଜକ ଡଃ ପ୍ରିୟବ୍ରତ ମାଝୀ ଉପସ୍ଥିତ ଥିଲେ।

Previous Post

ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ପରେ ବାଂଲାଦେଶ ଛାଡ଼ି ଭାରତରେ ଶେଖ୍‌ ହସିନା

Next Post

ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ହେଲେ କେନ୍ଦ୍ର ଜିଏସଟି ପରିଷଦର ସଦସ୍ୟ

FNN WEB

FNN WEB

Next Post
ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ହେଲେ କେନ୍ଦ୍ର ଜିଏସଟି ପରିଷଦର ସଦସ୍ୟ

ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ହେଲେ କେନ୍ଦ୍ର ଜିଏସଟି ପରିଷଦର ସଦସ୍ୟ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.