• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଶାରୁ ଖଣିଜ ସଂପଦ ଅନ୍ୟ ରାଜ୍ୟକୁ ଚାଲାଣ ପାଇଁ କେନ୍ଦ୍ର ଉଦ୍ୟମ କରୁଛି : ବିଜେଡି

FNN WEB by FNN WEB
August 10, 2024
in ଓଡ଼ିଶା, ମୁଖ୍ୟ ଖବର
0
ଓଡ଼ିଶାରୁ ଖଣିଜ ସଂପଦ ଅନ୍ୟ ରାଜ୍ୟକୁ ଚାଲାଣ ପାଇଁ କେନ୍ଦ୍ର ଉଦ୍ୟମ କରୁଛି : ବିଜେଡି
0
SHARES
4
VIEWS

ଭୁୁବନେଶ୍ୱର : ଓଡିଶାରେ ୬ଟି ରେଳ ପ୍ରକଳ୍ପ ଆରମ୍ଭ ହେବ। ଏଥି ପାଇଁ କେନ୍ଦ୍ର ସରକାର ଆଜି ଅନୁମୋଦନ ଦେଇଛନ୍ତି। ତେବେ ଘୋଷଣା ହୋଇଥିବା ଏହି ରେଳ ପ୍ରକଳ୍ପ ବିଜେଡି ସରକାରଙ୍କ ଉପରେ ବର୍ଷିଛି। କାରଣ ୭ବର୍ଷ ପୂର୍ବରୁ ବଜେଟରେ ସ୍ଥାନଥିବା ରେଳ ପ୍ରକଳ୍ପ କାମ ପାଇଁ ଏବେ ଅନୁମୋଦନ ଦେଉଛି କେନ୍ଦ୍ର। ଏଥି ସହିତ ପୂର୍ବରୁ ଘୋଷଣା ହୋଇଥିବା ରେଳ ପ୍ରକଳ୍ପ କାମ ମଧ୍ୟ ହେଉନାହିଁ। ଖାଲି ନୂଆ ଘୋଷଣା କରାଯାଉଛି।

ବିଜୁ ଜନତା ଦଳ ମୁଖ୍ୟାଳୟ ଶଙ୍ଖଭବନ ଠାରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ବିଜେଡି ମୁଖପାତ୍ର ଲେନିନ୍‌ ମହାନ୍ତି କହିଛନ୍ତି ଯେ, ବିଗତ ୮ ବର୍ଷ ମଧ୍ୟରେ ଆମ ରାଜ୍ୟ ପାଇଁ କୌଣସି ନୂଆ ରେଳଲାଇନ ମଞ୍ଜୁର ହୋଇନାହିଁ। କିଛି ପ୍ରକଳ୍ପ ବଜେଟରେ ମଞ୍ଜୁରୀ ପାଇ ମଧ୍ୟ, କେନ୍ଦ୍ର ସରକାର ଶୀତଳଭଣ୍ଡାରରେ ରଖି ଦେଇଛନ୍ତି। ଅଣବିଜେପି ଶାସିତ ରାଜ୍ୟମାନଙ୍କ ପ୍ରତି କେନ୍ଦ୍ର ବିଜେପି ସରକାର ଏହି ଆଭିମୁଖ୍ୟ ସଦାବେଳେ ପୋଷଣ କରି ଆସିଛି। ଗୁଣୁପୁର ଥେରୁବାଲି ରେଳଲାଇନ ଏହାର ଜ୍ୱଳନ୍ତ ଉଦାହରଣ। ୨୦୧୭-୧୮ ବଜେଟରେ ଏହା ଅନୁମୋଦନ ହେଇସାରିଥିଲେ ମଧ୍ୟ ଗତ ସାତବର୍ଷ ଧରି କେବଳ ରାଜ୍ୟ ସରକାରଙ୍କୁ ଜମି ଓ ଅର୍ଥ ମାଗିବା ଛଡା କେନ୍ଦ୍ର ସରକାର ଆଉ କିଛି କରିନାହାନ୍ତି। ରାଜ୍ୟ ସରକାର ଜମି ଦେଲା ପରେ ମଧ୍ୟ କୌଣସି କାର୍ଯ୍ୟାରମ୍ଭ ହୋଇନାହିଁ। ସାତବର୍ଷ ପୂର୍ବର ବଜେଟ ଅନୁମୋଦିତ ପ୍ରକଳ୍ପକୁ ବର୍ତ୍ତମାନ ପ୍ରଚାର କରାଯାଉଛି। କ୍ୟାବିନେଟ ନିଷ୍ପତ୍ତି କ’ଣ ପାର୍ଲାମେଣ୍ଟରୁ ଉଦ୍ଧ୍ୱର୍ରେ କି?

