• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କାଲି ଆସିବେ ପ୍ରଧାନମନ୍ତ୍ରୀ, ଜନ୍ମ ଦିନରେ ଜନତା ମଇଦାନରେ ଦେବେ ସୁଭଦ୍ରା ଭେଟି

FNN WEB by FNN WEB
September 16, 2024
in ଓଡ଼ିଶା, ମୁଖ୍ୟ ଖବର
0
କାଲି ଆସିବେ ପ୍ରଧାନମନ୍ତ୍ରୀ, ଜନ୍ମ ଦିନରେ ଜନତା ମଇଦାନରେ ଦେବେ ସୁଭଦ୍ରା ଭେଟି
0
SHARES
2
VIEWS

ଭୁବନେଶ୍ବର: କାଲି ଆସିବେ ପ୍ରଧାନମନ୍ତ୍ରୀ । ସ୍ବାଗତ ପାଇଁ ସଜେଇ ହୋଇଛି ରାଜଧାନୀ ରାସ୍ତା । ଜନତା ମଇଦାନରେ ପ୍ରସ୍ତୁତି ଶେଷ, ଷ୍ଟେଜ୍ ରେଡ୍ଡୀ । ଏଣେ ପିଏମ୍‌ଙ୍କ କାର୍ଯ୍ୟକ୍ରମ ନେଇ ବି ଆସିଛି ବିସ୍ତୃତ ବିବରଣୀ । ମଙ୍ଗଳବାର ପୂର୍ବାହ୍ନ ୧୦ଟା ୫୦ରେ ଭୁବନେଶ୍ବର ଏୟାରପୋର୍ଟରେ ପହଞ୍ଚିବେ ମୋଦି । ସେଠୁ ସିଧା ଗାଡ଼କଣ ଗାଁକୁ ଯିବେ । ୧୧ଟା ୧୦ରେ ଗାଡ଼କଣରେ ପହଞ୍ଚି ସେଠି, ୧୧ଟା ୧୫ରୁ ୧୧ଟା ୪୫ ଯାଏ ୨୦ ଜଣ ଆବାସ ହିତାଧିକାରୀଙ୍କ ସହ ପାଖାପାଖି ଅଧ ଘଣ୍ଟା ଧରି ଆଲୋଚନା କରିବେ । ସେଥିପାଇଁ ହୋଇଛି ସ୍ବତନ୍ତ୍ର ବ୍ୟବସ୍ଥା, ନୂଆ ରୂପ ଦିଆଯାଉଛି ଗାଁର ଭାଗବତ ଟୁଙ୍ଗୀ ଘର । ତା ସହ ହିତାଧିକାରୀଙ୍କ ଘର ଆଗରେ ଲେଖା ଚାଲିଛି ଆବାସ ସମ୍ବନ୍ଧୀୟ ବିବରଣୀ ।

ଦିନ ୧୧ଟା ୪୫ରେ ଗାଡ଼କଣ ଛାଡ଼ି ୧୧ଟା ୫୫ରେ ଜନତା ମଇଦାନ ପହଞ୍ଚିବେ ମୋଦି । ସେଠି ବହୁ ପ୍ରତିକ୍ଷୀତ ସୁଭଦ୍ରା ଯୋଜନାର ଶୁଭାରମ୍ଭ ସହ ଗୋଠପାଟଣା ସ୍ପୋର୍ଟସ ଭେଲିର ବି ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ । ତା ସହ ପ୍ରଧାନମନ୍ତ୍ରୀ ୧୦ ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିବା ସହ ୨୬ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ଏବଂ ସହରାଞ୍ଚଳ ହିତାଧିକାରୀଙ୍କ ଗୃହ ପ୍ରବେଶ କରାଇବେ । ଏହାବାଦ୍ ଦେଶ ଉଦ୍ଦେଶ୍ୟରେ ୨୮ଶହ କୋଟିର ରେଳ ପ୍ରକଳ୍ପ ଏବଂ ୧ ହଜାର କୋଟିର ଜାତୀୟ ରାଜପଥ ପ୍ରକଳ୍ପ ମଧ୍ୟ ଲୋକର୍ପଣ କରିବେ । ଜନତା ମଇଦାନରେ କାର୍ଯ୍ୟକ୍ରମ ସାରି ଅପରାହ୍ନ ୧ଟା ୨୦ରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ମୋଦି ।

