• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଶାର ବିକାଶକୁ କେନ୍ଦ୍ର ଅଗ୍ରାଧିକାର ନୁହେଁ, ଅବହେଳା କରିଛନ୍ତି: ବିଜେଡି

FNN WEB by FNN WEB
September 17, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ଓଡ଼ିଶାର ବିକାଶକୁ କେନ୍ଦ୍ର ଅଗ୍ରାଧିକାର ନୁହେଁ, ଅବହେଳା କରିଛନ୍ତି: ବିଜେଡି
0
SHARES
2
VIEWS

ଆନ୍ଧ୍ର ଓ ବିହାରକୁ ସ୍ୱତନ୍ତ୍ର ଅନୁଦାନ, କିନ୍ତୁ ୨୦ ସାଂସଦ ଜିତିଥିବା ଓଡ଼ିଶାକୁ ଅଣଦେଖା

ଭୁବନେଶ୍ୱର: ଆଜି ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜୁ ଜନତା ଦଳର ବରିଷ୍ଠ ନେତା ଓ ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ସଞ୍ଜୟ ଦାସବର୍ମା ଓ ପୂର୍ବତନ ମନ୍ତ୍ରୀ ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ ଜନତା ମଇଦାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଶାସନ କାଳରେ ଓଡ଼ିଶାର ବିକାଶକୁ ଅଗ୍ରାଧିକାର ଦେଇଥିବା ବକ୍ତବ୍ୟକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।

ଶ୍ରୀଯୁକ୍ତ ଦାସବର୍ମା କହିଥିଲେ, ଦୀର୍ଘ ଦୁଇ ଦଶନ୍ଧିରୁ ଊଦ୍ଧ୍ୱର୍ ସମୟ ଧରି ଆମ ଦଳ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା ଦାବି କରିଆସୁଛି। ଏଥିପାଇଁ ପଲ୍ଲୀ ଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଆମେ ଆମ ସ୍ୱର ଉତ୍ତୋଳନ କରିଆସୁଛୁ। ଭାରତବର୍ଷର ମହାମହିମ ରାଷ୍ଟ୍ରପତିଙ୍କ ଠାରୁ ଆରମ୍ଭ କରି ନୀତି ଆୟୋଗ ପର୍ଯ୍ୟନ୍ତ ଆମ ଦାବିକୁ କେବଳ ଉପସ୍ଥାପନା କରାଯାଇନି, ଓଡ଼ିଶା