• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ

FNN WEB by FNN WEB
September 25, 2024
in ଓଡ଼ିଶା, ମୁଖ୍ୟ ଖବର
0
ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ
0
SHARES
2
VIEWS

ଭୁବନେଶ୍ୱର: ଓଏଏସ୍‌ ସ୍ତରରେ ଆଜି ବଡ଼ ଧରଣର ଅଦଳ ବଦଳ କରିଛନ୍ତି ରାଜ୍ୟ ସରକାର। ମୋଟ ୩୬ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି ହୋଇଛି। ଅନାମ ଚରଣ ପାତ୍ରଙ୍କୁ କଟକ ମହାନଗର ନିଗମର କମିଶନର କରାଯାଇଛି। ଏବେ ସେ କଟକ ମହାନଗର ନିଗମର ଅତିରିକ୍ତ କମିଶନର ଅଛନ୍ତି। ଗତ ଅଗଷ୍ଟ ଶେଷ ସପ୍ତାହରେ କଟକ ମହାନଗର ନିଗମ କମିଶନର ବିଜୟ କୁମାର ଦାଶଙ୍କୁ ଗଜପତି ଜିଲ୍ଲାପାଳ ଭାବେ ବଦଳି ପରଠୁ ଏହି ପଦବୀ ଖାଲି ପଡ଼ିଥିଲା।ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ଜାରି ବିଜ୍ଞପ୍ତି ଅନୁସାରେ, ହସ୍ତତନ୍ତ ଓ ବୟନଶିଳ୍ପ ବିଭାଗର ସ୍ୱତନ୍ତ୍ର ସଚିବ ବରିଷ୍ଠ ଓଏଏସ୍ ମଧୁମିତା ରଥ ନିଜ ଦାୟିତ୍ୱ ସହ ‘ଉତ୍କଳିକା’ ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇବେ ।

କଳ୍ପତରୁ ବେହେରାଙ୍କୁ କଟକ ମହାନଗର ନିଗମ ଅତିରିକ୍ତ କମିଶନର କରାଯାଇଛି। ସେ ପୂର୍ବତନ ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀଙ୍କର ପ୍ରାଇଭେଟ ସେକ୍ରେଟାରୀ ଥିଲେ। ସେହିଭଳି ପ୍ରଦୀପ କୁମାର ରାଉତଙ୍କୁ ଓକାକ ମୁଖ୍ୟ ନିର୍ବାହୀ ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି। ପୂର୍ବତନ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀଙ୍କ ପ୍ରାଇଭେଟ ସେକ୍ରେଟେରୀ ଗୌରହରି ବେହେରାଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଭାବେ ନୂଆ ନିଯୁକ୍ତି ମିଳିଛି। କେନ୍ଦୁଝରର ପୂର୍ବତନ ଅତିରିକ୍ତ ଡିଏମ୍‌ ଯଦୁମଣି ମହାଲଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ କରାଯାଇଛି। କନ୍ଧମାଳ ଜିଲ୍ଲା ପରିଷଦର ସିଡିଓ-କମ୍-ଇଓ ଥିବା ରତ୍ନାକର ସାହୁଙ୍କୁ ବାଲେଶ୍ୱର ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ବା ଏଡିଏମ୍‌ ଭାବେ ବଦଳି କରାଯାଇଛି। ଯାଜପୁର ଜିଲ୍ଲା କଳିଙ୍ଗନଗରର ଏଡିଏମ୍‌ ଥିବା ଲଙ୍କେଶ୍ୱର ଅମାତଙ୍କୁ ଭଦ୍ରକ ଏଡିଏମ୍‌ ଭାବେ ବଦଳି କରାଯାଇଛି। ସୁନ୍ଦରଗଡ଼ ଜିଲ୍ଲା ବଣାଇର ତହସିଲଦାର ଥିବା ଅଶୋକ କୁମାର ଗଡ଼ତିଆଙ୍କୁ ଅତିରିକ୍ତ ଅବକାରୀ କମିଶନର ଭାବେ କଟକକୁ ବଦଳି କରାଯାଇଛି।

