• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଆବାସ ହିତାଧିକାରୀଙ୍କ ସହ ମତ ବିନିମୟ କଲେ ପ୍ରଧାନମନ୍ତ୍ରୀ ମୋଦୀ

FNN WEB by FNN WEB
September 17, 2024
in ଓଡ଼ିଶା, ମୁଖ୍ୟ ଖବର
0
ଆବାସ ହିତାଧିକାରୀଙ୍କ ସହ ମତ ବିନିମୟ କଲେ ପ୍ରଧାନମନ୍ତ୍ରୀ ମୋଦୀ
0
SHARES
1
VIEWS

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀଙ୍କ ସହ ମତ ବିନିମୟ କରିଛନ୍ତି। ପ୍ରଧାନମନ୍ତ୍ରୀ ‌ଏନେଇ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ପୋଷ୍ଟ୍ କରି ଲେଖିଛନ୍ତି, ‘ଚା’ ପିଇବା ସହ ଆନନ୍ଦଦାୟକ ବାର୍ତ୍ତାଳାପ ସ୍ମରଣୀୟ ରହିବ। ପିଏମ ଆବାସ ଯୋଜନାର ହିତାଧିକାରୀଙ୍କ ସହ ବସି ସେମାନଙ୍କ ଜୀବନ ଯାତ୍ରା ବିଷୟରେ ଶୁଣିଲି। ବିଶେଷ କରି ବହୁ ସଂଖ୍ୟକ ମହିଳା ଏହି ଯୋଜନାରେ ଉପକୃତ ହେଉଥିବା ଦେଖି ଖୁସି ଲାଗୁଛି। ଏହି ଯୋଜନା ଏବଂ ଏଭଳି ଅନ୍ୟ ଯୋଜନା କିପରି ଜୀବନରେ ପରିବର୍ତ୍ତନ ଆଣିଛି ସେ ବିଷୟରେ ସେମାନେ କହିଥିଲେ।

ରାଜଧାନୀ ନିକଟ ଗାଡ଼କଣ ଗାଁରେ ପ୍ରଧାନମନ୍ତ୍ରୀ ପିଏମ୍ ଆବାସ ଯୋଜନାର ହିତାଧିକାରୀ ଅନ୍ତର୍ଯ୍ୟାମୀ ନାୟକଙ୍କ ଘରେ ଖାଇଛନ୍ତି କ୍ଷୀରି। ମୋଦୀଙ୍କ ପାଇଁ ଅନ୍ତର୍ଯ୍ୟାମୀଙ୍କ ବୋହୂ ସୁସ୍ୱାଦୁ କ୍ଷୀରି ପ୍ରସ୍ତୁତ କରିଥିଲେ। ଗାଡ଼କଣରେ ପ୍ରଧାନମନ୍ତ୍ରୀ ଆବାସ ହିତାଧିକାରୀମାନଙ୍କୁ ଗୃହପ୍ରବେଶ କରାଇଛନ୍ତି। ଏଠାରେ ଲୋକଙ୍କ ସହ ଆଲୋଚନା ମଧ୍ୟ କରିଛନ୍ତି। ପ୍ରଧାନମନ୍ତ୍ରୀ ସ୍ଥାନୀୟ ବାସିନ୍ଦାଙ୍କ ସହ ମନଖୋଲି କଥା ହୋଇଥିବାର ଦେଖିବାକୁ ମିଳିଛି। ଲୋକେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରିଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର ଉପସ୍ଥିତ ଥିଲେ।

