• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଦୁଇ ଶିକ୍ଷକଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
September 24, 2024
in ଓଡ଼ିଶା, ମୁଖ୍ୟ ଖବର
0
ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଦୁଇ ଶିକ୍ଷକଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
0
SHARES
2
VIEWS

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଓଡିଶାର ଦୁଇ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ କୃତୀ ଶିକ୍ଷକ ଡ. ଦ୍ବିତି ଚନ୍ଦ୍ର ସାହୁ ଏବଂ ଶ୍ରୀ ସନ୍ତୋଷ କୁମାର କରଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ସମ୍ବର୍ଦ୍ଧନା ଅବସରରେ ସେମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୨୪ ଜାତୀୟ ପୁରସ୍କାର ପ୍ରଦାନ କାର୍ଯ୍ୟକ୍ରମରେ ଓଡିଶାରୁ ଏହି ଦୁଇ ଜଣ କୃତୀ ଶିକ୍ଷକ ସ୍ଥାନ ପାଇବା ଆମ ପାଇଁ ଗର୍ବର ବିଷୟ। ବିଜ୍ଞାନ ଶିକ୍ଷକ ଶ୍ରୀ ସନ୍ତୋଷ କୁମାର କର ଅଭିନବ ଶିକ୍ଷା ପଦ୍ଧତିର ପ୍ରୟୋଗରେ ବିଜ୍ଞାନ ପ୍ରତି ଆଗ୍ରହ ସୃଷ୍ଟି କରିବା ସହିତ ବିଜ୍ଞାନ ଶିକ୍ଷାକୁ ସହଜ ଉପାୟରେ ପିଲାମାନଙ୍କୁ ବୁଝାଇ ଜଣେ ସୁନାମଧନ୍ୟ ଓ ଆଦର୍ଶ ଶିକ୍ଷକ ଭାବେ ନିଜକୁ ପ୍ରତିପାଦିତ କରିଛନ୍ତି। ସେହିଭଳି କଳା ଶିକ୍ଷକ ଡ. ଦ୍ବିତି ଚନ୍ଦ୍ର ସାହୁ ଆମୋଦପୂର୍ଣ୍ଣ ଶିକ୍ଷାଦାନ ସହିତ ଶିକ୍ଷାରେ ଜନ ଜାତି ସଂସ୍କୃତି ଓ କଳାକୁ ପ୍ରଦର୍ଶିତ କରିବା ଏକ ପ୍ରଶଂସନୀୟ କାର୍ଯ୍ୟ। ଉଭୟଙ୍କର ଏହି ଉଚ୍ଚ ଆଦର୍ଶ ଓ ଉଦ୍ୟମ ବଳରେ ସେମାନେ ଆଜି ଜାତୀୟ ସ୍ତରରେ ପ୍ରଶଂସନୀୟ ହୋଇଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ସର୍ବୋତ୍ତମ ପ୍ରଣାଳୀ ଆଣିବା ପାଇଁ ଆମ ସରକାର ଚେଷ୍ଟା ଜାରି ରଖିଛନ୍ତି। ଶିକ୍ଷା ଭିତ୍ତିଭୂମିର ସୁଦୃଢି କରଣ ପାଇଁ ବଜେଟ୍‌ରେ ମଧ୍ୟ ବ୍ୟବସ୍ଥା କରାଯାଇଛି। ପ୍ରାଥମିକ ସ୍ତରରେ ପିଲାମାନଙ୍କ ମୂଳଦୁଆକୁ ମଜବୁତ୍ କରିବା ପାଇଁ ପ୍ରତି ପଞ୍ଚାୟତରେ ଗୋଟିଏ ଲେଖାଏଁ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ଖୋଲାଯିବ। ଏହି ବିଦ୍ୟାଳୟ ଗୁଡିକ ପ୍ରାଥମିକ ସ୍ତରରେ ପିଲାଙ୍କ ମେଧା ଶକ୍ତିର ପରିସ୍ଫୁଟନ କରି ସେମାନଙ୍କୁ ଉଚ୍ଚ ବିଦ୍ୟାଳୟକୁ ଛାଡିବ। ଆଗାମୀ ଦିନରେ ଏହା ଆମର ଶିକ୍ଷା କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆଣିବ ବୋଲି ସେ କହିଥିଲେ।

ସୂଚନାଯୋଗ୍ୟ ଯେ ଶ୍ରୀ ସନ୍ତୋଷ କୁମାର କର କଳାହାଣ୍ଡି ଜିଲ୍ଲା ନର୍ଲା ରୋଡ ଜୟ ଦୁର୍ଗା ହାଇସ୍କୁଲରେ ବିଜ୍ଞାନ ଶିକ୍ଷକ ଥିବା ବେଳେ ଡ. ଦ୍ବିତି ଚନ୍ଦ୍ର ସାହୁ ରାୟଗଡା ଜିଲ୍ଲା ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଅଧିନସ୍ଥ ବିଲେସୁ ସରକାରୀ ଉଚ୍ଚ ବିଦ୍ୟାଳୟରେ କଳା ଶିକ୍ଷକ ଭାବେ କାର୍ଯ୍ୟ କରୁଛନ୍ତି। ଏହି ଅବସରରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କହିଥିଲେ ଯେ ପିଲାମାନଙ୍କୁ ଭବିଷ୍ୟତରେ ଜଣେ ଜଣେ ଭଲ ନାଗରିକ ଭାବେ ଗଢି ତୋଳିବା ହେଉଛି ଆମ ଶିକ୍ଷକ ସମାଜର ଦାୟିତ୍ବ। ସନ୍ତୋଷ କୁମାର କର ଏବଂ ଦ୍ବିତି ଚନ୍ଦ୍ର ସାହୁ ହେଉଛନ୍ତି ଶିକ୍ଷା ଦାନ କ୍ଷେତ୍ରରେ କାମ କରୁଥିବା ସମସ୍ତଙ୍କ ପାଇଁ ପ୍ରେରଣା। ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁ ପଦ ସେଠୀ କାର୍ଯ୍ୟକ୍ରମରେ କୃତୀ ଶିକ୍ଷକଙ୍କୁ ଶୁଭେଚ୍ଛା ଜଣାଇ ସମସ୍ତଙ୍କୁ ସ୍ବାଗତ କରିଥିଲେ ଏବଂ ଓସେପାର ପ୍ରକଳ୍ପ ନିର୍ଦ୍ଦେଶିକା ଶ୍ରୀମତୀ ଅନନ୍ୟା ଦାସ ଧନ୍ୟବାଦ ଦେଇଥିଲେ।

Previous Post

ଏଥର ମଦ ଓ ପ୍ଲାଷ୍ଟିକ୍ ମୁକ୍ତ ଦୁର୍ଗାପୂଜାକୁ ଗୁରୁତ୍ୱ

Next Post

ୱାର୍ଲ୍ଡ ସ୍କିଲ କମ୍ପିଟେସନର ପ୍ରତିଯୋଗୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା

FNN WEB

FNN WEB

Next Post
ୱାର୍ଲ୍ଡ ସ୍କିଲ କମ୍ପିଟେସନର ପ୍ରତିଯୋଗୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା

ୱାର୍ଲ୍ଡ ସ୍କିଲ କମ୍ପିଟେସନର ପ୍ରତିଯୋଗୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.