• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପରିବାରର ସବୁ ଯୋଗ୍ୟ ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା

FNN WEB by FNN WEB
August 27, 2024
in ଓଡ଼ିଶା, ମୁଖ୍ୟ ଖବର
0
ପରିବାରର ସବୁ ଯୋଗ୍ୟ ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା
0
SHARES
2
VIEWS

‘ସୁଭଦ୍ରା’ ନେଇ ବିଧାନସଭାରେ ଉପମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା

ଭୁବନେଶ୍ବର: ପରିବାରର ପ୍ରତ୍ୟେକ ଯୋଗ୍ୟ ମହିଳାଙ୍କୁ ରାଜ୍ୟର ବିଜେପି ସରକାର ନିଜର ମହତ୍ୱାକାଂକ୍ଷୀ ‘ସୁଭଦ୍ରା’ ଯୋଜନାରେ ବାର୍ଷିକ ୧୦ହଜାର ଟଙ୍କା ଲେଖାଏଁ ହାତପାଣ୍ଠି ଯୋଗାଇ ଦେବ । ଏପରିକି ଗୋଟିଏ ପରିବାରରେ ଯଦି ୩/୪ଜଣ କିମ୍ବା ଯେତେଜଣ ମହିଳା ଥିବେ ସମସ୍ତଙ୍କୁ ସୁଭଦ୍ରା ଟଙ୍କା ଦିଆଯିବ ବୋଲି ରାଜ୍ୟ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ଏହାସହିତ ଗୋଟିଏ ପରିବାରରୁ ଜଣେ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି ନେଇ ଚାଲିଥିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପଡ଼ିଛି ଓ ସାଧାରଣ ଲୋକଙ୍କ ମଧ୍ୟରେ ଥିବା ଦ୍ୱନ୍ଦ୍ୱ ମଧ୍ୟ ଦୂର ହୋଇଥିବା କୁହାଯାଉଛି ।

ଆଜି ବିଧାନସଭାରେ ମହିଳା ଓ ଶିଶୁବିକାଶ ବିଭାଗ, ମିଶନଶକ୍ତି ଏବଂ ପର୍ଯ୍ୟଟନ ବିଭାଗର ଖର୍ଚ୍ଚଦାବିର ଆଲୋଚନାର ଉତ୍ତର ରଖି ବିଭାଗୀୟ ମନ୍ତ୍ରୀ ଶ୍ରୀମତୀ ପରିଡ଼ା କହିଛନ୍ତି ଯେ, ସୁଭଦ୍ରା ଯୋଜନା ପାଇଁ ଯେଉଁ ଗାଇଡଲାଇନ୍ ସରକାର ଜାରି କରିଛନ୍ତି ସେହି ଆଧାରରେ ରାଜ୍ୟର ପ୍ରାୟ ୧କୋଟି ୮ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ । ଏହାପରେ ବି ଯଦି କେହି ଯୋଗ୍ୟ ମହିଳା ବାଦ୍ ପଡ଼ିବେ ସରକାର ତାଙ୍କୁ ମଧ୍ୟ ଯୋଜନାର ସୁବିଧା ଯୋଗାଇ ଦେବେ । ସୁଭଦ୍ରା ଯୋଜନାରେ ଗୋଟିଏ ପରିବାରରେ ଯେତେ ମହିଳା ଥିଲେ ବି ସେଥିରେ କିଛି ଅସୁବିଧା ନାହିଁ । ୨୧ ବର୍ଷରୁ ଅଧିକ ଓ ୬୦ବର୍ଷରୁ କମ୍ ବୟସର ପ୍ରତ୍ୟେକ ମହିଳାଙ୍କୁ ସୁଭଦ୍ରା ଟଙ୍କା ଦିଆଯିବ । ଗୋଟିଏ ପରିବାରରେ ଏହି ବୟସର ୩/୪ଜଣ ଅବା ଯେତେଜଣ ଥିଲେ ସମସ୍ତେ ସୁଭଦ୍ରା ଟଙ୍କା ପାଇବେ । ବିଧବା ମହିଳା ଓ ଛାତ୍ରବୃତ୍ତି ପାଉଥିବା କଲେଜ ଝିଅଙ୍କୁ ବି ସୁଭଦ୍ରା ଟଙ୍କା ମିଳିବ ବୋଲି ଶ୍ରୀମତୀ ପରିଡ଼ା ସ୍ପଷ୍ଟ କରିଛନ୍ତି । ସୁଭଦ୍ରା କାର୍ଡ ମାଧ୍ୟମରେ ଅନଲାଇନରେ ଏହି ୧୦ହଜାର ଟଙ୍କା ଦୁଇଟି କିସ୍ତିରେ ଯୋଗାଇ ଦିଆଯିବ ବୋଲି ଶ୍ରୀମତୀ ପରିଡ଼ା କହିଛନ୍ତି ।

