• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରତ୍ନଭଣ୍ଡାର ଯାଞ୍ଚ କଲା ଏଏସଆଇ

FNN WEB by FNN WEB
September 18, 2024
in ଓଡ଼ିଶା, ମୁଖ୍ୟ ଖବର
0
ରତ୍ନଭଣ୍ଡାର ଯାଞ୍ଚ କଲା ଏଏସଆଇ
0
SHARES
2
VIEWS

ଭୁବନେଶ୍ୱର : ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା (ଏ.ଏସ୍.ଆଇ ) ପକ୍ଷରୁ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଓ ବୈଷୟିକ ଯାଂଚ ଅନୁଷ୍ଠିତ ହୋଇଛି । ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁସାରେ ଏହି ନିରୀକ୍ଷଣ ଅନୁଷ୍ଠିତ ହୋଇଛି । ପୂର୍ବ ଧାର୍ଯ୍ୟ କାର୍ଯ୍ୟସୂଚୀ ଅନୁସାରେ, ଦିନ ପ୍ରାୟ ୨ ଟା ବେଳେ ମିଳିତ ଟିମ୍ ରତ୍ନଭଣ୍ଡାରକୁ ପ୍ରବେଶ କରିଥିଲେ । ପ୍ରାୟ ୩ ଘଣ୍ଟା ଧରି ଏହି ନିରୀକ୍ଷଣ ଚାଲିଥିଲା ।

ନିରୀକ୍ଷଣ ଶେଷ ହେବା ପରେ ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି ଯେ, ଆଜି ଏ.ଏସ.ଆଇ ପକ୍ଷରୁ ବୈଷୟିକ ନିରୀକ୍ଷଣ କରାଯାଇଛି । ଏ.ଏସ.ଆଇ ପକ୍ଷରୁ ପ୍ରାଥମିକ ନିରୀକ୍ଷଣ କରାଯିବା ସହ ବୈଜ୍ଞାନିକ ସର୍ଭେ ମଧ୍ୟ କରାଯାଇଛି । ଏ.ଏସ.ଆଇ ୧୭ ଜଣିଆ ବୈଷୟିକ ଦଳ ଯେଉଁ ଯନ୍ତ୍ରପାତି ଅଣିଥିଲେ, ତାହା ବ୍ୟବହାର କରି ସର୍ଭେ କରିଛନ୍ତି । ବାହାର ଓ ଭିତର ରତ୍ନଭଣ୍ଡାରଫିଜିକାଲ୍ ଇନସ୍ପେକସନ୍ ଠିକଣା ଭାବେ ସମ୍ପାଦିତ ହୋଇଛି । ତେବେ ଆଉ ଅଧିକ ଜାଣିବା ଲାଗି ରାଡାର୍ ସର୍ଭେ କରିବାକୁ ଏ.ଏସଆଇ ପକ୍ଷରୁ ମତାମତ ଆସିଥିଲା । ତେଣୁ ଯଥାଶୀଘ୍ର ଏହି ରାଡାର୍ ସର୍ଭେ କରି ରିପୋର୍ଟ ପ୍ରସ୍ତୁତି ପାଇଁ ଏ.ଏସ.ଆଇକୁ ଅନୁରୋଧ କରାଯାଇଛି । ସର୍ଭେ ଶେଷ ହେବା ପରେ ଏ.ଏସ.ଆଇ ପକ୍ଷରୁ ରିପୋର୍ଟ ପ୍ରଦାନ କରାଯିବ। ଏହି ରିପୋର୍ଟକୁ ରାଜ୍ୟ ସରକାରଙ୍କ ନିକଟରେ ଉପସ୍ଥାପନ କରାଯିବ । ଏନେଇ ଆବଶ୍ୟକୀୟ ବୈଷୟିକ ବିଚାରବିମର୍ଶ ପରେ ରାଜ୍ୟ ସରକାରଙ୍କ ଏସ.ଓ.ପି ଅନୁଯାୟୀ ଏ.ଏସ.ଆଇ ପକ୍ଷରୁ ସଂରକ୍ଷଣ କାର୍ଯ୍ୟ କରାଯିବ ବୋଲି ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି।

ଆଜିକାର ସର୍ଭେ ସକାଶେ ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇ ଥିଲ । ରାତି ୨ ଘ ୫୦ ମି ରେ ଦ୍ଵାର ଫିଟା ନୀତି ଅନୁଷ୍ଠିତ ହୋଇଥିବା ବେଳେ ନିଜେ ମୁଖ୍ୟ ପ୍ରଶାସକ ଉପସ୍ଥିତ ରହି ନୀତି ତ୍ୱରାନ୍ୱିତ କରିଥିଲେ l ଦିନ ୧ଟା ଠାରୁ ନିରୀକ୍ଷଣ କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିବା ବେଳେ ରହିଥିବା ବେଳେ ଭକ୍ତମାନେ ଆନନ୍ଦ ବଜାରରୁ ମହାପ୍ରସାଦ କ୍ରୟ କରିବାର ବ୍ୟବସ୍ଥା ହୋଇଥିଲା । ମହାପ୍ରଭୁଙ୍କ କୃପାରୁ ଆଜିର ସର୍ଭେ ଶେଷ ହୋଇଥିବା ବେଳେ ଏଥିରେ ସହଯୋଗ ପାଇଁ ଉଚ୍ଚସ୍ତରୀୟ କମିଟି ଅଧ୍ୟକ୍ଷ ଜଷ୍ଟିସ୍ ରଥ, ଏ.ଏସ.ଆଇର ଅତିରିକ୍ତ ମହାନିର୍ଦ୍ଦେଶକ ତଥା ବୈଷୟିକ ଟିମର ସମସ୍ତ ସଦସ୍ୟ, ଶ୍ରୀମନ୍ଦିର ପ୍ରଶାସକ, ଜିଲ୍ଲା ପ୍ରାଶସନ, ପୋଲିସ୍, ସମ୍ପୃକ୍ତ ସମସ୍ତ ସେବକ ଏବଂ ଗଣମାଧ୍ୟମକୁ ଧନ୍ୟବାଦ ଅର୍ପଣ କରିଛନ୍ତି ମୁଖ୍ୟ ପ୍ରଶାସକ ।

