• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ନୂଆଦିଲ୍ଲୀରେ ‘ଗ୍ଲୋବାଲ ବାୟୋ ଇଣ୍ଡିଆ’ କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ଓଡ଼ିଶା ପାଭିଲିୟନ

FNN WEB by FNN WEB
September 12, 2024
in ଓଡ଼ିଶା, ମୁଖ୍ୟ ଖବର
0
ନୂଆଦିଲ୍ଲୀରେ ‘ଗ୍ଲୋବାଲ ବାୟୋ ଇଣ୍ଡିଆ’ କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ଓଡ଼ିଶା ପାଭିଲିୟନ
0
SHARES
6
VIEWS

ନୂଆଦିଲ୍ଲୀ/ଭୁବନେଶ୍ୱର : ନୂଆଦିଲ୍ଲୀର ପ୍ରଗତି ମଇଦାନଠାରେ ଆରମ୍ଭ ହୋଇଛି ତିନିଦିନିଆ ‘ଗ୍ଲୋବାଲ ବାୟୋ-ଇଣ୍ଡିଆ ୨୦୨୪’। ଭାରତ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରାଳୟ ଅଧୀନରେ ବାୟୋଟେକ୍ନୋଲୋଜି ବିଭାଗ ପକ୍ଷରୁ ଏହି ଅନ୍ତର୍ଜାତୀୟ କାର୍ଯ୍ୟକ୍ରମ କରାଯାଉଛି । ଏହା ଚଳିତ ମାସ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି କାର୍ଯ୍ୟକ୍ରମରେ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଭାରତର ବର୍ତ୍ତମାନର ସ୍ଥିତି ଓ ଭବିଷ୍ୟତକୁ ନେଇ ବିଭିନ୍ନ ବୈଷୟିକ ସମ୍ମିଳନୀ ଓ ପ୍ରଦର୍ଶନୀ ଆୟୋଜନ କରାଯାଉଛି । ଏଥିରେ ଓଡ଼ିଶା ସରକାରଙ୍କ ବିଜ୍ଞାନ ଓ ବୈଷୟିକ ବିଭାଗ ସାମିଲ ହୋଇ ରାଜ୍ୟର ଅନନ୍ୟ ଜୈବ ସମ୍ବଳ ଏବଂ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଥିବା ବିପୁଳ ସମ୍ଭାବନାକୁ ପ୍ରଦର୍ଶନ କରୁଛି ।

ଗ୍ଲୋବାଲ ବାୟୋ-ଇଣ୍ଡିଆ କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ଓଡ଼ିଶା ପାଭିଲିୟନ ଖୋଲାଯାଇଛି । ଏହାକୁ ବିଭାଗୀୟ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଉଦଘାଟନ କରିଛନ୍ତି । ଏହି ପାଭିଲିୟନରେ ରାଜ୍ୟର ବିଭିନ୍ନ ବାୟୋଟେକ୍ନୋଲୋଜି ଷ୍ଟାର୍ଟଅପ୍ ଅଂଶଗ୍ରହଣ କରି ସେମାନଙ୍କ ଅଭିନବ ଜ୍ଞାନକୌଶଳ ଓ ଉତ୍ପାଦକୁ ପ୍ରଦର୍ଶନ କରୁଛନ୍ତି । ‘‘ବାୟୋଟେକ୍ନୋଲୋଜି କ୍ଷେତ୍ର ପାଇଁ ଓଡ଼ିଶାରେ ବିପୁଳ ସମ୍ଭାବନା ରହିଛି। ଘଞ୍ଚ ଅରଣ୍ୟ, ବିଭିନ୍ନ ଔଷଧୀୟ ବୃକ୍ଷରେ ଭରପୂର ପର୍ବତ, ହେନ୍ତାଳ ବଣ, ଚିଲିକା ହ୍ରଦ, ସୁଦୀର୍ଘ ବେଳାଭୂମି ଭଳି ପ୍ରାକୃତିକ ସମ୍ପଦ ରହିଛି । ଏହାକୁ ଆଧାରକରି ଆଗାମୀ ଦିନରେ ଓଡ଼ିଶାରେ କିପରି ବାୟୋଟେକ୍ନୋଲୋଜି ଶିଳ୍ପ ସ୍ଥାପନ ହୋଇପାରିବ ଏହା ଉପରେ ବିଶେଷ ଗୁରୁତ୍ୱ ଦିଆଯାଉଛି । ଏଥିପାଇଁ ଆମେ ଦେଶ ବିଦେଶର ନିବେଶକମାନଙ୍କୁ ଓଡ଼ିଶାକୁ ଆମନ୍ତ୍ରଣ କରୁଛୁ’’, କହିଛନ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଏହି ଅବସରରେ ମନ୍ତ୍ରୀ ଶ୍ରୀ ପାତ୍ର ଓଡ଼ିଶା ପାଭିଲିୟନ ବୁଲି ଦେଖିବା ସହ ଷ୍ଟାର୍ଟଅପମାନଙ୍କ ଅଭିନବ ପଦକ୍ଷେପକୁ ପ୍ରଶଂସା କରିଥିଲେ।

