• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଜ୍ୟରେ ନାହିଁ ବନ୍ୟା ସ୍ଥିତି: ଲଗାଣ ବର୍ଷାରେ ବେହାଲ ମାଲକାନଗିରି

FNN WEB by FNN WEB
September 9, 2024
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟରେ ନାହିଁ ବନ୍ୟା ସ୍ଥିତି: ଲଗାଣ ବର୍ଷାରେ ବେହାଲ ମାଲକାନଗିରି
0
SHARES
3
VIEWS

ରାଜ୍ୟରେ ନାହିଁ ବନ୍ୟା ସ୍ଥିତି । ମୁଖ୍ୟ ଶାସନ ସଚିବ ବର୍ଷା ଓ ସମ୍ଭାବ୍ୟ ବନ୍ୟା ସ୍ଥିତିର ସମୀକ୍ଷା କରିବା ପରେ ଏହି ସୂଚନା ଦେଇଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର ଦେଓରଞ୍ଜନ କୁମାର ସିଂ । ଲଗାଣ ବର୍ଷା ଯୋଗୁଁ ଫୋକସରେ ମାଲକାନଗିରି ଜିଲ୍ଲା ରହିଛି । ମାଲକାନଗିରି ଓ କାଲିମେଳା ବ୍ଲକ ଅଧିକ ପ୍ରଭାବିତ ହୋଇଛି । ୪ଟି ରିଲିଫ କ୍ୟାମ୍ପରେ ୫୦୪ ଜଣଙ୍କୁ ଉଦ୍ଧାର କରି ରଖାଯାଇଛି । ପ୍ରବଳ ବର୍ଷା ଯୋଗୁ ମାଲକାନଗିରି ଜିଲ୍ଲାର ୮ଟି ସ୍ଥାନରେ ଗମନାଗମନ ପ୍ରଭାବିତ ହୋଇଛି । ଲୋକଙ୍କୁ ସୁରକ୍ଷିତ ଉଦ୍ଧାର ପାଇଁ ୬ଟି ଓଡ୍ରାଫ ଟିମ୍ ମୁତୟନ ହୋଇଛନ୍ତି । ଗତ ଦୁଇ ଦିନ ଧରି ଲଗାଣ ବର୍ଷାରେ ମାଲକାନଗିରି ଜିଲ୍ଲାର ସ୍ଥିତି ସଙ୍ଗିନ ହୋଇପଡିଛି। ବୁଡିଛି ଜାତୀୟ ରାଜପଥର ସମସ୍ତ ପୋଲ। ମାଲକାନଗିରି ଜିଲ୍ଲାର ସମସ୍ତ ବ୍ଲକକୁ ଯାତାୟତ ଠପ ହୋଇଯାଇଛି। ପୋଟେରୁ ଗାଁରେ ୧୦ ଫୁଟର ପାଣି ପ୍ରବାହିତ ହେଉଥିବାବେଳେ ମାଲକାନଗିରି ଜିଲ୍ଲା ଏକ ପ୍ରକାର ବାହ୍ୟ ଜଗତରୁ ବିଛିନ୍ନ ହୋଇଯାଇଛି। ଯାହା ଫଳରେ ଯାତାୟାତ ଠପ୍ ହୋଇଯାଇଛି। ବର୍ଷାରେ କେବଳ ଜାତୀୟ ରାଜପଥ ହିଁ ନୁହେଁ,ବରଂ ଜିଲ୍ଲାର ବଣ୍ଡାଘାଟି ରାସ୍ତାରେ ମାଟି ଅତଡା ଖସି ରାସ୍ତା ଅବରୋଧ ହୋଇଛି। ସେହିପରି ଚିତ୍ରକୋଣ୍ଡା ରାସ୍ତାରେ ମାଟି ଅତଡା ଖସି ରାସ୍ତା ଅବରୋଧ ହୋଇଛି। କୋରକୋଣ୍ଡା ବ୍ଲକର ନାକାମାମୁଡି ପଞ୍ଚାୟତର ବାୟାପଡା ରାସ୍ତା ସଂପୂର୍ଣ୍ଣ ଭାଙ୍ଗିଯାଇଛି। ଗତ ପନ୍ଦର ଦିନ ତଳେ ଏହି ରାସ୍ତା ବର୍ଷାରେ ଭାଙ୍ଗିଯାଇଥିବା ବେଳେ ସଂପୂର୍ଣ୍ଣ ଧୋଇ ହୋଇଯାଇଛି।

