• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡିଶାରେ PM-USHA କାର୍ଯ୍ୟକ୍ରମ ପାଇଁ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ

FNN WEB by FNN WEB
August 31, 2024
in ଓଡ଼ିଶା, ମୁଖ୍ୟ ଖବର
0
ଓଡିଶାରେ PM-USHA କାର୍ଯ୍ୟକ୍ରମ ପାଇଁ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ
0
SHARES
1
VIEWS

ଉଚ୍ଚ ଶିକ୍ଷା ଅନୁଷ୍ଠାନ ଗୁଡିକର ଭିତ୍ତିଭୂମି ସହିତ ଗୁଣାତ୍ମକ ଶିକ୍ଷାର ବିକାଶ ହେବ
ଆମର ସଂକଳ୍ପ ପତ୍ର ଅନୁଯାୟୀ ଆମର ବିଶ୍ୱବିଦ୍ୟାଳୟ ଗୁଡିକୁ ସ୍ୱାୟତ୍ତତା ପ୍ରଦାନ କରାଯିବ
ଶିକ୍ଷାର ପରିସର ବ୍ୟାପକ, ଏହା ରାଜନୀତିର ସଂକୀର୍ଣ୍ଣତା ମଧ୍ୟରେ ରହିବା ଉଚିତ୍ ନୁହେଁ- ମୁଖ୍ୟମନ୍ତ୍ରୀ
PM-USHA କାର୍ଯ୍ୟକ୍ରମରେ ଓଡିଶାର ଉଚ୍ଚଶିକ୍ଷା ଅନୁଷ୍ଠାନ ଗୁଡିକୁ ୫୦୦ କୋଟି ଟଙ୍କା ଦିଆଯିବ- କେନ୍ଦ୍ର ଶିକ୍ଷା ମନ୍ତ୍ରୀ

