• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

‘ଘରେ ଘରେ ତ୍ରିରଙ୍ଗା ଅଭିଯାନ’ ପଦଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
August 14, 2024
in ଓଡ଼ିଶା, ମୁଖ୍ୟ ଖବର
0
‘ଘରେ ଘରେ ତ୍ରିରଙ୍ଗା ଅଭିଯାନ’ ପଦଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ
0
SHARES
1
VIEWS

ଆମ ଜାତୀୟ ପତାକା ଆମର ସଂକଳ୍ପ, ସଂଘର୍ଷ, ବଳିଦାନ ମୁକସାକ୍ଷୀ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଠାରେ ଆୟୋଜିତ ‘ଘରେ ଘରେ ତ୍ରିରଙ୍ଗା ଅଭିଯାନ’ ପଦଯାତ୍ରାରେ ସାମିଲ ହୋଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଅଭିଯାନ ଆମ ସମସ୍ତଙ୍କୁ ଦେଶ ପ୍ରେମର ସୂତ୍ରରେ ବାନ୍ଧି ରଖିବାରେ ସଫଳ ହେଉଛି। ସ୍ୱାଧୀନତା ଦିବସ ଅବ୍ୟବହିତ ପୂର୍ବରୁ ଆଜି ପୂର୍ବାହ୍ନରେ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ଠାରୁ ମୁକ୍ତେଶ୍ୱର ମନ୍ଦିର ପର୍ଯ୍ୟନ୍ତ ‘ଘରେ ଘରେ ତ୍ରିରଙ୍ଗା ଅଭିଯାନ’ ପଦଯାତ୍ରାର ଆୟୋଜନ କରାଯାଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଥିଲେ ଯେ, ଜାତୀୟ ପତାକା ଆମ ଦେଶ ତଥା ପ୍ରତ୍ୟେକ ଦେଶବାସୀଙ୍କ ପାଇଁ ବହୁ ସମ୍ମାନ ଓ ଗୌରବ ବହନ କରିଥାଏ। ଏହା ହେଉଛି ଆମ ଦେଶର ପ୍ରତୀକ। ଆମ ଜାତୀୟ ପତାକା ତ୍ରିରଙ୍ଗା । ତ୍ରିରଙ୍ଗାର ତିନି ରଙ୍ଗ ଆମକୁ ଶ୍ରଦ୍ଧା ଓ ସୌହାର୍ଦ୍ଦ୍ୟର ଆଦର୍ଶରେ ଅନୁପ୍ରାଣୀତ କରିଥାଏ। ଆମ ଜାତୀୟ ପତାକା ଆମର ସଂକଳ୍ପ, ସଂଘର୍ଷ, ବଳିଦାନ ଓ ତ୍ୟାଗର ପ୍ରେରଣାଦାୟୀ ମୁକସାକ୍ଷୀ ଅଟେ । ଏହା ମଧ୍ୟ ରାଷ୍ଟ୍ରୀୟ ଏକତା, ସହିଷ୍ଣୁତା ଓ ବନ୍ଧୁତ୍ବର ପ୍ରତୀକ ଅଟେ। ପ୍ରତ୍ୟେକ ଦେଶବାସୀ ଆମ ଜାତୀୟ ପତାକାକୁ ନେଇ ଗର୍ବ ଅନୁଭବ କରିଥାନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ, ୨୦୨୨ ଅଗଷ୍ଟ ୧୫ ତାରିଖରେ ସ୍ବାଧୀନତାର ୭୫ତମ ପୂର୍ତ୍ତି ପାଳନ ଓ ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ଭାରତ ସରକାରଙ୍କ ପକ୍ଷରୁ ଆମ ଜାତୀୟ ପତାକାର ସମ୍ମାନାର୍ଥେ ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନର ଶୁଭାରମ୍ଭ କରାଯାଇଥିଲା । ପ୍ରତି ବର୍ଷ ସ୍ବାଧୀନତା ଦିବସ ପାଳନର କିଛି ଦିନ ପୂର୍ବରୁ ଦେଶବାସୀଙ୍କ ମନରେ ଜାତି ପ୍ରେମକୁ ଜାଗ୍ରତ କରିବା ଉଦ୍ଦେଶ୍ୟରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆୟୋଜିତ ହେଉଛି । ଆମ ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଆହ୍ବାନରେ ଦେଶର କୋଣ ଅନୁକୋଣରେ ରହୁଥିବା ପ୍ରତ୍ୟେକ ଭାରତୀୟ ଏହି ଅଭିଯାନରେ ସାମିଲ ହୋଇ ଘରେ ଘରେ ଆମ ଜାତୀୟ ପତାକା ତ୍ରିରଙ୍ଗା ଉଡାଇ ଦେଶପ୍ରେମର ନିଦର୍ଶନ ପ୍ରତିଫଳିତ କରୁଛନ୍ତି ।

