• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୩୦ଟି ଜିଲ୍ଲାରେ ୧୧୫୧ କୋଟି ଟଙ୍କାର ୪୮୧ଟି ବିଭିନ୍ନ ଉନ୍ନତି ମୂଳକ ପ୍ରକଳ୍ପର ଲୋକାର୍ପଣ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
August 31, 2024
in ଓଡ଼ିଶା, ମୁଖ୍ୟ ଖବର
0
୩୦ଟି ଜିଲ୍ଲାରେ ୧୧୫୧ କୋଟି ଟଙ୍କାର ୪୮୧ଟି ବିଭିନ୍ନ ଉନ୍ନତି ମୂଳକ ପ୍ରକଳ୍ପର ଲୋକାର୍ପଣ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
0
SHARES
0
VIEWS

ପୌରପ୍ରଶାସନ ସହ ଯୋଡି ହୋଇ ଜନପ୍ରତିନିଧିମାନେ ରାଜନୀତିରୁ ଉର୍ଦ୍ଧ୍ୱରେ ରହି ଲୋକଙ୍କ ଆଶା ଆକାଂକ୍ଷା ପୂରଣ କରିବା ଦିଗରେ କାର୍ଯ୍ୟ କରନ୍ତୁ – ମୁଖ୍ୟମନ୍ତ୍ରୀ
୨୭ଜଣ ନବନିଯୁକ୍ତ ପୌରପ୍ରଶାସନିକ ସେବା ଅଧିକାରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ

ଭୁବନେଶ୍ୱର: ଆଜି ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରଠାରେ ରାଜ୍ୟସ୍ତରୀୟ ସ୍ବାୟତ୍ତ ଶାସନ ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ୩୦ଟି ଜିଲ୍ଲାରେ ୧୧୫୧ କୋଟି ଟଙ୍କାର ୪୮୧ଟି ବିଭିନ୍ନ ଉନ୍ନତି ମୂଳକ ପ୍ରକଳ୍ପର ଲୋକାର୍ପଣ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥି ସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ୨୭ଜଣ ନବନିଯୁକ୍ତ ପୌରପ୍ରଶାସନିକ ସେବା ଅଧିକାରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏକ ଗଣତାନ୍ତ୍ରିକ ରାଷ୍ଟ୍ରରେ ନାଗରିକ ମାନଙ୍କୁ ସ୍ବାୟତ୍ତ ଶାସନ ମାଧ୍ୟମରେ ମୌଳିକ ସୁବିଧା ଯୋଗାଇ ଦେବା ପାଇଁ ଶାସନଗତ ବ୍ୟବସ୍ଥା ରହିଛି। ଏହି ସ୍ବାୟତ୍ତ ଶାସନ ବ୍ୟବସ୍ଥା ଦେଶରେ ସ୍ବାଧିନତା ପ୍ରାପ୍ତିର ବହୁ ପୂର୍ବରୁ ଲର୍ଡ ରିପନଙ୍କ ସମୟରୁ ଆରମ୍ଭ ହୋଇଥିଲା।

