• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ୱାର୍ଲ୍ଡ ସ୍କିଲ କମ୍ପିଟେସନର ପ୍ରତିଯୋଗୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା

FNN WEB by FNN WEB
September 24, 2024
in ଓଡ଼ିଶା, ମୁଖ୍ୟ ଖବର
0
ୱାର୍ଲ୍ଡ ସ୍କିଲ କମ୍ପିଟେସନର ପ୍ରତିଯୋଗୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା
0
SHARES
1
VIEWS

ଅମରେଶଙ୍କୁ ୨୫ ଲକ୍ଷ ଓ ଅଖିଲଙ୍କୁ ୫ ଲକ୍ଷ ଟଙ୍କା ପୁରସ୍କାର
ବିକଶିତ ଓଡ଼ିଶାର ପ୍ରକୃତ ସାରଥୀ ହେବେ ଆମର ଦକ୍ଷ ଯୁବ ଶକ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ୱାର୍ଲ୍ଡ ସ୍କିଲ କମ୍ପିଟେସନ୍ ରେ ଭାଗ ନେଇଥିବା ପ୍ରତିଯୋଗୀମାନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ଏହି ବିଶ୍ୱସ୍ତରୀୟ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ପାଇଥିବା ଅମରେଶ ସାହୁଙ୍କୁ ମୁଖ୍ୟମନ୍ତ୍ରୀ ୨୫ ଲକ୍ଷ ଟଙ୍କା ପୁରସ୍କାର ଦେଇଥିଲେ ଏବଂ Medallion For Excellence ପାଇଥିବା ଗେଡେଲା ଅଖିଲଙ୍କୁ ୫ ଲକ୍ଷ ଟଙ୍କା ପୁରସ୍କାର ପ୍ରଦାନ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡିଶାର ପିଲାମାନଙ୍କ ଦକ୍ଷତା ବର୍ତ୍ତମାନ ବିଶ୍ୱର ଦୃଷ୍ଟିକୁ ଆସିପାରିଛି। ଆଗାମୀ ଦିନରେ ଓଡିଶାରେ ଦକ୍ଷତା ବିକାଶକୁ ଏକ ଆନ୍ଦୋଳନରେ ପରିଣତ କରାଯିବ। ସେ କହିଥିଲେ ଯେ, ୨୦୩୬ ଓ ୨୦୪୭ କୁ ଦୃଷ୍ଟିରେ ରଖି ଏକ ବିକଶିତ ଓଡ଼ିଶା ଗଠନ ପାଇଁ ଆମର କାର୍ଯ୍ୟକ୍ରମ ପ୍ରସ୍ତୁତ ହେଉଛି। ଆମର ଏହି ବିକଶିତ ଓଡ଼ିଶାର ପ୍ରକୃତ ସାରଥୀ ହେବେ ଆମର ଏହି ଦକ୍ଷ ଯୁବ ଶକ୍ତି। ଆମ ଯୁବ ଶକ୍ତି ହିଁ ଆମ ପରିଚୟ। ସେମାନେ ଆମ ପାଇଁ ନୂଆ କ୍ରାନ୍ତି। ସେମାନେ ହିଁ ଆମ ପାଇଁ ଅଖଣ୍ଡ ବିଶ୍ୱାସର ଆଧାର। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯୁବ ଶକ୍ତିର ଦକ୍ଷତା ଆମର ଶକ୍ତି ଓ ଗୌରବ। ଆମର ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ଏକ ଆନ୍ଦୋଳନରେ ପରିଣତ କରିବାକୁ ପଡ଼ିବ। ପ୍ରତ୍ୟେକ କ୍ଷେତ୍ରରେ, ପ୍ରତ୍ୟେକ ସ୍ତରରେ ଦକ୍ଷତାର ବିକାଶ ପାଇଁ ଆମର ଉଦ୍ୟମ ଜାରି ରହିବ।