ଗାଡ଼କଣରେ ହିତାଧିକାରୀମାନଙ୍କୁ ଭେଟିଲା ପରେ ପ୍ରଧାନମନ୍ତ୍ରୀ ମୋଦୀ ଓଡ଼ିଶା ସରକାରଙ୍କ ପ୍ରମୁଖ ଯୋଜନା ‘ସୁଭଦ୍ରା’ର ଶୁଭାରମ୍ଭ କରିଥିଲେ। ଏହା ସର୍ବବୃହତ୍, ଏକକ ମହିଳା କେନ୍ଦ୍ରୀତ ଯୋଜନା ଏବଂ ଏଥିରେ ୧ କୋଟିରୁ ଅଧିକ ମହିଳା ସାମିଲ ହେବେ ବୋଲି ଆଶା କରାଯାଉଛି। ପ୍ରଧାନମନ୍ତ୍ରୀ ୧୦ ଲକ୍ଷରୁ ଅଧିକ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ହସ୍ତାନ୍ତରର ଶୁଭାରମ୍ଭ କରିଛନ୍ତି। ଭାରତ ହେଉଛି ବିଶ୍ୱର ଏକମାତ୍ର ଦେଶ ଯେଉଁଠାରେ ଭଗବାନ ବିଶ୍ୱକର୍ମାଙ୍କ ରୂପରେ ଦକ୍ଷତା ଏବଂ ଶ୍ରମକୁ ପୂଜା କରାଯାଏ। ଏଭଳି ପବିତ୍ର ଅବସରରେ ଓଡ଼ିଶାର ମା’ ଭଉଣୀମାନଙ୍କ ପାଇଁ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବାର ସୁଯୋଗ ପାଇଛି।

ଶ୍ରୀ ମୋଦୀ ୨୮୦୦ କୋଟିରୁ ଅଧିକ ଟଙ୍କାର ରେଳ ପ୍ରକଳ୍ପ ପାଇଁ ଶିଳାନ୍ୟାସ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କରିବା ସହ ୧୦୦୦ କୋଟିରୁ ଅଧିକ ଟଙ୍କାର ଜାତୀୟ ରାଜପଥ ପ୍ରକଳ୍ପର ଶିଳାନ୍ୟାସ କରିଥିଲେ। ପ୍ରଧାନମନ୍ତ୍ରୀ ପାଖାପାଖି ୧୪ଟି ରାଜ୍ୟର ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନା ଅଧୀନରେ ପ୍ରାୟ ୧୦ ଲକ୍ଷ ହିତାଧିକାରୀଙ୍କୁ ଗୃହ ନିର୍ମାଣ ସହାୟତାର ପ୍ରଥମ କିସ୍ତି ଜାରି କରିଥିଲେ। ସେ ଦେଶବ୍ୟାପୀ ପିଏମଏୱାଇ (ଗ୍ରାମୀଣ ଏବଂ ସହରାଞ୍ଚଳ)ର ୨୬ ଲକ୍ଷ ହିତାଧିକାରୀଙ୍କ ପାଇଁ ଗୃହ ପ୍ରବେଶ ଉତ୍ସବରେ ଅଂଶଗ୍ରହଣ କରିଥିଲେ ଏବଂ ପିଏମଏୱାଇ (ଗ୍ରାମୀଣ ଏବଂ ସହରାଞ୍ଚଳ) ହିତାଧିକାରୀଙ୍କୁ ଗୃହ ଚାବି ହସ୍ତାନ୍ତର କରିଥିଲେ। ଏହାବ୍ୟତୀତ, ସେ ପିଏମଏୱାଇ-ଜି ପାଇଁ ଅତିରିକ୍ତ ପରିବାରର ସର୍ଭେ ପାଇଁ ଆବାସ + ୨୦୨୪ ଆପ୍ ଏବଂ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନା – ସହରାଞ୍ଚଳ (ପିଏମଏୱାଇ-ୟୁ) ୨.୦ର କାର୍ଯ୍ୟକାରିତା ନିର୍ଦ୍ଦେଶାବଳୀର ଉନ୍ମୋଚନ କରିଥିଲେ।

Previous Post

ଜନ୍ମଦିନରେ ସୁଭଦ୍ରା ସହ ଏକାଧିକ ପ୍ରକଳ୍ପ ଭେଟି ଦେଲେ ମୋଦି

Next Post

ଓଡ଼ିଶାର ବିକାଶକୁ କେନ୍ଦ୍ର ଅଗ୍ରାଧିକାର ନୁହେଁ, ଅବହେଳା କରିଛନ୍ତି: ବିଜେଡି

FNN WEB

FNN WEB

Next Post
ଓଡ଼ିଶାର ବିକାଶକୁ କେନ୍ଦ୍ର ଅଗ୍ରାଧିକାର ନୁହେଁ, ଅବହେଳା କରିଛନ୍ତି: ବିଜେଡି

ଓଡ଼ିଶାର ବିକାଶକୁ କେନ୍ଦ୍ର ଅଗ୍ରାଧିକାର ନୁହେଁ, ଅବହେଳା କରିଛନ୍ତି: ବିଜେଡି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.