• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଜିଲ୍ଲାପାଳ ସମ୍ମିଳନୀ ଆରମ୍ଭ, ଜିଲ୍ଲାପାଳମାନେ ତୃଣମୂଳ ସ୍ତରର ସେତୁ: ମୁଖ୍ୟମନ୍ତ୍ରୀ

FNN WEB by FNN WEB
September 27, 2024
in ଓଡ଼ିଶା, ମୁଖ୍ୟ ଖବର
0
ଜିଲ୍ଲାପାଳ ସମ୍ମିଳନୀ ଆରମ୍ଭ, ଜିଲ୍ଲାପାଳମାନେ ତୃଣମୂଳ ସ୍ତରର ସେତୁ: ମୁଖ୍ୟମନ୍ତ୍ରୀ
0
SHARES
0
VIEWS

ଭୁବନେଶ୍ୱର : ଆଜି ଠାରୁ ଦୁଇ ଦିନିଆ ଜିଲ୍ଲାପାଳ ସମ୍ମିଳନୀ ଆରମ୍ଭ ହୋଇଯାଇଛି । ସମ୍ମିଳନୀରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ କରିବା ସହିତ ନିଜ ଅନୁଭୁତି ଓ ଅଭିଜ୍ଞତାରୁ ପ୍ରଶାସନିକ ସ୍ତରରେ ପୂର୍ବରୁ ହେଉଥିବା ଅନେକ ତ୍ରୁଟି ବିଚ୍ୟୁତି ସମ୍ପର୍କରେ ମଧ୍ୟ ଜିଲ୍ଲାପାଳମାନଙ୍କୁ ସଚେତନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସରକାରଙ୍କ ସବୁ ଯୋଜନା ଠିକ୍‌ ସମୟରେ ଆରମ୍ଭ ହେବା ଓ ଠିକ୍‌ ସମୟରେ ଶେଷ ହେବା ହେଉଛି ଖୁବ୍ ଗୁରୁତ୍ୱପୂର୍ଣ୍ଣ। କିନ୍ତୁ ଅନେକ ସମୟରେ ଏଥିରେ ଅହେତୁକ ବିଳମ୍ବ ହେଉଛି। ଏହା ଦ୍ୱାରା ଜନ ସାଧାରଣ ଅସୁବିଧାର ସମ୍ମୁଖୀନ ହେବା ସହିତ ଅନିୟମିତତା, ଦୁର୍ନୀତି ଓ ପ୍ରକଳ୍ପ ଖର୍ଚ୍ଚ ମଧ୍ୟ ବଢୁଛି। ତେଣୁ ପ୍ରକଳ୍ପର ଗୁଣାତ୍ମକ ମାନ ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ତେଣୁ, ସବୁ ଯୋଜନା ଯେପରି ଠିକ୍‌ ସମୟରେ କାର୍ଯ୍ୟକାରୀ ହେବ, ଏଥିପାଇଁ ଜିଲ୍ଲାପାଳମାନେ ନିତି ଦିନିଆ ଭାବେ ନିଜ ନିଜ ଜିଲ୍ଲାରେ ଆର୍ଥିକ ତଥା ଫିଜିକାଲ ପ୍ରୋଗ୍ରେସ୍ ଉପରେ ଦୃଷ୍ଟି ରଖିବା ଆବଶ୍ୟକ। ଏହା ସହିତ ପ୍ରତ୍ୟେକ ଯୋଜନାର ବ୍ଲକୱାରୀ ତ୍ରୈମାସିକ ସମୀକ୍ଷା କରିବା ମଧ୍ୟ ଆବଶ୍ୟକ। ଏହି ତ୍ରୈମାସିକ ସମୀକ୍ଷାରୁ ଆପଣମାନେ ସବୁ ସମସ୍ୟା ଜାଣିପାରିବେ ଏବଂ ସଠିକ୍ ପଦକ୍ଷେପ ନେଇ ଯୋଜନାକୁ ଠିକ୍ ବାଟରେ ଆଗେଇ ନେଇପାରିବେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ‘ସରକାର ଯଦି ଟଙ୍କାଟିଏ ଲୋକଙ୍କ ପାଇଁ ଖର୍ଚ୍ଚ କରୁଛନ୍ତି, ତାହା ସେମାନଙ୍କ ପାଇଁ ଟଙ୍କାଟିଏ ଆୟ।’

