• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

‘ସୁଭଦ୍ରା’ ଗାଇଡଲାଇନକୁ କ୍ୟାବିନେଟ୍ ମଞ୍ଜୁରୀ: ବର୍ଷକୁ ମହିଳାଙ୍କୁ ମିଳିବ ୧୦ ହଜାର ଟଙ୍କା

FNN WEB by FNN WEB
August 23, 2024
in ଓଡ଼ିଶା, ମୁଖ୍ୟ ଖବର
0
‘ସୁଭଦ୍ରା’ ଗାଇଡଲାଇନକୁ କ୍ୟାବିନେଟ୍ ମଞ୍ଜୁରୀ: ବର୍ଷକୁ ମହିଳାଙ୍କୁ ମିଳିବ ୧୦ ହଜାର ଟଙ୍କା
0
SHARES
6
VIEWS

ଭୁବନେଶ୍ବର: ରାଜ୍ୟର ମହିଳାମାନଙ୍କୁ ବର୍ଷକୁ ୧୦ହଜାର ଟଙ୍କା ଲେଖାଏଁ ହାତଖର୍ଚ୍ଚ ରାଜ୍ୟ ସରକାର ଯୋଗାଇଦେବେ । ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ୨ଟି କିସ୍ତିରେ ଏହି ଟଙ୍କା ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ । ସେମାନେ ନିଜ ଇଚ୍ଛାରେ ଏହି ଟଙ୍କା ଖର୍ଚ୍ଚ କରିପାରିବେ । ଆର୍ଥିକ ସ୍ୱଚ୍ଛଳ ବର୍ଗର ମହିଳା, ସରକାରୀ ଚାକିରି କରୁଥିବା ମହିଳା ଓ ଆୟକର ପ୍ରଦାନ କରୁଥିବା ମହିଳାମାନଙ୍କୁ ବାଦ୍ ଦେଇ ରାଜ୍ୟର ୨୧ବର୍ଷରୁ ଅଧିକ ଓ ୬୦ବର୍ଷରୁ କମ୍ ସମସ୍ତ ଯୋଗ୍ୟ ମହିଳାମାନେ ଏହି ଟଙ୍କା ପାଇପାରିବେ । ପ୍ରାୟ ଏକ କୋଟିରୁ ଅଧିକ ମହିଳା ବର୍ଷକୁ ଏହି ୧୦ହଜାର ଟଙ୍କା ଲେଖାଏଁ ହାତଖର୍ଚ୍ଚ ଚଳିତ ଆର୍ଥିକ ବର୍ଷରୁ ପାଇବେ । ରାଜ୍ୟରେ କ୍ଷମତାସୀନ ବିଜେପି ସରକାରର ମହତ୍ୱାକାଂକ୍ଷୀ ଯୋଜନା ‘ସୁଭଦ୍ରା’ର ଗାଇଡଲାଇନକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ ମିଳିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବିଧାନସଭାରେ ଏହି ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏହି ‘ସୁଭଦ୍ରା’ ଯୋଜନା ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ଅଗଷ୍ଟ ୨୨ତାରିଖରେ ରାଜ୍ୟ କ୍ୟାବିନେଟ୍ ବୈଠକରେ ‘ସୁଭଦ୍ରା’ ଯୋଜନାକୁ ଚଳିତ ୨୦୨୪-୨୫ ଆର୍ଥିକ ବର୍ଷରୁ ୨୦୨୮-୨୯ ଆର୍ଥିକ ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟକାରୀ କରାଯିବା ନେଇ ନିଷ୍ପତ୍ତି ହୋଇଛି।୨୦୨୮-୨୯ ମସିହା ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବାକୁ ଥିବା ଏହି ଯୋଜନା ପାଇଁ ମୋଟ ୫୫୮୨୫ କୋଟିର ବଜେଟ୍ ଧାର୍ଯ୍ୟ ହୋଇଛି । ଏହି ଯୋଜନାରେ ରାଜ୍ୟର ୧କୋଟିରୁ ଅଧିକ ମହିଳାଙ୍କ ଜୀବନରେ ପରିବର୍ତ୍ତନ ଆସିବ ବୋଲି ସେ କହିଛନ୍ତି । ସେ କହିଛନ୍ତି ଯେ, ତାଙ୍କ ସରକାର ଅନ୍ତ୍ୟୋଦୟରେ ବିଶ୍ୱାସ କରନ୍ତି । ତେଣୁ ଆର୍ଥିକ ସ୍ୱଚ୍ଛଳ ବର୍ଗର ମହିଳା, ସରକାରୀ ଚାକିରି କରୁଥିବା ମହିଳା ଓ ଆୟକର ପ୍ରଦାନ କରୁଥିବା ମହିଳମାନଙ୍କୁ ଏହି ଯୋଜନାରୁ ବାଦ୍ ଦିଆଯିବ । ସେହିପରି କୌଣସି ଯୋଜନାରେ ଯଦି କେହି ମହିଳା ମାସିକ ୧୫୦୦ଟଙ୍କା ଅବା ତଦୁର୍ଦ୍ଧ୍ୱ ସହାୟତା ଅବା ବାର୍ଷିକ ୧୮ହଜାର ଟଙ୍କାରୁ ଅଧିକ ସହାୟତା ରାଶି ପାଉଥିବେ ତା’ହେଲେ ସେ ସୁଭଦ୍ରା ଯୋଜନା ପାଇଁ ଯୋଗ୍ୟ ବିବେଚିତ ହେବେନାହିଁ ।