ମୟୂରଭଞ୍ଜ ଏଡିଏମ୍‌ ଉଦୟ କୁମାର ମହାପାତ୍ରଙ୍କୁ ଅନୁଗୋଳ ଏଡିଏମ୍‌ ଭାବେ ବଦଳି କରାଯାଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ ଯୁଗ୍ମ ସଚିବ ଭାବେ କାର୍ଯ୍ୟ କରୁଥିବା ଦରିଦ୍ରଭଞ୍ଜ ଏମ୍‌ ଏମ୍‌ ପାତ୍ରଙ୍କୁ ବାଲେଶ୍ୱର-ମୟୂରଭଞ୍ଜ ମେଜର ସେଟେଲମେଣ୍ଟର ସେଟେଲମେଣ୍ଟ ଅଫିସର ଭାବେ ବାରିପଦାକୁ ବଦଳି କରାଯାଇଛି। ଭୁବନେଶ୍ୱର ସ୍ଥିତ ସିଡିଆଇ ଅଫିସରେ ଏସ୍‌ଆର (ଜେନେରାଲ) ଭାବେ କାର୍ଯ୍ୟ କରୁଥିବା ଦିପ୍ତୀରଞ୍ଜନ ବେହେରାଙ୍କୁ ପୂର୍ତ୍ତ ବିଭାଗକୁ ଯୁଗ୍ମ ସଚିବ ଭାବେ ବଦଳି କରାଯାଇଛି। ବାଲେଶ୍ୱର ଅତିରିକ୍ତ ଜିଲ୍ଲାପାଳ (ଏଡିଏମ୍‌) ନିରଞ୍ଜନ ବେହେରାଙ୍କୁ ଜଗତସିଂହପୁରର ପାରାଦୀପର ଅତିରିକ୍ତ ଜିଲ୍ଲାପାଳ (ଏଡିଏମ୍‌) ଭାବେ ବଦଳି କରାଯାଇଛି। ପାରାଦୀପରେ ଅତିରିକ୍ତ ଜିଲ୍ଲାପାଳ ବା ଏଡିଏମ ଭାବେ କାର୍ଯ୍ୟ କରୁଥିବା ଲଳିତ ମୋହନ ବେହେରାଙ୍କୁ ଢେଙ୍କାନାଳ ଜିଲ୍ଲା ପରିଷଦର ସିଡିଓ-କମ୍‌-ଇଓ ଭାବେ ବଦଳି କରାଯାଇଛି।

ଓସେପାର ଯୁଗ୍ମ ନିର୍ଦ୍ଦେଶକ ଥିବା ସରୋଜ କୁମାର ବେହେରାଙ୍କୁ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବିକାଶ ବିଭାଗର ଯୁଗ୍ମ ସଚିବ ଭାବେ ବଦଳି କରାଯାଇଛି। ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ବା ଏଡିଏମ୍‌ ଥିବା ଶରତ ଚନ୍ଦ୍ର ମହାପାତ୍ରଙ୍କୁ ଗୃହ ବିଭାଗର ଯୁଗ୍ମ ସଚିବ ଭାବେ ବଦଳି କରାଯାଇଛି। ରାଇରଙ୍ଗପୁରର ପୂର୍ବତନ ସବ୍‌-କଲେକ୍ଟର ସରୋଜ କୁମାର ଦାଶଙ୍କୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତି ମିଳିଛି। ଏହା ସହିତ ସେ ପୂର୍ବଭଳି ଓୟୁଆଇଡିଏଫ୍‌ର ଏଓ ଭାବେ ଅତିରିକ୍ତ ଦାୟତ୍ୱ ତୁଲାଇବେ। କେନ୍ଦୁଝର ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀ ବସନ୍ତ କୁମାର ସେଠୀଙ୍କୁ କଟକ ସ୍ଥିତ ବୋର୍ଡ ଅଫ୍ ରେଭିନ୍ୟୁକୁ ଯୁଗ୍ମ ସଚିବ ଭାବେ ବଦଳି କରାଯାଇଛି।