ଭୁବନେଶ୍ଵର: ଆଜି ରାଜ୍ୟ କୃଷି ଭବନରେ ଓଡିଶାର ଉଚ୍ଚ ଶିକ୍ଷା ବିଭାଗ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ମଧ୍ୟରେ ରାଜ୍ୟରେ PM-USHA କାର୍ଯ୍ୟକ୍ରମ ଲାଗୁ କରିବା ପାଇଁ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି। ୨୦୨୫-୨୬ ମଧ୍ୟରେ ଏହା କାର୍ଯ୍ୟକାରୀ କରାଯିବ। କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଥିଲେ ଯେ, ରାଜ୍ୟର ଛାତ୍ରଛାତ୍ରୀମାନଙ୍କ ବୃହତର ସ୍ୱାର୍ଥକୁ ଦୃଷ୍ଟିରେ ରଖି, ଆମ ସରକାରଙ୍କ ୮୧ତମ ଦିନରେ PM-USHA କାର୍ଯ୍ୟକ୍ରମର ଶୁଭାରମ୍ଭ ହେଲା। ଏହା ହେଉଛି ଡବଲ୍ ଇଞ୍ଜିନ ସରକାରର ସଫଳତା। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଦୂରଦୃଷ୍ଟି ଓ ତତ୍ତ୍ୱାବଧାନରେ ଏହି ଯୋଜନା କାର୍ଯ୍ୟକାରୀ କରାଯାଉଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିକ୍ଷାର ପରିସର ବ୍ୟାପକ। ଏହାକୁ ରାଜନୀତିର ସଂକୀର୍ଣ୍ଣତା ମଧ୍ୟରେ ରଖିବା ଉଚିତ୍ ନୁହେଁ । PM-USHA କାର୍ଯ୍ୟକ୍ରମ ଛାତ୍ରଛାତ୍ରୀଙ୍କ ଉତ୍ତମ ଭବିଷ୍ୟତ ଗଠନ ଲକ୍ଷ୍ୟରେ ଆରମ୍ଭ ହୋଇଥିବା ସତ୍ତ୍ୱେ, ଆଗରୁ ଏହାକୁ କାର୍ଯ୍ୟକାରୀ କରାଯାଇ ନଥିଲା। ଏହି ଯୋଜନାକୁ ରାଜ୍ୟରେ ସଫଳତାର ସହ କରାଯିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ଦ୍ୱାରା ଶିକ୍ଷାର ନୂତନ ଭିତ୍ତିଭୂମି ଓ ମନବ ସମ୍ବଳର ବିକାଶ ହେବ। ଏହି ଯୋଜନା ଦକ୍ଷତା ବିକାଶ, ଗବେଷଣା, ନିଯୁକ୍ତିଯୋଗ୍ୟ ଶିକ୍ଷାର ବିକାଶରେ ସହାୟକ ହେବ। ଏହା ଆମର ଶିକ୍ଷା ପରିବେଶକୁ ବିଶ୍ୱସ୍ତରୀୟ କରିବ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, ଆମର ସଂକଳ୍ପ ପତ୍ର ଅନୁଯାୟୀ ଆମର ବିଶ୍ୱବିଦ୍ୟାଳୟ ଗୁଡିକୁ ସ୍ୱାୟତ୍ତତା ପ୍ରଦାନ କରାଯିବ। ଏ ପର୍ଯ୍ୟନ୍ତ ରାଜ୍ୟର ଦୂରଦୁରାନ୍ତ ଅଞ୍ଚଳରେ ୧୮ଟି ନୂଆ ସରକାରୀ ମହାବିଦ୍ୟାଳୟ ଖୋଲା ଯାଇଛି। ଏହା ସହିତ ଓଡିଶାର ଆଦିବାସୀ ଭାଷାର ସୁରକ୍ଷା ଓ ପ୍ରଚାର ପାଇଁ ୨୬ଟି ଭାଷା ପରୀକ୍ଷାଗାର ନିର୍ମାଣ ପାଇଁ ପଦକ୍ଷେପ ନିଆ ଯାଉଛି। ଜାତୀୟ ଶିକ୍ଷା ନୀତି-୨୦୨୦ ଦେଶର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ପରିବର୍ତ୍ତନ ଆଣିବାକୁ ଯାଉଛି। ପୂର୍ବ ସରକାରଙ୍କ ଦୂରଦୃଷ୍ଟିର ଅଭାବ ତଥା ରାଜନୈତିକ ସଂକୀର୍ଣ୍ଣତା ଯୋଗୁ ଆମ ରାଜ୍ୟରେ ଏହା ଆଜି ପର୍ଯ୍ୟନ୍ତ ଲାଗୁ କରାଯାଇ ନଥିଲା ବୋଲି ସେ କହିଥିଲେ।

ଓଡିଶା ମାଟିର ସୁଯୋଗ୍ୟ ସନ୍ତାନ ତଥା କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦିଗ୍‌ଦର୍ଶନରେ ଆମ ସରକାର ଜାତୀୟ ଶିକ୍ଷା ନୀତି-୨୦୨୦କୁ ଲାଗୁ କରିବା ପାଇଁ ସମସ୍ତ ପଦକ୍ଷେପ ନେଉଛନ୍ତି ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ PM-USHA କାର୍ଯ୍ୟକ୍ରମରେ ଜାତୀୟ ଶିକ୍ଷାନୀତି-୨୦୨୦ର ପାଞ୍ଚଟି ସ୍ତମ୍ବକୁ ସୁଦୃଢ କରାଯିବ। ଏହା ହେଲା ସୁଗମ୍ୟ ଶିକ୍ଷା, ଗୁଣାତ୍ମକ ମାନ, ସମାନତା, ଉତ୍ତରଦାୟିତ୍ୱ ଓ ସାମର୍ଥ୍ୟ।