ବିଧାନସଭାରେ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ପାଇଁ ସର୍ବଦଳୀୟ ପ୍ରସ୍ତାବ ମଧ୍ୟ ପାରିତ ହୋଇଛି। କିନ୍ତୁ ଦୁର୍ଭାଗ୍ୟର କଥା ଓଡ଼ିଶାରୁ ବିଜେପି ସରକାର ୨୧ରୁ ୨୦ ସାଂସଦ ହାସଲ କରିଥିବା ବେଳେ ଚଳିତ ବଜେଟ୍‌ରେ କେନ୍ଦ୍ର ସରକାରଙ୍କ ଓଡ଼ିଶା ପ୍ରତି ଆଭିମୁଖ୍ୟ ନୈରାଶ୍ୟଜନକ। ବିହାରକୁ ୨୬ ହଜାର କୋଟି ଓ ଆନ୍ଧ୍ରପ୍ରଦେଶକୁ ୧୬ ହଜାର କୋଟି ଟଙ୍କାର ସ୍ୱତନ୍ତ୍ର ଅନୁଦାନ ଦେଇଥିବା ବେଳେ କେନ୍ଦ୍ର ସରକାରଙ୍କ ଓଡ଼ିଶା ପ୍ରତି ଅବହେଳା ଜଳ ଜଳ ହୋଇ ଦେଖାଯାଉଛି। ଆଜି ଭାରତବର୍ଷର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦି କହିଛନ୍ତି ଗଲା ୧୦ ବର୍ଷ ଧରି ଓଡ଼ିଶାକୁ ପର୍ଯ୍ୟାପ୍ତ ସହାୟତା ଦିଆଯାଇଛି। କିନ୍ତୁ ଏଠି ସ୍ପଷ୍ଟତାର ସହ ଆମେ କହିରଖିବାକୁ ଚାହୁଁ, ମାନ୍ୟବର କୋଇଲା ଓ ଖଣିଜ ସମ୍ପଦ ମନ୍ତ୍ରୀ କୋଇଲା ରୟାଲିଟି ସଂଶୋଧନ ସମ୍ପର୍କରେ ସଂସଦର ପ୍ରଶ୍ନ କାଳରେ କହିଛନ୍ତି, ଶେଷଥର ପାଇଁ ୧୦.୦୫.୨୦୧୨ ମସିହାରେ କୋଇଲା ରୟାଲିଟି ଦର ସଂଶୋଧିତ ହୋଇଥିଲା ଏବଂ ଗତ ୧୨ ବର୍ଷ ଧରି କୋଇଲାର ଦର ସଂଶୋଧନ ନ ହେବା ଫଳରେ ଓଡ଼ିଶା ସରକାର ବାର୍ଷିକ ୧୦ ହଜାର କୋଟି ଟଙ୍କାର ରାଜସ୍ୱ ହରାଉଛନ୍ତି। ତକ୍ରାଳୀନ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ରାଜ୍ୟର ବୃହତ୍ତର ସ୍ୱାର୍ଥ ପାଇଁ ପୂର୍ବାଞ୍ଚଳ କାଉନସିଲ୍‌ ବୈଠକରେ କୋଇଲାର ରୟାଲିଟି ସଂଶୋଧନ କରି ୧୪%ରୁ ୨୦% କରିବା ପାଇଁ ଦାବି କରିଆସିଛନ୍ତି। କେନ୍ଦ୍ର ସରକାରଙ୍କ ନିୟମ ଅନୁସାରେ ୩ ବର୍ଷରେ ରୟାଲିଟି ସଂଶୋଧନ ହେବାର ଥିଲାବେଳେ ଏହାକୁ ଅଣଦେଖା କରାଯାଇଛି। ଏହାଫଳରେ ଓଡ଼ିଶା ପ୍ରଭୁତ୍ତ କ୍ଷତି ସହିଛି।