ବଣାଇର ପୂର୍ବତନ ସବ୍‌-କଲେକ୍ଟର ସୂରଞ୍ଜନ କୁମାର ସାହୁଙ୍କୁ ସୁନ୍ଦରଗଡ଼ ଜିଲ୍ଲା ପରିଷଦର ସିଡିଓ-କମ୍-ଇଓ ଭାବେ ବଦଳି କରାଯାଇଛି। ପୂର୍ବତନ ଶ୍ରମ ଓ ଇଏସ୍‌ଆଇ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଥିବା ଶମ୍ଭୁନାଥ ନନ୍ଦିଙ୍କୁ କନ୍ଧମାଳ ଜିଲ୍ଲା ପରିଷଦର ସିଡିଓ-କମ୍-ଇଓ ଭାବେ ନିଯୁକ୍ତ କରାଯାଇଛି। କେନ୍ଦୁଝର ଜିଲ୍ଲା ଚମ୍ପୁଆର ପୂର୍ବତନ ସବ୍‌-କଲେକ୍ଟର ସଂଯୁକ୍ତା ମାଝୀଙ୍କୁ ରାୟଗଡ଼ାର ଅତିରିକ୍ତ ଜିଲ୍ଲାପାଳ ବା ଏଡିଏମ୍‌ ଭାବେ ନିଯୁକ୍ତି ଦିଆଯାଇଛି। କେନ୍ଦୁଝରର ପୂର୍ବତନ ଅତିରିକ୍ତ ଜିଲ୍ଲାପାଳ (ଏଡିଏମ୍‌) ଲଳିତ ସୋରେଙ୍ଗଙ୍କୁ ଝାରସୁଗୁଡ଼ା ପିଡି (ଆର୍‌ ଆଣ୍ଡ ଆର) ଭାବେ ନିଯୁକ୍ତି ଦିଆଯାଇଛି।

ଢେଙ୍କାନାଳ ସବ୍‌-କଲେକ୍ଟର ସପନ କୁମାର ନନ୍ଦଙ୍କୁ ଯାଜପୁରର କଳିଙ୍ଗନଗର ଏଡିଏମ୍‌ ବା ଅତିରିକ୍ତ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ଓଡ଼ିଶା ଅର୍ବାନ ଇନଫ୍ରାଷ୍ଟ୍ରକ୍ଚର ଡେଭେଲପମେଣ୍ଟ ଫଣ୍ଡର ଏଓ ତଥା ଜାଗା ମିଶନ ଓଏସ୍‌ଡି ଥିବା ସଞ୍ଜୟ କୁମାର ରାଉତଙ୍କୁ ଓଡ଼ିଶା ଷ୍ଟେଟ ବେଭେରେଜ୍ କର୍ପୋରେସନ (ଓଏସ୍‌ବିସି)ର ମହାପ୍ରବନ୍ଧକ ଭାବେ ବଦଳି କରାଯାଇଛି। ବାଲେଶ୍ୱରର ଅତିରିକ୍ତ ସବ୍‌-କଲେକ୍ଟର ଶୁଭଶ୍ରୀ ରଥଙ୍କୁ ନୀଳଗିରି ସବ୍‌-କଲେକ୍ଟର ଭାବେ ବଦଳି କରାଯାଇଛି। ତାଳଚେରର ପୂର୍ବତନ ସବ୍‌-କଲେକ୍ଟର ମନୋଜ କୁମାର ତ୍ରିପାଠୀଙ୍କୁ ପାରଳାଖେମୁଣ୍ଡି ଆଇଟିଡିଏର ପିଏ ଭାବେ ବଦଳି କରାଯାଇଛି। ବରଗଡ଼ ଜିଲ୍ଲା ପଦ୍ମପୁରର ପୂର୍ବତନ ସବ୍‌-କଲେକ୍ଟର ଆଲୋକ କୁମାର ପଟେଲଙ୍କୁ ବଲାଙ୍ଗିର ସବ୍‌-କଲେକ୍ଟର ଓ ପାରଳାଖେମୁଣ୍ଡି ଆଇଟିଡିଏର ପିଏ ଭାବେ କାର୍ଯ୍ୟ କରୁଥିବା ଦିଲ୍ଲୀପ କୁମାର ବେହେରାଙ୍କୁ ଅନୁଗୋଳ ଜିଲ୍ଲା ଆଠମଲ୍ଲିକର ସବ୍‌-କଲେକ୍ଟର ଭାବେ ବଦଳି କରାଯାଇଛି।

