• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୭୮ ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ

FNN WEB by FNN WEB
August 16, 2024
in ଓଡ଼ିଶା, ମୁଖ୍ୟ ଖବର
0
୭୮ ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ
0
SHARES
6
VIEWS


ଭୁବନେଶ୍ୱର : ୭୮ ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ରାଜଧାନୀ ଭୁବନେଶ୍ୱରର ଗାନ୍ଧୀମାର୍ଗରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ରୂପେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ । ଅନ୍ୟତମ ଅତିଥି ରୂପେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ପୁଲିସ ଡିଜି ଅରୁଣ କୁମାର ଷଡଙ୍ଗୀ, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଗୃହ ବିଭାଗ ଦେଓ ରଞ୍ଜନ କୁମାର ସିଂହ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ଧଳ, ଶ୍ରୀ ସୁରେନ୍ଦ୍ର କୁମାର ଓ ସତ୍ୟବ୍ରତ ସାହୁ ବିଧାୟକ ବାବୁ ସିଂ ଓ ଅନ୍ୟ ବିଭାଗର ପ୍ରମୁଖ ଶାସନ ସଚିବ ଓ ବରିଷ୍ଠ ଅଧିକାରୀ ଓ ମାନ୍ୟଗଣ୍ୟ ବ୍ୟକ୍ତି ଓ ବହୁ ସଂଖ୍ୟାରେ ଜନତା ଉପସ୍ଥିତ ଥିଲେ ।

ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଜାତିର ପିତା ମହାତ୍ମା ଗାନ୍ଧୀ ଓ ଦେଶର ସ୍ୱାଧୀନତା ନିମନ୍ତେ ପ୍ରାଣବଳୀ ଦେଇଥିବା ସଂଗ୍ରାମୀମାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ପରେ ଉପସ୍ଥିତ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ କହିଲେ ଯେ ଭାରତ ବର୍ଷ ବିଶ୍ୱ ଅର୍ଥନୀତିରେ ଏକାଦଶ ସ୍ଥାନରୁ ଆସି ଆଜି ବିଶ୍ୱର ପଞ୍ଚମ ବୃହତ୍‌ ଅର୍ଥନୀତିରେ ପହଞ୍ଚିପାରିଛି । ଖୁବ୍‌ ଶୀଘ୍ର ବିଶ୍ୱର ତିନୋଟି ଅର୍ଥନୀତି ମଧ୍ୟରେ ଭାରତ ସ୍ଥାନ ପାଇବ ।

ସ୍ୱାଧୀନତା ସଂଗ୍ରାମରେ ଓଡ଼ିଶାର ଅବଦାନକୁ ସ୍ମରଣ କରି ମାନ୍ୟବର ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯେତେବେଳେ ଓଡ଼ିଆ ଅସ୍ମିତା ଉପରେ କୁଠାରଘାତ ହୋଇଛି, ସେତେବେଳେ ଏ ଜାତିରେ ନୂଆ ଜାଗରଣ ଆସିଛି । ଓଡ଼ିଆ ଜାତି ସଂଗ୍ରାମ କରି ନିଜ ଅସ୍ମିତାର ପୁନଃପ୍ରତିଷ୍ଠା କରିଛି । ଗ୍ରାମାଞ୍ଚଳର ଅର୍ଥନୀତି ସମୃଦ୍ଧ ହେଲେ ସାରା ଓଡ଼ିଶା ସମୃଦ୍ଧ ହେବ । କେବଳ କୃଷକ ଓ ମହିଳା ନୁହେଁ, ସମାଜର ସବୁବର୍ଗର ସାମଗି୍ରକ ଉନ୍ନତି ସରକାରଙ୍କ ଲକ୍ଷ୍ୟ ।

ସେଥିପାଇଁ ଆଦିବାସୀ ବହୁଳ ଜିଲ୍ଲାମାନଙ୍କରେ ସାମୂହିକ ବିକାଶ ପାଇଁ ପେସା ଆଇନ ଲାଗୁ କରିବା ପାଇଁ ସରକାର ପଦକ୍ଷେପ ନେଉଛନ୍ତି । ରାଜ୍ୟରେ ସ୍ୱାସ୍ଥ୍ୟସେବା ସମସ୍ତଙ୍କ ପାଖରେ ପହଞ୍ଚାଇବା ପାଇଁ ଆୟୁଷ୍ମାନ ଭାରତ ଯୋଜନା ସହିତ ରାଜ୍ୟ ସରକାର ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଲାଗୁ କରିଛନ୍ତି ।