ସେ ଆହୁରି ମଧ୍ୟ କହିଥିଲେ ପଞ୍ଚାୟତି ରାଜ ଓ ସହରାଞ୍ଚଳରେ କାର୍ଯ୍ୟରତ ସ୍ବାୟତ୍ତ ଶାସନ ବ୍ୟବସ୍ଥାର କାର୍ଯ୍ୟଭାର ନିର୍ବାଚିତ ଜନ ପ୍ରତିନିଧିମାନଙ୍କୁ ନିଜ କାନ୍ଧରେ ଉଠାଇବାକୁ ପଡିବ। ସେ କହିଥିଲେ ଏ ସରକାର ହେଉଛି ଲୋକଙ୍କ ସରକାର, ପୌରପ୍ରଶାସନ ସହ ଯୋଡି ହୋଇ ଜନପ୍ରତିନିଧି ଭାବେ ନିର୍ବାଚିତ ସମସ୍ତ କାଉନ୍‌ସିଲର, ଉପାଧ୍ୟକ୍ଷ ଓ ଅଧ୍ୟକ୍ଷ ମାନେ ରାଜନୀତିରୁ ଉର୍ଦ୍ଧ୍ୱରେ ରହି ଲୋକଙ୍କ ଆଶା ପୂରଣ କରିବା ଦିଗରେ କାର୍ଯ୍ୟ କରିବା ଉଚିତ୍। ଜନ ସାଧାରଣଙ୍କୁ ଉପଯୁକ୍ତ ସେବା ପ୍ରଦାନ ପାଇଁ ଏ ଦିଗରେ ସମସ୍ତ ସ୍ୱାୟତ୍ତଶାସନ ସଂସ୍ଥାର ଅଧିକାରୀ ତଥା ଜନପ୍ରତିନିଧିମାନେ ନିଜ ନିଜର ଦାୟିତ୍ୱ ତୁଲାଇବା ଉଚିତ୍। ଶାସନ ବ୍ୟବସ୍ଥାର ବିକେନ୍ଦ୍ରୀକରଣ ଓ ପୌରପାଳିକା ଗୁଡିକୁ ସଶକ୍ତ ଓ ସ୍ବାଧୀନ ହୋଇ ନିଜ ନିଜ ପରିଧିରେ ବିଭିନ୍ନ ସହରାଞ୍ଚଳର ଭିତ୍ତିଭୂମି ସମ୍ପର୍କିତ ଯୋଜନା ଓ ସେବା ପ୍ରଦାନ ପାଇଁ କାର୍ଯ୍ୟକରିବାକୁ ସାମ୍ବିଧାନିକ ବ୍ୟବସ୍ଥା ରହିଛି। ଭାରତ ସରକାରଙ୍କ ସହଯୋଗରେ ନାଗରିକ ତଥା ବୈଷୟିକ ସେବା ଯୋଗାଣକାରୀ ବ୍ୟକ୍ତିଙ୍କ ପାଇଁ ଏକ ସରଳ ହ୍ୟାଣ୍ଡ ବୁକ୍ ଓ ଟୁଲ୍‌କିଟ୍ ପ୍ରସ୍ତୁତି କରାଯାଉଛି। ଏହା ସେମାନଙ୍କୁ ମାଷ୍ଟର ପ୍ଲାନ, ବିଲ୍ଡିଙ୍ଗ୍ ପ୍ଲାନ ଓ ଲେ-ଆଉଟ୍ ଅନୁମୋଦନକୁ ସମୟୋଚିତ ସମ୍ପାଦନ କ୍ଷେତ୍ରରେ ସହାୟତା କରିବ।