ସେହିପରି ଲଗାଣ ବର୍ଷାରେ ପ୍ରଭାବିତ ହୋଇଛି କୋରାପୁଟ ଜିଲ୍ଲାର ୬ଟି ବ୍ଲକ ଜୟପୁର, ବୈପାରୀଗୁଡ଼ା, କୁନ୍ଦ୍ରା, ବୋରିଗୁମ୍ମା, ସେମିଳିଗୁଡ଼ା ଓ କୋରାପୁଟ । ୩୬ଟି ଗାଁ ଅଧିକ ପ୍ରଭାବିତ ହୋଇଛି । କୋରାପୁଟ ଜିଲ୍ଲାରେ ୨ଟି ରିଲିଫ୍‌ କ୍ୟାମ୍ପ କରାଯାଇଛି । ଓଡ୍ରାଫର ୨ଟି ଟିମ୍ କୋରାପୁଟ ଜିଲ୍ଲାରେ ମୁତୟନ ରହିଛନ୍ତି । ଅନ୍ୟ ଓଡ୍ରାଫ୍ ଟିମକୁ ବି ଦକ୍ଷିଣ ଓଡ଼ିଶାକୁ ପଠାଯାଇଛି । ମାଲକାନଗିରି ସ୍ଥିତି ପାଇଁ ୨ ବରିଷ୍ଠ ଅଧିକାରୀ IAS ବିଷ୍ଣୁପଦ ସେଠୀ ଓ IPS ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଦାୟିତ୍ବ ଦିଆଯାଇଛି। କାଲିଠୁ ଦକ୍ଷିଣ ଓଡ଼ିଶାରେ ସ୍ଥିତି ସୁଧୁରିବା ନେଇ ଅନୁମାନ କରାଯାଉଥିବା SRC କହିଛନ୍ତି ।

ସେପଟେ ବଙ୍ଗୋପସାଗରରେ ଆଗକୁ ବଢୁଛି ଗଭୀର ଅବପାତ । ଓଡ଼ିଶା ଉପକୂଳର ପୁରୀ ନିକଟରେ ଏହା ଅତିକ୍ରମ କରିଛି । ସକାଳ ସାଢ଼େ ୧୦ଟାରୁ ସାଢ଼େ ୧୧ଟା ଭିତରେ ପୁରୀ ନିକଟରେ ସ୍ଥଳଭାଗ ଅତିକ୍ରମ କରିଛି ଡିପ୍ ଡିପ୍ରେସନ୍ । ଏନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଗଭୀର ଅବପାତ ପ୍ରଭାବରେ ଆଜି ସାରା ରାଜ୍ୟରେ ଭୀଷଣ ବର୍ଷା ହେବ। ଅତି ଭୀଷଣ ବର୍ଷା ସମ୍ଭାବନା ଥିବା ୧୦ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲାଗୁଡ଼ିକ ହେଲା ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ବଲାଙ୍ଗିର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି । ରେଡ୍ ୱାର୍ଣ୍ଣିଂ ଜିଲ୍ଲାର କିଛି ସ୍ଥାନରେ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହୋଇପାରେ ।

ସେହିପରି ୧୨ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଦିଆଯାଇଛି ଅରେଞ୍ଜ ୱାର୍ଣ୍ଣିଂ । ବାକି ୮ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ସତର୍କତା ଜାରି କରିଛି । ଆଜି ସନ୍ଧ୍ୟା ଯାଏ ଶକ୍ତିଶାଳୀ ହୋଇ ଆଗକୁ ବଢ଼ିବ ଡିପ୍ ଡିପ୍ରେସନ୍ । ମଧ୍ୟରାତ୍ରିରେ ଦୁର୍ବଳ ପଡ଼ିପାରେ । ତେବେ ପରବର୍ତ୍ତୀ ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଛତିଶଗଡ଼ ଆଡକୁ ଗତି କରିବ। ସମୁଦ୍ର ଅଶାନ୍ତ ରହିଛି। ଏଥିପାଇଁ ୧୧ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ବାରଣ କରାଯାଇଛି ।

Previous Post

ଜୟ ଭାରତ ଓ ଭାରତ ମସଲାର ୨୫ତମ ଭାରତ ପ୍ରତିଭା ସମ୍ମାନ ସମାରୋହ

Next Post

ପୌରାଞ୍ଚଳମାନଙ୍କୁ ହାଇ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ

FNN WEB

FNN WEB

Next Post
ପୌରାଞ୍ଚଳମାନଙ୍କୁ ହାଇ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ

ପୌରାଞ୍ଚଳମାନଙ୍କୁ ହାଇ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.