ପୂର୍ବରୁ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁସାରେ ବାହାର ଓ ଭିତର ରତ୍ନଭଣ୍ଡାରରୁ ସମସ୍ତ ଅଳଙ୍କାର ଅସ୍ଥାୟୀ ଷ୍ଟ୍ରଂଗ୍ କୋଠରୀକୁ ସ୍ଥାନାନ୍ତରଣ ତଥା ଖାଲି ଆଲମିରା ଓ ସିନ୍ଦୁକ ଗୁଡିକ ସ୍ଥାନାନ୍ତରିତ ହୋଇ ସାରିଛି । ତାପରେ ଏ.ଏସ୍.ଆଇ କୁ ସଂରକ୍ଷଣ ତଥା ମରାମତି କାର୍ଯ୍ଯ ହାତକୁ ନେବାକୁ ଶ୍ରୀମନ୍ଦିର ପ୍ରଶାସନ ଅନୁରୋଧ କରିଥିଲେ। ତେବେ ମରାମତି ପୂର୍ବରୁ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ସର୍ଭେ କରାଯିବାକୁ ଅନୁରୋଧ କରାଯାଇଥିଲା । ଏହା ଦ୍ବାରା ଯେପରି ଶ୍ରୀମନ୍ଦିର ଉପରେ କୌଣସି ପ୍ରତିକୂଳ ପ୍ରଭାବ ନ ପଡିବ ସେଥିପ୍ରତି ଧ୍ୟାନ ଦେବାକୁ ଏ.ଏସ୍.ଆଇ କୁ ଅନୁରୋଧ କରାଯାଇଥିଲା ।

ତଦନୁସାରେ ଏ.ଏସ.ଆଇର ପ୍ରସ୍ତାବ ଆସିବା ପରେ ଆଜି ସର୍ଭେ ପାଇଁ ସ୍ଥିର ହୋଇଥିଲା। ତେବେ ରତ୍ନଭଣ୍ଡାର ମଧ୍ୟରେ ବୈଜ୍ଞାନିକ ସର୍ବେକ୍ଷଣ କରିବାକୁ ବିଭିନ୍ନ ଯନ୍ତ୍ରପାତି ନେବାକୁ ଏଏସଆଇକୁ ସର୍ତ୍ତମୂଳକ ଅନୁମତି ପ୍ରଦାନ କରାଯାଇଥିଲା । ପ୍ରଥମରେ, ଏହି ସର୍ବେକ୍ଷଣ ସମ୍ପର୍କିତ ଉତ୍ତୋଳନ ହେଉଥିବା ଚିତ୍ର କିମ୍ବା ଭିଡିଓ କେବଳ ବୈଜ୍ଞାନିକ ଅନୁସନ୍ଧାନ ସକାଶେ ବ୍ୟବହାର କରାଯିବ, ଏହା କୌଣସି ମିଡିଆ କିମ୍ବା ସୋସିଆଲ୍ ମିଡିଆରେ ପ୍ରସାରିତ ହେବ ନାହିଁ । ଦ୍ବିତୀୟତଃ ବୈଜ୍ଞାନିକ ଯନ୍ତ୍ରପାତି ନେବା ବା ବ୍ଯବହାର ସମୟରେ ଶ୍ରୀମନ୍ଦିର ସଂସ୍କୃତି ଓ ପରମ୍ପରାକୁ ମଧ୍ୟ ସମ୍ମାନ ପ୍ରଦାନ କରାଯିବାକୁ ସର୍ତ୍ତରେ ଉଲ୍ଲେଖ କରାଯାଇଥିଲା । ପୂର୍ଣାଂଗ ଅତ୍ଯାଧୁନିକ ତଥା ବୈଷୟିକ ଯାଂଚ ପରେ ଏ.ଏସ୍.ଆଇ ରତ୍ନ ଭଣ୍ଡାରର ସଂରକ୍ଷଣ ଓ ମରାମତି କାର୍ଯ୍ଯ ଅବିଳମ୍ବେ ସାରିବାକୁ ମୁଖ୍ଯ ପ୍ରଶାସକ, ଡ. ଅରବିନ୍ଦ ପାଢୀ ଅନୁରୋଧ କରିଛନ୍ତି।

Previous Post

ଖରିଫ ଧାନ ସଂଗ୍ରହ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

Next Post

ବନ୍ୟାପ୍ରଭାବିତ ଅଞ୍ଚଳରେ ଆକାଶ ମାର୍ଗରୁ ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ବନ୍ୟାପ୍ରଭାବିତ ଅଞ୍ଚଳରେ ଆକାଶ ମାର୍ଗରୁ ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ

ବନ୍ୟାପ୍ରଭାବିତ ଅଞ୍ଚଳରେ ଆକାଶ ମାର୍ଗରୁ ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.