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭୁବନେଶ୍ବର ଗସ୍ତକୁ ନେଇ କଡ଼ା ସୁରକ୍ଷା ବଳୟରେ ଗାଡ଼କଣ ଗାଁ, ଜନତା ମଇଦାନ ସଭାସ୍ଥଳ ଓ ଏୟାରପୋର୍ଟରୁ କଳିଙ୍ଗ ହସ୍ପିଟାଲ ରାସ୍ତା । ସରିଛି କାରକେଡ୍ ରିହର୍ସଲ । ବିମାନବନ୍ଦରରୁ ଜନତା ମୈଦାନ ଓ ଗାଡ଼କଣ ପର୍ଯ୍ୟନ୍ତ ନୋ ଫ୍ଲାଇଂ ଜୋନ୍ ଘୋଷଣା ହୋଇଛି । ପିଏମ୍‌ଙ୍କ କାରକେଡ୍ ଯେଉଁବାଟେ ଯିବ ସବୁଠି ବ୍ୟାରିକେଡ୍ ଲାଗିଛି, ପୋଲିସ୍ ସଜାଗ । ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ମୁତୟନ ହେବେ ୮୧ ପ୍ଲାଟୁନ୍ ଫୋର୍ସ । ଯେଉଁଥିରେ ୧୧ ଡିସିପି ରାଙ୍କ ଅଧିକାରୀ, ୨୨ ଅତିରିକ୍ତ ଡିସିପି, ୬୬ ଏସିପିଙ୍କ ସହ ସାଦା ପୋଷାକରେ ବି ରହିବେ ସୁରକ୍ଷା କର୍ମୀ । ୬ କଂପାନୀ ସିଆରପିଏଫ୍ ଜବାନଙ୍କୁ ମଧ୍ୟ ନିୟୋଜିତ କରାଯିବ ।

କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ ଆଡଭାଇଜରୀ ଜାରି ହୋଇଛି । ଆସନ୍ତାକାଲି ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏଁ ଜୟଦେବ ବିହାର-ନାଲକୋ ଛକ-ଜୟଦେବ ବିହାର ରାସ୍ତାରେ କଟକଣା ଜାରି ହୋଇଛି । ଏ ରାସ୍ତାରେ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହୁଥିବାରୁ ଓମଫେଡ୍ ଛକ-ସୈନିକ ସ୍କୁଲ ରାସ୍ତା ଦେଇ ଆଚାର୍ଯ୍ୟ ବିହାର ରାସ୍ତାରେ ଯା-ଆସ କରିବା ପାଇଁ ପୋଲିସ୍ ସୂଚନା ଜାରି କରିଛି । ସେହିପରି ପିଏମ୍‌ଙ୍କ କାର୍ଯ୍ୟକ୍ରମରେ ସାମିଲ ହେବାକୁ ଆସୁଥିବା ଅତିଥିଙ୍କ ଗାଡ଼ି ପାର୍କିଂ ପାଇଁ ପୋଲିସ୍ ରିଜର୍ଭ ଗ୍ରାଉଣ୍ଡ, ସେଭେନଥ୍ ବାଟାଲିଅନ୍ ଗ୍ରାଉଣ୍ଡ ଓ ନୟାପଲ୍ଲୀ କସ୍ତୁର ବା ସ୍କୁଲ ହତାରେ ବ୍ୟବସ୍ଥା ହୋଇଛି ।

ଆସନ୍ତାକାଲି ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ । ତା ସହ ୨୦୨୪ ନିର୍ବାଚନ ପରେ ମୋଦି ପ୍ରଥମ କରି ଓଡ଼ିଶା ଆସୁଛନ୍ତି । ଏହି ଗସ୍ତକୁ ନେଇ ସାଧାରଣ ଜନତାଙ୍କଠୁ ରାଜ୍ୟ ବିଜେପି ଶିବିର ସବୁଠି ପରିଲିକ୍ଷିତ ହୋଇଛି ଉତ୍ସାହ ।

Previous Post

ରେଳ ସଂଯୋଗ ଓ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ୨୮୭୧ କୋଟି ମୂଲ୍ୟର ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ

Next Post

ଅସୁସ୍ଥ ବିଶ୍ୱଭୂଷଣଙ୍କୁ ଡାକ୍ତରଖାନାରେ ଭେଟିଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ଅସୁସ୍ଥ ବିଶ୍ୱଭୂଷଣଙ୍କୁ ଡାକ୍ତରଖାନାରେ ଭେଟିଲେ ମୁଖ୍ୟମନ୍ତ୍ରୀ

ଅସୁସ୍ଥ ବିଶ୍ୱଭୂଷଣଙ୍କୁ ଡାକ୍ତରଖାନାରେ ଭେଟିଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.