ସୂଚନାଯୋଗ୍ୟ ଯେ, ଫ୍ରାନ୍ସର ଲିଅନ୍‌ଠାରେ ସେପ୍ଟେମ୍ବର ୧୦ ରୁ ୧୫ ତାରିଖ ମଧ୍ୟରେ ଅନୁଷ୍ଠିତ ହୋଇଥିବା ୱାର୍ଲ୍ଡ ସ୍କିଲ କମ୍ପିଟେସନ୍ ରେ ଦେଶର ୬୦ ଜଣ ଭାଗ ନେଇଥିବା ବେଳେ ସେମାନଙ୍କ ମଧ୍ୟରୁ କେବଳ ଓଡ଼ିଶାରୁ ୧୫ ଜଣ ଭାଗ ନେଇଥିଲେ। ସେମାନଙ୍କ ମଧ୍ୟରୁ ଦେବଗଡ ଜିଲ୍ଲାର ଅମରେଶ ସାହୁ ଅକ୍ଷୟ ଶକ୍ତି କ୍ଷେତ୍ରରେ ବ୍ରୋଞ୍ଜ ପଦକ ହାସଲ କରିଥିବା ବେଳେ ଗଜପତି ଜିଲ୍ଲାର ଗେଡେଲା ଅଖିଲ ୱାଟର ଟେକ୍‌ନୋଲୋଜିରେ Medallion For Excellence ପାଇଛନ୍ତି। ଏହି ଅବସରରେ ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ସାରା ଦେଶର ୬୦ ଜଣ ପ୍ରତିଯୋଗୀମାନଙ୍କ ମଧ୍ୟରୁ କେବଳ ଓଡିଶାରୁ ୧୫ଜଣ ଭାଗ ନେବା ଏକ ବହୁତ ବଡ ସଫଳତା। ଓଡିଶାର ପିଲାମାନଙ୍କର ଦକ୍ଷତା ଉପରେ ଥିବା ଭରସାର ଏହା ହେଉଛି ଜ୍ୱଳନ୍ତ ପ୍ରମାଣ। ଏହା ଆମ ଦକ୍ଷତାର ନୂଆ ମାନଦଣ୍ଡ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡ଼ିଶାର ପିଲାମାନଙ୍କ ଦକ୍ଷତା ବର୍ତ୍ତମାନ ସାରା ବିଶ୍ଵର ଦୃଷ୍ଟିକୁ ଆସି ଗଲାଣି। ଗ୍ଲୋବାଲ ଷ୍ଟେଜ ରେ ଓଡ଼ିଶା ପିଲା ମାନେ ଆୱାର୍ଡ଼ ପାଇବା ଏକ ରୁଟିନ୍ ହୋଇ ଗଲାଣି ବୋଲି ପ୍ରକାଶ କରି ସେ କହିଲେ ଯେ ଏହି ଛାତ୍ରଛାତ୍ରୀ ମାନେ ହେଉଛନ୍ତି ଆମର ଗର୍ବ। ଏହିଭଳି ଦକ୍ଷ ଯୁବକ ଯୁବତୀ ମାନେ ହିଁ ଓଡ଼ିଶା ପାଇଁ ଏକ ସୁନ୍ଦର ଭବିଷ୍ୟତ ନିର୍ମାଣ କରି ପାରିବେ। ଏହି ଭଳି ଦକ୍ଷ ଯୁବକ ଯୁବତୀମାନଙ୍କ କାନ୍ଧରେ ହିଁ ଅଛି ଏକ ନୂତନ ଓଡିଶା ଗଠନର ଗୁରୁ ଦାୟିତ୍ୱ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡ଼ିଶାରେ ଦକ୍ଷତା ବିକାଶ ପାଇଁ ଆମେ ରୋଡ ମ୍ୟାପ ପ୍ରସ୍ତୁତ କରିଛୁ। ଆମେ କେବଳ ସ୍ବପ୍ନ ଦେଖେଇବାରେ ବିଶ୍ୱାସ ରଖୁନା, ବରଂ ବାସ୍ତବତାର ରୂପାୟନ କରିଥାଉ। ଏ ବର୍ଷ ବଜେଟରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା କ୍ଷେତ୍ରରେ କେବଳ ପ୍ରୋଗ୍ରାମ ଇମ୍ପ୍ଲିମେଣ୍ଟେସନ ପାଇଁ ୧୦୫୦ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି।