ଏହି ତିନି ମାସ ମଧ୍ୟରେ ମୁଁ ଗତ ସରକାର ସମୟରେ ହୋଇଥିବା ଅନେକ ଅନିୟମିତତା ବିଷୟରେ ଅବଗତ ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, “ଆପଣମାନେ ଅନୁଧ୍ୟାନ କରନ୍ତୁ, ଯଦି ସେପରି କିଛି ଅନିୟମିତତା ଆପଣଙ୍କ ଦୃଷ୍ଟିକୁ ଆସୁଛି, ସେ ସବୁକୁ ଯାଞ୍ଚ କରି ଆବଶ୍ୟକ ପଦକ୍ଷେପ ଗ୍ରହଣ କରନ୍ତୁ। ଆପଣମାନଙ୍କ ପାଖରେ ସେ ଅଧିକାର ଅଛି, ତାକୁ ବ୍ୟବହାର କରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନେବେ ବୋଲି ମୋର ବିଶ୍ବାସ”। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କୌଣସି ପ୍ରକାରେ, କୌଣସି ସ୍ତରରେ ଦୁର୍ନୀତିକୁ ସରକାର ସହିବେ ନାହିଁ। ଦୁର୍ନୀତିକୁ ନେଇ କୌଣସି ପ୍ରକାର ସାଲିସ କରିବାର ପ୍ରଶ୍ନ ଉଠୁନାହିଁ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜିଲ୍ଲାପାଳମାନେ ହେଉଛନ୍ତି ସରକାରଙ୍କ ପାଇଁ ତୃଣମୂଳ ସ୍ତରର ସେତୁ । ଲୋକକଲ୍ୟାଣ ପାଇଁ ସରକାର ଉତ୍ତମ ରୁ ଉତ୍ତମ ଯୋଜନା ଓ ନୀତି ନିର୍ଦ୍ଧାରଣ କରି ପାରିବେ। କିନ୍ତୁ ଏହି ସବୁ ଯୋଜନାକୁ ଅନ୍ତିମ ହିତାଧିକାରୀ ପର୍ଯ୍ୟନ୍ତ ପହଞ୍ଚାଇବାରେ ଜିଲ୍ଲାପାଳ ଏବଂ ଜିଲ୍ଲାସ୍ତରୀୟ ଅଧିକାରୀମାନେ ପ୍ରମୁଖ ଭୂମିକା ଗ୍ରହଣ କରିଥାନ୍ତି। ଆପଣ ଯଦି ରାଜଧାନୀ କିମ୍ବା କିଛି ସହରାଞ୍ଚଳକୁ ଛାଡି ଦେବେ ବାକି ସବୁ ଠାରେ ସରକାର କହିଲେ ଲୋକେ ଜିଲ୍ଲାପାଳଙ୍କୁ ବୁଝନ୍ତି, କାରଣ ଦୈନନ୍ଦିନ ଜୀବନରେ ବିଭିନ୍ନ ସମସ୍ୟା ସମାଧାନ ଜିଲ୍ଲା ସ୍ତରରେ ହୋଇଥାଏ। ତେଣୁ ସେମାନଙ୍କ ଆଶା ଆକାଂକ୍ଷା ପୂରଣ କରିବାର ଗୁରୁ ଦାୟିତ୍ଵ ହେଉଛି ଆପଣମାନଙ୍କ କାନ୍ଧରେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଯୋଜନାର ସଫଳ ରୂପାୟନ ହେଲେ, ତାର ସୁଫଳ ଲୋକମାନଙ୍କ ପାଖରେ ପହଞ୍ଚି ପାରିବ। ସଫଳ ରୂପାୟନର ଦାୟିତ୍ଵ ଆପଣମାନଙ୍କ ହାତରେ । ସରକାରଙ୍କ ଯେତେ ଯୋଜନା ରହିଛି, ତାହାର ସୁଫଳ ରୂପାୟନ ହେଲେ, ଆମ ରାଜ୍ୟରୁ ଦାରିଦ୍ର୍ୟ ଘୁଞ୍ଚିଯିବ, ଲୋକମାନଙ୍କ ମୁହଁରେ ହସ ଫୁଟି ଉଠିବ। ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ କହିଥିଲେ “ମୁଁ ଜଣେ ସାଧାରଣ ଲୋକଟିଏର ପ୍ରଶାସନଠାରୁ ଆଶା କରୁଥିବା ଦୃଷ୍ଟିଭଙ୍ଗୀ ବିଷୟରେ ମୋର ଅନୁଭୂତି ଆଧାରରେ ମୋର କିଛି କଥା କିଛି ବ୍ୟଥା ଆପଣଙ୍କୁ କହିବି ଏବଂ ଆଶା କରିବି ଯେ ନୂତନ ସରକାରରେ ଲୋକଙ୍କ ଆଶା ଆକାଂକ୍ଷା ପୂରଣ କରିବା ପାଇଁ ଆମେ ନିଜ ନିଜ ସ୍ତରରେ କାର୍ଯ୍ୟକରିବା।”