ସେ ଆହୁରି କହିଥିଲେ, ମାନ୍ୟବର ସୁପ୍ରିମକୋର୍ଟଙ୍କ ୯ ଜଣିଆ ଖଣ୍ଡିପୀଠ ଚଳିତବର୍ଷ ଜୁଲାଇ ୨୪ ଓ ଅଗଷ୍ଟ ୧୪ ତାରିଖରେ ଏକ ଐତିହାସିକ ନିଷ୍ପତ୍ତି ଶୁଣାଇଥିଲେ। ଏହି ନିଷ୍ପତ୍ତି ଅନୁଯାୟୀ, ରାଜ୍ୟ ସରକାର ରାଜ୍ୟର ଖଣିଜ ଅଞ୍ଚଳ ଓ ଖଣିଜ ସମ୍ପଦ ଉପରେ ସେସ୍‌ ଓ ଟିକସ ଲଗାଇ ପାରିବେ ଏବଂ ୨୦୦୫ ମସିହା ଠାରୁ ଆଜିପର୍ଯ୍ୟନ୍ତ ବକେୟା ରାଜସ୍ୱ ଖଣି ମାଲିକଙ୍କ ଠାରୁ ବିନା ସୁଧରେ ଆଦାୟ କରିପାରିବେ। ଓଡ଼ିଶାରେ ଦେଶର ସମୁଦାୟ ଖଣିଜ ଉତ୍ପାଦନର ୫୦ ଭାଗରୁ ଊଦ୍ଧ୍ୱର୍ ଥିଲାବେଳେ, ସୁପ୍ରିମକୋର୍ଟଙ୍କ ଏହି ନିର୍ଦ୍ଦେଶ କାର୍ଯ୍ୟକାରୀ ହେଲେ ଓଡ଼ିଶା ସରକାର ବକେୟା ଦେୟ ବାବଦରେ ପ୍ରାୟ ୨ ଲକ୍ଷ କୋଟି ଟଙ୍କା ପାଇବା ସଙ୍ଗେ ସଙ୍ଗେ ପ୍ରତିବର୍ଷ ଖଣିଜ ସେସ୍‌ରୁ ଅତିକମ୍‌ରେ ୫୦ ହଜାର କୋଟି ଟଙ୍କା ପାଇପାରିବେ। ସୁପ୍ରିମକୋର୍ଟଙ୍କ ଏହି ନିଷ୍ପତ୍ତି ବିରୋଧରେ କେନ୍ଦ୍ର ସରକାର ପୁନର୍ବିଚାର ପାଇଁ ଆବେଦନ କରିଛନ୍ତି। କେନ୍ଦ୍ର ସରକାରଙ୍କ ଏହି ଆଭିମୁଖ୍ୟ ଯୋଗୁଁ ଓଡ଼ିଶା ସବୁଠାରୁ ଅଧିକ କ୍ଷତି ସହିବ। ଆମର ଦାବି ଓଡ଼ିଶାରୁ ନିର୍ବାଚିତ ୨୦ ଜଣ ବିଜେପି ସାଂସଦ ତୁରନ୍ତ ପ୍ରଧାନମନ୍ତ୍ରୀଙ୍କୁ ଏ ସମ୍ପର୍କରେ ଅବଗତ କରି କେନ୍ଦ୍ର ସରକାର ସୁପ୍ରିମକୋର୍ଟରେ ଦାଖଲ କରିଥିବା ରିଭ୍ୟୁ ପିଟିସନକୁ ପ୍ରତ୍ୟାହାର କରନ୍ତୁ ଏବଂ ଓଡ଼ିଶାର ଦୀର୍ଘଦିନର ଦାବି ପୂରଣରେ ସହାୟକ ହୁଅନ୍ତୁ।

