• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସୁଭଦ୍ରା ଯୋଜନାର ସଫଳ କାର୍ଯ୍ୟାନ୍ୱୟନ ସଂପର୍କିତ ଆଲୋଚନା

FNN WEB by FNN WEB
September 27, 2024
in ଓଡ଼ିଶା, ମୁଖ୍ୟ ଖବର
0
ସୁଭଦ୍ରା ଯୋଜନାର ସଫଳ କାର୍ଯ୍ୟାନ୍ୱୟନ ସଂପର୍କିତ ଆଲୋଚନା
0
SHARES
3
VIEWS

ଭୁବନେଶ୍ୱର: ଲୋକସେବା ଭବନ କନଭେନସନ ସେଣ୍ଟରରେ ଆୟୋଜିତ ୨ ଦିନିଆ ଜିଲ୍ଲାପାଳ ସମ୍ମିଳନୀର ଉଦ୍ଘାଟନୀ ଅଧିବେଶନ ପରେ ଦ୍ୱିତୀୟ ଅଧିବେଶନରେ ‘ସୁଭଦ୍ରା” ଯୋଜନାର କାର୍ଯ୍ୟକାରିତା ସମ୍ବନ୍ଧରେ ଉପସ୍ଥାପନା କରାଯାଇଥିଲା । ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଉପସ୍ଥିତିରେ ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା ଏସଂପର୍କିତ ଉପସ୍ଥାପନ କରିଥିଲେ । “ସୁଭଦ୍ରା”ଯୋଜନାର ସଫଳ କାର୍ଯ୍ୟକାରିତା ପାଇଁ ସେ ସମସ୍ତ ଜିଲ୍ଲାପାଳକୁ ଧନ୍ୟବାଦ ଜଣାଇଥିଲେ । ଏଥିରେ ଦର୍ଶାଯାଇଥିଲା ଯେ ଅଦ୍ୟାବଧି ଛପା ଯାଇଥିବା ୧ କୋଟି ୮୯ ଲକ୍ଷ ୩୪ ହଜାର ୧୭୬ ସୁଭଦ୍ରା ଆବେଦନ ଫର୍ମ ମଧ୍ୟରୁ ୧ କୋଟି ୫୭ ଲକ୍ଷ ୧ ହଜାର ୫୫ ଫର୍ମ ବଣ୍ଟନ କରାଯାଇଛି । ଆଜି ତାରିଖ ପର୍ଯ୍ୟନ୍ତ ୯୫ ଲକ୍ଷରୁ ଅଧିକ ଆବେଦନ ପଞ୍ଜିକୃତ ହୋଇସାରିଛି । ସମୁଦାୟ ୨୫ ଲକ୍ଷ ୨୯ ହଜାର ୭୨୦ “ସୁଭଦ୍ରା” ହିତାଧିକାରୀଙ୍କୁ ଅର୍ଥରାଶି ପ୍ରଦାନ କରାଯାଇଛି । ଏଥି ମଧ୍ୟରୁ ୨୫ ଲକ୍ଷ ୧୭ ହଜାର ୫୪୫ ଜଣଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ଏବଂ ୧୨ ହଜାର ୧୭୫ ଜଣଙ୍କୁ ସିବିଡିସି ଜରିଆରେ ଅର୍ଥରାଶି ପଠାଯାଇଛି ।