ଏହି କାର୍ଯ୍ୟକ୍ରମରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଚିତ୍ରା ଅରୁମୁଗମ ଯୋଗ ଦେଇଥିଲେ। ସେ କହିଥିଲେ, ‘‘ବାୟୋଟେକ୍ନୋଲୋଜି କ୍ଷେତ୍ରକୁ ଓଡ଼ିଶା ସରକାର ବିଶେଷ ଗୁରୁତ୍ୱ ଦେଇ ଆସୁଛନ୍ତି । ଏହି କ୍ଷେତ୍ରକୁ ଆଗକୁ ନେବା ପାଇଁ ସ୍ୱତନ୍ତ୍ର ନୀତି ପ୍ରସ୍ତୁତ କରାଯାଇଛି । ବାୟୋଟେକ୍ନୋଲୋଜି କ୍ଷେତ୍ରରେ କାମ କରୁଥିବା ଓଡ଼ିଶାର ଷ୍ଟାର୍ଟଅପ ଗୁଡ଼ିକର ଅଭିନବ ଉତ୍ପାଦକୁ ପ୍ରୋତ୍ସାହନ ଦେବା ସହିତ ସେମାନଙ୍କୁ ନିବେଶକଙ୍କ ସହ ଯୋଡ଼ିବା ଲାଗି ଲକ୍ଷ୍ୟ ରଖାଯାଇଛି।’’

‘ଗ୍ଲୋବାଲ ବାୟୋ ଇଣ୍ଡିଆ’ କାର୍ଯ୍ୟକ୍ରମରେ ବିଭାଗୀୟ ବରିଷ୍ଠ ଅଧିକାରୀ, ବୈଜ୍ଞାନିକ ଏବଂ ବିଭିନ୍ନ ଷ୍ଟାର୍ଟଅପକୁ ନେଇ ଓଡ଼ିଶା ସରକାରଙ୍କ ଏକ ଟିମ୍ ଏହି କାର୍ଯ୍ୟକ୍ରମରେ ଭାଗ ନେଇଛନ୍ତି । ସେହିପରି ଓଡ଼ିଶାର ବାୟୋଟେକ୍ନୋଲୋଜି କ୍ଷେତ୍ରରେ କାମ କରୁଥିବା ବିଭିନ୍ନ ଉଚ୍ଚଶିକ୍ଷା ଓ ଗବେଷଣା ଅନୁଷ୍ଠାନର ମୁଖ୍ୟ ଓ ଅଧ୍ୟାପକମାନେ ଓଡ଼ିଶା ପାଭିଲିୟନ ବୁଲି ଦେଖିଛନ୍ତି । ବାୟୋଟେକ୍ନାଲୋଜି ଶିଳ୍ପର ପ୍ରସାର ଲାଗି ବିଭିନ୍ନ ରାଜ୍ୟ ଆଣିଥିବା ସ୍ୱତନ୍ତ୍ର ନୀତି ତଥା ନିବେଶ କାର୍ଯ୍ୟକ୍ରମକୁ ନେଇ ‘ଗ୍ଲୋବାଲ ବାୟୋ-ଇଣ୍ଡିଆ’ କାର୍ଯ୍ୟକ୍ରମରେ ବିଭିନ୍ନ ଅଧିବେଶନ କରାଯାଉଛି । ଆସନ୍ତକାଲି ହେବାକୁ ଥିବା ‘ଷ୍ଟେଟ୍ ରାଉଣ୍ଡ ଟେବଲ୍’ ସମ୍ମିଳନୀରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଚିତ୍ରା ଅରୁମୁଗମ୍ ଯୋଗଦେବେ । ସେହିପରି ୧୪ ତାରିଖରେ ଭାରତର ସାମୁଦ୍ରିକ ସମ୍ବଳକୁ ନେଇ ‘ବ୍ଲୁ ଇକୋନମି’ ଶୀର୍ଷକରେ ଏକ ବିଶେଷ ଅଧିବେଶନ କରାଯିବ । ଏଥିରେ ବିଭାଗୀୟ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଯୋଗଦେଇ ସ୍ୱତନ୍ତ୍ର ଉପସ୍ଥାପନ କରିବେ ।

Previous Post

ଶ୍ରମିକଙ୍କ ଅନୁକମ୍ପାମୂଳକ ସହାୟତା ରାଶି ବୃଦ୍ଧି କଲେ ସରକାର

Next Post

ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପୁନଃ ନିଯୁକ୍ତି ପାଇଁ ନୂଆ ନିୟମ; ମୁଖ୍ୟମନ୍ତ୍ରୀ ଦେବେ ଅନୁମୋଦନ

FNN WEB

FNN WEB

Next Post
ଦୈନିକ ଦୁଇ ଘଣ୍ଟା ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପୁନଃ ନିଯୁକ୍ତି ପାଇଁ ନୂଆ ନିୟମ; ମୁଖ୍ୟମନ୍ତ୍ରୀ ଦେବେ ଅନୁମୋଦନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.