• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

‘ସୁଭଦ୍ରା’ରେ ସ୍ୱୟଂ ସମ୍ପୂର୍ଣ୍ଣା ହେବେ ମହିଳା: ପ୍ରଭାତୀ

FNN WEB by FNN WEB
September 15, 2024
in ଓଡ଼ିଶା, ମୁଖ୍ୟ ଖବର
0
‘ସୁଭଦ୍ରା’ରେ ସ୍ୱୟଂ ସମ୍ପୂର୍ଣ୍ଣା ହେବେ ମହିଳା: ପ୍ରଭାତୀ
0
SHARES
10
VIEWS

ଭୁବନେଶ୍ୱର: ରାଜ୍ୟରେ ‘ସୁଭଦ୍ରା’ ଯୋଜନାକୁ ନେଇ ମହିଳାଙ୍କ ମଧ୍ୟରେ ଉତ୍ସାହ ବଢୁଛି । ଏବେ ସୁଦ୍ଧା ‘ସୁଭଦ୍ରା’ ଯୋଜନା ପାଇଁ ୬୦ ଲକ୍ଷରୁ ଊର୍ଦ୍ଧ୍ବ ମହିଳା ଆବେଦନ କରିସାରିଲେଣି ବୋଲି ‘ସୁଭଦ୍ରା’ ସଚେତନତା ପଦଯାତ୍ରାରେ କହିଛନ୍ତି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା । ‘ସୁଭଦ୍ରା’ ଯୋଜନାରେ ରେଜିଷ୍ଟ୍ରେସନ ପାଇଁ ବଢୁଥିବା ଗହଳିକୁ ଦେଖି ସ୍ପଷ୍ଟ ଅନୁମେୟ ହେଉଛି ଯେ ଓଡ଼ିଶାରେ ମହିଳାମାନେ ‘ସୁଭଦ୍ରା’କୁ ଆପଣେଇଛନ୍ତି ଏବଂ ଏହାକୁ ଏକ ସଫଳ ଯୋଜନା କରିବା ପାଇଁ ରାଜ୍ୟ ସରକାରଙ୍କ ସହ କାନ୍ଧରେ କାନ୍ଧ ମିଶାଇ ଛିଡା ହୋଇଛନ୍ତି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ।

ଆଜି ସାରା ରାଜ୍ୟରେ ଚାଲିଛି ‘ସୁଭଦ୍ରା’ ସଚେତନତା ପଦଯାତ୍ରା । ରାଜଧାନୀ ଭୁବନେଶ୍ୱରର ୟୁନିଟ-୩ ଗିରିଦୁର୍ଗା ମନ୍ଦିର ନିକଟରୁ ରମାଦେବୀ ବିଶ୍ୱବିଦ୍ୟାଳୟ ଛକ ପର୍ଯ୍ୟନ୍ତ ‘ସୁଭଦ୍ରା ସଚେତନତା ପଦଯାତ୍ରା’ କରାଯାଇଛି । ଏହି ପଦଯାତ୍ରାରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଉପମୁଖ୍ୟମନ୍ତ୍ରୀ ଶ୍ରୀ କେ.ଭି ସିଂହ ଦେଓ, ଭୁବନେଶ୍ୱର ସାଂସଦ ଶ୍ରୀମତୀ ଅପରାଜିତା ଷଡଙ୍ଗୀ, ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ ଏବଂ ଭୁବନେଶ୍ୱର ମେୟର ସୁଲୋଚନା ଦାସ ସାମିଲ୍‌ ହୋଇଥିଲେ । ୧୦୦ ଦିନ ଭିତରେ ଏଭଳି ଫ୍ଲାଗସିପ୍‌ ପ୍ରୋଗ୍ରାମ ମହିଳାଙ୍କ ପାଇଁ ଆଣିଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ।

‘ସୁଭଦ୍ରା ସଚେତନତା ପଦଯାତ୍ରା’ ଆରମ୍ଭ ପୂର୍ବରୁ ମଞ୍ଚରେ ଉଦବୋଧନ ଦେଇ ଉପମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡିଶା ବିକଶିତ ହେବ ଏବଂ ମା’ମାନଙ୍କ ନେତୃତ୍ୱରେ ହେବ । ଏହା ହେଉଛି ପ୍ରଧାନମନ୍ତ୍ରୀଙ୍କ ଗ୍ୟାରେଣ୍ଟି । ନିର୍ବାଚନ ପୂର୍ବରୁ ଦେଇଥିବା କଥାକୁ ରକ୍ଷା କରିବା ପାଇଁ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୧୭ ତାରିଖ, ଜନ୍ମ ଦିନରେ ଓଡିଶା ଆସୁଛନ୍ତି । ଆସନ୍ତା ୧୭ ତାରିଖରେ ଶୁଭାରମ୍ଭ ହେବ ବହୁ ପ୍ରତୀକ୍ଷିତ ‘ସୁଭଦ୍ରା’ ଯୋଜନା । ୧୫ ତାରିଖ ଯାଏଁ ଯେଉଁମାନେ ଆବେଦନ କରିଥିବେ ସେମାନଙ୍କ ପାଖକୁ ୧୭ ତାରିଖରେ ବ୍ୟାଙ୍କରୁ ପ୍ରଥମ କିସ୍ତି ଯିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା । ମହିଳାଙ୍କର ଆର୍ଥିକ ଉନ୍ନତି ପାଇଁ ସେମାନଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ସିଧାସଳଖ ‘ସୁଭଦ୍ରା’ ଯୋଜନାର ଅର୍ଥ ରାଶି ସିଧାସଳଖ ଆକାଉଣ୍ଟକୁ ପଠାଯିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ।