କଟକ ଜିଲ୍ଲା ଆଠଗଡ଼ ପୂର୍ବତନ ସବ୍‌-କଲେକ୍ଟର ପ୍ରଶାନ୍ତ କୁମାର ତରାଇଙ୍କୁ ଜଗତସିଂହପୁର ସବ୍‌-କଲେକ୍ଟର ଭାବେ ନିଯୁକ୍ତି ମିଳିଛି। ଜୟପୁରର ପୂର୍ବତନ ସବ୍‌-କଲେକ୍ଟର ପ୍ରଭାତ କୁମାର ପରିଡ଼ାଙ୍କୁ କଳାହାଣ୍ଡି ଜିଲ୍ଲା ଭବାନୀପାଟଣାର ସବ୍‌-କଲେକ୍ଟର ଭାବେ ନିଯୁକ୍ତି ଦିଆଯାଇଛି। ସମ୍ବଲପୁର ମହାନଗର ନିଗମର ଡେପୁଟି କମିଶନର ପ୍ରସନ୍ନ କୁମାର ପଣ୍ଡାଙ୍କୁ ବରଗଡ଼ ସବ୍‌-କଲେକ୍ଟର ଭାବେ ବଦଳି କରାଯାଇଛି। ଜଗତସିଂହପୁର ଅତିରିକ୍ତ ସବ୍‌-କଲେକ୍ଟର ବିଭୂତି ଗଡ଼ନାଏକଙ୍କୁ ଢେଙ୍କାନାଳ ସବ୍‌-କଲେକ୍ଟର ଭାବେ ବଦଳି କରାଯାଇଛି। ବ୍ରହ୍ମପୁର ଅତିରିକ୍ତ ସବ୍‌-କଲେକ୍ଟର ଗୌରବମୟ ପ୍ରଧାନଙ୍କୁ ସମ୍ବଲପୁର ଜିଲ୍ଲା କୁଚିଣ୍ଡାର ସବ୍‌-କଲେକ୍ଟର ଭାବେ ବଦଳି କରାଯାଇଛି। ବାରିପଦା ଆଇଟିଡିଏ ପିଏ ଥିବା ପ୍ରଣୟ ରଞ୍ଜନ ବେହେରାଙ୍କୁ କେନ୍ଦୁଝର ପୌରପାଳିକାର କାର୍ଯ୍ୟନିବାହୀ ଅଧିକାରୀ ଭାବେ ବଦଳି କରାଯାଇଛି।

Previous Post

ଆସନ୍ତା ୨୭ରେ ବସିବ ବିଜେଡିର ଗୁରୁତ୍ବପୂର୍ଣ୍ଣ ବୈଠକ

Next Post

ଅଚ୍ୟୁତ ସାମନ୍ତଙ୍କୁ ୬୦ତମ ସମ୍ମାନସୂଚକ ଡକ୍ଟୋରେଟ୍‍

FNN WEB

FNN WEB

Next Post
ଅଚ୍ୟୁତ ସାମନ୍ତଙ୍କୁ ୬୦ତମ ସମ୍ମାନସୂଚକ ଡକ୍ଟୋରେଟ୍‍

ଅଚ୍ୟୁତ ସାମନ୍ତଙ୍କୁ ୬୦ତମ ସମ୍ମାନସୂଚକ ଡକ୍ଟୋରେଟ୍‍

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.