ସେହିପରି ମିଶନ ଶକ୍ତି ମହିଳାଙ୍କୁ ସବୁଜ ଶାଢ଼ୀ ପିନ୍ଧାଇ କଲସେଂଟରରୁ କିଏ ଶଙ୍ଖ ଚିହ୍ନରେ ଭୋଟ୍ ମାଗିବାକୁ କହିଥିଲା ତା’ର ବି ତଦନ୍ତ କରାଯିବ । ଅଙ୍ଗନବାଡ଼ି ଛତୁଆ ଦୁର୍ନୀତି କିଏ କରିଛି ତା’ର ତଦନ୍ତ କରାଯିବ ବୋଲି ଶ୍ରୀମତୀ ପରିଡ଼ା କହିଛନ୍ତି ।

ସୂଚନାଯୋଗ୍ୟ, ଚଳିତ ଆର୍ଥିକ ବର୍ଷରେ ମହିଳା ଓ ଶିଶୁ ବିକାଶ ବିଭାଗ ପାଇଁ ୧୫୧୮୦ କୋଟି ୯୦ଲକ୍ଷ ଟଙ୍କାର ଖର୍ଚ୍ଚଦାବି ଉପସ୍ଥାପିତ ହୋଇଥିଲା । ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୃଷ୍ଟି ଯୋଜନାରେ ୧୮.୫୨ଲକ୍ଷ ମହିଳା, କିଶୋରୀ ଓ ଶିଶୁ ହିତାଧିକାରୀଙ୍କ ପୃଷ୍ଟିକର ଖାଦ୍ୟ ଯୋଗାଇ ଦିଆଯିବ । ରାଶି ଲଡ଼ୁ, ପୃଷ୍ଟିକର ମୁଢ଼ି, ବାଦାମ, ବୁଟ, ଭଜାବୁଟ ଓ ଖଜୁରୀ ପ୍ରଦାନ କରାଯିବାକୁ ବ୍ୟବସ୍ଥା ହୋଇଛି । ଏଥିପାଇଁ ଚଳିତବର୍ଷ ୫୫୩.୭୯କୋଟି ଟଙ୍କା ଖର୍ଚ୍ଚ କରାଯିବ ।

Previous Post

ସେପ୍ଟେମ୍ବର ୮ରେ ପାଳନ ହେବ ଲୋକପ୍ରିୟ ଗଣପର୍ବ ‘ନୂଆଖାଇ’

Next Post

ବିଜେପି ଛାଡ଼ି ବିଜେଡ଼ିରେ ମିଶିଲେ ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ଗେଡି

FNN WEB

FNN WEB

Next Post
ବିଜେପି ଛାଡ଼ି ବିଜେଡ଼ିରେ ମିଶିଲେ ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ଗେଡି

ବିଜେପି ଛାଡ଼ି ବିଜେଡ଼ିରେ ମିଶିଲେ ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ଗେଡି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.