ଶ୍ରୀ ମହାନ୍ତି ଆହୁରି ମଧ୍ୟ କହିଛନ୍ତି ଯେ, କ୍ୟାବିନେଟରେ ମଂଜୁର ହୋଇଥିବା ରେଳ ପ୍ରକଳ୍ପ ଗୁଡିକ କେବଳ ରାଜ୍ୟରୁ ଖଣିଜ ପଦାର୍ଥ ପରିବହନ କରିବା ପାଇଁ ଉଦ୍ଦିଷ୍ଟ। ଆମ ରାଜ୍ୟର ଖଣିଜ ପଦାର୍ଥ ଉତ୍ତୋଳନ କରି ଚାଲାଣ କରିବା ପାଇଁ କେନ୍ଦୁଝର ଜିଲ୍ଲାରେ ଏହି ପ୍ରକଳ୍ପ ହେବ କିନ୍ତୁ ସ୍ଥାନୀୟ ଲୋକଙ୍କ ସୁବିଧା ପାଇଁ ନୁହେଁ।

ଜୁନ୍ଧଜ୍ଞଙ୍ଗ-ନବରଙ୍ଗପୁର ଓ ମାଲକାନଗିରି-ଭଦ୍ରାଚଳମ୍‌, ଏହାର ଜ୍ୱଳନ୍ତ ଉଦାହରଣ। ଇବ୍‌ ଥର୍ମାଲ ଓ ଚାଳଚେରରୁ କୋଇଲା ଓ ଲୁହାପଥର ଏହି ବିକଳ୍ପ ରେଳଲାଇନ ମାଧ୍ୟମରେ ଆନ୍ଧ୍ର ପ୍ରଦେଶ ଓ ମହାରାଷ୍ଟ୍ରକୁ ଯିବ ଏବଂ ଏତତ୍‌ଦ୍ୱାରା ଅନ୍ୟ ରାଜ୍ୟମାନେ ଉପକୃତ ହେବେ। ଯଦି ଗୋପାଳପୁର ବନ୍ଦରକୁ ଏହି ଲାଇନ ଯୋଡି ହୋଇଥାଆନ୍ତା ତାହାହେଲେ ରାଜ୍ୟ ଅର୍ଥନୀତିକୁ ସମୃଦ୍ଧ କରିଥାଆନ୍ତା। ଚନ୍ଦ୍ରବାବୁ ନାଇଡୁଙ୍କୁ ସନ୍ତୁଷ୍ଟି କରିବା ପାଇଁ ଏହି ପ୍ରକଳ୍ପମାନ କରାଯାଉଛି।

ଜୟପୁର-ମାଲକାନଗିରି ଓ ଜୟପୁର-ନବରଙ୍ଗପୁର ରେଳପ୍ରକଳ୍ପର କ’ଣ ଅଗ୍ରଗତି ହୋଇଛି। ପ୍ରତିବର୍ଷ ରେଳମନ୍ତ୍ରୀ ଓଡିଶାକୁ ସାତ ହଜାର/ଆଠ ହଜାର/ଦଶ ହଜାର କୋଟି ଟଙ୍କା ବଜେଟରେ ଘୋଷଣା କରୁଛନ୍ତି। କିନ୍ତୁ ବଜେଟରେ ମଂଜୁରୀ ପ୍ରାପ୍ତ ଅର୍ଥ ମଧ୍ୟରୁ କେତେ ବ୍ୟୟ ହୋଇଛି ପ୍ରଶ୍ନ କଲେ ତାହାର ଉତ୍ତର ମିଳୁନାହିଁ। ଆଶ୍ଚର୍ଯ୍ୟର କଥା କୌଣସି ବର୍ଷ ବ୍ୟୟ ପରିମାଣ ତିନି ହଜାର କୋଟି ଟଙ୍କା ଛୁଇଁପାରିନାହିଁ। ପଦ୍ମପୁର ଉପନିର୍ବାଚନ ବେଳେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ଅନ୍ୟ କେନ୍ଦ୍ରମନ୍ତ୍ରୀ ବରଗଡ-ନୂଆପଡା ଭାୟା ପଦ୍ମପୁର ରେଳଲାଇନ ନିର୍ମାଣ ବାବଦରେ କରିଥିବା ଘୋଷଣା ଭୁଲି ଯାଇଛନ୍ତି। ରେଳବାଇ ବିକାଶ କ୍ଷେତ୍ରରେ ଓଡିଶାବାସୀଙ୍କ ପ୍ରତି କେନ୍ଦ୍ର ସରକାରଙ୍କ ଏହା ଆଭିମୁଖ୍ୟ ବୋଲି ଶ୍ରୀ ମହାନ୍ତି କହିଛନ୍ତି।

Previous Post

କୁଟୁମ୍ବ ଯୋଜନାରେ ସଂଗ୍ରାମୀଙ୍କ ପରିବାରକୁ ଦିଆଯିବ ପେନ୍‌ସନ୍‌: ମୁଖ୍ୟମନ୍ତ୍ରୀ

Next Post

ଆଳୁ ସମସ୍ୟା ସମାଧାନ ପାଇଁ ସରକାରଙ୍କ ଆନ୍ତରିକତା ଅଭାବ ଯୋଗୁ ସମସ୍ୟା ଆହୁରି ଗମ୍ଭୀର ହେଉଛି : ବିଜେଡି

FNN WEB

FNN WEB

Next Post
ଆଳୁ ସମସ୍ୟା ସମାଧାନ ପାଇଁ ସରକାରଙ୍କ ଆନ୍ତରିକତା ଅଭାବ ଯୋଗୁ ସମସ୍ୟା ଆହୁରି ଗମ୍ଭୀର ହେଉଛି : ବିଜେଡି

ଆଳୁ ସମସ୍ୟା ସମାଧାନ ପାଇଁ ସରକାରଙ୍କ ଆନ୍ତରିକତା ଅଭାବ ଯୋଗୁ ସମସ୍ୟା ଆହୁରି ଗମ୍ଭୀର ହେଉଛି : ବିଜେଡି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.