ରାଜ୍ୟର ବିକାଶ ନିମନ୍ତେ ୨୦୨୯, ୨୦୩୬ ଏବଂ ୨୦୪୭କୁ ତିନୋଟି ମାଇଲଖୁଣ୍ଟ ଧାର୍ଯ୍ୟ କରାଯାଇଛି । ପ୍ରଧାନମନ୍ତ୍ରୀ ୨୦୪୭ ସୁଦ୍ଧା ଭାରତକୁ ବିକଶିତ ଭାରତ କରିବା ପାଇଁ ଲକ୍ଷ୍ୟ ରଖିଛନ୍ତି । ଏହି କ୍ରମରେ ବିକଶିତ ଭାରତର ବିସ୍ତୃତ ସ୍ୱରୂପ ମଧ୍ୟରେ ଆମକୁ ଓଡ଼ିଶାର ବିକାଶକୁ ଆଗେଇ ନେଇ ୨୦୩୬ ମଧ୍ୟରେ ଓଡ଼ିଶାର ଅର୍ଥନୀତିକୁ ସମୃଦ୍ଧ କରିବାକୁ ପଡ଼ିବ । ଆଗାମୀ ଦୁଇ ଦଶନ୍ଧି ଓଡ଼ିଶା ଇତିହାସର ଏକ ସ୍ୱର୍ଣ୍ଣିମ ଅଧ୍ୟାୟ ହେବ ।

ଏହି ଅବସରରେ ଗାନ୍ଧୀମାର୍ଗଠାରେ ଅନୁଷ୍ଠିତ ପ୍ୟାରେଡ୍‌ ୫୮ ଟି ପ୍ଲାଟୁନ ଅଂଶଗ୍ରହଣ କରିଥିଲେ । ଏହି ପ୍ଲାଟୁନଗୁଡିକ ମଧ୍ୟରେ ୧୨୦ ବାଟାଲିୟନ, ସୀମା ସୁରକ୍ଷା ବଳ, ସିଆରପିଏଫ, ଆଇଟିବିପି, ଏସଓଜି ଚନ୍ଦକା, ଛତିଶଗଡ଼ ସଶସ୍ତ୍ର ପୁଲିସ ବାହିନୀ, ଭୁବନେଶ୍ୱରସ୍ଥିତ ବିଭିନ୍ନ ସ୍କୁଲର ଏନସିସି, ସ୍କାଉଟ ଓ ଗାଇଡ, ରେଡ୍‌କ୍ରସ, ଅଶ୍ୱାରୋହୀ ପ୍ରଭୃତି ଯୋଗଦେଇଥିଲେ । ବଲାଙ୍ଗିରର ଅମି୍ରତ ପାଲ୍‌ କୌର, (ଭାରତୀୟ ପୋଲିସ ସେବା ଅଧିକାରୀ) ପ୍ୟାରେଡ୍‌ ପରିଚାଳନା କରିଥିଲେ ।

୨୦୨୪ ଜାନୁଆରୀ ୨୬ରେ ଅନୁଷ୍ଠିତ ପରେଡ୍‌ରେ ଭାଗ ନେଇଥିବା ପ୍ଲାଟୁନମାନଙ୍କୁ ମଧ୍ୟରୁ ଶ୍ରେଷ୍ଠ ବିବେଚିତ ହୋଇଥିବା ପ୍ଲାଟୁନମାନଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୁରସ୍କାର ପ୍ରଦାନ କରିଥିଲେ । ସର୍ବୋତ୍ତମ ୟୁନିଫର୍ମ ସଶସ୍ତ୍ର ବାହିନୀ ପାଇଁ ଏସଓଜି ଚନ୍ଦକା, ଶ୍ରେଷ୍ଠ ରାଜ୍ୟ ପୁଲିସ ଭାବେ ଓଡ଼ିଶା ସ୍ୱିଫଫ ଆକ୍ସନ ଫୋର୍ସକୁ, ଏନସିସିରେ ଶ୍ରେଷ୍ଠ ସିନିୟର ବିଭାଗରେ ଏନସିସି ବାଳକ ଓ ବାଳିକା ପ୍ଲାଟୁନ, ଶ୍ରେଷ୍ଠ କନିଷ୍ଠ ଏନ୍‌ସିସି ବିଭାଗରେ ସୈନିକ ସ୍କୁଲ ଭୁବନେଶ୍ୱର ଓ ଓଡିଏମ୍‌ ପବ୍ଲିକ୍‌ ସ୍କୁଲ, ଭୁବନେଶ୍ୱର, ଶ୍ରେଷ୍ଠ ଅଣ-ଏନ୍‌ସିିସି ସ୍କୁଲରେ ସେଣ୍ଟ ଜାଭିୟର୍‌ ହାଇସ୍କୁଲ ଖଣ୍ଡଗିରି (ବାଳିକା), ଶ୍ରେଷ୍ଠ ସ୍କୁଲ ବ୍ୟାଣ୍ଡରେ କ୍ୟାପିଟାଲ୍‌ ଗାର୍ଲସ୍‌ ହାଇସ୍କୁଲ, ୟୁନିଟ୍‌-୨ ପୁରସ୍କୃତ ହୋଇଥିଲେ ।

