• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଖରିଫ ଧାନ ସଂଗ୍ରହ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

FNN WEB by FNN WEB
September 18, 2024
in ଓଡ଼ିଶା, ମୁଖ୍ୟ ଖବର
0
ଖରିଫ ଧାନ ସଂଗ୍ରହ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ
0
SHARES
3
VIEWS

ଚଳିତ ବର୍ଷରେ ଏକ କୋଟି ମେଟ୍ରିକ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟ
ଏମ୍‌ଏସ୍‌ପି ୩୧୦୦ ଟଙ୍କାରେ ଧାନ ସଂଗ୍ରହ ହେବ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଖରିଫ୍‌ ଧାନ ସଂଗ୍ରହ ଓ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ୩୧୦୦ ଟଙ୍କା ଲାଗୁ ନେଇ ସମୀକ୍ଷା କରିଛନ୍ତି । କୃଷକମାନଙ୍କ ହିତକୁ ଦୃଷ୍ଟିରେ ରଖି ଧାନର ବର୍ଦ୍ଧିତ ସର୍ବନିମ୍ନ ସହାୟକ ମୂଲ୍ୟ ଲାଗୁ ଓ ମଣ୍ଡିରେ ଧାନ ସଂଗ୍ରହ ପ୍ରକ୍ରିୟାର ସରଳୀକରଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଚଳିତ ବର୍ଷ ଏକ କୋଟି ମେଟ୍ରିକ ଟନ୍‌ ଧାନ ସଂଗ୍ରହର ଲକ୍ଷ୍ୟ ରଖାଯାଇଛି । ଏହାକୁ ଦୃଷ୍ଟିରେ ରଖି ଚାଷୀଙ୍କ ସୁବିଧା ପାଇଁ ମଣ୍ଡିରେ ସମସ୍ତ ପ୍ରକାର ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ କହିଥିଲେ । ସଂଗୃହିତ ଧାନକୁ ସୁରକ୍ଷିତ ରଖିବା ନିମନ୍ତେ ପର୍ଯ୍ୟାପ୍ତ ଗୋଦାମ ଗୃହ ନିର୍ମାଣ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ । କୃଷକ ମାନଙ୍କ ସର୍ବାଧିକ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥାକୁ ସୁନିୟନ୍ତ୍ରିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ସୂଚନାଯୋଗ୍ୟ ଯେ ସଂପ୍ରତି ରାଜ୍ୟରେ ୬୮ ଲକ୍ଷ ମେଟ୍ରିକ ଟନ୍‌ ଧାନ ଉତ୍ପାଦନ ହେଉଛି । ଧାନ ମଣ୍ଡିକୁ ଯିବାର ୨୪ରୁ ୪୮ ଘଣ୍ଟା ମଧ୍ୟରେ ଏହାର ମୂଲ୍ୟ ଚାଷୀଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ପଠାଯାଉଛି । ଏହି ପ୍ରକ୍ରିୟାରେ ଅଧିକ ସ୍ୱଚ୍ଛତା ଅବଲମ୍ବନ କରିବା ପାଇଁ ମଣ୍ଡିରେ ଧାନ ସଂଗ୍ରହରେ ବାୟୋମେଟି୍ରକ୍‌ ପଦ୍ଧତି ଓ ଆଧାର ସଂଯୋଗୀକରଣ ବ୍ୟବସ୍ଥା ହୋଇଛି । ଇ-ବାହନ ଆପ୍‌ ଯୋଗେ ଧାନସଂଗ୍ରହ କରୁଥିବା ଗାଡ଼ିର ଜିପିଏସ୍‌ ସହାୟତାରେ ଟ୍ରାକିଂ କରାଯିବ । ଏହା ଦ୍ୱାରା ମଧ୍ୟସ୍ଥି ଓ ଦଲାଲଙ୍କ ଦୌରାତ୍ମ୍ୟ କମିବ । ଧାନସଂଗ୍ରହ ସମୟରେ ଧାନର ଗୁଣବତ୍ତା ଯାଞ୍ଚ କରିବା ପାଇଁ ‘ଅଟୋମେଟିକ୍‌ ଗ୍ରେନ୍‌ ଆନାଲାଇଜର’ର ବ୍ୟବସ୍ଥା ରହିବ । ଏହାର ପ୍ରକ୍ରିୟାକରଣ ସମୟରେ କୃଷି ଓ କୃଷକ ସଶକ୍ତିକରଣ, ଖାଦ୍ୟଯୋଗାଣ, ପଞ୍ଚାୟତିରାଜ, ରାଜସ୍ୱ ଆଦି ବିଭାଗର ଅଧିକାରୀମାନେ ଜିଲ୍ଲାମାନଙ୍କୁ ଯାଇ କ୍ଷେତ୍ର ସ୍ତରରେ ପ୍ରତ୍ୟକ୍ଷ ଯାଞ୍ଚ କରିବେ ଏବଂ କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ । ପିପିପି ମୋଡ଼୍‌ରେ ଗୋଦାମ ଗୃହ ନିର୍ମାଣ କରାଯିବା ନେଇ ବୈଠକରେ ଆଲୋଚନା ହୋଇଥିଲା ।

ଏହି ସମୀକ୍ଷା ବୈଠକରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ରାଜସ୍ୱ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ସମବାୟ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳସାମନ୍ତ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାୟକ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ ଓ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ୍ କମିଶନର ଶ୍ରୀ ଦେଓ ରଞ୍ଜନ କୁମାର ସିଂହଙ୍କ ସମେତ ସଂପୃକ୍ତ ବିଭାଗର ପ୍ରମୁଖ ସଚିବ ଏବଂ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Previous Post

ବଢିଲା ପୁଲିସ ଡିଜି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ଯକାଳ

Next Post

ରତ୍ନଭଣ୍ଡାର ଯାଞ୍ଚ କଲା ଏଏସଆଇ

FNN WEB

FNN WEB

Next Post
ରତ୍ନଭଣ୍ଡାର ଯାଞ୍ଚ କଲା ଏଏସଆଇ

ରତ୍ନଭଣ୍ଡାର ଯାଞ୍ଚ କଲା ଏଏସଆଇ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.