ପ୍ରତ୍ୟେକ ହିତାଧିକାରୀଙ୍କୁ ରାକ୍ଷୀ ପୂର୍ଣ୍ଣିମା ଓ ଆନ୍ତର୍ଜାତିକ ମହିଳା ଦିବସରେ ୫ହଜାର ଟଙ୍କା ଲେଖାଏଁ ବାର୍ଷିକ ୧୦ହଜାର ଟଙ୍କା ପ୍ରଦାନ କରାଯିବ । ତେଣୁ ୫ବର୍ଷରେ ଜଣେ ଯୋଗ୍ୟ ମହିଳା ହିତାଧିକାରୀ ମୋଟ ୫୦ହଜାର ଟଙ୍କା ପାଇବେ । ସହାୟତା ପ୍ରଦାନରେ ସ୍ୱଚ୍ଛତା ଆଣିବା ପାଇଁ ଆଧାର ପେମେଂଟ ବ୍ରିଜ୍ ସିଷ୍ଟମ(ଏପିବିଏସ) ମାଧ୍ୟମରେ ଯୋଗ୍ୟ ହିତାଧିକାରୀଙ୍କ ଡିବିଟି ବ୍ୟାଙ୍କ ଆକାଉଣ୍ଟାକୁ ସିଧାସଳଖ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବ । ଏହାସହିତ ହିତାଧିକାରୀମାନଙ୍କୁ ‘ସୁଭ୍ରଦା’ ଡେବିଟ୍ କାର୍ଡ ମଧ୍ୟ ପ୍ରଦାନ କରାଯିବ । ସେହିପରି ଡିଜିଟାଲ କାରାବାରକୁ ପ୍ରୋତ୍ସାହିତ କରିବା ପାଇଁ ରାଜ୍ୟର ପ୍ରତ୍ୟେକ ପଂଚାୟତ ଓ ସହରାଂଚଳରେ ସର୍ବାଧିକ ପରିମାଣର ଡିଜିଟାଲ କାରବାର କରିଥିବା ୧୦୦ଜଣ ହିତାଧିକାରୀଙ୍କୁ ଚିହ୍ନଟ କରି ଅତିରିକ୍ତ ୫୦୦ଟଙ୍କା ପ୍ରୋତ୍ସାହନ ରାଶି ଦିଆଯିବ ।

ଏହି ଯୋଜନାରେ ସାମିଲ ହେବା ପାଇଁ ମହିଳମାନେ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ କାର୍ଯ୍ୟାଳୟ, ମୋ ସେବା କେନ୍ଦ୍ର, ଜନସେବା କେନ୍ଦ୍ର ଆଦିରେ ମାଗଣାରେ ଉପଲବ୍ଧ ଫର୍ମ ପୂରଣ କରି ଆବେଦନ କରିପାରିବେ । ସୁଭଦ୍ରା ଯୋଜନା ପାଇଁ ଏକ କଲ୍ ସେଂଟର ମଧ୍ୟ କାର୍ଯ୍ୟକ୍ଷମ ହେବ । ଏହି ଯୋଜନାକୁ କାର୍ଯ୍ୟକାରୀ ଓ ତଦାରଖ କରିବା ପାଇଁ ମହିଳା ଓ ଶିଶୁ ବିକାଶ ବିଭାଗ ଅଧୀନରେ ଏକ ‘ସୁଭଦ୍ରା ସୋସାଇଟି’ ଗଠନ କରାଯିବ । ସୁଭଦ୍ରା ଯୋଜନାର ଶୁଭାରମ୍ଭ ଯଥାଶୀଘ୍ର କରିବା ପାଇଁ ସରକାର ପଦକ୍ଷେପ ନେଉଛନ୍ତି । ସରକାରଙ୍କ ଦ୍ୱାରା ଜନସାଧାରଣଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତିକୁ ପୂରଣ କରିବା ପାଇଁ ରାଜ୍ୟ କ୍ୟାବିନେଟର ଏହା ଦୂରଦୃଷ୍ଟି ସମ୍ପନ୍ନ ଓ ସୁଦୂରପ୍ରସାରୀ ନିଷ୍ପତ୍ତି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ।

ସୂଚନାଯୋଗ୍ୟ, ବିଜେପି ନିଜର ନିର୍ବାଚନୀ ଇସ୍ତାହାରରେ ରାଜ୍ୟରେ କ୍ଷମତାକୁ ଆସିଲେ ମହିଳାଙ୍କୁ ୨ବର୍ଷରେ ୫୦ହଜାର ଟଙ୍କା ଖର୍ଚ୍ଚ କରିବାର ଭାଉଚର ଯୋଗାଇ ଦେବ ବୋଲି ପ୍ରତିଶ୍ରୁତି ଦେଇଥିଲା ।

Previous Post

ପୁଣି ଖୋଲିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର; ସ୍ଥାନାନ୍ତର ହେଉଛି ଖାଲି ସିନ୍ଦୁକ ଓ ଆଲମିରା

Next Post

ଉର୍ଦ୍ଦୁ ଏକାଡେମୀର କଟକ ଠାରେ ମୁଶାଏରା କାର୍ଯ୍ୟକ୍ରମ

FNN WEB

FNN WEB

Next Post
ଉର୍ଦ୍ଦୁ ଏକାଡେମୀର କଟକ ଠାରେ ମୁଶାଏରା କାର୍ଯ୍ୟକ୍ରମ

ଉର୍ଦ୍ଦୁ ଏକାଡେମୀର କଟକ ଠାରେ ମୁଶାଏରା କାର୍ଯ୍ୟକ୍ରମ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.