ଆମ ସରକାର ଲୋକଙ୍କ ସରକାର । ଲୋକମାନଙ୍କ ସୁଖଦୁଃଖରେ ଆମେ ଭାଗୀଦାର, ରାଜ୍ୟର ବିକାଶ ପାଇଁ ଆମେ ପ୍ରତିଶୃତିବଦ୍ଧ । କୃଷି, ଶିକ୍ଷା, ସ୍ୱାସ୍ଥ୍ୟ, ଶିଳ୍ପ, ଗ୍ରାମାଞ୍ଚଳ ତଥା ସହରାଞ୍ଚଳର ଭିତ୍ତିଭୂମି ବିକାଶ ଏବଂ ମହିଳାମାନଙ୍କର ଉନ୍ନତି ଭଳି କ୍ଷେତ୍ରକୁ ପ୍ରାଧାନ୍ୟ ଦେବା ଓ ରାଜ୍ୟର ଆର୍ଥିକ ବିକାଶର ଗତିକୁ ତ୍ବରାନିତ କରିବାପାଇଁ ଆମ ସରକାର ପଦକ୍ଷେପ ନେଉଛନ୍ତି । ଆପଣ ମାନଙ୍କ କଠିନ ପରିଶ୍ରମ ଓ ନିଷ୍ଠା ଦ୍ଵାରା ହିଁ ସବୁ ପଦକ୍ଷେପର ସୁଫଳ ଲୋକଙ୍କ ପାଖରେ ପହଞ୍ଚିବ ଏବଂ ଆମ ରାଜ୍ୟ ଏକ ନମ୍ବର ରାଜ୍ୟ ହେବ ।

Previous Post

ଅଚ୍ୟୁତ ସାମନ୍ତଙ୍କୁ ଇନ୍‍ଷ୍ଟିଚ୍ୟୁସନ୍‍ ଅଫ୍‍ ଫାୟାର ଇଞ୍ଜିନିୟର୍ସ ପକ୍ଷରୁ ଫେଲୋସିପ୍‍

Next Post

ଭାରତ ମସଲା ପକ୍ଷରୁ ମେଗା ସ୍ୱାସ୍ଥ୍ୟ ଶିବିର ,୪୦୦ ଜଣଙ୍କ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା

FNN WEB

FNN WEB

Next Post
ଭାରତ ମସଲା ପକ୍ଷରୁ ମେଗା ସ୍ୱାସ୍ଥ୍ୟ ଶିବିର ,୪୦୦ ଜଣଙ୍କ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା

ଭାରତ ମସଲା ପକ୍ଷରୁ ମେଗା ସ୍ୱାସ୍ଥ୍ୟ ଶିବିର ,୪୦୦ ଜଣଙ୍କ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.