ଆଜିର ଏହି ପଦଯାତ୍ରା ସମ୍ପର୍କରେ ଉଲ୍ଲେଖ କରି ସେ କହିଥିଲେ ଯେ, ତ୍ରିରଙ୍ଗା ପଦଯାତ୍ରା ଆମ ସମସ୍ତଙ୍କୁ ଦେଶପ୍ରେମରେ ବାନ୍ଧି ରଖିବାକୁ ଉଦ୍‌ବୁଦ୍ଧ କରିଛି। ଆମେ ସମସ୍ତେ ଏକାଠି ହେଲେ, ମିଳିମିଶି କାମ କଲେ, ଜୀବନରେ ସଫଳତା ହାସଲ କରିପାରିବା। ଦେଶ ଓ ଜାତିର ଗୌରବ ବୃଦ୍ଧିରେ ନିଜର ଯୋଗଦାନ ଦେଇପାରିବା । ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆହ୍ୱାନ ଦେଇ କହିଥିଲେ ଯେ, ଆମେ ସମସ୍ତେ ଏକତାର ସୂତ୍ରରେ ବାନ୍ଧି ହୋଇ “ସବ୍‌କା ସାଥ୍‌, ସବ୍‌କା ବିକାଶ, ସବ୍‌କା ବିଶ୍ବାସ, ସବ୍‌କା ପ୍ରୟାସ” ମନ୍ତ୍ରରେ ଦୀକ୍ଷିତ ହୋଇ ଦେଶ ପାଇଁ ଆସନ୍ତୁ ନିଜର ଅବଦାନ ରଖିବା ।

ଏହି ପଦଯାତ୍ରାରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ସରକାରୀ ଦଳର ମୁଖ୍ୟ ସଚେତକ ଶ୍ରୀ ସରୋଜ କୁମାର ପ୍ରଧାନ, ବିଧାୟକ ଶ୍ରୀ ବାବୁ ସିଂ, ରାଜ୍ୟ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଏବଂ ରାଜ୍ୟ ସରକାରଙ୍କର ଅନ୍ୟ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କ ସମେତ ହଜାର ହଜାର ଜନସାଧାରଣ ଯୋଗ ଦେଇଥିଲେ। ପଦଯାତ୍ରାରେ ସାମିଲ ସମସ୍ତଙ୍କ ହାତରେ ଥିଲା ଜାତୀୟ ପତାକା ଏବଂ ଭାରତ ମାତା କି ଜୟ ଧ୍ୱନିରେ ପ୍ରକମ୍ପିତ ହେଉଥିଲା ପଦଯାତ୍ରା।

Previous Post

ବିଧାନସଭାରେ ଦିଗ୍‌ଦର୍ଶନ ନାଁରେ ଦଳୀୟ କାର୍ଯ୍ୟକ୍ରମ କରୁଛି ବିଜେପି: ବିଜେଡି

Next Post

୭୮ ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ

FNN WEB

FNN WEB

Next Post
୭୮ ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ

୭୮ ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.