ସେହିପରି ୨୦୨୪ ଜାନୁଆରୀ ୨୬ରେ ଅନୁଷ୍ଠିତ ସାଧାରଣତନ୍ତ୍ର ଦିବସରେ ଭାଗ ନେଇଥିବା ପ୍ରଜ୍ଞାପନ ମେଢ଼ମାନଙ୍କୁ ପୁରସ୍କୃତ କରାଯାଇଥିଲା । ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷାର ‘ନୂଆ ଓଡ଼ିଶା ମିଶନ୍‌ ଓ ସୁଦକ୍ଷା ଯୋଜନା’ ପ୍ରଥମ ପୁରସ୍କାର ପାଇଥିବାବେଳେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗର ‘ପୂଜାସ୍ଥଳୀଗୁଡ଼ିକର ଉନ୍ନତିକରଣ-ଜାହିରା’ ଦ୍ୱିତୀୟ ପୁରସ୍କାର ପାଇଥିଲେ । ସେହିପରି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ‘ଗ୍ରାମୀଣ ରୂପାନ୍ତରଣ’ ତୃତୀୟ ପୁରସ୍କାର ଏବଂ ଓଡ଼ିଶା ଖଣି ନିଗମ ‘ସଷ୍ଟେନେବୁଲ୍‌ ମାଇନିଂ’ ପାଇଁ ଚତୁର୍ଥ ପୁରସ୍କାର ପାଇଥିଲେ ।

ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ-୨୦୨୪ ଅବସରରେ ରାଜ୍ୟର ପ୍ରଗତିରେ ଉତ୍ତମ ଯୋଗଦାନ ଦେଇଥିବା ବିଭିନ୍ନ ଶିକ୍ଷାନୁଷ୍ଠାନ ଏବଂ ସଂସ୍ଥାମାନଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ପୁରସ୍କୃତ କରିଥିଲେ । କଟକର ଭୁବନାନନ୍ଦ ଓଡ଼ିଶା ଇଂଜିନିୟରିଂ ସ୍କୁଲ, ବ୍ରହ୍ମପୁର ସରକାରୀ ଆଇଟିଆଇ, କେନ୍ଦ୍ରାପଡ଼ା ସରକାରୀ ପଲିଟେକ୍‌ନିକ୍‌ ସମେତ ସର୍ବଭାରତୀୟ ସ୍ତରରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ବ୍ରହ୍ମପୁର ଆଇଟିଆଇର ଇଲେକ୍‌ଟ୍ରୋନିକସ୍‌ ମେକାନିକ୍‌ ବିଭାଗର ପି. କୁମାରୀ ଓ ଟେକ୍‌ନିକ୍‌ସିଆନ୍‌ ଅନୁରାଗ୍‌ ମାଇକେଲ୍‌, ବାଲେଶ୍ୱର ଆଇଟିଆଇର ପ୍ରୀତମ୍‌ ଦାସ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିଥିଲେ । ଛତିଶଗଡ଼ ପୋଲିସକୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା ।

ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ବୋଧନ ସମାପ୍ତ ହେବା ପରେ ପ୍ୟାରେଡ୍‌ କମାଣ୍ଡର କ୍ୱାମୀନାରା ଓ ଜୟହିନ୍ଦ୍‌ର ଧ୍ୱନୀ ଦେଇଥିଲେ । ଉତ୍ସବସ୍ଥଳରୁ ସମସ୍ତ ପ୍ୟାରେଡ୍‌ ଦଳ ପ୍ରସ୍ଥାନ କରିଥିଲେ ଓ ମୁଖ୍ୟମନ୍ତ୍ରୀ ମଞ୍ଚରୁ ପ୍ରସ୍ଥାନ କରିଥିଲେ । ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ, ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ ଏବଂ ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ରନାଥ ପରିଡ଼ା ତଥା ବିଭାଗର ସମସ୍ତ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ଓଡ଼ିଆ ଅସ୍ମିତାର ନିଦର୍ଶନ ରୂପେ ଉତ୍ସବସ୍ଥଳକୁ ବରପୁତ୍ରମାନଙ୍କର ଫଟୋଚିତ୍ରରେ ସୁସଜ୍ଜିତ କରାଯାଇଥିଲା । ଉପ ନିର୍ଦ୍ଦେଶକ ସୁଚେତା ପ୍ରିୟଦର୍ଶିନୀ, ଲୋକସଂପର୍କ ଅଧିକାରୀ ରୋଜାଲିନ୍‌ ସାହୁ ଓ ବିନାୟକ ମିଶ୍ର କାର୍ଯ୍ୟକ୍ରମ ସଂଚାଳନା କରିଥିଲେ ।

Previous Post

‘ଘରେ ଘରେ ତ୍ରିରଙ୍ଗା ଅଭିଯାନ’ ପଦଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

Next Post

ନାଲକୋରେ ୭୮ତମ ସ୍ଵାଧୀନତା ଦିବସ ପାଳିତ

FNN WEB

FNN WEB

Next Post
ନାଲକୋରେ ୭୮ତମ ସ୍ଵାଧୀନତା ଦିବସ ପାଳିତ

ନାଲକୋରେ ୭୮ତମ ସ୍ଵାଧୀନତା ଦିବସ ପାଳିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.