ବିଭିନ୍ନ ସୂଚନା, ଶିକ୍ଷା ଓ ଯୋଗାଯୋଗ ପଦ୍ଧତିରେ ଓଡ଼ିଶାର ଗାଁ ଗାଁ ରେ ସୁଭଦ୍ରା ଯୋଜନା ସମ୍ବନ୍ଧରେ ସଚେତନତା ସୃଷ୍ଟି କରାଯାଇଛି । ସୋସିଆଲ ପ୍ରୋଟେକସନ ଡେଲିଭେରୀ ପ୍ଲାଟଫର୍ମ(ଏସପିଡିପି) ମାଧ୍ୟମରେ ଜାତୀୟ ଖାଦ୍ୟସୁରକ୍ଷା ଯୋଜନା (ଏନଏଫଏସ୍ଏସ୍) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା(ଏସଏଫଏସଏସ)ର ହିତାଧିକାରୀଙ୍କୁ ଯାଞ୍ଚ କରାଯାଉଛି । ଏନଏଫଏସ୍ଏସ୍ ଓ ଏସଏଫଏସଏସ ରୁ ବାଦ ପଡିଥିବା ହିତାଧିକାରୀଙ୍କୁ କ୍ଷେତ୍ର ଅନୁଧ୍ୟାନ ଦ୍ୱାରା ଯାଞ୍ଚ କରାଯିବ । ସମସ୍ତ ଅନୁମୋଦନ ଓ ଖାରଜ ଫର୍ମର ତାଲିକା କାରଣ ସହ ସୁଭଦ୍ରା ୱେବ୍ ପୋର୍ଟାଲରେ ଦର୍ଶାଯିବ । ଏସଏମସ ଦ୍ୱାରା ମଧ୍ୟ ସମସ୍ତଙ୍କୁ ଜଣାଇ ଦିଆଯିବ । ରାଜ୍ୟସାରା ଯେଉଁ ଗୁଜବ ଚାଲିଛି ଯେ ବ୍ୟାଙ୍କ ଆକଉଣ୍ଟରୁ ପଇସା ନ ଉଠେଇଲେ ପଇସା ଆପେ ଆପେ ଫେରସ୍ତ ହେଇଯିବ, ଏପରି କିଛି ବି ବ୍ୟବସ୍ଥା କରାଯାଇ ନାହିଁ ଓ ହିତାଧିକାରୀଙ୍କ ଅର୍ଥ ରାଶି ସେମାନଙ୍କର ବ୍ୟାଙ୍କ ଆକଉଣ୍ଟରେ ସୁରକ୍ଷିତ ରହିବ ବୋଲି ମହିଳା ଓ ଶିଶୁ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି ।

ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ବିଭାଗର ସମସ୍ତ ଅଧିକାରୀ ଓ ସମସ୍ତ ଜିଲ୍ଲାପାଳକୁ ଯୋଜନାର ସଫଳ କାର୍ଯ୍ୟକାରିତା ପାଇଁ ଧନ୍ୟବାଦ ଜଣେଇବା ସହ ଜନଜାତି ବହୁଳ ଅଞ୍ଚଳମାନଙ୍କରେ ସୁଭଦ୍ରା କାର୍ଯ୍ୟକ୍ରମକୁ ପହଁଚାଇବା ପାଇଁ ବ୍ୟାପକ ଜନସଚେତନତାକୁ ପ୍ରାଥମିକତା ଦେବାକୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଥିଲେ । ଖୁବ୍ ଶୀଘ୍ର ସୁଭଦ୍ରା ଯୋଜନାରେ ଓଡିଶାର ଏକ କୋଟି ମହିଳାଙ୍କ ପଞ୍ଜିକରଣ ହୋଇଯିବ ବୋଲି ସେ ଆଶା ପ୍ରକାଶ କରିଛନ୍ତି । ଏକ ସରକାରୀ ଯୋଜନାରେ ଏକ କୋଟି ହିତାଧିକାରୀଙ୍କୁ ଯୋଡିବା ଆମ ପାଇଁ ଏକ ବଡ ଉପଲବ୍ଧି ହେବ ବୋଲି ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ଉଲ୍ଲେଖ କରିଥିଲେ । ପ୍ରଯୁକ୍ତି ବିଦ୍ୟାର ସଫଳ ଉପଯୋଗରେ ଏହି ଯୋଜନାର ସଫଳ କାର୍ଯ୍ୟାନ୍ୱୟନ କରାଯାଇଥିବାରୁ ସ୍ୱାସ୍ଥ୍ୟ,ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ ମୁକେଶ ମହାଲିଙ୍ଗ ସମ୍ପୃକ୍ତ ସମସ୍ତ ଅଧିକାରୀଙ୍କୁ ପ୍ରଶଂସା କରିବା ସହିତ ଜିଲ୍ଲାସ୍ତରରେ ସର୍ବାଧିକ ସୁଭଦ୍ରା ଫର୍ମ ପଞ୍ଜିକୃତ କରିଥିବା ‘ମୋ ସେବା କେନ୍ଦ୍ର’ ଓ ‘ଜନ ସେବା କେନ୍ଦ୍ର’କୁ ପୁରସ୍କୃତ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ପ୍ରସ୍ତାବ ଦେଇଥିଲେ । ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ଵିଶାଳ କୁମାର ଦେବ ପଞ୍ଜୀକରଣ ଓ ଯାଞ୍ଚ ପ୍ରକ୍ରିୟା ବ୍ୟବସ୍ଥା ସଂପର୍କରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ ।