ସେ ପୁଣି କହିଥିଲେ ଯେ ଶିକ୍ଷା କ୍ଷେତ୍ରରେ ସବୁଠାରୁ ବଡ ସମସ୍ୟା ହେଉଛି ଯୁବବର୍ଗ ମଧ୍ୟରେ ଦକ୍ଷତାର ବିକାଶ। ପ୍ରଯୁକ୍ତି ବିଦ୍ୟାର ଅଭୂତପୂର୍ବ ବିକାଶ ସହିତ ଆମର ଶିକ୍ଷା ପ୍ରଣାଳୀକୁ ସମାନ୍ତରାଳ ଭାବରେ ଉନ୍ନତ କରିବାକୁ ହେବ। ପ୍ରଯୁକ୍ତି ବିଦ୍ୟାରେ ଶିକ୍ଷା ହାସଲ କରିଥିବା ଯୁବବର୍ଗକୁ ନିଯୁକ୍ତି ଯୋଗ୍ୟ କରିବା ପାଇଁ କେନ୍ଦ୍ର ସରକାର ଚଳିତ ବର୍ଷ ଦେଶର ବଜେଟରେ ୧ କୋଟି ଯୁବକ ଯୁବତୀଙ୍କୁ ୫୦୦ ଉଦ୍ୟୋଗରେ internship ପ୍ରଦାନ କରିବା ପାଇଁ ବ୍ୟବସ୍ଥା କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହା ଦ୍ୱାରା ସ୍ଥାୟୀ ବିକାଶ ଲକ୍ଷ୍ୟ (SDG) ପୂରଣ ଦିଗରେ ଏହା ସହାୟକ ହେବ। ଶିକ୍ଷା କ୍ଷେତ୍ରରେ ବୈଷମ୍ୟତା ଓ ଅସମାନତା ଦୂର କରାଯାଇ SDG-4 ର ଲକ୍ଷ୍ୟ ପୂରଣ ହୋଇପାରିବ। ସେ କହିଥିଲେ ଯେ ଆଗାମୀ ଦିନରେ ସାମଗ୍ରୀକ ଶିକ୍ଷା କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆଣିବା ପାଇଁ ଓଡିଶା ସରକାର ପ୍ରାଥମିକ ଶିକ୍ଷାରୁ ଆରମ୍ଭ କରି ବିଶ୍ୱବିଦ୍ୟାଳୟ ପର୍ଯ୍ୟନ୍ତ ଆନ୍ତର୍ଜାତିକ ମାନର ଶିକ୍ଷା ଓଡିଶାର ଛାତ୍ରଛାତ୍ରୀଙ୍କୁ ପ୍ରଦାନ କରିବା ପାଇଁ ପଦକ୍ଷେପ ନିଆଯିବ। ଏହା ଦ୍ୱାରା ଉଚ୍ଚ ଶିକ୍ଷା କ୍ଷେତ୍ରରେ ୨୦୩୬ ସୁଦ୍ଧା ଓଡିଶାକୁ ଏକ ବିକଶିତ ରାଜ୍ୟରେ ପରିଣତ କରାଯାଇ ପାରିବ ଏବଂ ବିକଶିତ ଭାରତ ଓ ବିକଶିତ ଓଡିଶାର ଲକ୍ଷ୍ୟ ପୂରଣ ହେବ।

କାର୍ଯ୍ୟକ୍ରମରେ ଯୋଗଦେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଲେ ଯେ ରାଜ୍ୟରେ ସ୍କୁଲ, କଲେଜ ପିଲାଙ୍କୁ ନେଇ ପ୍ରାୟ ୧ କୋଟି ଛାତ୍ରଛାତ୍ରୀ ଅଛନ୍ତି। ରାଜ୍ୟ ଜନସଂଖ୍ୟାର ଏହା ହେଉଛି ଏକ ଚତୁର୍ଥାଂଶ। ତେଣୁ ଏହି ପିଲାମାନଙ୍କର ଠିକ୍‌ ଭାବରେ ଦାୟିତ୍ୱ ନିଆଯାଇ ପାରିଲେ ରାଜ୍ୟର ବିକାଶ ବିଶ୍ୱସ୍ତରୀୟ ହୋଇପାରିବ। ସେ କହିଲେ ଯେ ଏକ ବିଂଶ ଶତାବ୍ଦୀ ହେଉଛି ଜ୍ଞାନର ଶତାବ୍ଦୀ । ଜ୍ଞାନ ଓ ପ୍ରତିଭା ହେଉଛି ଓଡିଆ ପିଲାଙ୍କ ମୂଳ ଆଧାର। ଏହାର ବିକାଶ ହୋଇପାରିଲେ ଆମ ପିଲାମାନେ ମଧ୍ୟ ବିଶ୍ୱ ସ୍ତରରେ ନିଜର ଦକ୍ଷତା ପ୍ରଦର୍ଶନ କରିପାରିବେ। ଏହି କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ କଲେଜ ଓ ୟୁନିଭର୍‌ସିଟିର ବିକାଶ ପାଇଁ ୫୦୦ କୋଟି ଟଙ୍କା ଦିଆଯିବ ବୋଲି ସେ ପ୍ରକାଶ କରିଥିଲେ। ଏହା ଯୋଗୁ ଆମ ରାଜ୍ୟର ୧ କୋଟି ପିଲା ବିଶ୍ୱସ୍ତରୀୟ ଶିକ୍ଷା ପାଇପାରିବେ।