ଦକ୍ଷତା କ୍ଷେତ୍ରରେ ସି.ଏମ ଆସ୍ପାୟାର (CM ASPIRE) ଯୋଜନା ସଂପର୍କରେ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ଏହାର ଲକ୍ଷ୍ୟ ହେଉଛି ଶିଳ୍ପ କ୍ଷେତ୍ରରେ ପିଲାଙ୍କୁ ନିଯୁକ୍ତି ଯୋଗ୍ୟ କରିବା। ଆଧୁନିକ ଶିଳ୍ପର ଚାହିଦା ଅନୁଯାୟୀ ପିଲାଙ୍କ ଦକ୍ଷତାର ବିକାଶ କରିବା। ଏବେ ନିକଟରେ ୪୫ ହଜାର କୋଟି ଟଙ୍କାର ୨୬ ଟି ଶିଳ୍ପ ସ୍ଥାପନ ପାଇଁ ମଞ୍ଜୁରି ଦେଇଛୁ। ସେଥିରେ ୩୬ ହଜାର ନିଯୁକ୍ତି ସୃଷ୍ଟି ହେବ। ତେଣୁ, ପିଲାଙ୍କୁ ଏହି ସବୁ ବିଭିନ୍ନ କ୍ଷେତ୍ରରେ ନିଯୁକ୍ତି ପାଇଁ ଉପଯୁକ୍ତ ଦକ୍ଷତା ଦରକାର । ସେଥିପାଇଁ ପିଲା ମାନଙ୍କୁ ଇଣ୍ଡଷ୍ଟ୍ରି ରେଡ଼ି କରିବା ଉପରେ ସର୍ବାଧିକ ଗୁରୁତ୍ବ ଦିଆଯାଉଛି। ଏହା ସହିତ ଦକ୍ଷତା ବିକାଶ କାର୍ଯ୍ୟକ୍ରମର ବିକେନ୍ଦ୍ରୀକରଣ କରାଯାଇ ଜିଲ୍ଲା ସ୍ତରରେ ‘ ନୂଆ ଓଡ଼ିଶା ଜିଲ୍ଲା ଦକ୍ଷତା କେନ୍ଦ୍ର ‘ ଖୋଲା ଯାଉଛି। ଏହା ଦ୍ବାରା ସ୍ଥାନୀୟ ଅଞ୍ଚଳର ଯୁବକ ମାନେ ଦକ୍ଷତା ଅର୍ଜନ କରିବା ସହିତ ସ୍ଥାନୀୟ ଶିଳ୍ପର ଚାହିଦା ମଧ୍ୟ ପୂରଣ କରି ପାରିବେ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ଵାଇଁ କହିଥିଲେ ଯେ ଦେଶର ଭାଗ ନେଇଥିବା ସମସ୍ତ ପ୍ରତିଯୋଗୀଙ୍କ ମଧ୍ୟରୁ କେବଳ ୨୫ ପ୍ରତିଶତ ପ୍ରତିଯୋଗୀ ଓଡିଶାରୁ ହିଁ ଥିଲେ। ଓଡିଶାର ପିଲାମାନଙ୍କର ଦକ୍ଷତା ରହିଛି। ଏହାକୁ ତୃଣମୂଳ ସ୍ତରକୁ ପ୍ରସାରିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଉଦ୍ୟମ ଆରମ୍ଭ କରାଯାଇଛି।
ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କହିଥିଲେ ଯେ ଓଡିଶାର ଦକ୍ଷତା ବିକାଶ କାର୍ଯ୍ୟକ୍ରମର ଏକ ସ୍ୱତନ୍ତ୍ର ମାନଦଣ୍ଡ ରହିଛି। ବିଶ୍ୱ ସ୍ତରରେ ଓଡିଶା ପିଲାମାନଙ୍କର ଦକ୍ଷତାକୁ ପରିଚୟ ମିଳି ପାରିଛି। ତେଣୁ ଶିଳ୍ପର ଚାହିଦା ଅନୁଯାୟୀ ଆମ ପିଲାମାନଙ୍କୁ ଉପଯୁକ୍ତ ପ୍ରଶିକ୍ଷଣ ଦିଆଗଲେ ସେମାନେ ବିଶ୍ୱସ୍ତରରେ ନିଯୁକ୍ତି ପାଇବା ପାଇଁ ଯୋଗ୍ୟ ହୋଇପାରିବେ ବୋଲି ସେ କହିଥିଲେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ଏନ୍.ବି.ଏସ. ରାଜପୁତ ସ୍ୱାଗତ ଭାଷଣ ଦେଇଥିଲେ ଓ ବିଭାଗର ନିର୍ଦ୍ଦେଶିକା ଶ୍ରୀମତୀ ରଶ୍ମିତା ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ। ପୁରସ୍କାର ପାଇଥିବା ପ୍ରତିଯୋଗୀ ଅମରେଶ ଓ ଅଖିଲ ମୁଖ୍ୟମନ୍ତ୍ରୀଙ୍କୁ ସେମାନଙ୍କ ପ୍ରଶିକ୍ଷଣ ଅଭିଜ୍ଞତା ସଂପର୍କରେ ବର୍ଣ୍ଣନା କରିଥିଲେ।

Previous Post

ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଦୁଇ ଶିକ୍ଷକଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

Next Post

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀ ପାଳିତ

FNN WEB

FNN WEB

Next Post
ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀ ପାଳିତ

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀ ପାଳିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.