ସେ କହିଥିଲେ ଯେ ଆଜି ସମଗ୍ର ବିଶ୍ୱରେ ସହରୀକରଣ ବୃଦ୍ଧି ପାଉଛି। ଗ୍ରାମାଞ୍ଚଳରୁ ଅନେକ ଲୋକ ସୁଖ ସ୍ୱାଚ୍ଛନ୍ଦ୍ୟର ସୁନେଲି ସ୍ୱପ୍ନ ଓ ଅଧିକ ରୋଜଗାର ପାଇବା ଆଶାରେ ସହର ମୁହାଁ ହେଉଛନ୍ତି। କିନ୍ତୁ ବାସ୍ତବରେ ସେମାନେ ସହରରେ ଏ ସବୁ ପାଇନଥାନ୍ତି। ଉଦାହରଣ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ଆମ ରାଜଧାନୀ ଭୁବନେଶ୍ୱର ୧୯୪୮ ମସିହାରେ ମାତ୍ର ୧୦ ହଜାର ଜନସଂଖ୍ୟା ପାଇଁ ଯୋଜନା କରାଯାଇଥିଲା। କିନ୍ତୁ ଆଜି ଏଠାରେ ୧୫ ରୁ ୨୦ ଲକ୍ଷ ଲୋକ ବସବାସ କରୁଛନ୍ତି। ଆଜି ଦିନରେ ଆମ ଭୁବନେଶ୍ୱର ଅର୍ଥନୀତିର ଅଭିବୃଦ୍ଧି ଘଟିଛି, ଆଧୁନିକତା ବଢିଛି, ଭାରତବର୍ଷରେ ଭୁବନେଶ୍ୱର ନାମି ସହର ଭାବେ ନାମ କମାଇଛି। କିନ୍ତୁ ଭୁବନେଶ୍ୱର ବାସିନ୍ଦାଙ୍କ ପାଇଁ ଆବଶ୍ୟକୀୟ ମୌଳିକ ସୁବିଧା ସୁଯୋଗ ଯୋଗାଇ ଦେବାର ସମସ୍ୟା ରହିଛି। ଆଗାମୀ ଦିନରେ ଭୁବନେଶ୍ୱର ସମେତ ରାଜ୍ୟର ସବୁ ସହରାଞ୍ଚଳର ବିକାଶ ପାଇଁ ଆମ ସରକାର ସଚେତନ ଅଛନ୍ତି ଏବଂ ଏହି ବିକାଶ କାମ ନିଶ୍ଚିତ ଭାବେ ହେବ ଏବଂ ଆଗାମୀ ଦିନରେ ଆମ ସହରଗୁଡିକର ଅବସ୍ଥାରେ ପରିବର୍ତ୍ତନ ଆସିବ, ବିକଶିତ ହେବ ଏବଂ ସ୍ମାର୍ଟ ହେବ ବୋଲି ସେ କହିଥିଲେ। ଏଥି ସହିତ ଆଜି ଲୋକାର୍ପିତ ଓ ଶିଳାନ୍ୟାସ ହୋଇଥିବା ପ୍ରକଳ୍ପଗୁଡିକ ଆଗାମୀ ଦିନରେ ଆମକୁ ସୁଖ ସ୍ୱାଚ୍ଛନ୍ଦ୍ୟପୂର୍ଣ୍ଣ ଜୀବନଯାପନ କରିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ବିକଶିତ ଭାରତ ନିର୍ମାଣ ଲକ୍ଷ୍ୟକୁ ସାକାର କରିବା ପାଇଁ ଆମେ ବିକଶିତ ଓଡିଶା ନିର୍ମାଣର ଲକ୍ଷ୍ୟ ରଖିଛୁ ଏଥି ନିମନ୍ତେ ଗ୍ରାମାଞ୍ଚଳ ସହିତ ସହରାଞ୍ଚଳ ବିକାଶକୁ ଗୁରୁତ୍ବ ଦେଇ ବଜେଟ୍ ରେ ଅଧିକ ଅର୍ଥ ବ୍ୟବସ୍ଥା ମଧ୍ୟ କରିଛୁ ବୋଲି ସେ କହିଥିଲେ। ସେ ପୁଣି କହିଥିଲେ ପୌରପାଳିକା ଗୁଡିକରେ ଭାରତ ସରକାରଙ୍କ ପକ୍ଷରୁ ‘ଜଳ ଜୀବନ ମିଶନ’ ଯୋଜନା ମାଧ୍ୟମରେ ପ୍ରତି ଘରକୁ ପାନୀୟ ଜଳ ଯୋଗାଇ ଦେବା ପାଇଁ ଲକ୍ଷ୍ୟ ରହିଛି। ଜଳ ଯୋଗାଣ ପରିଚାଳନାରେ ଆମ ଜଳସାଥୀମାନେ ଦକ୍ଷତାର ସହ କାମ କରୁଛନ୍ତି। ଜଳର ମାନ ନିର୍ଦ୍ଧାରଣ ପାଇଁ ସେମାନେ ସକ୍ରିୟ ଭାବେ ନିୟୋଜିତ ଅଛନ୍ତି।

କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର ଯୋଗ ଦେଇ କହିଥିଲେ ଯେ ରାଜ୍ୟରେ ୫ଟି ମହାନଗର ନିଗମ ସହିତ ୧୧୫ଟି ସ୍ୱାୟତ୍ତଶାସନ ସଂସ୍ଥାର କାର୍ଯ୍ୟକ୍ରମକୁ ବ୍ୟାପକ କରିବା ପାଇଁ ଆମ ସରକାର ପ୍ରତିବଦ୍ଧ ଅଛନ୍ତି। ଆମ ମୁଖ୍ୟମନ୍ତ୍ରୀ ଲୋକଙ୍କ ପାଖରେ ପହଞ୍ଚିବା ଓ ଲୋକଙ୍କ ମୌଳିକ ଆବଶ୍ୟକତା ପୂରଣ କରିବା ଦିଗରେ ସର୍ବଦା ଗୁରୁତ୍ୱ ଦେଉଛନ୍ତି। ସହରାଞ୍ଚଳ ବିକାଶ ସହିତ ଲୋକମାନଙ୍କୁ ସର୍ବନିମ୍ନ ଆବଶ୍ୟକତା ଯୋଗାଇଦେବା ଆମର ଦାୟିତ୍ୱ। ଏଥି ନିମନ୍ତେ ବିଭିନ୍ନ ଯୋଜନା ମଧ୍ୟ କାର୍ଯ୍ୟକାରୀ କରାଯାଉଛି ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ କୋଭିଡ୍ ସମୟରୁ ଉଠାଦୋକାନୀଙ୍କ ପାଇଁ କାର୍ଯ୍ୟକାରୀ ହେଉଥିବା ପ୍ରଧାନମନ୍ତ୍ରୀ ସ୍ୱ-ନିଧି ଯୋଜନାରେ ହିତାଧିକାରୀ ଏବଂ ଅଂଶୀଦାରମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀ ବାରିପଦାର ରାଇମଣୀ କିସ୍କୁ ଯୋଜନାରେ ଘର ପାଇଥିବାରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଆଭାସି ଜରିଆରେ କଥା ହୋଇ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। ସେହିପରି କୋରାପୁଟର ଜଳସାଥୀ ଶ୍ରୀମତୀ ରୀପା ହିଆଲ ଜଣେ ଗୃହିଣୀ ଓ ଜଳସାଥୀର ପରିଚୟ ପାଇ ତାଙ୍କ ପରିବାରକୁ ଖୁସୀରେ ଚଳାଉ ଥିବାରୁ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। ସମସ୍ତେ ଯେପରି ବିଶୁଦ୍ଧ ପାନୀୟ ଜଳ ପାଇବେ ତାକୁ ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ତାଙ୍କୁ କହିଥିଲେ ଏବଂ ଯିବା ଆସିବା ପାଇଁ ଗାଡି ଚଲାଇଲା ବେଳେ ହେଲ୍‌ମେଟ୍‌ ପିନ୍ଧିବା ପାଇଁ ସଚେତନ କରିଥିଲେ।

ଏହି ଅବସରରେ କଟକ ମହାନଗର ନିଗମର ପରିମଳ କର୍ମଚାରୀ ଝୁନୁଲତା ନାୟକ ଓ ଡି. ଶିବା, ଭୁବନେଶ୍ୱର ମହାନଗର ନିଗମର ବାବୁଲି ନାହାକଙ୍କୁ ସମ୍ମାନିତ କରାଯାଇଥିଲା। କାର୍ଯ୍ୟକ୍ରମରେ ରାଜ୍ୟ ସମବାୟ, ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ, ବିଧାୟକ ଶ୍ରୀ ବାବୁ ସିଂ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ସ୍ୱଚ୍ଛ ଭାରତ ମିଶନର ମିଶନ ନିର୍ଦ୍ଦେଶକ ଶ୍ରୀ ରାଜେଶ ପ୍ରଭାକର ପାଟିଲ ଏବଂ ପୌରପ୍ରଶାସନ ନିର୍ଦ୍ଦେଶକ ଶ୍ରୀ ଦେବାଶିଷ ସିଂ ଉପସ୍ଥିତ ଥିଲେ। ଆଜିର ଏହି ସମାରୋହରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢି ସ୍ୱାଗତ ଭାଷଣ ଦେଇଥିଲେ ।

Previous Post

ମହିଳା ଉତ୍ପୀଡନକାରୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Next Post

ରାଜ୍ୟରେ ପ୍ରତିଷ୍ଠା ହେବନି ହାଇକୋର୍ଟ ବେଞ୍ଚ, ସ୍ପଷ୍ଟ କଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ଦୈନିକ ଦୁଇ ଘଣ୍ଟା ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ରାଜ୍ୟରେ ପ୍ରତିଷ୍ଠା ହେବନି ହାଇକୋର୍ଟ ବେଞ୍ଚ, ସ୍ପଷ୍ଟ କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.