• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଲାଗୁ ହେଲା ଟ୍ରାଫିକ୍‌ କଟକଣା

FNN WEB by FNN WEB
September 16, 2024
in ଓଡ଼ିଶା, ମୁଖ୍ୟ ଖବର
0
ମୋଦୀ ସରକାର ୩.୦: ପ୍ରଧାନମନ୍ତ୍ରୀଙ୍କ ଆଗରେ ୫ ବଡ ଆହ୍ବାନ, ନୂଆ ସେନାଧ୍ୟକ୍ଷ-ଆଇବି ମୁଖ୍ୟଙ୍କ ହେବ ଚୟନ
0
SHARES
4
VIEWS

ଭୁବନେଶ୍ବର : ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସୁଛନ୍ତି। ନିଜ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ଓଡ଼ିଶାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ଯୋଜନା ଅଧୀନରେ ୫୦୦୦ ଟଙ୍କାର ପ୍ରଥମ କିସ୍ତି ହିତାଧିକାରୀଙ୍କ ଆକାଉଣ୍ଟକୁ ଡିବିଟି ମାଧ୍ୟମରେ ପ୍ରେରଣ କରାଯିବ। ଏହାସହ ପ୍ରଧାନମନ୍ତ୍ରୀ ୨୬ ଲକ୍ଷ ପିଏମ ଆବାସ ଗ୍ରାମୀଣ ଏବଂ ସହରାଞ୍ଚଳ ହିତାଧିକାରୀଙ୍କ ଗୃହ ପ୍ରବେଶ କରାଇବାର କାର୍ଯ୍ୟକ୍ରମ ରହିଛି।

ଆସନ୍ତାକାଲି ୧୧ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ସେଠାରୁ ସେ ସିଧାସଳଖ ମଞ୍ଚେଶ୍ୱର ନିକଟସ୍ଥ ଗାଢ଼କଣ ଯାଇ ସେଠାରେ ପିଏମ ଆବାସ ଯୋଜନା ହିତାଧିକାରୀଙ୍କ ସହ ଆଲୋଚନା କରିବେ। ସେଠାରୁ ପ୍ରଧାନମନ୍ତ୍ରୀ ୧୧ ଟା ୫୦ରେ ବାହାରି ୧୨ଟାରେ ଜନତା ମଇଦାନରେ ପହଞ୍ଚିବେ। ଜନତା ମଇଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବା ସହ ଅନେକ ପ୍ରକଳ୍ପର ଶିଳାନ୍ୟାସ କରିବେ। ପ୍ରଧାନମନ୍ତ୍ରୀ ପ୍ରାୟ୨୮୦୦ କୋଟିର ରେଳ ପ୍ରକଳ୍ପ ଏବଂ ୧୦୦୦ କୋଟିର ଜାତୀୟ ରାଜପଥ ପ୍ରକଳ୍ପର ଲୋକାର୍ପଣ ଏବଂ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି।

ସେହିପରି ୧୦ ଲକ୍ଷ ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ) ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ଦେବା ସହ ୨୬ ଲକ୍ଷ ପିଏମ ଆବାସ ଗ୍ରାମୀଣ ଏବଂ ସହରାଞ୍ଚଳ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଗୃହ ପ୍ରବେଶ କରାଇବେ। ଏହାସହ ସେ ଆବାସ ପ୍ଲସ୍‌ ୨୦୨୪ ଆପ୍‌କୁ ମଧ୍ୟ ପ୍ରଧାନମନ୍ତ୍ରୀ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। ଭୁବନେଶ୍ୱରରେ ପ୍ରାୟ ଅଢେଇ ଘଣ୍ଟା ରହିବା ପରେ ପ୍ରଧାନମନ୍ତ୍ରୀ ୧.୨୫ ମିନିଟରେ ଦିଲ୍ଲୀ ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିବେ।

ତେବେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସହ ଟ୍ରାଫିକ୍‌ କଟକଣା ମଧ୍ୟ ଲଗାଯାଇଛି। ରାଜଧାନୀକୁ ହାଇଆଲର୍ଟ ଜାରି କରିବା ସହ ସୁରକ୍ଷା ଦାୟିତ୍ୱରେ ୮୧ ପ୍ଲାଟୁନ ଫୋର୍ସ ଓ ୨ କମ୍ପାନୀ ସିଆର୍‌‌ପିଏଫ୍‌‌ ଯବାନଙ୍କୁ ମୁତୟନ କରାଯିବ। ଏଥିସହ ଡିସିପି ଓ ଏସ୍‌‌ପି ପାହ୍ୟାର ୧୧ଜଣ ଅଧିକାରୀ, ୨୨ଜଣ ଅତିରିକ୍ତ ଡିସିପି, ଏସିପି/ଡିଏସ୍‌‌ପି ୬୬ଜଣ, ୧୨୦ ଇନ୍ସପେକ୍ଟର, ୫୦୦ ହୋମ୍‌‌ଗାର୍ଡ, ଏଏସ୍‌‌ଆଇ ଓ ଏସ୍‌‌ଆଇ ପାହ୍ୟାର ୩୦୦ରୁ ଅଧିକ ଏବଂ ୩୨୯ ଜଣ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। କୌଣସି ପ୍ରକାରର ଆତଙ୍କୀ ହମ୍‌‌ଲାକୁ ପ୍ରତିହତ କରିବା ଲାଗି ୩ଟି ୟୁନିଟ୍‌‌ ସ୍ପେଶାଲ ଟ୍ରାକ୍ଟିକାଲ, ଓଡ୍ରାଫ୍‌‌ ଟିମ୍‌‌, ଅଗ୍ନିଶମ ବିଭାଗ, ଡଗ୍‌‌ ସ୍କ୍ୱାଡ୍‌‌, ବମ୍‌‌ ସ୍କ୍ୱାଡ୍‌‌ ମୁତୟନ କରାଯିବେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତ ପାଇଁ ଟ୍ରାଫିକ କଟକଣା ଜାରି କରାଯାଇଛି। ଆସନ୍ତାକାଲି ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏଁ କଟକଣା ରହିବ। କମିଶନରେଟ୍ ପୁଲିସ ପକ୍ଷରୁ ଜାରି ହୋଇଛି ଟ୍ରାଫିକ ନିର୍ଦ୍ଦେଶନାମା ।