ଗଲା ନିର୍ବାଚନରେ ଭାରତୀୟ ଜନତା ପାର୍ଟି ରାଜ୍ୟବାସୀଙ୍କୁ ପ୍ରତିଶ୍ରୁତି ଦେଇଥିଲା ଯେ, ୧୫ ଲକ୍ଷ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଗାଇଦେବ। ବାରମ୍ବାର ‘ଫନି’, ‘ଫାଇଲିନ୍‌’ ଭଳି ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଥିବା ଆମ ରାଜ୍ୟରେ ପକ୍କା ଘର ନିର୍ମାଣ ପାଇଁ ତକ୍ରାଳୀନ ରାଜ୍ୟ ସରକାରଙ୍କ ତରଫରୁ ୪୨ ଲକ୍ଷ ହିତାଧିକାରୀଙ୍କୁ ପକ୍କା ଘର ଯୋଗାଇ ଦିଆଯାଉ ବୋଲି ଦାବି କରାଯାଇଥିଲା। କିନ୍ତୁ ଦୁର୍ଭାଗ୍ୟର କଥା ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସମ୍ପର୍କରେ କୌଣସି ସ୍ପଷ୍ଟତା ରଖିନାହାନ୍ତି।

ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ କହିଥିଲେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୁଭଦ୍ରା ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମରେ ହିତାଧିକାରୀମାନଙ୍କୁ ପ୍ରଦାନ କରାଯାଇଥିବା ଚେକ୍‌ରେ ବଡ଼ ବଡ଼ ଅକ୍ଷରରେ ୫୦ ହଜାର ଟଙ୍କା ଲେଖାଯାଇଥିବା ବେଳେ ତଳେ ଛୋଟ ଅକ୍ଷରରେ ୫ ବର୍ଷରେ ପାଇବେ ବୋଲି ଲେଖାଯାଇଥିଲା। ଦେଲେ ୫ ହଜାର, ଲେଖିଲେ ୫୦ ହଜାର। ୫ ହଜାର ଦେଇ ୫୦ ହଜାର ଲେଖିବାର ଅଭିପ୍ରାୟ ପ୍ରତାରଣା ନୁହେଁ ତ ଆଉ କ’ଣ ବୋଲି ଶ୍ରୀମତୀ ଛୁରିଆ ପ୍ରଶ୍ନ କରିଥିଲେ। ସେହିପରି ପ୍ରଧାନମନ୍ତ୍ରୀ ସୁଭଦ୍ରା ଯୋଜନାରେ ପ୍ରାୟ ୧ କୋଟିରୁ ଊଦ୍ଧ୍ୱର୍ ମହିଳା ଲାଭବାନ ହେବେ ବୋଲି କହିଥିଲେ, ଯାହାର ଅର୍ଥ ରାଜ୍ୟର ପ୍ରାୟ ୨ କୋଟି ମହିଳା ଭିତରୁ ଅଧିକାଂଶ ଏହି ଯୋଜନାର ସୁଫଳ ପାଇବାରୁ ବଞ୍ଚିତ ହେବେ ବୋଲି ସ୍ପଷ୍ଟ ହୋଇଯାଇଛି। ସେହିପରି ଅଙ୍ଗନବାଡ଼ି, ଆଶାକର୍ମୀ, ସିଆରପି, ଏମବିକେ ଭାବେ କାର୍ଯ୍ୟରତ ମହିଳାମାନେ ଏହି ଯୋଜନାରୁ ସୁଫଳ ପାଇବେ କି ନାହିଁ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଗୋଟିଏ ପଟେ ଏହି ମହିଳାମାନେ ସୁଭଦ୍ରା ଯୋଜନାରେ ଅନ୍ତର୍ଭୁକ୍ତ ହୋଇପାରିବେ ବୋଲି ସରକାରଙ୍କ ତରଫରୁ ସ୍ପଷ୍ଟୀକରଣ ଦିଆଯାଇଥିଲେ ହେଁ ସୁଭଦ୍ରାର ନିର୍ଦ୍ଦେଶାବଳୀରେ ମାସିକ ୧୫୦୦ ଟଙ୍କାରୁ ଊଦ୍ଧ୍ୱର୍ ରୋଜଗାରକ୍ଷମ ମହିଳାମାନେ ଯୋଗ୍ୟ ନୁହନ୍ତି ବୋଲି ଦର୍ଶାଯାଇଛି। ପ୍ରଧାନମନ୍ତ୍ରୀଙ୍କ ଆଜିର କାର୍ଯ୍ୟକ୍ରମକୁ ସଫଳ କରିବାରେ ଅଙ୍ଗନବାଡ଼ି, ଆଶାକର୍ମୀ, ସିଆରପି, ଏମବିକେ ମାନଙ୍କର ଭୂମିକା ରହିଛି। ତେଣୁ ଯଦି ସେମାନେ ଏହି ଯୋଜନାର ସୁଫଳ ପାଇବାରୁ ବଞ୍ଚିତ ହୁଅନ୍ତି, ତା’ହେଲେ ଏହା ତାଙ୍କ ପ୍ରତି ପ୍ରଚାରଣା ସଦୃଶ ହେବ। ତେଣୁ ସରକାର ଏ ବିଷୟକୁ ତୁରନ୍ତ ସ୍ପଷ୍ଟ କରନ୍ତୁ ବୋଲି ଶ୍ରୀମତୀ ଛୁରିଆ କହିବା ସହିତ ମହିଳାମାନଙ୍କ ପ୍ରତି ଅନ୍ୟାୟ ହେଲେ ବିଜୁ ଜନତା ଦଳ ରାଜରାସ୍ତାକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଥିଲେ।

Previous Post

ଆବାସ ହିତାଧିକାରୀଙ୍କ ସହ ମତ ବିନିମୟ କଲେ ପ୍ରଧାନମନ୍ତ୍ରୀ ମୋଦୀ

Next Post

ଜନ୍ମ ଦିନରେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

FNN WEB

FNN WEB

Next Post
ଜନ୍ମ ଦିନରେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ଜନ୍ମ ଦିନରେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.