ଓଡ଼ିଶାର ରାଜସ୍ୱ ଗାଁମାନଙ୍କରେ ଆୟୋଜିତ ହେଉଛି ୧୦ ହଜାର ‘ସୁଭଦ୍ରା ପଦଯାତ୍ରା’ । ଏବେ ସୁଦ୍ଧା ‘ସୁଭଦ୍ରା’ ଯୋଜନା ପାଇଁ ଆବେଦନ କରିସାରିଲେଣି ୬୦ ଲକ୍ଷରୁ ଊର୍ଦ୍ଧ୍ବ ମହିଳା, ଆଗକୁ ସଂଖ୍ୟା ଆହୁରି ବଢିବ ଏବଂ ସେପେଫମ୍ବର ୧୭ ସୁଦ୍ଧା ୧ କୋଟି ମହିଳା ପଞ୍ଜିକୃତ ହେବାର ଲକ୍ଷ୍ୟ ଅଛି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି । ଗାଁମାନଙ୍କରେ ୭୪୦୦୦ ଜାଗାରେ ଅଙ୍ଗନବାଡି ଭଉଣୀମାନେ ‘ସୁଭଦ୍ରା’ ଯୋଜନାକୁ ଘରେ ଘରେ ପହଞ୍ଚାଇବା ପାଇଁ ଅଭିଯାନ ସୁରୁଖୁରରେ ଚଳାଉଛନ୍ତି ଏବଂ ମିଶନ ଶକ୍ତି ମହିଳା, ପଞ୍ଚାୟତ ସ୍ତରୀୟ, ବ୍ଲକ୍‌ ସ୍ତରୀୟ ଓ ଜିଲ୍ଲା ସ୍ତରୀୟ ଫେଡେରେସନର ସମସ୍ତ ମା’ଭଉଣୀମାନେ ‘ସୁଭଦ୍ରା’ ବାର୍ତ୍ତାକୁ ଘରେ ଘରେ ପହଞ୍ଚାଇବାର ଯେଉଁ ଉଦ୍ୟମ କରୁଛନ୍ତି ତାହା ପ୍ରଶଂସନୀୟ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ।

ପରେ ‘ସୁଭଦ୍ରା ସଚେତନତା ପଦଯାତ୍ରା’ ରମାଦେବୀ ବିଶ୍ୱବିଦ୍ୟାଳୟ ନିକଟରେ ପହଂଚିବା ପରେ ସ୍ୱାଧୀନତା ସଂଗ୍ରାମୀ, ରାଜ୍ୟରେ ନାରୀ ସଶକ୍ତୀକରଣର ବାର୍ତ୍ତାବହ, ସେବା ଓ କରୁଣାର ପ୍ରତୀକ ମାଆ ରମାଦେବୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ଉପମୁଖ୍ୟମନ୍ତ୍ରୀ । ରମାଦେବୀ ବିଶ୍ୱବିଦ୍ୟାଳୟର କୁଳପତି, ଅଧ୍ୟାପକ ଅଧ୍ୟାପିକା ଏବଂ ଛାତ୍ରଛାତ୍ରୀଙ୍କ ଦ୍ୱାରା ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ପରେ ବିଶ୍ୱବିଦ୍ୟାଳୟର କୁଳପତି, ଅଧ୍ୟାପକ ଏବଂ ଅଧ୍ୟାପିକାଙ୍କ ସହ ଉପମୁଖ୍ୟମନ୍ତ୍ରୀ ବିଶ୍ୱବିଦ୍ୟାଳୟର ଶିକ୍ଷା ବ୍ୟବସ୍ଥା ଏବଂ ଭିତ୍ତିଭୂମି ଉନ୍ନତିକରଣ ଉପରେ ଗୁରୁତ୍ୱ ଦେବା ଦିଗରେ ଆଲୋଚନା କରିଥିଲେ ।

ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିମାନଙ୍କ ମଧ୍ୟରେ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା, ମିଶନ ଶକ୍ତି କମିଶନର ତଥା ଶାସନ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ, ବିଏମସି କମିଶନର ଶ୍ରୀ ରାଜେଶ ପ୍ରଭାକର ପାଟିଲ, ଖୋର୍ଦ୍ଧା ଜିଲ୍ଲାପାଳ ଶ୍ରୀ ଚଞ୍ଚଲ ରାଣାଙ୍କ ସହ ଅନ୍ୟ ବରିଷ୍ଠ ଅଧିକାରୀମାନେ ଏହି ପଦଯାତ୍ରାରେ ସାମିଲ ହୋଇଥିଲେ ।

Previous Post

ମୋହନ ମାଝୀ ୟୁ-ଟର୍ଣ୍ଣ ମୁଖ୍ୟମନ୍ତ୍ରୀ, ନିଜ ନିଷ୍ପତ୍ତିରେ କାୟମ ରହୁନାହାନ୍ତି: ବିଜେଡ଼ି

Next Post

ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

FNN WEB

FNN WEB

Next Post
ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.