-ଜୟଦେବ ବିହାର-ନାଲକୋ ଛକ-ଜୟଦେବ ବିହାର ରାସ୍ତାରେ କଟକଣା ବଳବତ୍ତର ରହିବ । ଜୟଦେବ ବିହାର ଛକଠାରୁ ନାଲକୋ ଛକ ଓ ନାଲକୋ ଛକରୁ ଜୟଦେବ ବିହାର ମଧ୍ୟରେ ଓ ଏହାକୁ ଯୋଗାଯୋଗ କରୁଥିବା ଗଳି ରାସ୍ତାରେ ଯାନବାହନ ଯାତାୟତ କରିପାରିବ ନାହିଁ ।
-ନନ୍ଦନକାନନ ପଟୁ ଜୟଦେବ ବିହାର ଆଡକୁ ଯିବାକୁ ଚାହୁଁଥିବା ଯାନବାହାନ ଗୁଡିକ ଡମଣା ଛକ ଠାରୁ ବାମ ମୋଡ ନେଇ ଗୁରୁ କେଳୁ ଚରଣ ପାର୍କ – ସୈନିକ ସ୍କୁଲ ରାସ୍ତା ଦେଇ ଆଚାର୍ଯ୍ୟ ବିହାର ଦେଇ ଯାଇପାରିବେ କିମ୍ବା ଶିଖରଚଣ୍ଡି – ପଥରଗାଡିଆ – ଡ଼ିଏନ ସ୍କୁଲ – କଳିଙ୍ଗ ଷ୍ଟଡିଓ ଛକ – ଫାୟାର ଷ୍ଟେସନ ଛକ ହୋଇ ଯାଇପାରିବେ ।
-ସେହିପରି ଜୟଦେବ ବିହାର ପଟୁ ନନ୍ଦନକାନନ ଆଡକୁ ଯିବାକୁ ଚାହୁଁଥିବା ଯାନବାହାନ ଗୁଡିକ ଆଚାର୍ଯ୍ୟ ବିହାର- ସୈନିକ ସ୍କୁଲ – ଗୁରୁ କେଳୁ ଚରଣ ପାର୍କ ଦେଇ ଡମଣା ଛକ ହୋଇ ଯାଇପାରିବେ କିମ୍ବା ଫାୟାର ଷ୍ଟେସନ ଛକ – କଳିଙ୍ଗ ଷ୍ଟଡିଓ ଛକ – ଡ଼ିଏନ ସ୍କୁଲ – ପଥରଗାଡିଆ – ଶିଖରଚଣ୍ଡି ହୋଇ ଯାଇପାରିବେ ।
-କଟକ ପଟୁ ଆସୁଥିବା ଗାଡି ଏନଏଚ – ୩୧୬ ଦେଇ ଭୁବନେଶ୍ବର ଆଡକୁ ଆସିପାରିବେ କିମ୍ବା ନନ୍ଦନକାନନ ରାସ୍ତା ଦେଇ ଆସିପାରିବେ ।
-ବେହେରା ସାହି ପଟୁ ଜୟଦେବ ବିହାର ଆଡକୁ ଆସୁଥିବା ଯାନବାହାନ ଗୁଡିକ ଜୟଦେବ ବିହାର ଆଡକୁ ନଯାଇ ବେହେରା ସାହି ଠାରୁ ଆଚାର୍ଯ୍ୟ ବିହାର କିମ୍ବା ସିଆରପି ଛକ ହୋଇ ଯାଇପାରିବେ । ଏହି ସମୟରେ କଟକ ପଟୁ ଆସୁଥ‌ିବା ଯାନବାହାନ ଗୁଡିକ ଆଚାର୍ଯ୍ୟ ବିହାର ଓଭର ବ୍ରିଜ ଶେଷ ଠାରେ ଥିବା କଟ ଦେଇ ସର୍ଭିସ ରୋଡ ଦେଇ ଜୟଦେବ ବିହାର ଆଡକୁ ଯାଇପାରିବେ ନାହିଁ।
-ସେହିପରି ବରମୁଣ୍ଡା ପଟୁ ଆସୁଥିବା ଯାନବାହାନ ଗୁଡିକ କ୍ରାଉନ ହୋଟେଲ ଠାରୁ ସର୍ଭିସ ରୋଡ ଦେଇ ଜୟଦେବ ବିହାର ଆଡକୁ ଯାଇପାରିବେ ନାହିଁ । ଜରୁରୀ କାଳୀନ ସେବାରେ ନିୟୋଜିତ ଥିବା (ଫାୟାର ଓ ଆସୁଲାନ୍ସ ) ଯାନବାହାନ ଗୁଡ଼ିକ ନିମନ୍ତେ ଉପରୋକ୍ତ କଟକଣା ଲାଗୁ ହେବ ନାହିଁ ।

Previous Post

ବିଜେପି ଇତିହାସକୁ ବିକୃତ କରିବାର ହୀନ ଉଦ୍ୟମ କରୁଛି: ବିଜେଡି

Next Post

ରେଳ ସଂଯୋଗ ଓ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ୨୮୭୧ କୋଟି ମୂଲ୍ୟର ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.