ସେ କହିଥିଲେ ଯେ ଏହି କାର୍ଯ୍ୟକ୍ରମ ୩ ବର୍ଷ ଆଗରୁ ହେବାର ଥିଲା। କିନ୍ତୁ ରାଜନୀତି ଯୋଗୁ ଓଡିଆ ପିଲାମାନେ ବଞ୍ଚିତ ହୋଇଥିଲେ। ଓଡିଶାରେ ଖୁବ୍‌ ଶୀଘ୍ର ଶିକ୍ଷାରେ ସ୍ୱାୟତ୍ତତା ଆସିବ ବୋଲି ସେ କହିଥିଲେ। UGCର ନିୟମ ଅନୁଯାୟୀ ବିଶ୍ୱବିଦ୍ୟାଳୟଗୁଡିକୁ ସ୍ୱାୟତ୍ତତା ଦିଆଯିବ ବୋଲି ସେ କହିଥିଲେ। ରାଜ୍ୟ ଉଚ୍ଚ ଶିକ୍ଷା, କ୍ରୀଡା ଓ ଯୁବସେବା ତଥା ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ କହିଥିଲେ ଯେ ପି.ଏମ୍. ଉଚ୍ଚତର ଶିକ୍ଷା ଅଭିଯାନ ଦ୍ୱାରା ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ସକରାତ୍ମକ ପ୍ରଭାବ ପଢିବ। ଶିକ୍ଷାନୁଷ୍ଠାନ ଗୁଡିକର ଭିତ୍ତିଭୂମି ସୁଦୃଢ ହେବା ସହିତ ପିଲାମାନେ ଗୁଣାତ୍ମକ ଶିକ୍ଷା ପାଇପାରିବେ।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ରାଜ୍ୟ ଉଚ୍ଚ ଶିକ୍ଷା, କ୍ରୀଡା ଓ ଯୁବସେବା ତଥା ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଓ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଉପସ୍ଥିତିରେ ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ଅରବିନ୍ଦ ଅଗ୍ରୱାଲ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଶାସନ ସଚିବ ଶ୍ରୀ ସୁନିଲ କୁମାର ବର୍ଣ୍ଣୱାଲ ଏହି ବୁଝାମଣା ପତ୍ରରେ ସ୍ୱାକ୍ଷର କରିଥିଲେ। ଉଚ୍ଚ ଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀ ଅରବିନ୍ଦ ଅଗ୍ରୱାଲ ସ୍ୱାଗତ ଭାଷଣ ଦେଇଥିଲେ।

Previous Post

କାଲିଠୁ ‘ସୁଭଦ୍ରା‘ ଯୋଜନା ପାଇଁ ପଞ୍ଜୀକରଣ : ଆବେଦନ ଫର୍ମ ପୂରଣ ଓ ଦାଖଲ ସମ୍ପୂର୍ଣ୍ଣ ଦେୟମୁକ୍ତ

Next Post

ମହିଳା ଉତ୍ପୀଡନକାରୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

FNN WEB

FNN WEB

Next Post
ଦୈନିକ ଦୁଇ ଘଣ୍ଟା ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ମହିଳା ଉତ୍ପୀଡନକାରୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.