କଟକ ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ କଟକ ଜିଲ୍ଲାରେ ସୁଭଦ୍ରା ଯୋଜନାର ସଫଳ କାର୍ଯ୍ୟକାରିତା ବିଷୟରେ ଅବଗତ କରାଇଥିଲେ । ସରଳ କାର୍ଯ୍ୟକାରିତା ପାଇଁ ‘ମୋ ସେବା କେନ୍ଦ୍ର’ ଏବଂ ‘ଜନସେବା କେନ୍ଦ୍ର’କୁ ଆଧାର କେନ୍ଦ୍ର ସହ ସଂଯୁକ୍ତ କରିବା ପାଇଁ ସେ ପ୍ରସ୍ତାବ ଦେଇଥିଲେ । ସେହିପରି ସୁଭଦ୍ରା ଯୋଜନାକୁ ନେଇ କୋରାପୁଟ ଜିଲ୍ଲାବାସୀ ଉତ୍ସାହିତ ଅଛନ୍ତି ବୋଲି ଜିଲ୍ଲାପାଳ ଶ୍ରୀ ଭି.କୀର୍ତ୍ତି ଭାସନ ପ୍ରକାଶ କରିଥିଲେ । ସୂଚନାଯୋଗ୍ୟ କି, ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଯଥାଶୀଘ୍ର ପ୍ରଦାନ କରାଯିବ । ୨୦୨୫ ମାର୍ଚ୍ଚ ୮ ତାରିଖ ପୂର୍ବରୁ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ମିଳିବ ବୋଲି ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ।

Previous Post

ତୃଣମୂଳ ସ୍ତରରେ ପହଞ୍ଚିବ ଗଣଶିକ୍ଷା ଯୋଜନା

Next Post

ଅଚ୍ୟୁତ ସାମନ୍ତଙ୍କୁ ଇନ୍‍ଷ୍ଟିଚ୍ୟୁସନ୍‍ ଅଫ୍‍ ଫାୟାର ଇଞ୍ଜିନିୟର୍ସ ପକ୍ଷରୁ ଫେଲୋସିପ୍‍

FNN WEB

FNN WEB

Next Post
ଅଚ୍ୟୁତ ସାମନ୍ତଙ୍କୁ ଇନ୍‍ଷ୍ଟିଚ୍ୟୁସନ୍‍ ଅଫ୍‍ ଫାୟାର ଇଞ୍ଜିନିୟର୍ସ ପକ୍ଷରୁ ଫେଲୋସିପ୍‍

ଅଚ୍ୟୁତ ସାମନ୍ତଙ୍କୁ ଇନ୍‍ଷ୍ଟିଚ୍ୟୁସନ୍‍ ଅଫ୍‍ ଫାୟାର ଇଞ୍ଜିନିୟର୍ସ ପକ୍ଷରୁ ଫେଲୋସିପ୍‍

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.